ମାଥିଉ ଲିଖିତ ସୁସମାଗ୍ଭର 14:13-21
Odia Holy Bible: Easy-to-Read Version
ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ
(ମାର୍କ 6:30-44; ଲୂକ 9:10-17; ଯୋହନ 6:1-14)
13 ଯୀଶୁ ଯୋହନଙ୍କ ବିଷୟରେ ଘଟିଥିବା ସବୁକଥା ଶୁଣିସାରିବା ପରେ ସେ ସ୍ଥାନ ଛାଡ଼ି ଦେଲେ ଓ ଏକୁଟିଆ ଡଙ୍ଗାରେ ବସି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ଯୀଶୁ ଗ୍ଭଲିଯାଇଥିବା ଖବର ଶୁଣି ଲୋକମାନେ ନିଜ ନଗରମାନ ଛାଡ଼ି ଯୀଶୁଙ୍କୁ ଅନୁସରଣ କଲେ। ଯୀଶୁ ଯେଉଁଠାକୁ ଯାଉଥିଲେ, ସେମାନେ ସ୍ଥଳପଥରେ ଗ୍ଭଲି ଗ୍ଭଲି ସେଠାରେ ଯାଇ ପହଞ୍ଚିଲେ। 14 ଡଙ୍ଗାରୁ ବାହାରି ଆସିବା ବେଳକୁ ଯୀଶୁ ଦେଖିଲେ, ସେଠାରେ ବହୁତ ଲୋକ ଜମା ହୋଇଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।
15 ସନ୍ଧ୍ୟା ବେଳକୁ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, “ଏହା ଅତ୍ୟନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠେଇ ଦିଅ, ତା'ହେଲେ ସେମାନେ ଗାଁମାନଙ୍କୁ ଯାଇ ସେମାନଙ୍କ ପାଇଁ ଖାଦ୍ୟ କିଣି ପାରିବେ।”
16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଦରକାର ନାହିଁ, ତୁମ୍ଭେ ସେମାନଙ୍କୁ କିଛି ଖାଇବାକୁ ଦିଅ।”
17 ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ ଏଠାରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।”
18 ଯୀଶୁ କହିଲେ, “ସେଗୁଡ଼ିକୁ ମୋ’ ପାଖକୁ ଆଣ।” 19 ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଘାସ ଉପରେ ବସିଯିବା ପାଇଁ କହିଲେ। ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଗ୍ଭହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ଦେଲେ। ଶିଷ୍ୟମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ। 20 ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତୋଷ ଲାଭ କଲେ। ଲୋକେ ଖାଇସାରିବା ପରେ, ଶିଷ୍ୟମାନେ ବଳକା ଖାଦ୍ୟତକ ବାରଟି ଝୁଡ଼ିରେ ଭର୍ତ୍ତି କଲେ। 21 ସେଠାରେ ପ୍ରାୟ କେବଳ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡ଼ା ସ୍ତ୍ରୀଲୋକ ଓ ପିଲାମାନେ ମଧ୍ୟ ଖାଇଥିଲେ।
Read full chapter2010 by Bible League International