ମାଥିଉ ଲିଖିତ ସୁସମାଗ୍ଭର 19:1-12
Odia Holy Bible: Easy-to-Read Version
ଯୀଶୁ ବିବାହ ବିଚ୍ଛେଦ ବିଷୟରେ ଶିକ୍ଷା ଦେଲେ
(ମାର୍କ 10:1-12)
19 ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ। 2 ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।
3 କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା'ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?”
4 ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’(A) 5 ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’(B) 6 ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।”
7 ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?”
8 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା। 9 ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।”
10 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଯଦି ଜଣେ ପୁରୁଷ କେବଳ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ, ତେବେ ବିବାହ ନ କରିବା ବରଂ ଭଲ।”
11 ଯୀଶୁ ଉତ୍ତର ଦେଲେ, “ବିବାହ ସମ୍ବନ୍ଧରେ ଏହି ଉପଦେଶ ପ୍ରତ୍ୟେକ ଲୋକ ଗ୍ରହଣ କରି ପାରିବେ ନାହିଁ। ଯେଉଁମାନଙ୍କୁ ପରମେଶ୍ୱର ଏହି କ୍ଷମତା ଦେଇଛନ୍ତି, କେବଳ ସେହିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ। 12 କେତେକ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତା'ର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତେକ ଲୋକ ନପୁଂସକ ହୋଇ ଜନ୍ମ ହୋଇଥା’ନ୍ତି। କେତେକ ଲୋକ ଅନ୍ୟମାନଙ୍କ ଦ୍ୱାରା ପରବର୍ତ୍ତୀ ସମୟରେ ନପୁଂସକ ହୋଇଯାଇଥା’ନ୍ତି। ଆଉ କେତେକ ଲୋକ ସ୍ୱର୍ଗରାଜ୍ୟ ପାଇଁ ବିବାହ କରି ନ ଥା’ନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରି ପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚିତ୍।”[a]
Read full chapterFootnotes
- ମାଥିଉ ଲିଖିତ ସୁସମାଗ୍ଭର 19:12 କିନ୍ତୁ … କରିବା ଉଚିତ୍ କିମ୍ବା “ଯେଉଁ ଲୋକ ବିବାହ ନ କରିବା ବିଷୟରେ ଏହି ଉପଦେଶ ଗ୍ରହଣ କରି ପାରିବ, ସେ ଏ ଉପଦେଶ ଗ୍ରହଣ କରିବା ଉଚିତ୍।”
2010 by Bible League International