Book of Common Prayer
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
3 ହାରୋଣର ପରିବାରବର୍ଗ[a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
“ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
5 ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
6 ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ, ମୋତେ କ’ଣ କରି ପାରିବେ।
7 ସଦାପ୍ରଭୁ ମୋର ସାହାଯ୍ୟକାରୀ।
ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
9 ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।
13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ[b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ।[a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
7-8 “କୌଣସି ରମଣୀ ଗର୍ଭବେଦନା ପାଇଲା ପରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବେଦନା ପୂର୍ବେ ସେ ପ୍ରସବ କଲା। ଏ ପ୍ରକାର କିଏ ଶୁଣି ଅଛି? ଏ ପ୍ରକାର କିଏ ଦେଖିଅଛି? ଏକ ଦିନରେ କ’ଣ କୌଣସି ଦେଶ ଜନ୍ମ ନେବ? କୌଣସି ଗୋଷ୍ଠୀକୁ କ’ଣ ଲୋକେ ଏକା ବେଳେକେ ଜନ୍ମ ଦେବେ? ସିୟୋନ ଗର୍ଭବେଦନା ପାଇଲାମାତ୍ରେ ସେ ତା'ର ସନ୍ତାନଗଣଙ୍କୁ ପ୍ରସବ କଲା। 9 ସଦାପ୍ରଭୁ କୁହନ୍ତି, ଆମ୍ଭେ କ’ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?”
ପୁଣି ତୁମ୍ଭର ପରମେଶ୍ୱର କୁହନ୍ତି, “ଆମ୍ଭେ ପ୍ରସବ କରାଉଥିବା ବ୍ୟକ୍ତି, କ’ଣ ଗର୍ଭରୋଧ କରି ପାରିବା?”
10 ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ।
ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।
11 ତହିଁରେ ତୁମ୍ଭେମାନେ ତାହାର
ଦୟାରୂପ ସ୍ତନ୍ୟପାନ କରି ତୃପ୍ତ ହେବ;
ତୁମ୍ଭେମାନେ ତା'ର “ଦୁଗ୍ଧ” ଦୋହନ କରି
ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
12 ସଦାପ୍ରଭୁ ଏହା କହନ୍ତି,
“ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ।
ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ,
ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ।
13 ମା’ ଯେପରି ତା'ର ସନ୍ତାନକୁ ସାନ୍ତ୍ୱନା ଦିଏ, ଆମ୍ଭେ ସେହିପରି ତୁମ୍ଭମାନଙ୍କୁ ସାନ୍ତ୍ୱନା ଦେବା
ଓ ତୁମ୍ଭେମାନେ ଯିରୁଶାଲମରେ ସାନ୍ତ୍ୱନା ଲାଭ କରିବ।”
14 ପୁଣି ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ଆନନ୍ଦିତ ହେବ।
ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତେଜ ହେବ।
ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପରେ ପ୍ରକାଶିତ ହେବ।
ଆଉ ମଧ୍ୟ ସେ ନିଜ ଶତ୍ରୁମାନଙ୍କ ଉପରେ କୁପିତ ହେବେ।
4 ଯେଉଁ ଲୋକ ପାପ କରେ, ସେ ପରମେଶ୍ୱରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ। 5 ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତରେ କୌଣସି ପାପ ନାହିଁ। 6 ତାହାଙ୍କଠାରେ ରହୁଥିବା ଲୋକ ପାପ କରେ ନାହିଁ। ପାପ କରୁଥିବା ଲୋକ ଖ୍ରୀଷ୍ଟଙ୍କୁ କଦାପି ଜାଣି ନାହିଁ କି ବୁଝି ପାରି ନାହିଁ।
7 ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ। 8 ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
9 ପରମେଶ୍ୱରଙ୍କର ସନ୍ତାନ ହେବା ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ୱର ସେହି ଲୋକକୁ ଦିଅନ୍ତି, ତାହା ତା'ଠାରେ ଥାଏ। ତେଣୁ ସେ ଆଉ ପାପ କରିପାରେ ନାହିଁ ଯେହେତୁ ସେ ପରମେଶ୍ୱରଙ୍କର ସନ୍ତାନ ହୋଇସାରିଥାଏ। 10 ତେଣୁ କେଉଁମାନେ ପରମେଶ୍ୱର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭେମାନେ ଜାଣି ପାରିବ। ଯେଉଁମାନେ ସତ୍କର୍ମ କରନ୍ତି ନାହିଁ, ସେମାନେ ପରମେଶ୍ୱରଙ୍କର ସନ୍ତାନ ନୁହନ୍ତି, ଯେ କେହି ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ମଧ୍ୟ ଈଶ୍ୱରଙ୍କର ସନ୍ତାନ ନୁହେଁ।
ଯୀଶୁ ଉତ୍ତମ ମେଷପାଳକ
7 ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ। 8 ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ। 9 ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।
11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା'ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା'ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।
14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ।
2010 by World Bible Translation Center