Add parallel Print Page Options

ପାପର କାରଣ ବିଷୟରେ ସତର୍କ କଲେ

(ମାର୍କ 9:42-48; ଲୂକ 17:1-2)

“କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ। ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।

“ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

Read full chapter