ଯିହୋଶୂୟଙ୍କର ପୁସ୍ତକ 5:1-7:15
Odia Holy Bible: Easy-to-Read Version
5 ଇସ୍ରାଏଲର ଲୋକମାନେ ନଦୀ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଯର୍ଦ୍ଦନ ନଦୀକୁ ଶୁଷ୍କ ରଖିଲେ। ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜାମାନେ ଓ ଭୂମଧ୍ୟ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାମାନେ ଏହା ଶୁଣିଲେ, ସେତେବେଳେ ସେମାନଙ୍କର ହୃଦୟ ତରଳି ଗଲା ଓ ଇସ୍ରାଏଲୀୟମାନଙ୍କୁ ସମ୍ମୁଖୀନ ହେବା ସକାଶେ ସେମାନେ ସେମାନଙ୍କର ସାହସ ହରାଇଲେ।
ଇସ୍ରାଏଲୀୟମାନେ ସୁନ୍ନତ ହେଲେ
2 ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ତିଆରି କରି ଆଉ ଥରେ ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।”
3 ତେଣୁ ଯିହୋଶୂୟ ଛୁରୀମାନ ତିଆରି କରି ଗିବିୟୋତ ହର୍ଲୋତ୍[a] ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣଙ୍କର ସୁନ୍ନତ କରାଇଲେ।
4-7 ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି, ମିଶରରୁ ବାହାରି ଆସିବା ପରେ ଇସ୍ରାଏଲର ସମସ୍ତ ଲୋକ ଯାତ୍ରା କରୁଥିବା ବେଳେ ମରୁଭୂମିରେ ମୃତ୍ୟୁବରଣ କଲେ। ସେମାନେ ସମସ୍ତେ ଯୋଦ୍ଧା ଥିଲେ ଓ ସୁନ୍ନତ ହୋଇଥିଲେ। କିନ୍ତୁ ମିଶର ଛାଡ଼ିବା ପରେ ମରୁଭୂମିରେ ଜନ୍ମ ହୋଇଥିବା ଇସ୍ରାଏଲୀୟମାନେ ସୁନ୍ନତ ହୋଇ ନ ଥିଲେ। ଯେହେତୁ ଲୋକମାନେ ସଦାପ୍ରଭୁଙ୍କ କଥା ମାନିଲେ ନାହିଁ। ତେଣୁ ସେମାନଙ୍କୁ ପ୍ରତିଜ୍ଞା କରାଯାଇଥିବା ଦେଶ ସେମାନେ ଦେଖି ପାରିଲେ ନାହିଁ ଏବଂ ଦୀର୍ଘ ଗ୍ଭଳିଶ୍ ବର୍ଷ ଯାଏ ସମସ୍ତ ଯୋଦ୍ଧା ମୃତ୍ୟୁବରଣ କରିବା ପର୍ଯ୍ୟନ୍ତ ମରୁଭୂମିରେ ଘୁରି ବୁଲିଲେ। ସଦାପ୍ରଭୁ ସେମାନଙ୍କୁ “ଉର୍ବର ଓ ଦୁଗ୍ଧମଧୁପ୍ରବାହୀତ ଦେଶ” ନ ଦେଖାଇବା ପାଇଁ ପ୍ରତିଜ୍ଞା କଲେ, ଯାହା ସେ ସେମାନଙ୍କର ପୂର୍ବପୁରୁଷଗଣଙ୍କଠାରେ ଆମ୍ଭକୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ତେଣୁ ସେମାନଙ୍କର ପୁତ୍ରଗଣ ସେମାନଙ୍କର ମୃତ୍ୟୁପରେ ସେମାନଙ୍କର ଜାଗାଗୁଡ଼ିକ ନେଇଗଲେ। ସେମାନେ ବାଟରେ ସୁନ୍ନତ ହୋଇ ନ ଥିଲେ, ତେଣୁ ସେମାନେ ରାସ୍ତାରେ ଯିହୋଶୂୟଙ୍କ ଦ୍ୱାରା ସୁନ୍ନତ ହେଲେ।
8 ଯିହୋଶୂୟ ସେମାନଙ୍କର ସୁନ୍ନତ ଶେଷ କଲେ। ଲୋକମାନେ ସତେଜ ହେବା ପର୍ଯ୍ୟନ୍ତ ସେମାନଙ୍କର ସ୍ଥାନରେ ରହିଲେ।
କିଣାନରେ ପ୍ରଥମ ନିସ୍ତାରପର୍ବ
9 ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେମାନେ ମିଶରର ଦାସ ଥିଲ, ଏବଂ ଏହା ତୁମ୍ଭକୁ ଲଜ୍ଜା ଦେଉଥିଲା। କିନ୍ତୁ ଆଜି ମୁଁ ଲଜ୍ଜାକୁ ନିବାରଣ କରିଅଛି।” ତେଣୁ ଯିହୋଶୂୟ ସେ ସ୍ଥାନର ନାମ ଦେଲେ, ଗିଲ୍ଗଲ୍, ଏବଂ ସେହି ଗିଲ୍ଗଲ୍ ନାମ ଆଜି ମଧ୍ୟ ପ୍ରଚଳିତ ଅଛି।
10 ଇସ୍ରାଏଲ ଲୋକମାନେ ନିସ୍ତାରପର୍ବ ପାଳନ କଲେ, ଯେତେବେଳେ ସେମାନେ ଯିରୀହୋ ସମତଳ ଅଞ୍ଚଳ ନିକଟରେ ଛାଉଣି ସ୍ଥାପନ କଲେ। ତାହା ଥିଲା ସେହି ମାସ ଚଉଦ ତାରିଖ ସନ୍ଧ୍ୟା। 11 ଆଉ ନିସ୍ତାରପର୍ବର ପୂର୍ବଦିନ ସେମାନେ ଦେଶର ଶସ୍ୟ ତାଡ଼ିଶୂନ୍ୟ ରୋଟୀ ଓ ଭଜା ଶସ୍ୟ ଖାଇଲେ। 12 ତା’ ପରଦିନ ସକାଳେ, ସ୍ୱର୍ଗର ଖାଦ୍ୟ ମାନ୍ନା ଆକାଶରୁ ପଡ଼ିବା ବନ୍ଦ ହେଲା, ସେମାନେ ସେହି ଦେଶର ଶସ୍ୟ ଭୋଜନ କଲାରୁ ଏପରି ହେଲା। ତେଣୁ ଇସ୍ରାଏଲର ଲୋକମାନେ ଆଉ ମାନ୍ନା ଖାଦ୍ୟ ପାଇଲେ ନାହିଁ। ସେହି ସମୟଠାରୁ ସେମାନେ କିଣାନର ଶସ୍ୟ ଖାଇଲେ।
13 ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା'ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା'ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”
14 ଅସ୍ତ୍ର ଧରିଥିବା ଲୋକଟି ଉତ୍ତର ଦେଲା, “ମୁଁ ତୁମ୍ଭର ଶତ୍ରୁ ନୁହେଁ, ମୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଅଟେ। ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସିଲି।”
ଏହା ପରେ ଯିହୋଶୂୟ ସମ୍ମାନ ଜଣାଇ ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। ସେ କହିଲେ, “ମୋର ପ୍ରଭୁ ତାଙ୍କର ଦାସ ମୋ’ ପାଇଁ କିଛି ବାର୍ତ୍ତା ପଠାଇଛନ୍ତି କି?”
15 ସଦାପ୍ରଭୁଙ୍କର ସୈନ୍ୟଦଳର ସେନାପତି ଉତ୍ତର ଦେଲେ, “ତୁମ୍ଭ ପାଦରୁ ପାଦୂକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଛିଡ଼ା ହୋଇଅଛ, ସେ ସ୍ଥାନ ପବିତ୍ର।” ତେଣୁ ଯିହୋଶୂୟ ସେହିପରି କଲେ।
6 ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।
2 ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି। 3 ପ୍ରତ୍ୟେକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭେମାନେ ଛଅ ଦିନ ଧରି କରିବା ଉଚିତ୍। 4 ସାତୋଟି ମେଷ ତୂରୀ ସହିତ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ସମ୍ମୁଖକୁ ଯିବେ। ଆଉ ସପ୍ତମ ଦିନରେ ତୁମ୍ଭେମାନେ ସାତଥର ନଗର ପ୍ରଦକ୍ଷିଣ କରିବା ଉଚିତ୍ ଓ ଯାଜକମାନେ ମେଷର ତୂରୀ ବଜାଇବା ଉଚିତ୍। 5 ସମସ୍ତ ଯାଜକମାନେ ମେଷ ତୂରୀରେ ଦୀର୍ଘ ଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ ସେତେବେଳେ ସମସ୍ତ ଲୋକ ମହାଜୟ ଧ୍ୱନିରେ ଜୟଧ୍ୱନି କରିବେ ଏବଂ ପ୍ରାଚୀର ପଡ଼ିଯିବ ଓ ସମସ୍ତ ଲୋକମାନେ ସିଧା ନଗରକୁ ଯିବାକୁ ସକ୍ଷମ ହେବେ।”
6 ତେଣୁ ନୂନର ପୁତ୍ର ଯିହୋଶୂୟ ସମସ୍ତ ଯାଜକମାନଙ୍କୁ ଏକତ୍ରିତ କଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପବିତ୍ର ନିୟମ-ସିନ୍ଦୁକ ଆଣ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀ ବଜାଇବେ।”
7 ତା'ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ଯାଅ, ସହରରେ ପ୍ରଦକ୍ଷିଣ କର। ସୈନ୍ୟମାନେ ପବିତ୍ର ସିନ୍ଦୁକର ଆଗରେ ରହିଲେ।”
8 ଯିହୋଶୂୟ ଲୋକମାନଙ୍କୁ କହି ସାରିବା ପରେ, ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଗ୍ଭଲିଲେ ଏବଂ ସେମାନେ ଗ୍ଭଲିବା ସମୟରେ ସାତୋଟି ତୂରୀ ବଜାଇ ବଜାଇ ଗ୍ଭଲିଲେ। ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଧରି ତାଙ୍କ ପଛେ ପଛେ ଗ୍ଭଲିଲେ। 9 ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ। 10 ଯିହୋଶୂୟ ଲୋକମାନଙ୍କୁ ଆଦେଶ ଦେଲେ, “ଯୁଦ୍ଧ ଡାକରା ଦିଅ ନାହିଁ ମୁଁ ନ କହିବାଯାଏ ତୁମ୍ଭର ସ୍ୱର ଶୁଣିବାକୁ ଦିଅ ନାହିଁ। ତା'ପରେ ମୁଁ କହିଲେ, ତୁମ୍ଭେ ଯୁଦ୍ଧ ଡାକରା ଦେଇ ପାରିବ।”
11 ଏହିପରି ଭାବରେ ଯିହୋଶୂୟ ପବିତ୍ର ସିନ୍ଦୁକ ସହିତ ଯାଜକ ଓ ସୈନ୍ୟଗଣଙ୍କୁ ଥରେ ସହର ପରିକ୍ରମା କରାଇଲେ। ଏହା ପରେ ସେମାନେ ଛାଉଣିକୁ ଫେରି ଆସି ବିଶ୍ରାମ ନେଲେ।
12 ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ। 13 ଏବଂ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀରେ ତିଆରି ତୂରୀ ବଜାଇ ବଜାଇ ଗ୍ଭଲିଲେ। ସଶସ୍ତ୍ର ସୈନିକମାନେ ମଧ୍ୟ ସେମାନଙ୍କ ଆଗରେ ଗ୍ଭଲିଲେ। ପଛପଟର ପ୍ରହରୀମାନେ ପବିତ୍ର ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ଏହିପରି ଭାବରେ ସେମାନେ ଅବିରତ ଭାବେ ତୂରୀ ବଜାଇ ନଗର ପରିକ୍ରମା କଲେ। 14 ଏହିପରି ଭାବରେ ଦ୍ୱିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହା ପରେ ଛାଉଣିକୁ ଫେରି ଆସିଲେ। ଏହିପରି ଭାବରେ ସେମାନେ ଛଅ ଦିନ ପର୍ଯ୍ୟନ୍ତ କଲେ।
15 ସପ୍ତମ ଦିନ ସୂର୍ଯ୍ୟୋଦୟ ପୂର୍ବରୁ ଉଠି ସେମାନେ ସହରକୁ ସାତଥର ପରିକ୍ରମା କଲେ। ପୂର୍ବଥର ଯେଉଁ ପଥରେ ପରିକ୍ରମା କରିଥିଲେ, ଏଥର ମଧ୍ୟ ସେହି ପଥଦେଇ ଗଲେ। କିନ୍ତୁ ସେହି ଦିନ ସେମାନେ ସାତଥର ନଗର ପରିକ୍ରମା କଲେ। 16 ସପ୍ତମ ଥର ନଗର ପ୍ରଦକ୍ଷିଣ କରିବା ବେଳେ ଯାଜକମାନେ ତୂରୀ ବଜାଇଲେ। ଏହି ସମୟରେ ଯିହୋଶୂୟ ନିର୍ଦ୍ଦେଶ ଦେଲେ, “ବର୍ତ୍ତମାନ ଜୟଧ୍ୱନି ଦିଅ। ଯେହେତୁ ସଦାପ୍ରଭୁ ତୁମ୍ଭକୁ ଏ ନଗର ଦାନ କଲେ। 17 ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ। କେବଳ ବ୍ୟଭିଗ୍ଭରଣୀ ରାହାବ, ସେହି ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ। କାରଣ ସେ ଆମ୍ଭମାନଙ୍କ ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା। 18 ତୁମ୍ଭେମାନେ ସେହି ଦ୍ରବ୍ୟରୁ କିଛି ନ ଦେବା ପାଇଁ ସାବଧାନ ହେବା ଉଚିତ୍, ଯାହାକି ନଷ୍ଟ କରାଯିବ। ଯଦି ତୁମ୍ଭେମାନେ ସେହି ଦ୍ରବ୍ୟଗୁଡ଼ିକୁ ଇସ୍ରାଏଲର ଛାଉଣି ଭିତରକୁ ନିଅ, ତେବେ ତୁମ୍ଭେମାନେ ଆପଣା ଉପରକୁ ବିପଦ ଆଣିବ ଏବଂ ତୁମ୍ଭେମାନେ ଇସ୍ରାଏଲ ଛାଉଣି ଧ୍ୱଂସ କରିବାର କାରଣ ହେବ। 19 ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।”
20 ଯାଜକମାନେ ମେଷ ତୂରୀ ବଜାଇଲେ, ଲୋକମାନେ ମେଷ ତୂରୀ ଶବ୍ଦ ଶୁଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ୟକୁ ଦୌଡ଼ିଲେ। ଇସ୍ରାଏଲର ଲୋକମାନେ ନଗରକୁ ଅକ୍ତିଆର କଲେ। 21 ଲୋକମାନେ ସହରରେ ଧ୍ୱଂସର ଲୀଳା ଚଲାଇଲେ। ସେମାନେ ସେଠାରେ ଥିବା ସମସ୍ତ ଜୀବିତ ବସ୍ତୁକୁ ଧ୍ୱଂସ କଲେ। ସେମାନେ ଯୁବକମାନଙ୍କୁ ହତ୍ୟା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀଲୋକମାନଙ୍କୁ, ପଶୁ, ମେଷ ଏବଂ ଗଧମାନଙ୍କୁ ହତ୍ୟା କଲେ।
22 ଯିହୋଶୂୟ ଦୁଇ ଜଣ ଗୁପ୍ତଚରଙ୍କୁ ଡାକି କହିଲେ, “ତୁମ୍ଭେ ସେ ବେଶ୍ୟା ଗୃହକୁ ଯାଅ ଓ ତାକୁ ବାହାରକୁ ଆଣ ଏବଂ ତାହା ସହିତ ଥିବା ସମସ୍ତ ଲୋକଙ୍କୁ ମଧ୍ୟ ବାହାରକୁ ଆଣ। ଏହିପରି କର କାରଣ ତୁମ୍ଭେ ସେମାନଙ୍କ ସହିତ ଏହିପରି ପ୍ରତିଜ୍ଞା କରିଅଛ।”
23 ତେଣୁ ସେ ଦୁଇ ଜଣ ଗୁପ୍ତଚର ଗୃହ ମଧ୍ୟକୁ ପ୍ରବେଶ କଲେ ଏବଂ ରାହାବକୁ ବାହାରକୁ ଆଣିଲେ। ସେମାନେ ମଧ୍ୟ ରାହାବର ପିତା, ମାତା, ଭଉଣୀ ଏବଂ ତା'ର ସମସ୍ତ ପରିବାରବର୍ଗ ଏବଂ ତାହା ସହିତ ଥିବା ସମସ୍ତ ଲୋକମାନଙ୍କୁ ବାହାରକୁ ଆଣିଲେ। ଏବଂ ସେମାନଙ୍କୁ ଇସ୍ରାଏଲର ଛାଉଣି ବାହାରେ ନିରାପଦରେ ରଖିଲେ।
24 ଏହା ପରେ ଇସ୍ରାଏଲ ଲୋକମାନେ ସେ ସହରରେ ଅଗ୍ନି ସଂଯୋଗ କଲେ। ସେମାନେ ସହରର ସୁନା, ରୂପା, ଲୌହବସ୍ତୁ ଓ ପିତ୍ତଳ ଇତ୍ୟାଦିକୁ ଛାଡ଼ି ସମସ୍ତ ବସ୍ତୁକୁ ପୋଡ଼ି ନଷ୍ଟ କରି ଦେଲେ ଏବଂ ଏହି ବସ୍ତୁମାନଙ୍କୁ ସଦାପ୍ରଭୁଙ୍କର ଭଣ୍ତାର ଗୃହରେ ଜମା କଲେ। 25 ଯିହୋଶୂୟ ରାହାବକୁ ଓ ତା'ର ପରିବାରବର୍ଗମାନଙ୍କୁ ରକ୍ଷା କଲେ କାରଣ ସେ ଗୁପ୍ତଚରମାନଙ୍କୁ ସାହାଯ୍ୟ କରିଥିଲା ଓ ରକ୍ଷା କରିଥିଲା। ଯିରୀହୋ ସହର ଉପରେ ଗୁପ୍ତ ଦୃଷ୍ଟି ରଖିବା ପାଇଁ ଯିହୋଶୂୟ ପଠାଇଥିବା ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା। ତେଣୁ ରାହାବ ଏବେ ମଧ୍ୟ ଇସ୍ରାଏଲମାନଙ୍କ ସହିତ ବାସ କରୁଅଛି।
26 ସେହି ସମୟରେ ଯିହୋଶୂୟ ଏହି ପ୍ରତିଜ୍ଞା କରିଥିଲେ,
“ଯେକେହି ଯିରୀହୋ ନଗର ପୁନଃ ନିର୍ମାଣ କରେ,
ସେ ସଦାପ୍ରଭୁଙ୍କ ଦ୍ୱାରା ଶାପଗ୍ରସ୍ତ ହେବ,
ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁ ସହିତ
ତହିଁର ଭିତ୍ତିମୂଳ ସ୍ଥାପନ କରିବ
ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ
ତହିଁର ଦ୍ୱାରମାନ ସ୍ଥାପନ କରିବ।”
27 ଏହିପରି ଭାବରେ ସଦାପ୍ରଭୁ ଯିହୋଶୂୟଙ୍କ ସହିତ ରହିଲେ ଓ ଯିହୋଶୂୟଙ୍କର କୀର୍ତ୍ତି ଗ୍ଭରିଆଡ଼େ ବ୍ୟାପିଲା।
ଆଖନ୍ର ପାପ
7 କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।
2 ସେମାନେ ଯିରୀହୋକୁ ପରାସ୍ତ କଲାପରେ, ଯିହୋଶୂୟ ଅୟକୁ ଲୋକ ପଠାଇଲେ। ଅୟ ବୈଥେଲ୍ର ପୂର୍ବ ଦିଗସ୍ଥିତ ବୈଥାବନର ପାର୍ଶ୍ୱରେ ଅବସ୍ଥିତ। ଯିହୋଶୂୟ ସେମାନଙ୍କୁ କହିଲେ, “ଅୟକୁ ଯାଅ ଓ ସେଠାରେ ସେମାନଙ୍କର ଦୁର୍ବଳତାକୁ ଅନୁସନ୍ଧାନ କର।” ତେଣୁ ଏଥିରେ ଲୋକମାନେ ଯାଇ ଅୟରେ ଅନୁସନ୍ଧାନ କଲେ।
3 ଏହା ପରେ ଲୋକମାନେ ଯିହୋଶୂୟ ନିକଟକୁ ଫେରି ଆସିଲେ। ସେମାନେ କହିଲେ, “ଅୟ ବହୁତ ଦୁର୍ବଳ, ସେମାନଙ୍କୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସେଠାକୁ ମାତ୍ର ଦୁଇ ତିନି ହଜାର ଲୋକ ଯୁଦ୍ଧ କରିବା ପାଇଁ ପଠାନ୍ତୁ। ସେଠାରେ ସମସ୍ତ ସୈନ୍ୟ ନିୟୋଜିତର ଆବଶ୍ୟକତା ନାହିଁ। ସେଠାରେ ଖୁବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ଅଛନ୍ତି।”
4-5 ତେଣୁ ମାତ୍ର 3,000 ସୈନ୍ୟ ଅୟକୁ ଗଲେ। କିନ୍ତୁ ଅୟର ଲୋକମାନେ ଛତିଶ୍ ଜଣ ଇସ୍ରାଏଲୀୟଙ୍କୁ ହତ୍ୟା କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟମାନେ ସେହି ସ୍ଥାନରୁ ଦୌଡ଼ି ପଳାଇଲେ।
ଅୟର ଲୋକମାନେ ସେମାନଙ୍କର ପଛେ ଗୋଡ଼େଇ ଗୋଡ଼େଇ ଆଣି ଶବାରୀମ ପର୍ଯ୍ୟନ୍ତ ଆଣିଲେ। ତେଣୁ ଇସ୍ରାଏଲୀୟ ଲୋକମାନେ ଭୟଭୀତ ହେଲେ ଓ ସେମାନେ ସାହସ ହରାଇଲେ। 6 ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ।
7 ଯିହୋଶୂୟ କହିଲେ, “ହେ ମୋର ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର ହେବାକୁ ଦେଲ? କ’ଣ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ବିନାଶ କରିବାକୁ, ଏହା କଲ? ଆହା ଯଦି ଆମ୍ଭେମାନେ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ। 8 ହେ ସଦାପ୍ରଭୁ, ଇସ୍ରାଏଲ ଶତ୍ରୁଗଣଙ୍କ ଦ୍ୱାରା ପରାଜିତ ହେବା ପରେ ଆମ୍ଭେ କ’ଣ କରିବୁ? 9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”
10 ତେଣୁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି ଅଧୋମୁଖ ହୋଇ ଭୂମିରେ ପଡ଼ିଅଛ? ଛିଡ଼ା ହୁଅ! 11 ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ'ଠାରୁ ଏହା ଗ୍ଭେରି କରିଛନ୍ତି। ତା'ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ। 12 ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।
13 “ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।
14 “‘ପ୍ରଭାତରେ ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବ। ସମସ୍ତ ପରିବାରବର୍ଗର ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବେ। ସଦାପ୍ରଭୁ ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାରବର୍ଗରୁ ବାଛିବେ। ଏହା ପରେ ସେହି ପରିବାରବର୍ଗଟି ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ। ସଦାପ୍ରଭୁ ସେହି ପରିବାରବର୍ଗକୁ ଗୋଟିଏ ଗୋଷ୍ଠୀକୁ ବାଛିବେ ଏବଂ ସେମାନେ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେବେ। ତା'ପରେ ସେହି ଗୋଷ୍ଠୀରୁ ସେ ଗୋଟିଏ ପରିବାରକୁ ବାଛିବେ। ତା'ପରେ ସେ ସେହି ପରିବାରର ପ୍ରତ୍ୟେକ ଲୋକଙ୍କୁ ନିରୀକ୍ଷଣ କରିବେ। 15 ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”
Footnotes
- ଯିହୋଶୂୟଙ୍କର ପୁସ୍ତକ 5:3 ଗିବିୟୋତ ହର୍ଲୋତ୍ ଏହି ନାମର ଅର୍ଥ “ସୁନ୍ନତ ପର୍ବତ।”
ଲୂକ ଲିଖିତ ସୁସମାଗ୍ଭର 15
Odia Holy Bible: Easy-to-Read Version
ସ୍ୱର୍ଗରେ ଆନନ୍ଦ
(ମାଥିଉ 18:12-14)
15 ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନେକ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ। 2 ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”
3 ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ: 4 “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ। 5 ମେଣ୍ଢାଟି ପାଇଗଲେ ସେ ବହୁତ ଖୁସୀ ହେବ। ସେ ମେଣ୍ଢାଟିକୁ କାନ୍ଧରେ ବସାଇ ଘରକୁ ଆଣିବ। 6 ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର। 7 ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।
8 “ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ। 9 ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, ‘ମୁଁ ବହୁତ ଆନନ୍ଦିତ। କାରଣ ମୋର ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମୋ’ ସହିତ ଆନନ୍ଦ କର।’ 10 ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।”
ପୁଅ ଯେ କି ଘର ଛାଡ଼ି ଗ୍ଭଲିଗଲା
11 ଯୀଶୁ କହିଲେ, “ଜଣେ ଲୋକର ଦୁଇ ପୁଅ ଥିଲେ। 12 ଦିନେ ସାନପୁଅ ତା’ ବାପାଙ୍କୁ କହିଲା, ‘ବାପା, ତୁମ୍ଭେ ମୋତେ ତୁମ୍ଭର ସବୁ ସମ୍ପତ୍ତିରୁ ମୋ’ ଭାଗତକ ଦେଇଦିଅ।’ ତେଣୁ ତା’ ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧ୍ୟରେ ବାଣ୍ଟି ଦେଲେ।
13 “ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା। 14 ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା'ର ଟଙ୍କା ଦରକାର ପଡ଼ିଲା। 15 ତେଣୁ ସେ ସେହି ଦେଶରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡ଼ିଆରେ ଘୁଷୁରି ଚରେଇବାକୁ ପଠାଇଲା। 16 ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ୟ କେହି ତାହାକୁ ଦେଲେ ନାହିଁ।
17 “ଏବେ ସେ ବୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, ‘ମୋ’ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠାରେ ଭୋକରେ ମରୁଛି। 18 ମୁଁ ଏ ସ୍ଥାନ ଛାଡ଼ି ମୋ’ ବାପାଙ୍କ ପାଖକୁ ଫେରିଯିବି।’ ମୁଁ ତାହାଙ୍କୁ କହିବି, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। 19 ମୁଁ ତୁମ୍ଭର ପୁଅ ହେବାର ଯୋଗ୍ୟ ନୁହେଁ। କିନ୍ତୁ ତୁମ୍ଭେ ମୋତେ ଦୟାକରି ତୁମ୍ଭର ଅନ୍ୟ ମୂଲିଆମାନଙ୍କ ଭଳି ରଖ।’ 20 ତେଣୁ ସେ ସ୍ଥାନ ଛାଡ଼ି ତା’ ବାପାଙ୍କ ପାଖକୁ ବାହାରିଲା।
ପୁଅର ଘର ବାହୁଡ଼ା
“ପୁତ୍ର ବହୁତ ଦୂରରେ ଥିଲାବେଳେ ବାପା ତାହାକୁ ଦେଖିଲେ। ସେ ପୁଅ ପାଇଁ ଦୁଃଖ ଅନୁଭବ କଲେ ଓ ତା’ ପାଖକୁ ଦୌଡ଼ିଗଲେ। ସେ ପୁଅକୁ କୁଣ୍ଢେଇ ପକେଇ ଚୁମ୍ବନ ଦେଲେ। 21 ପୁଅ କହିଲା, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। ମୁଁ ତୁମ୍ଭର ପୁଅ ହେବାକୁ ଯୋଗ୍ୟ ନୁହେଁ।’
22 “କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ। 23 ଆମ୍ଭର ସବୁଠାରୁ ମୋଟା ବାଛୁରିଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହେବ। ଆମ୍ଭେମାନେ ଗୋଟିଏ ଭୋଜି କରିବା। 24 ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ।
ବଡ଼ ପୁଅ ଆସିଲା
25 “ଏହି ସମୟରେ ଲୋକଟିର ବଡ଼ ପୁଅ କ୍ଷେତରେ ଥିଲା। ଫେରିଲା ବେଳେ, ଘର ପାଖାପାଖି ପହଞ୍ଚିବା ବେଳକୁ ସେ ନାଚଗୀତର ଶବ୍ଦ ଶୁଣିଲା। 26 ତେଣୁ ସେ ଜଣେ ଗ୍ଭକରକୁ ଡାକି ପଗ୍ଭରିଲା, ‘ଏ ସବୁ କ’ଣ ଗ୍ଭଲିଛି?’ 27 ଗ୍ଭକରଟି କହିଲା, ‘ତୁମ୍ଭ ଭାଇ ଫେରି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମୋଟା ବାଛୁରିଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳରେ ଫେରି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସୀ ହେଉଛନ୍ତି।’
28 “ଏହା ଶୁଣି ବଡ଼ ପୁଅ ଭୀଷଣ ରାଗିଗଲା। ସେ ଭିତରେ ପ୍ରବେଶ କରିବା ପାଇଁ ଇଚ୍ଛା କଲା ନାହିଁ। ତେଣୁ ତା’ ବାପା ବଡ଼ ପୁଅକୁ ଭିତରକୁ ଡାକିବା ପାଇଁ ବାହାରି ଆସିଲେ। 29 ବଡ଼ ପୁଅ ବାପାଙ୍କୁ କହିଲା, ‘ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସେବା କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମୋ’ ପାଇଁ ଛେଳିଟିଏ ମଧ୍ୟ କେବେ ମାରି ନାହଁ। ତୁମ୍ଭେ ମୋ’ ପାଇଁ ଓ ମୋ’ ବନ୍ଧୁମାନଙ୍କ ପାଇଁ କେବେ ହେଲେ ଭୋଜିଟିଏ ଦେଇ ନାହଁ। 30 କିନ୍ତୁ ତୁମ୍ଭର ଏହି ପୁଅଟି ତୁମ୍ଭର ସବୁତକ ସମ୍ପତ୍ତି ବେଶ୍ୟାମାନଙ୍କ ପାଇଁ ନଷ୍ଟ କରି ଦେଇଛି। ତା'ପରେ ସେ ଘରକୁ ଫେରି ଆସିଲା। ଆଉ ତା’ ପାଇଁ ତୁମ୍ଭେ ମୋଟା ବାଛୁରିଟିକୁ ମାରିଲ!’
31 “କିନ୍ତୁ ବାପା ତାକୁ କହିଲେ, ‘ପୁଅ, ତୁ ସବୁବେଳେ ମୋ’ ପାଖରେ ଅଛୁ। ମୋର ଯାହାକିଛି ଅଛି, ସେ ସବୁ ତୋର। 32 କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’”
Read full chapter
ଗୀତସଂହିତା 81
Odia Holy Bible: Easy-to-Read Version
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।
81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 ଗୀତ ଆରମ୍ଭ କର
ଓ ଦାରା ବଜାଅ,
ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
3 ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
4 କାରଣ ଏହା ଇସ୍ରାଏଲ ପାଇଁ ନିୟମ।
ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
5 ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
6 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
7 ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା
8 “ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
9 ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
ଆମ୍ଭେ ଖୁଆଇ ଦେବା।
11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”
ହିତୋପଦେଶ 13:1
Odia Holy Bible: Easy-to-Read Version
13 ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକାରେ ଶୁଣେ, କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।
Read full chapter2010 by Bible League International