Book of Common Prayer
ଅଫସର ମସ୍କୀଲ୍।
78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
4 ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
5 ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ।
ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ।
ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ,
ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।
6 ଏପରିକି ଯେଉଁ ପିଲାମାନେ ଜନ୍ମ ହେବେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଜଣାଇବେ।
ତା'ପରେ ସେମାନେ ଯେବେ ବଡ଼ ହେବେ ସେମାନଙ୍କର ପିଲାମାନଙ୍କୁ କହିବେ।
7 ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ।
ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ।
ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।
8 ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ।
ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୁଦ୍ଧରେ ଗଲେ।
ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ।
ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା।
ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
9 ଇଫ୍ରୟିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ,
ମାତ୍ର ସେମାନେ ଯୁଦ୍ଧ ହେବା ଦିନରେ ପଳାୟନ କଲେ।
10 ସେମାନେ ପରମେଶ୍ୱରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ।
ସେମାନେ ତାଙ୍କର ବ୍ୟବସ୍ଥା ମାନିବାକୁ ଅସ୍ୱୀକାର କଲେ।
11 ସେମାନେ ପରମେଶ୍ୱର କରିଥିବା ମହତ କାର୍ଯ୍ୟ ଭୁଲିଗଲେ।
ପରମେଶ୍ୱର ସେମାନଙ୍କୁ ଦେଖାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
12 ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ
ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।
13 ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ
ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।
14 ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା
ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।
15 ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ
ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
16 ପରମେଶ୍ୱର ଶୈଳରୁ ଝର ବାହାର କରାଇଲେ
ଏବଂ ଏହାର ଜଳ ନଦୀପରି ବୋହିଲା।
17 ତଥାପି ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ଗ୍ଭଲିଲେ।
ସେମାନେ ମରୁଭୂମିରେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ବିଦ୍ରୋହାଚରଣ କଲେ।
18 ଏହା ପରେ ସେହି ଲୋକମାନେ ପରମେଶ୍ୱରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ।
ସେମାନେ ପରମେଶ୍ୱରଙ୍କୁ ଖାଦ୍ୟ ମାଗିଲେ,
ଯାହା ସେମାନେ ଇଚ୍ଛା କରିଥିଲେ।
19 ସେମାନେ ପରମେଶ୍ୱରଙ୍କୁ ଅଭିଯୋଗ କଲେ ଏବଂ କହିଲେ,
“କ’ଣ ପରମେଶ୍ୱର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦେଇ ପାରିବେ?
20 ଏହା ସତ୍ୟ ଯେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା,
ସେ ମଧ୍ୟ କ’ଣ ଆମ୍ଭକୁ ରୋଟୀ ଦେଇ ପାରିବେ? ସେ କ’ଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦେଇ ପାରିବେ?”
21 ସେହି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ,
ପରମେଶ୍ୱର ଯାକୁବ ଉପରେ ବହୁତ କ୍ରୋଧ ହେଲେ
ଓ ପରମେଶ୍ୱର ଇସ୍ରାଏଲ ବିରୁଦ୍ଧରେ ବହୁତ କ୍ରୋଧାନ୍ୱିତ ହେଲେ।
22 କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ।
ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ ବୋଲି ସେମାନେ ବିଶ୍ୱାସ କଲେ ନାହିଁ।
23 କିନ୍ତୁ ଏହା ପରେ ପରମେଶ୍ୱର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ
ଓ ଆକାଶର ଦ୍ୱାର ଖୋଲିଲେ।
24 ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷା କରାଇଲେ
ଏବଂ ସେ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ।
ପରମେଶ୍ୱର ସେମାନେ ଖାଇ ତୃପ୍ତି ହେବା ପର୍ଯ୍ୟନ୍ତ ସେହିସବୁ ପ୍ରକାର ଖାଦ୍ୟ ଯୋଗାଇଲେ।
26 ପରମେଶ୍ୱର ଆକାଶରେ ପୂର୍ବୀୟବାୟୁ ବୁହାଇଲେ
ଓ ସେ ତାଙ୍କର ଶକ୍ତି ଦ୍ୱାରା ଦକ୍ଷିଣବାୟୁ ଆଣିଲେ।
27 ପରମେଶ୍ୱର ତାଙ୍କର ଲୋକମାନଙ୍କ ଉପରେ ସେମାନଙ୍କର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ।
ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ୟ ବହୁତ ଥିଲେ।
28 ଏହି ପକ୍ଷୀମାନେ ସେମାନଙ୍କ ତମ୍ବୁର ଚତୁର୍ଦ୍ଦିଗରେ
ଛାଉଣି ଭିତରେ ପଡ଼ିଲେ।
29 ସେମାନେ ତୃପ୍ତି ହେବା ପର୍ଯ୍ୟନ୍ତ ଖାଇଲେ।
ସେମାନେ ଯାହା ଗ୍ଭହିଁଲେ, ପରମେଶ୍ୱର ସେମାନଙ୍କୁ ଦେଲେ।
30 ସେମାନେ ସେମାନଙ୍କର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ।
ତେଣୁ ସେମାନଙ୍କ ପାଟିରେ ଖାଦ୍ୟ ଅବିଚଳିତ ଥିଲା,
31 ପରମେଶ୍ୱର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କ୍ରୋଧ ହେଲେ,
ଏବଂ ସେମାନଙ୍କ ମଧ୍ୟରୁ ସବୁଠୁ ସ୍ୱାସ୍ଥ୍ୟବାନ ଲୋକଙ୍କୁ ହତ୍ୟା କଲେ।
ସେ ଇସ୍ରାଏଲର ଉତ୍ତମ ଯୁବକମାନଙ୍କୁ ତଳକୁ ଖସାଇ ଆଣିଲେ।
32 କିନ୍ତୁ ଏହି ଲୋକମାନେ ପୁନ୍ନରାୟ ପାପ କଲେ!
ସେମାନେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟ କାର୍ଯ୍ୟରେ ବିଶ୍ୱାସ କଲେ ନାହିଁ,
ଯାହା ପରମେଶ୍ୱର କରିଥିଲେ।
33 ପରମେଶ୍ୱର ସେମାନଙ୍କର ଦିନଗୁଡ଼ିକୁ ନିଶ୍ୱାସ ପରି ଶୀଘ୍ର ସମାପ୍ତ କଲେ।
ସେ ସେମାନଙ୍କର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।
34 ଯେତେବେଳେ ପରମେଶ୍ୱର ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଲେ, ଅନ୍ୟମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ
ଏବଂ ତାଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଉତ୍କଣ୍ଠିତ ହେଲେ।
35 ସେମାନେ ମନେ କଲେ ଯେ, ପରମେଶ୍ୱର ସେମାନଙ୍କର ଶୈଳ ଥିଲେ
ଏବଂ ସେହି ସର୍ବୋପରିସ୍ଥ ପରମେଶ୍ୱର ସେମାନଙ୍କୁ ରକ୍ଷା କଲେ।
36 କିନ୍ତୁ ସେମାନେ ନିଷ୍କପଟ ନ ଥିଲେ,
ଏବଂ ସେମାନେ ତାଙ୍କୁ ମିଛ କହିଲେ।
37 ସେମାନଙ୍କର ହୃଦୟ ପରମେଶ୍ୱରଙ୍କ ପ୍ରତି ପ୍ରକୃତରେ ନ ଥିଲା।
ସେମାନେ ତାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38 କିନ୍ତୁ ପରମେଶ୍ୱର ସ୍ନେହଶୀଳ ଥିଲେ
ଓ ସେମାନଙ୍କର ପାପଗୁଡ଼ିକ କ୍ଷମା କଲେ, ସେମାନଙ୍କୁ ଧ୍ୱଂସ କଲେ ନାହିଁ।
ପରମେଶ୍ୱର ତାଙ୍କର କ୍ରୋଧକୁ ଅନେକ ଥର ସ୍ଥଗିତ ରଖିଲେ।
ସେ ନିଜକୁ ବହୁତ କ୍ରୋଧ ହେବାରେ ନିୟନ୍ତ୍ରଣ କରି ନ ଥିଲେ।
39 ଆଉ ପରମେଶ୍ୱର ସ୍ମରଣ କଲେ ସେମାନେ ମନୁଷ୍ୟମାତ୍ର,
ସେମାନେ ବାୟୁତୁଲ୍ୟ, ଯାହା ବହିଯାଏ ଏବଂ ଫେରି ଆସେ ନାହିଁ।
40 ସେହି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
ସେମାନେ ତାଙ୍କୁ ଦୁଃଖିତ କଲେ।
41 ସେମାନେ ବାରମ୍ବାର ପରମେଶ୍ୱରଙ୍କୁ ପରୀକ୍ଷା କଲେ।
ସେମାନେ ପ୍ରକୃତରେ ଇସ୍ରାଏଲର ପବିତ୍ର ସ୍ୱରୂପଙ୍କୁ ବିରକ୍ତ କଲେ।
42 ସେହି ଲୋକମାନେ ପରମେଶ୍ୱରଙ୍କର ଶକ୍ତିକୁ ଭୁଲିଗଲେ।
ସେମାନେ ଭୁଲିଗଲେ ଯେ, ପରମେଶ୍ୱର ସେମାନଙ୍କୁ ସେମାନଙ୍କର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।
43 ସେମାନେ ମିଶରର ଆଶ୍ଚର୍ଯ୍ୟ କର୍ମ
ଏବଂ ସିୟୋନ କ୍ଷେତ୍ରର ଆଶ୍ଚର୍ଯ୍ୟ କର୍ମମାନ ଭୁଲିଗଲେ।
44 ପରମେଶ୍ୱର ନଦୀର ଜଳକୁ ରକ୍ତ ସ୍ରୋତରେ ପରିଣତ କଲେ।
ମିଶରୀୟମାନେ ପିଇବା ପାଇଁ ପାଣି ପାଇଲେ ନାହିଁ।
45 ପରମେଶ୍ୱର ସେମାନଙ୍କ ମଧ୍ୟରୁ ଦଂଶକ ଝିଙ୍କ ପଠାଇଲେ।
ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ସେମାନଙ୍କୁ ବିନାଶ କଲେ।
46 ପରମେଶ୍ୱର ସେମାନଙ୍କ ଫସଲକୁ କୀଟ ପଠାଇଲେ।
ସେମାନଙ୍କର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।
47 ସେ ଶିଳାଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା
ଓ ହିମଦ୍ୱାରା ସେମାନଙ୍କ ବୃକ୍ଷ ଧ୍ୱଂସ କଲେ।
48 ପରମେଶ୍ୱର କୁଆପଥର ଦ୍ୱାରା ସେମାନଙ୍କ ପଶୁଗଣଙ୍କୁ
ଓ ସେମାନଙ୍କ ପଲଗଣଙ୍କୁ ପ୍ରଜ୍ୱଳିତ ବଜ୍ରାଘାତରେ ବଧ କଲେ।
49 ପରମେଶ୍ୱର ଆପଣା କ୍ରୋଧ ମିଶର ଉପରେ ଦେଖାଇଲେ।
ସେମାନଙ୍କ ବିରୁଦ୍ଧରେ ଦୂତଦଳ ପଠାଇଲେ।
50 ପରମେଶ୍ୱର ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ।
ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ।
ମାତ୍ର ମହାମାରୀରେ ସେମାନଙ୍କ ଜୀବନକୁ ସମାପ୍ତ କଲେ।
51 ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ୟା କଲେ।
ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।
52 ସେ ମେଷପାଳକ ପରି ତାଙ୍କର ଲୋକମାନଙ୍କର ନେତୃତ୍ୱ ନେଲେ।
ସେ ସେମାନଙ୍କୁ ମେଷତୁଲ୍ୟ ମରୁଭୂମି ମଧ୍ୟରେ ପଥ କଢ଼ାଇ ନେଲେ।
53 ପରମେଶ୍ୱର ନିଜ ଲୋକମାନଙ୍କୁ ନିରାପଦରେ ଚଲାଇଲେ।
ତେଣୁ ସେମାନେ ଭୟଭୀତ ହେଲେ ନାହିଁ।
କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ୱର ଲୋହିତ ସମୁଦ୍ରରେ ବୁଡ଼ାଇଲେ।
54 ପରମେଶ୍ୱର ସେମାନଙ୍କୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ୟ ଦେଶକୁ ଆଣିଲେ,
ଯାହା ସେ ତାଙ୍କ ଶକ୍ତିବଳରେ ନେଇଥିଲେ।
55 ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ।
ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ।
ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।
56 କିନ୍ତୁ ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
ଏବଂ ସେମାନେ ପରମେଶ୍ୱରଙ୍କର ବାକ୍ୟ ପାଳନ କଲେ ନାହିଁ।
57 ପରମେଶ୍ୱରଙ୍କଠାରୁ ବିମୁଖ ହୋଇ ଇସ୍ରାଏଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ୱାସଘାତକତା କଲେ।
ସେମାନେ ଗୋଟିଏ ବୁମେରାଂ[a] ତୁଲ୍ୟ ହେଲେ।
ଯାହା ଫେରିଗଲା ଓ ଅନ୍ୟ ଦିଗରେ ଗ୍ଭଲିଗଲା।
58 କାରଣ ସେମାନେ ନିଜର ଉଚ୍ଚସ୍ଥଳୀ ଦ୍ୱାରା ପରମେଶ୍ୱରଙ୍କୁ ବିରକ୍ତ କଲେ।
ଏବଂ ଆପଣାମାନଙ୍କ ଖୋଦିତ ପ୍ରତିମାଦ୍ୱାରା ସେମାନେ ପରମେଶ୍ୱରଙ୍କୁ ଈର୍ଷାନ୍ୱିତ କଲେ।
59 ପରମେଶ୍ୱର ଏହା ଶୁଣିଲେ ଓ କ୍ରୋଧ ହେଲେ।
ଏବଂ ସେ ସମ୍ପୂର୍ଣ୍ଣଭାବେ ଇସ୍ରାଏଲବାସୀଙ୍କୁ ପ୍ରତ୍ୟାଖ୍ୟାନ କଲେ।
60 ପରମେଶ୍ୱର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ୟାଗ କଲେ।
ସେହି ତମ୍ବୁରେ ପରମେଶ୍ୱର ମନୁଷ୍ୟମାନଙ୍କ ମଧ୍ୟରେ ରହୁଥିଲେ।
61 ସେ ତାଙ୍କର ଶକ୍ତିର ପ୍ରତୀକକୁ[b] କରାୟତ୍ତ କରିବା ପାଇଁ ଦେଲେ।
ସେ ତାଙ୍କର “ଗୌରବର ପ୍ରତୀକକୁ” ଶତ୍ରୁମାନଙ୍କ ଦ୍ୱାରା ନେଇଗଲେ।
62 ପରମେଶ୍ୱର ସେମାନଙ୍କ ସହିତ ବହୁତ ନିରାଶ ଥିଲେ।
ସେ ନିଜ ଲୋକମାନଙ୍କୁ ମଧ୍ୟ ଖଡ଼୍ଗରେ ସମର୍ପି ଦେଲେ।
63 ଯୁବକମାନେ ଅଗ୍ନିରେ ପୋଡ଼ି ମଲେ।
ଏବଂ ସେମାନଙ୍କ କନ୍ୟାମାନଙ୍କର ବିବାହରେ ବିବାହ-ଗୀତ ଶୁଣାଗଲା ନାହିଁ।
64 ଯାଜକଗଣଙ୍କୁ ହତ୍ୟା କରାଗଲା।
କିନ୍ତୁ ବିଧବାମାନେ ସେମାନଙ୍କ ପାଇଁ ବିଳାପ କରିବାକୁ ସୁଯୋଗ ପାଇଲେ ନାହିଁ।
65 ଶେଷରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି
ଓ ଅତ୍ୟଧିକ ମଦିରା ହେତୁ ହର୍ଷନାଦକାରୀ
ବୀର ପରି ଉଠିଲେ।
66 ପୁଣି ପରମେଶ୍ୱର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ।
ପରମେଶ୍ୱର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ।
67 କିନ୍ତୁ ସେ ଯୋଷେଫ ପରିବାରକୁ ଅଗ୍ରାହ୍ୟ କଲେ।
ପରମେଶ୍ୱର ଇଫ୍ରୟିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ।
68 ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ
ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 ପରମେଶ୍ୱର ଉଚ୍ଚତମ ସ୍ୱର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ।
ଚିରସ୍ଥାୟୀ ପୃଥିବୀ ତୁଲ୍ୟ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।
70 ପରମେଶ୍ୱର ଦାଉଦଙ୍କୁ ତାଙ୍କର ବିଶେଷ ଦାସରୂପେ ମନୋନୀତ କଲେ
ଓ ମେଷ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।
71 ସେ ଦାଉଦଙ୍କୁ ମେଷ ଓ ମେଷଶାବକ ଜଗିବା କାମରୁ ଆଣି,
ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାୟିତ୍ୱ ଦେଲେ।
କାରଣ ଇସ୍ରାଏଲୀୟ ଓ ଯାକୁବର ଲୋକମାନେ, ପରମେଶ୍ୱରଙ୍କର ସମ୍ପତ୍ତି ଥିଲେ।
72 ଏବଂ ପବିତ୍ର ହୃଦୟରେ ଦାଉଦ ସେହି ଇସ୍ରାଏଲବାସୀଙ୍କର ନେତୃତ୍ୱ ନେଲେ
ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗେଇ ନେଲେ।
ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ
18 ତା'ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ,
ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ? 19 ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି? 20 ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ। 21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ। 22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।
23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି। 24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।
25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। 26 ତା'ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’
27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି। 28 ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। 29 ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”
ପାଉଲଙ୍କୁ ଗାଲ୍ଲିୟୋନଙ୍କ ସମ୍ମୁଖକୁ ଅଣା ଯିବା
12 ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ। 13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।”
14 ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା, 15 କିନ୍ତୁ ତୁମ୍ଭ ବ୍ୟବସ୍ଥାରେ ଲେଖାଥିବା ବାକ୍ୟ ଓ ନାମ ବିରୁଦ୍ଧରେ ଏହି ବଚସା ସୃଷ୍ଟି ହୋଇଥିବାରୁ ତୁମ୍ଭେମାନେ ନିଜେ ନିଜେ ଏହାର ସମାଧାନ କର। ଏହିସବୁ ବିଷୟରେ ମୁଁ କୌଣସି ବିଗ୍ଭର କରିବି ନାହିଁ।” 16 ସେ ଏହା କହି ସେମାନଙ୍କୁ ଅଦାଲତରୁ ବାହାର କରିଦେଲେ।
17 ତା'ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ।
ପାଉଲଙ୍କ ଆନ୍ତିୟଖିଆକୁ ଫେରିବା
18 ପାଉଲ ସେଠାରେ ଭାଇମାନଙ୍କ ସହିତ ଅନେକ ଦିନ ରହିଲେ। ତା'ପରେ ସେ ବିଦାୟ ନେଇ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ମଧ୍ୟ ଗଲେ। ପରମେଶ୍ୱରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ରେୟାରେ ଲଣ୍ଡା ହେଲେ। 19 ତା'ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ। 20 ସେମାନେ ତାହାଙ୍କୁ ସେଠାରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ। 21 ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।
22 ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ। 23 ସେଠାରେ ପାଉଲ କିଛିଦିନ ରହିଲେ। ତା'ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଗ୍ଭଲିଗଲେ। ସେଠାରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ୟମାନଙ୍କୁ ବଳବାନ୍ କଲେ।
ଏଫିସ ଓ କରିନ୍ଥରେ ଆପଲ୍ଲ
24 ଆପଲ୍ଲ ନାମକ ଜଣେ ଯିହୂଦୀୟ ସେଠାରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିୟା। ସେ ଏଫିସ ନଗରକୁ ଆସିଲେ। ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ରରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା। 25 ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମାରେ ପୂର୍ଣ୍ଣ ହୋଇ କଥା କହୁଥିଲେ। କେବଳ ଯୋହନଙ୍କର ବାପ୍ତିସ୍ମ ବିଷୟରେ ଜାଣିଥିଲେ ମଧ୍ୟ ସେ ଯୀଶୁଙ୍କ ବିଷୟରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ। 26 ସେ ନିର୍ଭୟରେ ସମାଜଗୃହରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନେଇ ଆସିଲେ। ସେମାନେ ପରମେଶ୍ୱରଙ୍କ ପଥ ବିଷୟରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।
27 ସେ ଯେତେବେଳେ ଆଖାୟାକୁ ବାହାରିଲେ, ସେତେବେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବା ପାଇଁ ଶିଷ୍ୟମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ପରମେଶ୍ୱରଙ୍କ ଅନୁଗ୍ରହରେ ବିଶ୍ୱାସ କରିଥିବା ଲୋକମାନଙ୍କର ବହୁତ ସାହାଯ୍ୟ କଲେ। 28 କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣରେ ଦୃଢ଼ଭାବେ ଯୁକ୍ତିତର୍କ କରି ସେମାନଙ୍କୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦେଖାଇ ଦେଲେ ଯେ କେବଳ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।
ବେଥ୍ସାଇଦାରେ ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ
22 ତା'ପରେ ସେମାନେ ବେଥ୍ସାଇଦା ଗ୍ଭଲି ଆସିଲେ। ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଅନ୍ଧକୁ ନେଇ ଆସିଲେ। ସେମାନେ ଯୀଶୁଙ୍କୁ ପ୍ରାର୍ଥନା କଲେ ଯେ ସେ ଅନ୍ଧକୁ କେବଳ ଛୁଇଁ ଦିଅନ୍ତୁ। 23 ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢ଼ାଇ ନେଇଗଲେ। ସେ ଅନ୍ଧଟିର ଆଖିରେ ଛେପ ପକାଇଲେ। ତା’ ଉପରେ ହାତ ରଖି ତାକୁ ପଗ୍ଭରିଲେ, “ତୁମ୍ଭେ କିଛି ଦେଖି ପାରୁଛ କି?”
24 ସେହି ଲୋକଟି ଉପରକୁ ଗ୍ଭହିଁ କହିଲା, “ମୁଁ ଲୋକମାନଙ୍କୁ ଦେଖି ପାରୁଛି। ସେମାନେ ଗ୍ଭରିଆଡ଼େ ଗ୍ଭଲୁଥିବା ଗଛ ଭଳି ମୋତେ ଦେଖାଯାଉଛନ୍ତି।”
25 ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହୋଇଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା। 26 ଯୀଶୁ ତାକୁ ଘରକୁ ପଠେଇ ଦେଲେ ଓ କହିଲେ, “ଗାଁ ଭିତରକୁ ତୁମ୍ଭେ ଏବେ ଆଦୌ ଯିବ ନାହିଁ।”
ପିତର କହନ୍ତି ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ
(ମାଥିଉ 16:13-20; ଲୂକ 9:18-21)
27 ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗାଁମାନଙ୍କୁ ଗଲେ। ବାଟରେ ସେ ତାହାଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ କହୁଛନ୍ତି?”
28 ସେମାନେ କହିଲେ, “କେତେକ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଅନ୍ୟମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତେକ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”
29 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?”
ପିତର ଉତ୍ତର ଦେଲେ, “ଆପଣ ଖ୍ରୀଷ୍ଟ।”
30 ତା'ପରେ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କାହାରିକୁ କିଛି କୁହ ନାହିଁ।”
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ
(ମାଥିଉ 16:21-28; ଲୂକ 9:22-27)
31 ତା'ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁତ୍ଥାନ ହେବେ।” 32 ଯାହାସବୁ ଘଟିବ ସେ ସମସ୍ତ କଥା ଯୀଶୁ ସେମାନଙ୍କୁ କହିଦେଲେ। ସେ କିଛି ହେଲେ ଲୁଗ୍ଭଇ ରଖିଲେ ନାହିଁ।
ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଅଲଗା ନେଇ ସେ ଏସବୁ କହିଥିବା ଯୋଗୁଁ ତାହାଙ୍କୁ ସମାଲୋଚନା କଲେ। 33 ଯୀଶୁ ପଛ ପଟକୁ ବୁଲି ଶିଷ୍ୟମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, “ଶୟତାନ, ମୋ'ଠାରୁ ଦୂର ହୁଅ। ତୁମ୍ଭେ ପରମେଶ୍ୱରଙ୍କ ବିଗ୍ଭର ଭଳି ବିଗ୍ଭର କରୁ ନାହଁ, ଲୋକମାନେ ଯେଉଁଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସେହିଭଳି ଭାବୁଛ।”
2010 by World Bible Translation Center