Book of Common Prayer
137 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ
ସେଠାରେ ବସି ରୋଦନ କଲୁ।
2 ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
3 ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ।
ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ:
“ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
4 କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି
ବିଦେଶରେ ଗାନ କରି ପାରିବା!
5 ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ,
ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।
6 ହେ ଯିରୁଶାଲମ,
ଯଦି ମୁଁ ତୁମ୍ଭକୁ କେବେ ଭୁଲେ,
ତେବେ ମୋର କାମନା କି
ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।
ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
7 ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର।
ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର!
ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
8 ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ!
ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।
9 ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି,
ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।
ଦାଉଦଙ୍କ ଗୀତ
144 ସଦାପ୍ରଭୁ ମୋର ଶୈଳ,
ତାହାଙ୍କର ପ୍ରଶଂସା ହେଉ।
ସେ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
ସଦାପ୍ରଭୁ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
2 ସେ ମୋତେ ସ୍ନେହ କରନ୍ତି ଏବଂ ରକ୍ଷା କରନ୍ତି।
ସେ ମୋର ଉଚ୍ଚ ପର୍ବତରେ ନିରାପଦ ସ୍ଥାନ।
ସେ ମୋତେ ଉଦ୍ଧାର କରନ୍ତି।
ସେ ମୋର ଢାଲ,
ସେ ହେଉଛନ୍ତି ମୋ’ ଆଶ୍ରୟସ୍ଥଳ।
ସଦାପ୍ରଭୁ ମୋର ଲୋକମାନଙ୍କୁ ଶାସନ କରିବାରେ ମୋତେ ସାହାଯ୍ୟ କରନ୍ତି।
3 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି?
ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ?
4 ମନୁଷ୍ୟ ଜୀବନ ପବନର ଫୁତ୍କାର।
ତାହାର ଜୀବନ ବହିଯିବା ଦିନର ଛାୟା ତୁଲ୍ୟ।
5 ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ।
ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସେମାନେ ଧୂମ ନିର୍ଗତ କରିବେ।
6 ବିଜୁଳି ନିକ୍ଷେପ କରି ଶତ୍ରୁମାନଙ୍କୁ ଘରଦ୍ୱାର ଦିଅ।
ତୁମ୍ଭର “ବାଣ” ନିକ୍ଷେପ କର ଏବଂ ସେମାନଙ୍କୁ ତଡ଼ି ଦିଅ।
7 ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର।
ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ।
ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର।
8 ସେହି ଶତ୍ରୁଗଣ ମିଥ୍ୟାବାଦୀ,
ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।
9 ହେ ସଦାପ୍ରଭୁ, ତୁମ୍ଭ ବିଷୟରେ ମୁଁ ନୂତନ ଗୀତ ଗାନ କରିବି।
ଦଶତାର ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
10 ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସେମାନଙ୍କ ଯୁଦ୍ଧରେ ବିଜୟୀ କରାଅ।
ସଦାପ୍ରଭୁ, ତୁମ୍ଭେ ଆପଣା ସେବକ ଦାଉଦଙ୍କୁ ଶତ୍ରୁ ଖଡ଼୍ଗର ସମ୍ମୁଖରୁ ଉଦ୍ଧାର କର।
11 ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର।
ସେହି ଶତ୍ରୁମାନେ ମିଥ୍ୟାବାଦୀ,
ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।
12 ଆମ୍ଭର ପୁତ୍ରଗଣ ସେହି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି।
ଆମ୍ଭମାନଙ୍କ କନ୍ୟାଗଣ ରାଜପ୍ରାସାଦର ଖୋଦିତ କୋଣର ଖମ୍ବ ତୁଲ୍ୟ ହୁଅନ୍ତୁ।
13 ଆମ୍ଭମାନଙ୍କର ଭଣ୍ଡାର
ସର୍ବପ୍ରକାର ଶସ୍ୟରେ ପରିପୂର୍ଣ୍ଣ ହେଉ।
ଆମ୍ଭମାନଙ୍କର ମେଷଗଣ ସହସ୍ର ସହସ୍ର
ଓ ଅୟୁତ ଅୟୁତ ଶାବକ ପ୍ରସବ କରନ୍ତୁ।
14 ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ୱାରା ଅଧିକ ଓଜନିଆ ହୋଇ ପଡ଼ନ୍ତୁ।
ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ।
ଆମ୍ଭମାନଙ୍କ ମଧ୍ୟରୁ କେହି ନିର୍ବାସିତ ନ ହୁଅନ୍ତୁ।
ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।
15 ସେହିପରି ଲୋକମାନେ ହେଉଛନ୍ତି ଧନ୍ୟ, ଯାହାର ଏହିଭଳି ଅଛି।
ସେହି ଲୋକମାନେ ଧନ୍ୟ ହୁଅନ୍ତୁ, ଯାହାର ପରମେଶ୍ୱର ହେଉଛନ୍ତି ସଦାପ୍ରଭୁ।
104 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ମହାନ।
ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
2 ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର।
ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
3 ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ।
ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ।
ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
4 ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର
ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି[a] ସଦୃଶ କର।
5 ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ
ଯେ ତାହା ମୂଳରୁ କେବେ ଧକ୍କା ହେବ ନାହିଁ।
6 ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ୟ ଆଚ୍ଛାଦନ କଲ।
ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।
7 କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା।
ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
8 ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା
ଏବଂ ତା'ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
9 ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ।
ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ।
ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।
10 ପରମେଶ୍ୱର, ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ।
ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।
11 ଏହି ଜଳ ବନ୍ୟ ପଶୁଗଣକୁ ଜଳ ଯୋଗାଏ।
ବନ୍ୟ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
12 ବନ୍ୟ ପକ୍ଷୀଗଣ ଜଳାଶୟ ନିକଟରେ ବାସ କରିବା ପାଇଁ ଆସନ୍ତି।
ସେହି ପକ୍ଷୀଗୁଡ଼ିକ ଜଳାଶୟ ପାଖରେ ଥିବା ବୃକ୍ଷର ଡାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
13 ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ।
କାରଣ ଯାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
14 ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ
ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର।
ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।
15 ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ,
ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ
ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।
16 ଲିବାନୋନ୍ର ମହାନ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି।
ସଦାପ୍ରଭୁ ସେହି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସେମାନଙ୍କର ଆବଶ୍ୟକତାନୁଯାୟୀ ପାଣି ଦେଉଥିଲେ।
17 ସେହି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି।
ସାରସ ପକ୍ଷୀ ସୋନେବର ବୃକ୍ଷରେ ବାସ କରନ୍ତି।
18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ।
ଶୈଳସବୁ ଶାଫନର[b] ଆଶ୍ରୟ।
19 ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି।
ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ।
ତହିଁରେ ସକଳ ବନ୍ୟପଶୁ ବାହାରି ଭ୍ରମଣ କରନ୍ତି।
21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି।
ସତେ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।
22 ସୂର୍ଯ୍ୟୋଦୟ ହେଲେ ସେମାନେ ନିଜ ନିଜ ବସାକୁ ଗ୍ଭଲିଯା’ନ୍ତି।
ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।
23 ଏହା ପରେ ମନୁଷ୍ୟ ତା'ର କାମକୁ ବାହାରେ
ଏବଂ ସେ ସନ୍ଧ୍ୟା ପର୍ଯ୍ୟନ୍ତ କାମ କରେ।
24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
ତହିଁରେ ଖେଳିବା ପାଇଁ
ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।
27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।
31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।
33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ପ୍ରଶଂସା କର।
22 “ସଦାପ୍ରଭୁ ନିଜ ଗତିର ଆରମ୍ଭରେ,
ତାଙ୍କ କର୍ମ ସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 ଅନାଦିକାଳରୁ ଅବା ଆଦ୍ୟ କାଳାବଧି,
ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 ଯେତେବେଳେ ଗଭୀର ସମୁଦ୍ର ନ ଥିଲା,
ଏବଂ ଯେତେବେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହୋଇଥିଲି।
25 ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରୁ,
ମୁଁ ଜନ୍ମ ହୋଇଥିଲି।
26 ସେସମୟରେ ଭୂମି କି ପ୍ରାନ୍ତର,
କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
27 ଯେଉଁ ସମୟରେ ସେ ସ୍ୱର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ।
ସେ ସମୟରେ ମୁଁ ସେଠାରେ ଥିଲି।
28 ସେ ମେଘକୁ ଆକାଶରେ ଝୁଲାଇଲେ,
ଯେତେବେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
29 ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ
ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପାରେ,
ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
30 ସେହି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି।
ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
31 ସେ ସୃଷ୍ଟି କରିଥିବା ପୃଥିବୀରେ ମୁଁ ଉପଭୋଗ କଲି।
ମୋର ଆନନ୍ଦ ଲୋକମାନଙ୍କ ସହିତ ଥିଲା।
32 “ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ।
ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ।
33 ମୋର ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ।
ତାହାକୁ ଅଗ୍ରାହ୍ୟ କର ନାହିଁ।
34 ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ।
ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।
35 ଯେଉଁ ଲୋକ ମୋତେ ପାଏ, ସେ ଜୀବନ ପାଏ।
ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
36 କିନ୍ତୁ ଯେ ମୋର ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ।
ଯେଉଁସବୁ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭୟ କରନ୍ତି।”
1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ମୁଁ ପ୍ରେରିତ ହୋଇଛି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନର ପ୍ରତିଜ୍ଞା ବିଷୟରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ୱର ମୋତେ ପଠାଇଲେ।
2 ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମୋ’ ପାଇଁ ମୋ’ ପ୍ରିୟ ପୁତ୍ର ଭଳି।
ପରମପିତା ପରମେଶ୍ୱରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।
ଧନ୍ୟବାଦ ଓ ଆଶ୍ୱାସନା
3 ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି। 4 ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ। 5 ପ୍ରଥମରେ ସେହି ବିଶ୍ୱାସ ତୁମ୍ଭର ମାତାମହୀ ଲୋୟୀ ଓ ମାତା ଇଉନୀକୀଙ୍କଠାରେ ଥିଲା। 6 ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ। 7 ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି।
8 ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହୋଇ ରହିଛି ମୋ’ ପାଇଁ ମଧ୍ୟ ଲଜ୍ଜା ବୋଧ କର ନାହିଁ। କିନ୍ତୁ ମୋ’ ସହିତ ସୁସମାଗ୍ଭର ପାଇଁ କଷ୍ଟ ସହ୍ୟ କର। ତାହା କରିବା ପାଇଁ ପରମେଶ୍ୱର ଆମ୍ଭକୁ ଶକ୍ତି ଦିଅନ୍ତି।
9 ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି। 10 ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।
11 ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି। 12 ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ[a] ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।
13 ମୋ'ଠାରୁ ଶୁଣିଥିବା ସତ୍ଶିକ୍ଷାଗୁଡ଼ିକୁ ପାଳନ କର। ସେହି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଆମ୍ଭର ବିଶ୍ୱାସ ଓ ପ୍ରେମ। ସେହି ଉପଦେଶଗୁଡ଼ିକ ଉଦାହରଣ ସ୍ୱରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦେବା ଉଚିତ୍। 14 ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି।
ଜୀବନ ଓ ମୃତ୍ୟୁ ବିଷୟରେ ଯୀଶୁଙ୍କ କଥା
20 ନିସ୍ତାରପର୍ବରେ ଉପାସନା କରିବା ପାଇଁ ଯିରୁଶାଲମ ଯାଇଥିବା ଲୋକମାନଙ୍କ ମଧ୍ୟରୁ କେତେକ ଗ୍ରୀକ୍ ଲୋକଥିଲେ। 21 ସେହି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।” 22 ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏ କଥା ଜଣାଇଲେ। ତା'ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।
23 ଯୀଶୁ ସେମାନଙ୍କୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି। 24 ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା'ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ। 25 ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ। 26 ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।
2010 by World Bible Translation Center