Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହାନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି। ସେଲା
7 ହେ ନଗର ଫାଟକ, ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି। ସେଲା
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ, ତୁମ୍ଭର ପବିତ୍ର ତମ୍ବୁ[a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। ସେଲା
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ[b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର। ସେଲା
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
16 “ତୁମ୍ଭେ ଏକଥା ସ୍ମରଣ କର ଯେ ଆମ୍ଭେମାନେ ମିଶରରେ କିପରି ଥିଲୁ, ତୁମ୍ଭେ ଏକଥା ସ୍ମରଣ କର, ଆମ୍ଭେ କିପରି ଭାବରେ ବହୁ ଦେଶ ଅତିକ୍ରାନ୍ତ କରି ଆସିଲୁ। 17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ ଓ ସେମାନଙ୍କ କାଠ, ପଥର, ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ। 18 ଏଥିପାଇଁ ତୁମ୍ଭେ ସାବଧାନ ହେବ। ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, ପରିବାର କି ବଂଶ ଯେମନ୍ତ ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେମନ୍ତ ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ।
19 “ଆଉ ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ‘ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟରେ କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।’ 20-21 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
22 “ଭବିଷ୍ୟତରେ ତୁମ୍ଭର ଭବିଷ୍ୟଦ୍ ବଂଶଧରଗଣ ଓ ବହୁ ଦୂର ସ୍ଥାନରୁ ଆସୁଥିବା ବିଦେଶୀଗଣ ବିନାଶ ଓ ବିପର୍ଯ୍ୟୟ ଦେଖିବେ, ଯାହା ସଦାପ୍ରଭୁ ଦେଶକୁ ଆଘାତ କରିଛନ୍ତି। 23 ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା, ଅଦ୍ମା ଓ ସବୋୟିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି। ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢ଼େ ନାହିଁ।
24 “ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ‘ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କ’ଣ?’ 25 ତହିଁରେ ଲୋକମାନେ କହିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିଶର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ ତାହା ସେମାନେ ତ୍ୟାଗ କରିଅଛନ୍ତି। 26 ଯେଉଁ ଦେବତାମାନଙ୍କୁ ସେମାନେ ଜାଣି ନ ଥିଲେ ଓ ସେ ସେମାନଙ୍କୁ ନେଇ ନ ଥିଲେ, ସେମାନେ ଯାଇ ସେହି ଅନ୍ୟ ଦେବତାଗଣର ପୂଜା କଲେ ଓ ସେମାନଙ୍କର ସେବା କଲେ। 27 ଏଣୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। 28 ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ସେମାନଙ୍କୁ ଅନ୍ୟ ଦେଶରେ ନିକ୍ଷେପ କଲେ, ଯେଉଁଠାରେ ସେମାନେ ଆଜି ଅଛନ୍ତି।’
29 “ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର ମାତ୍ର ଆମ୍ଭେମାନେ ଯେମନ୍ତ ଏହି ବ୍ୟବସ୍ଥାର ସବୁ ବାକ୍ୟ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ବଂଶାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।
ନାରୀ ଓ ମହାସର୍ପ
12 ତା'ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା। 2 ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।
3 ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ୟ ଥିଲା। 4 ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।
5 ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା। 6 ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା'ର ଯତ୍ନ 1,260 ଦିନ ପର୍ଯ୍ୟନ୍ତ ନିଆଯିବ।
7 ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା। 8 କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। 9 ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ।) ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।
10 ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା। 11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ। 12 ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ
29 ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।
30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।
ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ
(ମାର୍କ 8:1-10)
32 ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”
33 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନରେ କେଉଁଠାରୁ ପାଇବା? ଆମ୍ଭେ ନଗରଠାରୁ ବହୁତ ଦୂରରେ ଅଛୁ।”
34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”
ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।”
35 ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ: 36 ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ। 37 ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା'ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ। 38 ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ। 39 ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।
2010 by World Bible Translation Center