ମାଥିଉ ଲିଖିତ ସୁସମାଗ୍ଭର 27:45-56
Odia Holy Bible: Easy-to-Read Version
ଯୀଶୁଙ୍କ ମୃତ୍ୟୁ
(ମାର୍କ 15:33-41; ଲୂକ 23:44-49; ଯୋହନ 19:28-30)
45 ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା। 46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବକ୍ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”(A)
47 ସେଠାରେ ଠିଆହୋଇଥିବା କେତେକ ଲୋକ ଏ କଥା ଶୁଣିଲେ ଓ କହିଲେ, “ସେ ଏଲିୟଙ୍କୁ ଡାକୁଛି।”
48 ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜ୍ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା। 49 କିନ୍ତୁ ଅନ୍ୟମାନେ କହିଲେ, “ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।”
50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ୟାଗ କଲେ।
51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା, 52 କବରଗୁଡ଼ିକ ଖୋଲିଗଲା, ଆଗରୁ ମରିଯାଇଥିବା ପରମେଶ୍ୱରଙ୍କର ଅନେକଗୁଡ଼ିଏ ଲୋକ ମୃତ୍ୟୁରୁ ପୁଣି ଉତ୍ଥାନ ହେଲେ। ସେମାନେ କବର ଭିତରୁ ବାହାରି ଆସିଲେ। 53 ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।
54 ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”
55 କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ। 56 ସେମାନଙ୍କ ମଧ୍ୟରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମା ମରିୟମ ଓ ଜେବଦୀଙ୍କ ପୁତ୍ରମାନ (ଯାକୁବ ଓ ଯୋହନ) ଙ୍କ ମା ଥିଲେ।
Read full chapter2010 by Bible League International