Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 83

ଆସଫର ଏକ ପ୍ରଶଂସା ଗୀତ।

83 ହେ ପରମେଶ୍ୱର, ତୁମ୍ଭେ ନୀରବ ରୁହ ନାହିଁ!
    ତୁମ୍ଭର କାନ ବନ୍ଦ କର ନାହିଁ!
    ହେ ପରମେଶ୍ୱର, ଦୟାକରି କିଛି କୁହ!
ହେ ପରମେଶ୍ୱର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି
    ଏବଂ ସେମାନେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।
ସେମାନେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି।
    ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେହି ଶତ୍ରୁମାନେ କହନ୍ତି, “ଆସ ଆମ୍ଭେମାନେ ସେମାନଙ୍କୁ ପୁରାପୁରି ଧ୍ୱଂସ କରିଦେବା, ତେବେ ସେମାନେ ଗୋଟିଏ ଜାତି ହୋଇ ରହିବେ ନାହିଁ।
    ତାହାହେଲେ ଇସ୍ରାଏଲର ନାମକୁ କେହି ମନେପକାଇବେ ନାହିଁ।”
ହେ ପରମେଶ୍ୱର, ସେମାନେ ସେମାନଙ୍କର ଯୋଜନାରେ ଏକତ୍ରିତ ହୋଇଛନ୍ତି।
    ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।
6-7 ଇଦୋମର ବଂଶଧର ଇଶ୍ମାୟେଲୀୟମାନେ, ମୋୟାବ ଓ ହାଗରୀୟମାନେ, ଗବାଲ୍, ଅମ୍ମୋନ, ଅମାଲେକ୍
    ଓ ସୋର ନିବାସୀଙ୍କ ସହିତ ପଲେଷ୍ଟୀୟମାନେ ସମସ୍ତେ
    ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
ଏପରିକି ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଛନ୍ତି।
    ସେମାନେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି। ସେଲା

ହେ ପରମେଶ୍ୱର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ଯେପରି ମିଦିୟନମାନଙ୍କୁ,
    ସୀଷରା ଓ ଯାବୀନକୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।
10 ସେମାନଙ୍କୁ ଐନଦୋର ନିକଟରେ ପରାସ୍ତ କଲ
    ଏବଂ ସେମାନଙ୍କ ଶରୀର ସେହି ସ୍ଥାନରେ ସଢ଼ି ଗଲା।
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗଙ୍କୁ ଓରେବ୍, ସେବର,
    ସେବହ ଓ ସ‌ଲ୍‌ମୁ‌ନ୍‌କୁ ପରାସ୍ତ କଲା ପରି ପରାସ୍ତ କର।
12 ସେହି ନେତାମାନେ କହିଲେ, “ସେମାନେ ତୁମ୍ଭର ଭୂମି ଛାଡ଼ିବା ପାଇଁ
    ଆମ୍ଭକୁ ବାଧ୍ୟ କରିବେ।”
13 ମୋର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣିବାୟୁ ଦ୍ୱାରା ଗଛ ଉପୁଡ଼ିଲା ପରି
    ଏବଂ ବାୟୁ ସମ୍ମୁଖରେ କୁଟାପରି ଛି‌ନ୍‌ଛତ୍ର କର।
14 ଅଗ୍ନିରେ ପୋଡ଼ି, ଜଙ୍ଗଲ ଓ ପାହାଡ଼ ଧ୍ୱଂସ ହେଲା ପରି
    ଶତ୍ରୁମାନଙ୍କୁ ଧ୍ୱଂସ କର।
15 ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଝଡ଼ରେ ଧୂଳି ଉଡ଼ିଲାପରି ଦୂରେଇ ଦିଅ।
    ଆପଣା ପ୍ରଚଣ୍ଡ ବତାସଦ୍ୱାରା ସେମାନଙ୍କୁ ଭୟଭୀତ କର।
16 ହେ ପରମେଶ୍ୱର, ସେମାନେ ଯେପରି ତୁମ୍ଭର ନାମ ଅନ୍ୱେଷଣ ନ କରିବା ପର୍ଯ୍ୟନ୍ତ
    ସେମାନଙ୍କୁ ଲଜ୍ଜାରେ ଆଚ୍ଛାଦନ କର।
17 ହେ ପରମେଶ୍ୱର, ସେମାନଙ୍କୁ ଭୟଭୀତ ଓ ଚିରଦିନ ପାଇଁ ଲଜ୍ଜିତ କର।
    ସେମାନଙ୍କୁ ଅପମାନିତ କର ଓ ବିନାଶ କର।
18 ଏହା ପରେ ସେମାନେ ଜାଣିବେ ଯେ,
    ଯାହାର ନାମ ଯିହୋବାଃ,
ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ
    ସର୍ବୋପରିସ୍ଥ ପରମେଶ୍ୱର ଅଟ।

ଗୀତସଂହିତା 42-43

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42–72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

43 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା।
    ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ।
ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ।
    ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ।
    କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ?
ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ
    କାହିଁକି ମୁଁ ଏତେ ଦୁଃଖ ପାଇବି।
ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ।
    ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ।
ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ।
    ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି।
    ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି।
ସଦାପ୍ରଭୁ ମୋର ପରମେଶ୍ୱର,
    ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ?
    ମୁଁ କାହିଁକି ଏତେ ଅଧୀର ହେଉଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।

ଗୀତସଂହିତା 85-86

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।

85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
    ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
    ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
    ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ। ସେଲା

ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ।
    ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।

ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ
    ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
ତୁମ୍ଭେ କି ସଦାକାଳ ଆମ୍ଭ ଉପରେ
    କ୍ରୋଧିତ ହୋଇ ରହିବ?
ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ।
    ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।

ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
    ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
    ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
    ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
    ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
    ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
    ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
    ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।

ଦାଉଦଙ୍କର ପ୍ରାର୍ଥନା।

86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
    ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
    ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
    ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
    ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
    ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
    ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
    ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
    ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
    ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
    ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
    ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
    ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
    ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
    ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
    ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
    ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
    ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
    ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
    ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
    ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।

ଆଦିପୁସ୍ତକ 46:1-7

ପରମେଶ୍ୱର ଇସ୍ରାଏଲକୁ ସାନ୍ତ୍ୱନା ଦେଲେ

46 ତେଣୁ ଇସ୍ରାଏଲ ମିଶରକୁ ଯାତ୍ରା କଲେ। ପ୍ରଥମେ ଇସ୍ରାଏଲ ‌ବେ‌ର୍‌ଶେବାକୁ ଗଲେ। ସେଠାରେ ସେ ପରମେଶ୍ୱରଙ୍କ ଉପାସନା କଲେ। ତାଙ୍କର ପିତା ଇ‌ସ୍‌ହାକଙ୍କ ପରମେଶ୍ୱରଙ୍କୁ। ଏବଂ ସେ ସେଠାରେ ହୋମବଳି ଦେଲେ। ରାତିରେ ପରମେଶ୍ୱର ଇସ୍ରାଏଲକୁ ସ୍ୱପ୍ନରେ କହିଲେ, “ଯାକୁବ, ଯାକୁବ।”

ଇସ୍ରାଏଲ ଉତ୍ତର ଦେଲେ, “ମୁଁ ଏହିଠାରେ।”

ଏହା ପରେ ପରମେଶ୍ୱର କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର। ମିଶରକୁ ଯିବାକୁ ଭୟ କର ନାହିଁ। ମିଶରରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା। ଆମ୍ଭେ ତୁମ୍ଭ ସହିତ ମିଶରକୁ ଯିବି। ଏବଂ ଆମ୍ଭେ ତୁମ୍ଭକୁ ପୁନରାୟ ମିଶରରୁ ଆଣିବା। ତୁମ୍ଭେ ମିଶରରେ ଦେହ ତ୍ୟାଗ କରିବ। ତୁମ୍ଭେ ଦେହ ତ୍ୟାଗ କରିବା ସମୟରେ ଯୋଷେଫ ତୁମ୍ଭ ପାଖରେ ଥିବ।”

ଇସ୍ରାଏଲ ମିଶରକୁ ଗଲେ

ଏହା ପରେ ଯାକୁବ ‌ବେ‌ର୍‌ଶେବା ଛାଡ଼ି ମିଶରକୁ ଯାତ୍ରା କଲେ। ଇସ୍ରାଏଲଙ୍କ ପୁତ୍ରମାନେ, ତାଙ୍କ ପିତା ଯାକୁବ, ତାଙ୍କ ପିଲାମାନେ ଏବଂ ତାଙ୍କ ସ୍ତ୍ରୀମାନେ ଫାରୋଙ୍କ ଦ୍ୱାରା ପ୍ରେରିତ ଶକଟରେ ଆସିଲେ। ସେମାନେ ମଧ୍ୟ ସେମାନଙ୍କର ଥିବା ସମସ୍ତ ପଶୁ ଏବଂ ସେମାନେ ଯାହା ଜିନିଷ କିଣାନ ଦେଶରେ ଅର୍ଜ୍ଜନ କରିଥିଲେ ତାହା ସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧର ସହିତ। ତାଙ୍କ ସହିତ ତାଙ୍କର ପୁଅ, ଝିଅ, ନାତି ଓ ନାତୁଣି ସମସ୍ତେ ମିଶରକୁ ଗଲେ।

ଆଦିପୁସ୍ତକ 46:28-34

ଇସ୍ରାଏଲ ମିଶରକୁ ପ୍ରବେଶ କଲେ

28 ଯାକୁବ ଯୋଷେଫଙ୍କ ପାଖକୁ ଏହି ଖବର ଦେବା ପାଇଁ ଯିହୁଦାଙ୍କୁ ଆଗରେ ପଠାଇଲେ। ଯିହୁଦା ଯୋଷେଫଙ୍କ ପାଖକୁ ଗଲେ। କାରଣ ସେ ତାଙ୍କୁ ଗୋଶନ ପ୍ରଦେଶକୁ ଯିବାକୁ ବାଟ ଦେଖାଇବେ। 29 ଯୋଷେଫ ଜାଣିଲେ ଯେ ତାଙ୍କର ପିତା ଇସ୍ରାଏଲ ଆସୁଛନ୍ତି। ତେଣୁ ଗୋଶନକୁ ଯାଇ ତାଙ୍କର ପିତାଙ୍କୁ ଦେଖା କରିବା ପାଇଁ ଯୋଷେଫ ତାଙ୍କର ରଥ ସଜାଡ଼ିଲେ। ଯେତେବେଳେ ଯୋଷେଫ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।

30 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୁଁ ଶାନ୍ତିରେ ମରି ପାରିବି। ମୁଁ ତୁମ୍ଭର ଦର୍ଶନ ପାଇଲି ଏବଂ ଜାଣିଲି ଯେ ତୁମ୍ଭେ ଜୀବିତ।”

31 ଯୋଷେଫ ତାଙ୍କର ଭାଇମାନଙ୍କୁ ଏବଂ ତାଙ୍କ ପିତାଙ୍କର ପରିବାରବର୍ଗଙ୍କୁ କହିଲେ, “ମୁଁ ଯାଇ ଫାରୋଙ୍କୁ କହିବି ଯେ ତୁମ୍ଭେମାନେ ଏଠାରେ ଅଛ। ମୁଁ ଫାରୋଙ୍କୁ କହିବି, ‘ମୋର ଭାଇମାନେ ଓ ମୋର ପିତାଙ୍କର ଅନ୍ୟ ପରିବାରବର୍ଗ କିଣାନ ଦେଶ ଛାଡ଼ି ଏବେ ମୋ’ ପାଖରେ ଏହିଠାରେ ଅଛନ୍ତି। 32 ସେମାନେ ମେଷପାଳକ ମନୁଷ୍ୟମାନେ, ଯେଉଁମାନେ ଜୀବନ୍ତ ପ୍ରାଣୀର ଯତ୍ନ ନିଅନ୍ତି। ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବଶ୍ୱ ଆଣିଛନ୍ତି।’ 33 ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭର ବ୍ୟବସାୟ ବିଷୟରେ ପଗ୍ଭରିବେ।’ 34 ତୁମ୍ଭେ ତାଙ୍କୁ କହିବ। ‘ଆମ୍ଭେ ମେଷପାଳକ ଅଟୁ, ଆମ୍ଭ ପରିବାର ସମସ୍ତେ ମେଷପାଳକ ଓ ଆମ୍ଭ ପୂର୍ବରୁ ଯେତେବେଳେ ଆମ୍ଭେ ଯୁବା ଥିଲୁ, ଜୀବନ୍ତ ପ୍ରାଣୀମାନଙ୍କର ଯତ୍ନ ନେଉଥିଲୁ।’ ଏହା ପରେ ଫାରୋ ତୁମ୍ଭମାନଙ୍କୁ ଗୋଶନରେ ରହିବାକୁ ଅନୁମତି ଦେବେ। କାରଣ ମିଶରର ଲୋକମାନେ ମେଷପାଳକଙ୍କୁ ସେମାନଙ୍କର ଅଞ୍ଚଳ ପାଖରେ ରଖିବାକୁ ପସନ୍ଦ କରନ୍ତି ନାହିଁ।”

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:1-15

ଅଧିକାର ଯାହା ପାଉଲ ବ୍ୟବହାର କଲେ ନାହିଁ

ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ। ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ।

କେତେକ ମୋର ବିଗ୍ଭର କରିବାକୁ ଇଚ୍ଛା କରନ୍ତି। ସେମାନଙ୍କ ପାଇଁ ମୋର ଉତ୍ତର ଏହି ଯେ, ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ? ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି। ଆଉ କେବଳ ବର୍ଣ୍ଣ‌ବ୍‌‌‌‌ବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ? ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ?

ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ। ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି: “ଖଳାରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।”(A) ପରମେଶ୍ୱର ଏହା କ’ଣ କେବଳ ବଳଦଙ୍କ ବିଷୟରେ କହିଲେ? ନା। 10 ଏହା ନିଶ୍ଚିତ ଯେ ଆମ୍ଭ ବିଷୟରେ ମଧ୍ୟ ଲେଖାଯାଇଛି। କାରଣ ହଳ କରୁଥିବା ଓ ଶସ୍ୟ ପାଛୁଡ଼ୁ ଥିବା ଲୋକ, ଉଭୟ ପରିଶ୍ରମ କରିଥିବା ହେତୁ, ପାଇବେ ବୋଲି ଆଶା କରିଥା’ନ୍ତି। 11 ତୁମ୍ଭମାନଙ୍କ ମଧ୍ୟରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ’ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ୟ। 12 ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ। 13 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସେବକ ସେମାନେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବେଦୀର ସେବାରେ ନିଯୁକ୍ତ ସେମାନେ ବେଦୀକୁ ଅଣାଯାଇଥିବା ନୈବେଦ୍ୟରୁ କିଛି ଭାଗ ପାଆନ୍ତି। 14 ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ।

15 କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ୟ କେବେ ହେଲେ ପ୍ରୟୋଗ କରି ନାହିଁ। ମୁଁ ମଧ୍ୟ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ୟରେ ମୁଁ ଏହା ଲେଖି ନାହିଁ। କେହି ମୋହର ଏହି ଗର୍ବର ଅଧିକାର ମୋ'ଠାରୁ ଛଡ଼ାଇ ନେଇଗଲେ ବରଂ ମୋର ମରିଯିବା ଭଲ।

ମାର୍କ ଲିଖିତ ସୁସମାଗ୍ଭର 6:30-46

ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ

(ମାଥିଉ 14:13-21; ଲୂକ 9:10-17; ଯୋହନ 6:1-14)

30 ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ। 31 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”

32 ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ। 33 କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ। 34 ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।

35 ସେତେବେଳେ ଦିନ ଗଡ଼ି ଯାଇଥିଲା। ତେଣୁ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଏହା ଗୋଟିଏ ଜନଶୂନ୍ୟ ଜାଗା। ଦିନ ଗଡ଼ିଗଲାଣି। 36 ତେଣୁ ଲୋକମାନଙ୍କୁ ଆଖ ପାଖ ପଲ୍ଲୀ ଓ ଗାଁଗୁଡ଼ିକୁ ପଠାଅ। ତା'ହେଲେ ସେଠାକୁ ଯାଇ ସେମାନେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।”

37 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଖାଇବାକୁ ଦିଅ।”

ଶିଷ୍ୟମାନେ ପଗ୍ଭରିଲେ, “ଆମ୍ଭେ କ’ଣ ଯାଇ ରୋଟୀ କିଣି ଆଣି ସେମାନଙ୍କୁ ଖାଇବାକୁ ଦେବୁ? ରୋଟୀ କିଣିବାକୁ ସେତିକି ଅର୍ଥ ଯୋଗାଡ଼ କରିବାକୁ ହେଲେ ଆମ୍ଭ ସମସ୍ତଙ୍କୁ ମାସେ କାଳ କାମ କରିବାକୁ ହେବ।”

38 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯାଇ ଦେଖ, ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”

ଶିଷ୍ୟମାନେ ରୋଟୀ ଗଣିସାରି ଯୀଶୁଙ୍କୁ କହିଲେ, “ଆମ୍ଭ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଅଛି।”

39 ଯୀଶୁ ଆଜ୍ଞା ଦେଲେ, “ଲୋକମାନଙ୍କୁ ପଡ଼ିଆର ସବୁଜ ଘାସ ଉପରେ ଦଳ ଦଳ କରି ବସେଇ ଦିଅ।” 40 ଲୋକମାନେ ପ୍ରତି ଦଳରେ ପଗ୍ଭଶ ପଗ୍ଭଶ ବା ଶହେ ଶହେ ହୋଇ ବସିଗଲେ।

41 ତା'ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛକୁ ଟେକି ସ୍ୱର୍ଗ ଆଡ଼କୁ ଗ୍ଭହିଁ ପରମେଶ୍ୱରଙ୍କୁ ରୋଟୀ ପାଇଁ ଧନ୍ୟବାଦ ଦେଲେ। ସେ ରୋଟୀ ଗୁଡ଼ିକୁ ଛିଣ୍ଡାଇ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କୁ ଲୋକମାନଙ୍କ ମଧ୍ୟରେ ପରଶିବାକୁ ଦେଲେ। ତା'ପରେ ମାଛକୁ ମଧ୍ୟ ସେ ଖଣ୍ଡ ଖଣ୍ଡ କଲେ ଓ ଲୋକଙ୍କ ମଧ୍ୟରେ ସେହିଭଳି ବାଣ୍ଟି ଦେଲେ।

42 ସମସ୍ତେ ପେଟପୁରା ଖାଇ ତୃପ୍ତ ହେଲେ। 43 ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ। 44 ଯେଉଁମାନେ ରୋଟୀ ଖାଇଥିଲେ ସେମାନଙ୍କ ମଧ୍ୟରେ କେବଳ ପୁରୁଷଙ୍କ ସଂଖ୍ୟା ପାଞ୍ଚ ହଜାର ଥିଲା।

ଯୀଶୁ ପାଣି ଉପରେ ଗ୍ଭଲିଲେ

(ମାଥିଉ 14:22-33; ଯୋହନ 6:16-21)

45 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗା ଭିତରକୁ ଯିବାକୁ କହିଲେ। ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଅପର ପାର୍ଶ୍ୱରେ ଥିବା ବେ‌ଥ୍‌ସାଇଦାକୁ ଆଗୁଆ ଯିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସେଠାରେ ଥିବା ଲୋକମାନଙ୍କୁ ଘରକୁ ଫେରିଯିବା ପାଇଁ କହି ସେ ରହିଲେ। 46 ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center