ମାଥିଉ ଲିଖିତ ସୁସମାଗ୍ଭର 24:15-21
Odia Holy Bible: Easy-to-Read Version
15 “ଭବିଷ୍ୟଦ୍ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’[a] ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) 16 “ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍। 17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। 18 ଜମିରେ ଥିବା ବ୍ୟକ୍ତି ନିଜର ଗ୍ଭଦର ଆଣିବାକୁ ଫେରି ନ ଯାଉ।
19 “ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ। 20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ[b]ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ। 21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।
Read full chapterFootnotes
- ମାଥିଉ ଲିଖିତ ସୁସମାଗ୍ଭର 24:15 ଧ୍ୱଂସ ସାଧକ ଭୟଙ୍କର ବସ୍ତ ଦାନିୟେଲ 9:27; 11:31; 12:11
- ମାଥିଉ ଲିଖିତ ସୁସମାଗ୍ଭର 24:20 ବିଶ୍ରାମ ଦିବସ ଯିହୂଦୀୟ ସପ୍ତାହର ସପ୍ତମ ଦିବସ। ସେମାନଙ୍କ ପାଇଁ ଏହି ଦିବସଟି ଗୋଟିଏ ସ୍ୱତନ୍ତ୍ର ଦିବସ।
2010 by Bible League International