ମାଥିଉ ଲିଖିତ ସୁସମାଗ୍ଭର 12:22-30
Odia Holy Bible: Easy-to-Read Version
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ନିହିତ ଅଛି
(ମାର୍କ 3:20-30; ଲୂକ 11:14-23; 12:10)
22 ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା’ ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା। 23 ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”
24 ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ୍[a]ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”
25 ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି। 26 ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା'ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା'ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ। 27 ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ। 28 ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି। 29 ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା'ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ। 30 ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।
Read full chapterFootnotes
- ମାଥିଉ ଲିଖିତ ସୁସମାଗ୍ଭର 12:24 ବାଆଲ୍ଜିବୂଲ୍ ଭୂତମାନଙ୍କର ରାଜା ଶୟତାନର ନାମ।
2010 by Bible League International