ମାଥିଉ ଲିଖିତ ସୁସମାଗ୍ଭର 11:20-24
Odia Holy Bible: Easy-to-Read Version
ଅବିଶ୍ୱାସୀ ଲୋକଙ୍କୁ ଯୀଶୁଙ୍କ ଚେତାବନୀ
(ଲୂକ 10:13-15)
20 ସେତେବେଳେ ଯୀଶୁ ଯେଉଁ ନଗରମାନଙ୍କରେ ଅଧିକାଂଶ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରିଥିଲେ, ସେହି ନଗରଗୁଡ଼ିକୁ ତିରସ୍କାର କଲେ। କାରଣ ସେଠାକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନ ଥିଲେ, କି ପାପ କରିବା ଛାଡ଼ି ନ ଥିଲେ, 21 ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେଥ୍ସାଇଦା![a] ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନ[b]ରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ। 22 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ବିଗ୍ଭର ଦିନରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହେବ।
23 “ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମ[c]ରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା। 24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।”
Read full chapterFootnotes
- ମାଥିଉ ଲିଖିତ ସୁସମାଗ୍ଭର 11:21 କୋରାଜୀନ୍ ଓ ବେଥ୍ସାଇଦା ଗାଲିଲୀ ହ୍ରଦ ଉପକୂଳସ୍ଥ ଦୁଇଟି ନଗର। ଏଠାରେ ଯୀଶୁ ଉପଦେଶ ଦେଇଥିଲେ।
- ମାଥିଉ ଲିଖିତ ସୁସମାଗ୍ଭର 11:21 ସୋର ଓ ସୀଦୋନ ଦୁଇଟି ନଗର, ଯେଉଁଠାରେ ବହୁତ ଖରାପ ଲୋକ ରହୁଥିଲେ।
- ମାଥିଉ ଲିଖିତ ସୁସମାଗ୍ଭର 11:23 ସଦୋମ ଏହି ନଗରରେ ଦୁରାଗ୍ଭରୀ ଲୋକେ ରହୁଥିଲେ। ପରମେଶ୍ୱର ଏ ନଗରଟିର ବିନାଶ କରିଥିଲେ। ଆଦି ପୁସ୍ତକ 9:1-29
2010 by Bible League International