Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:145-176

କଫ

145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
    ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
    ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
    ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
    ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
    ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
    ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
    ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
    ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।

ରେଶ୍

153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
    କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
    ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
    କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
    ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
    କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
    ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
    ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
    ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
    ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।

ଶିନ୍

161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
    କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
    ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
    ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
    ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
    ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
    ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
    ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।

ତୌ

169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
    କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
    କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
    ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
    ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
    ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
    ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
    କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।

ଗୀତସଂହିତା 128-130

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଏକ ଆରୋହଣ ସଙ୍ଗୀତ।

129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
    ଇସ୍ରାଏଲ, ଏହାକୁ ଆଉଥରେ କୁହ।
ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
    କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
    ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
    ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
    ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
ସେମାନେ ଗୃହର ଛାତ ଉପରିସ୍ଥ
    ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
ଯେପରି ‌‌କଟାଳୀ ତା'ର ହେଳାପୂର୍ଣ୍ଣ କରିପାରେ ନାହିଁ।
    ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
    “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
    କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”

ଏକ ଆରୋହଣ ଗୀତ।

130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
    ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
    ସାହାଯ୍ୟ ପାଇଁ ମୋର ଡାକ ଶୁଣ।
ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
    ତେବେ କେହି ବଞ୍ଚିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
    ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।

ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
    ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
    ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
    ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
    ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
    ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।

ହିତୋପଦେଶ 6:1-19

ଋଣରେ ମଧ୍ୟସ୍ଥି ହୁଅ ନାହିଁ

ହେ ମୋର ପୁତ୍ର, ଅନ୍ୟ ଲୋକର ଋଣରେ ତୁମ୍ଭେ ମଧ୍ୟସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶୋଧ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ? ଯଦି ତୁମ୍ଭେ କର, ତେବେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ୱାରା ଫାନ୍ଦରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାଯାଇ ଅଛ। ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ। ଯାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବାସୀକି ବାରମ୍ବାର ବିନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ। ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ଯାଅ ନାହିଁ। ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ୟାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ଉଡ଼ିଯାଆନ୍ତି।

ଅଳସୁଆ ପଣିଆର ବିପଦଗୁଡ଼ିକ

ହେ ଅଳସୁଆଲୋକମାନେ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ଯାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସେମାନଙ୍କଠାରୁ ଶିଖ ଓ ସେମାନଙ୍କର ଉଦାହରଣରୂପେ କାର୍ଯ୍ୟ କର। ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କେହି ନ ଥା’ନ୍ତି। ସେମାନେ ଗ୍ରୀଷ୍ମକାଳରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳରେ ପ୍ରଚୁର ପରିମାଣରେ ସେମାନେ ଖାଦ୍ୟ ସଂଗୃହୀତ କରିଥା’ନ୍ତି।

ହେ ଅଳସୁଆଲୋକମାନେ, କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରେ ପଡ଼ି ରହିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ? 10 ଅଳସୁଆମାନେ କହନ୍ତି, “ଆଉ ଟିକିଏ ଶୋଇବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ଯିବା ପାଇଁ ଭିଡ଼ିମୋଡ଼ି ହୁଏ।” 11 କିନ୍ତୁ ସେ ଶୋଇ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହୋଇଯାଏ। ଖୁବ୍ ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନେବ।

ପାପାଧମ ବ୍ୟକ୍ତି

12 ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ ସର୍ବଦା ମିଥ୍ୟା କଥା କହନ୍ତି। 13 ସେ ଆଖିରେ ଠାରେ, ସେ ଗୋଡ଼ରେ ଓ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ। 14 ତା'ର ହୃଦୟରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ଯୁକ୍ତିତର୍କ ଓ କଳି ଆରମ୍ଭ କରେ। 15 କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହେବ। ସେ ଆକସ୍ମିକ ଶୀଘ୍ର ବିନାଶ ହେବ। ଏବଂ ତାଙ୍କୁ କିଛି ଉପାୟ ମିଳିବ ନାହିଁ।

ସାତୋଟି କଥା ସଦାପ୍ରଭୁ ସର୍ବଦା ଘୃଣା କରନ୍ତି

16 ସଦାପ୍ରଭୁ ଏହି ଛଅ ଗୋଟି ବିଷୟକୁ ଘୃଣା କରନ୍ତି।
    ସପ୍ତବସ୍ତୁ ମଧ୍ୟ ତାଙ୍କର ଘୃଣାଯୋଗ୍ୟ।
17     ଅହଙ୍କାର ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା,
    ନିର୍ଦ୍ଦୋଷର ରକ୍ତପାତକାରୀ ହସ୍ତ।
18     ହୃଦୟ କୁକର୍ମ କରିବା ପାଇଁ ଯୋଜନା କରେ,
    କୁକର୍ମ କରିବାକୁ ବେଗଗାମୀ ଚରଣ।
19     ମିଥ୍ୟା ସାକ୍ଷୀ,
    ଯେ ମିଥ୍ୟା କହି ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।

ଯୋହନଙ୍କ ପ୍ରଥମ ପତ୍ର 5:1-12

ପରମେଶ୍ୱରଙ୍କ ସନ୍ତାନ ଜଗତ ବିରୁଦ୍ଧରେ ଜୟଲାଭ କରନ୍ତି

ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ। କାରଣ ପରମେଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ। ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି। ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ।

ପରମେଶ୍ୱର ଆମ୍ଭମାନଙ୍କୁ ତାହାଙ୍କର ପୁତ୍ର ବିଷୟରେ କହିଲେ

ଯିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁ ଖ୍ରୀଷ୍ଟ। ଯୀଶୁ ଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ[a] ସହିତ ଆସିଥିଲେ। କେବଳ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସେହି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ୟ ସାକ୍ଷ୍ୟ ଦେଲେ। ଆତ୍ମା ହିଁ ସତ୍ୟ। ଯୀଶୁଙ୍କ ବିଷୟରେ ଆମ୍ଭକୁ ତିନି ଜଣ ସାକ୍ଷ୍ୟ ଦିଅନ୍ତି; ପବିତ୍ରଆତ୍ମା, ଜଳ ଓ ରକ୍ତ। ଏହି ତିନି ଜଣଙ୍କ ସାକ୍ଷ୍ୟ ଏକ ଅଟେ।

ଯେତେବେଳେ ଲୋକମାନେ ସତ୍ୟକଥା କହନ୍ତି, ଆମ୍ଭେ ତାହା ବିଶ୍ୱାସ କରିଥାଉ। କିନ୍ତୁ ପରମେଶ୍ୱର ଯାହା କହନ୍ତି, ତାହା ତ ଅଧିକ ବିଶ୍ୱାସ ଯୋଗ୍ୟ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ ସତ୍ୟ ସାକ୍ଷ୍ୟ ଦିଅନ୍ତି। 10 ପରମେଶ୍ୱରଙ୍କର ପୁତ୍ରଙ୍କୁ ବିଶ୍ୱାସ କରୁଥିବା ବ୍ୟକ୍ତି ନିଜ ହୃଦୟରେ ସେହି ବାକ୍ୟ ସାକ୍ଷ୍ୟ ପାଇଅଛି। ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁ ନ ଥିବା ବ୍ୟକ୍ତି ପରମେଶ୍ୱରଙ୍କୁ ମିଥ୍ୟାବାଦୀ କରିଦିଏ, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ସମ୍ବନ୍ଧରେ ଯାହା କହିଛନ୍ତି, ସେ ତାହା ବିଶ୍ୱାସ କରେ ନାହିଁ। 11 ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। 12 ଯିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।

ଯୋହନ ଲିଖିତ ସୁସମାଗ୍ଭର 11:45-54

ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା

(ମାଥିଉ 26:1-5; ମାର୍କ 14:1-2; ଲୂକ 22:1-2)

45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ। 46 କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ। 47 ତା'ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି। 48 ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”

49 ସେମାନଙ୍କ ମଧ୍ୟରୁ କୟାଫା ନାମକ ଜଣେ ବ୍ୟକ୍ତି ଥିଲେ। ସେ ସେହି ବର୍ଷପାଇଁ ମହାଯାଜକ ଥିଲେ। କୟାଫା କହିଲେ, “ତୁମ୍ଭେ ସବୁକିଛି ଜାଣି ନାହଁ। 50 ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”

51 କୟାଫା ନିଜେ ସେହି କଥା ଭାବି ପାରି ନ ଥିଲେ। ଯେ ସେ ବାସ୍ତବରେ ଭବିଷ୍ୟ‌‌‌ଦ୍‌‌‌ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦେବେ। 52 ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦେବେ। କିନ୍ତୁ ସେ ପରମେଶ୍ୱରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ୟ ଜୀବନ ଦେବେ, ଯେଉଁମାନେ ଜଗତର ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇ ରହିଛନ୍ତି। ସେମାନଙ୍କୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ୟୁ ଭୋଗ କରିବେ।

53 ସେହି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। 54 ତେଣୁ ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଖୋଲାଖୋଲି ଭାବରେ ଯାତ୍ରା କରିବା ବନ୍ଦ କରିଦେଲେ। ସେ ଯିରୁଶାଲମ ଛାଡ଼ି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଗ୍ଭଲିଗଲେ। ସେହି ସହରର ନାମ ଏଫ୍ରୟିମ। ସେ ସେଠାରେ ନିଜ ଶିଷ୍ୟମାନଙ୍କ ସହିତ ରହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center