Font Size
ମାଥିଉ ଲିଖିତ ସୁସମାଗ୍ଭର 14:22-27
Odia Holy Bible: Easy-to-Read Version
ମାଥିଉ ଲିଖିତ ସୁସମାଗ୍ଭର 14:22-27
Odia Holy Bible: Easy-to-Read Version
ହ୍ରଦ ଉପରେ ଯୀଶୁ ଗ୍ଭଲିଲେ
(ମାର୍କ 6:45-52; ଯୋହନ 6:16-21)
22 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗାରେ ଚଢ଼ି ହ୍ରଦର ଅପର ପାର୍ଶ୍ୱକୁ ଯିବାକୁ କହିଲେ। ଯୀଶୁ ନିଜେ ସେଠାକୁ ପରେ ଯିବେ ବୋଲି କହିଲେ। 23 ତା'ପରେ ଜମା ହୋଇଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ଼ ଉପରକୁ ଗଲେ। ସନ୍ଧ୍ୟା ହୋଇ ସାରିଥିଲା, ଯୀଶୁ ସେଠାରେ ଏକୁଟିଆ ଥିଲେ। 24 ସେତେବେଳକୁ ହ୍ରଦ ଭିତରେ ଡଙ୍ଗା ଅନେକ ଦୂରକୁ ଗ୍ଭଲିଯାଇଥିଲା। ଢେଉରେ ଧକ୍କା ଖାଇ ଡଙ୍ଗାଟି ଟଳମଳ ହେଉଥିଲା। ଖୁବ୍ ଜୋର୍ରେ ପ୍ରତିକୂଳ ପବନ ବହୁଥିଲା।
25 ଯୀଶୁ ହ୍ରଦ ଉପରେ ଗ୍ଭଲିକରି ରାତ୍ରିର ଚତୁର୍ଥ ପ୍ରହରରେ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। 26 ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସେମାନେ କୁହାକୁହି ହେଲେ, “ଏତ ଗୋଟିଏ ଭୂତ।” ସେମାନେ ଭୟରେ ଚିତ୍କାର କଲେ।
27 ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International