Book of Common Prayer
ଦାଉଦଙ୍କର ସଙ୍ଗୀତ।
26 ହେ ସଦାପ୍ରଭୁ, ମୋର ବିଗ୍ଭର କର।
ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି।
ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ
ମୋର ହୃଦୟ ଓ ମନକୁ ପରିଷ୍କାର କର।
3 ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି।
ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
4 ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ।
କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
5 ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ।
ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।
6 ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି।
ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
7 ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ,
ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ
ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
9 ହେ ସଦାପ୍ରଭୁ, ମୋତେ ସେହି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ।
ମୋତେ ସେହି ହତ୍ୟାକାରୀମାନଙ୍କ ସହିତ ମାର ନାହିଁ।
10 ସେହି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି।
ସେମାନେ ଲାଞ୍ଚ ନେଇ ଖରାପ କାର୍ଯ୍ୟ କରିଥାଇ ପାରନ୍ତି।
11 କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ।
ତେଣୁ ହେ ପରମେଶ୍ୱର, ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।
12 ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି।
ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।
ଦାଉଦଙ୍କର ଗୀତ।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
2 ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
ମୋ’ ନିବେଦନ ଟିକେ ଶୁଣ।
ମୋ’ ପ୍ରତି କୃପା ପ୍ରଦର୍ଶନ କର।
3 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
4 ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।
6 ସଦାପ୍ରଭୁଙ୍କର ପ୍ରଶଂସା ହେଉ,
କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
7 ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।
9 ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।
ସଦାପ୍ରଭୁଙ୍କର ଦାସ ଦାଉଦଙ୍କର ଗୀତ
36 ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦକାର୍ଯ୍ୟ କରେ।
ଯେତେବେଳେ ସେ ଆପଣା ହୃଦୟକୁ କହେ, “ମୁଁ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।”
2 ସେହି ଲୋକ ଆପଣାକୁ ମିଥ୍ୟା କହେ।
ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତେଣୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
3 ତା'ର ବାକ୍ୟସବୁ କେବଳ ମୂଲ୍ୟହୀନ ମିଥ୍ୟା ଅଟେ।
ସେ ଜ୍ଞାନୀ ହୋଇପାରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
4 ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ।
ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।
5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
6 ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
7 ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
8 ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
9 ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି।
ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।
12 ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି।
ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି।
ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।
39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
ମୁଁ ମୋର ମୁଖକୁ ବନ୍ଦ ରଖିବି।”
2 ତେଣୁ ମୁଁ କିଛି କହିଲି ନାହିଁ।
ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
3 ମୁଁ ଅତି କ୍ରୋଧିତ ଥିଲି।
ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।
4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ। ସେଲା
6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।
7 ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
9 ମୁଁ ମୋର ପାଟି ଖୋଲି ନାହିଁ।
ମୁଁ କିଛି କହି ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ। ସେଲା
12 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।
16 ଅଶାନ୍ତି ଯୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପ ସମ୍ପତ୍ତି ଭଲ।
17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ରେମଥିବା ସ୍ଥାନରେ ଶାକାନ୍ନ ଭଲ।
18 କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ଧୈର୍ଯ୍ୟ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।
19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।
20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ, ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
21 ନିର୍ବୋଧ ପ୍ରତି, ଅଜ୍ଞାନତା କୌତୁହଳପୂର୍ଣ୍ଣ, ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ଯଥୋଚିତ୍ କରନ୍ତି।
22 ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ୱାରା ତାହା ସ୍ଥିରୀକୃତ ହୁଏ।
23 ଉତ୍ତମ ଉତ୍ତର ଦେଇ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ଯଥୋଚିତ କଥା ଯଥୋଚିତ ସମୟରେ ଅଟେ।
24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25 ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।
26 ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ୟ ଅଟେ। ମାତ୍ର ସ୍ୱଳ୍ପ କଥା ଆନନ୍ଦ ଦାୟକ।
27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।
28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କହେ।
29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥା’ନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଗ୍ଭର ଅସ୍ଥିଗୁଡ଼ିକୁ ପୁଷ୍ଟି ଯୋଗାଏ।
31 ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
33 ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
18 ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟଦ୍ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ। 19 ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି। 20 ହୁମନାୟ ଓ ଆଲେକ୍ଜାଣ୍ଡାର ସେମାନଙ୍କ ମଧ୍ୟରୁ କେତେକ ଅଟନ୍ତି। ମୁଁ ସେମାନଙ୍କୁ ଶୟତାନ ହାତରେ ଦେଇଛି, ଯାହା ଫଳରେ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ
2 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ। 2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା। 3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ।
4 ପରମେଶ୍ୱର ଗ୍ଭହାନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ୟକୁ ଜାଣନ୍ତୁ। 5 କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। 6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି। 7 ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହୋଇଥିଲି। ମୁଁ ପ୍ରେରିତ ରୂପେ ମଧ୍ୟ ସେଥିପାଇଁ ମନୋନୀତ ହୋଇଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ୟ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହେବା ପାଇଁ ମନୋନୀତ ହୋଇଥିଲି। ବିଶ୍ୱାସ କରିବା ଓ ସତ୍ୟକୁ ଜାଣିବା ପାଇଁ ମୁଁ ସେମାନଙ୍କୁ ଶିକ୍ଷା ଦିଏ।
ପୁରୁଷ ଏବଂ ସ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ
8 ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।
କର୍ମ ହିଁ ବ୍ୟକ୍ତିର ପରିଚୟ ଦିଏ
(ଲୂକ 6:43-45)
33 “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ। 34 ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ। 35 ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ। 36 କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। 37 ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”
ଯୀଶୁଙ୍କୁ ପ୍ରମାଣ ଦେବା ପାଇଁ ଯିହୂଦୀମାନଙ୍କର ଆହ୍ୱାନ
(ମାର୍କ 8:11-12; ଲୂକ 11:29-32)
38 ତା'ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”
39 ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟଦ୍ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ। 40 ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ। 41 ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।
42 “ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।
2010 by World Bible Translation Center