Add parallel Print Page Options

ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ

(ମାର୍କ 2:1-12; ଲୂକ 5:17-26)

ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”

କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”

ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା'ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’

ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।

Read full chapter