Add parallel Print Page Options

ଯୀଶୁ ଗୋଟିଏ ମୃତ ଝିଅଟିକୁ ଜୀବନ ଦେଲେ ଓ ଅସୁସ୍ଥ ସ୍ତ୍ରୀଲୋକଟିକୁ ସୁସ୍ଥ କରିଦେଲେ

(ମାର୍କ 5:21-43; ଲୂକ 8:40-56)

18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖିଦିଅ, ତା'ହେଲେ ସେ ପୁଣି ବଞ୍ଚି ଉଠିବ।”

19 ଯୀଶୁ ଉଠିଲେ। ସେ ଅଧ୍ୟକ୍ଷଙ୍କ ସହିତ ସେଠାକୁ ବାହାରିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ସେଠାକୁ ଗଲେ।

20 ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା'ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା। 21 ଏହା କଲାବେଳେ ସେ ମନେ ମନେ ଭାବୁଥିଲା, “ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁଦେଲେ ସୁସ୍ଥ ହୋଇଯିବି।”

22 ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।

23 ତା'ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର[a] ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ। 24 ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। 25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା। 26 ଏ ଖବର ସେହି ଅଞ୍ଚଳସାରା ବ୍ୟାପିଗଲା।

Read full chapter

Footnotes

  1. ମାଥିଉ ଲିଖିତ ସୁସମାଗ୍ଭର 9:23 ଯିହୂଦୀ ପ୍ରାର୍ଥନାଗୃହ ଏଠାରେ ଯିହୂଦୀମାନେ ପ୍ରାର୍ଥନା, ଶାସ୍ତ୍ର ଅଧ୍ୟୟନ ଓ ସାଧାରଣ ସଭା ପାଇଁ ଏକତ୍ରିତ ହୁଅନ୍ତି।