Book of Common Prayer
ମନ୍ଦିର ଆରୋହଣର ଗୀତ।
120 ମୁଁ ଆପଣା ବିପଦ ସମୟରେ
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି
ଏବଂ ସେ ମୋତେ ଉତ୍ତର ଦେଲେ।
2 “ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।”
3 ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ?
କ’ଣ ପାଇବ ତୁମ୍ଭେ ଜାଣ କି?
4 ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀକ୍ଷ୍ଣ ଶର
ଓ ଗରମ କୋଇଲା ପରମେଶ୍ୱର ଆଣିବେ।
5 ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି।
ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।
6 ଶାନ୍ତି ଘୃଣାକାରୀମାନଙ୍କ ସହିତ
ମୁଁ ଦୀର୍ଘଦିନଧରି ବାସ କରିଅଛି।
7 ମୁଁ କହିଲି, ମୁଁ ଶାନ୍ତି ଗ୍ଭହେଁ,
କିନ୍ତୁ ସେମାନେ ଯୁଦ୍ଧ ଗ୍ଭହାନ୍ତି।
ଏକ ଆରୋହଣ ଗୀତ।
121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
କି କେବେ ଶୋଇବେ ନାହିଁ।
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ଦାଉଦ ମନ୍ଦିରକୁ ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ! ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
ଏକ ଆରୋହଣ ଗୀତ।
123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
3 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
4 ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ଆରୋହଣ ଗୀତ।
125 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ।
ସେମାନେ କେବେ ମଧ୍ୟ ଥରିବେ ନାହିଁ।
ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।
2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି।
ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।
3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ।
ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ।
4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର।
ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର।
5 ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି।
ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
ଶଲୋମନଙ୍କର ରଚିତ ଆରୋହଣ ଗୀତ।
127 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି,
ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ।
ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,
ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।
2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ
ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା।
କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ
ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର।
ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
4 ଯୁବକର ପୁତ୍ରଗଣ
ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ,
ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି।
ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ,
ସେ ହେଉଛି ଭାଗ୍ୟବାନ୍।
ଯିହୁଦାରେ ଯୋଶିୟଙ୍କ ଶାସନ ଆରମ୍ଭ
22 ଯୋଶିୟ ଆଠ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଦୀଦା ଓ ସେ ବସ୍କତୀୟ ଅଦାୟଙ୍କର କନ୍ୟା ଥିଲେ। 2 ଯୋଶିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ସୁକର୍ମ କଲେ ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କ ଶିକ୍ଷା ମାନ୍ୟ କଲେ। ପରମେଶ୍ୱର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହା ସବୁ କଲେ।
ମନ୍ଦିର ମରାମତି ପାଇଁ ଯୋଶିୟଙ୍କ ଆଦେଶ
3 ଯୋଶିୟ ତାଙ୍କ ରାଜତ୍ୱର ଅଷ୍ଟାଦଶ ବର୍ଷରେ ମଶୁଲ୍ଲମର ପୌତ୍ର, ଅତ୍ସଲିୟର ପୁତ୍ର ଶାଫନ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ। 4 “ତୁମ୍ଭେ ମହାଯାଜକ ହିଲ୍କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ। 5 ସେ ସେହି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରୀ ଦିଅନ୍ତୁ। ଆଉ ମଧ୍ୟ ସେ ମନ୍ଦିର ମରାମତିରେ ତତ୍ତ୍ୱବଧାରକ ଯାଜକ ମୁଦ୍ରା ଦିଅନ୍ତୁ। 6 ସେହି ମୁଦ୍ରାକୁ ବଢ଼େଇ, ରାଜମିସ୍ତ୍ରି ଓ ପ୍ରସ୍ତର ଖୋଦନକାରୀଙ୍କୁ ଦେବାରେ ବ୍ୟବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣରେ ବ୍ୟବହୃତ କାଠ ଓ ଖୋଦିତ ପଥର କିଣିବାରେ ସେହି ମୁଦ୍ରାକୁ ବିନିଯୋଗ କରନ୍ତୁ। 7 ସେହି କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା'ର ହିସାବ ରଖାଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।”
ବ୍ୟବସ୍ଥା ପୁସ୍ତକ ମନ୍ଦିରରୁ ପ୍ରାପ୍ତ
8 ସେତେବେଳେ ମହାଯାଜକ ହିଲ୍କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା'ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ।
9 ଏହା ପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦେଲା, “ଆପଣଙ୍କ ସେବକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ୱାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।” 10 ତା'ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, “ମହାଯାଜକ ହିଲ୍କିୟ ଏହି ପୁସ୍ତକ ମୋତେ ଦେଇଛନ୍ତି।” ତା'ପରେ ଶାଫନ୍ ରାଜାଙ୍କ ସାକ୍ଷାତରେ ତାହା ପାଠ କଲା।
11 ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକର ବାକ୍ୟ ଶ୍ରବଣ କରି ଆପଣା ଦୁଃଖ ଓ ବ୍ୟସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ। 12 ତା'ପରେ ରାଜା ହିଲ୍କିୟ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ। 13 ରାଜା ଯୋଶିୟ କହିଲେ, “ତୁମ୍ଭେମାନେ ଯାଅ, ସଦାପ୍ରଭୁଙ୍କୁ ପଗ୍ଭର ମୋ’ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ’ଣ କରିବୁ। ଏହି ପୁସ୍ତକ ବିଷୟରେ ପଗ୍ଭର। ପରମେଶ୍ୱର ଆମ୍ଭ ଉପରେ ଅତ୍ୟନ୍ତ କ୍ରୋଧିତ ହୋଇଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲେଖା ଥିଲା, ଆମ୍ଭର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନ ଥିଲେ।”
ଅଧୀନରେ ରହିବା
2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ।
ପ୍ରଭୁଭୋଜ
17 ବର୍ତ୍ତମାନ ମୁଁ ଯେଉଁ ବିଷୟରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବେତ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତ୍ତେ କ୍ଷତିକାରକ ହେଉଛି। 18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ। 19 କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।
20 ଅତଏବ, ତୁମ୍ଭେମାନେ ଯେତେବେଳେ ମଣ୍ଡଳୀରେ ସମବେତ ହୁଅ, ତୁମ୍ଭେମାନେ ପ୍ରକୃତରେ ପ୍ରଭୁଭୋଜ[a] ପାଳନ କରି ନ ଥାଅ। 21 କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି। 22 ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।
ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ
(ମାର୍କ 2:1-12; ଲୂକ 5:17-26)
9 ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। 2 କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”
3 କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”
4 ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? 5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? 6 ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା'ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’
7 ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। 8 ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।
2010 by World Bible Translation Center