ମାଥିଉ ଲିଖିତ ସୁସମାଗ୍ଭର 28:1-8
Odia Holy Bible: Easy-to-Read Version
ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ
(ମାର୍କ 16:1-8; ଲୂକ 24:1-12; ଯୋହନ 20:1-10)
28 ବିଶ୍ରାମ ଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।
2 ସେତିକିବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସ୍ୱର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାର ପାଖରୁ ପଥରଟି ଗଡ଼େଇ ବାହାର କରିଦେଲେ। ସେ ପଥର ଉପରେ ବସିଲେ। 3 ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା। 4 କବରକୁ ଜଗି ରହିଥିବା ସୈନ୍ୟମାନେ ସ୍ୱର୍ଗଦୂତଙ୍କୁ ଦେଖି ଡରିଗଲେ। ସେମାନେ ଭୟରେ ଥରିବାକୁ ଲାଗିଲେ। ସେମାନେ ମୃତ ପ୍ରାୟ ହୋଇଗଲେ।
5 ସ୍ୱର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, “ଭୟ କର ନାହିଁ। ଯେଉଁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଛି, ତୁମ୍ଭେ ତାହାଙ୍କୁ ଖୋଜୁଥିବା କଥା ମୁଁ ଜାଣିଛି। 6 କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ। 7 ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଜଣାଅ, ‘ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସେଠାରେ ଥିବେ। ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।’’’ ତା'ପରେ ସ୍ୱର୍ଗଦୂତ ଆଉ ଥରେ କହିଲେ, “ଏହିସବୁ କଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।”
8 ତେଣୁ ସେହି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ।
Read full chapter2010 by Bible League International