Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।

31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
    ମୋତେ ତୁମ୍ଭେ ନିରାଶ କର ନାହିଁ।
    ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
    ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
    ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
    ମୋର ନିରାପତ୍ତା ବଳୟ ହୁଅ।
    ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
    ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
    ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
    ତୁମ୍ଭେ ମୋର ନିରାପଦ ସ୍ଥଳ।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
    ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
    ମୋତେ ରକ୍ଷା କର।
ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
    ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
    ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
    ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
    ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
    ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
    ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
    ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
    ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।

19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
    ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
    ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
    ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
    ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
    କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।

23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
    ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
    ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
    ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।

ଗୀତସଂହିତା 35

ଦାଉଦଙ୍କର ଗୀତ

35 ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
    ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
ସଦାପ୍ରଭୁ, ତୁମ୍ଭେ ଢାଲ ଓ ସାଞ୍ଜୁ[a] ଉଠାଅ।
    ଜାଗ୍ରତ ହୁଅ, ମୋର ସହାୟ ହୁଅ।
ଏକ ବର୍ଚ୍ଛା ଓ କୁନ୍ତ ଧର
    ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”

କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
    ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
    ସେମାନଙ୍କୁ ଘଉଡ଼ାଇ ଦିଅ।
    ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
    ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
    ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
    ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
    ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
    ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
    ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
    ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
    ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା'ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
    ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
    ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
    ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
    ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
    ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
    ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
    ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ।
    ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
    ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
    ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
    ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।

17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
    ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
    ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
    ସେମାନେ ସିଂହ ତୁଲ୍ୟ ଅଟନ୍ତି।

18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
    ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
    ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
    ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
    ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
    ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ, ଜାଗ୍ରତ ହୁଅ, ଉଠ।
    ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
    ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
    ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
    ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ।
    ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
    ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
    ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”

28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
    ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।

ହିତୋପଦେଶ 23:19-21

—15—

19 ହେ ମୋର ପୁତ୍ର, ଶୁଣ, ଜ୍ଞାନୀ ହୁଅ। ପୁଣି ତୁମ୍ଭ ମନକୁ ସତ୍ୟପଥରେ କଢ଼ାଇ ନିଅ। 20 ସେହି ଜଣକ ପରି ହୁଅ ନାହିଁ, ଯିଏ ଦ୍ରାକ୍ଷାରସ ପାନ କରେ ଆସକ୍ତ ଓ ପେଟୁ ମାଂସ ଭକ୍ଷ୍ୟକ ଅଟେ। 21 ମାତାଲମାନେ ଓ ପେଟୁ ଦରିଦ୍ର ପୀଡ଼ିତ ହେବ। ପୁଣି ସେମାନଙ୍କୁ ଚିରା ବସ୍ତ୍ରରେ ଘୋଡ଼ାଇ ଦିଏ।

ହିତୋପଦେଶ 23:29-24:2

—18—

29-30 ଯେଉଁମାନେ ଅତ୍ୟନ୍ତ ମଦ୍ୟପ ଏବଂ ସବୁ ସମୟ ମଦ୍ୟ ପାନରେ ଉପଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ। ସେହିମାନଙ୍କର ବହୁତ ଝଗଡ଼ା ଓ ଯୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦେଖାଯାଏ। ସେ ନିଜେ ନିଜେ ତା'ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ।

31 ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ରରେ ଚକମକ ଦେଖାଯାଏ ଓ ସହଜରେ ଗଳାଧଃକରଣ ହେଲେ ମଧ୍ୟ ତୁମ୍ଭେ ତାକୁ ଅନାଅ ନାହିଁ। 32 ଶେଷରେ ତାହା ସର୍ପପରି କାମୁଡ଼େ ଓ କାଳସର୍ପ ପରି ଦଂଶନ କରେ।

33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭର ମନ ଏବଂ ଭାଷଣ ଦ୍ୱନ୍ଦପୂର୍ଣ୍ଣ ହେବ। 34 ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ ଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକତୁଲ୍ୟ ହେବ। 35 ତୁମ୍ଭେ କହିବ, “ସେମାନେ ମୋତେ ମାରିଲେ, ମାତ୍ର ମୋର କ୍ଷତି ହୋଇ ନାହିଁ। ସେମାନେ ମୋତେ ପ୍ରହାର କଲେ ମାତ୍ର ମୁଁ କିଛି ଜାଣି ନାହିଁ। ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ। ମୁଁ ଆଉ ପିଇବା ପାଇଁ ଗ୍ଭହେଁ।”

—19—

24 ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ। ସେମାନଙ୍କର ମଧ୍ୟ ସାଙ୍ଗ ହୁଅ ନାହିଁ। ସେମାନେ ମନରେ ଦୌରାତ୍ମ୍ୟ କଳ୍ପନା କରନ୍ତି। ସେମାନେ ଅନିଷ୍ଟ କରିବା ପାଇଁ କହନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:17-25

ବୟୋଜ୍ୟେଷ୍ଠ ଏବଂ ଅନ୍ୟ ବିଷୟ ଗୁଡ଼ିକର ଶିକ୍ଷାଦାନ

17 ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି। 18 କାରଣ ଶାସ୍ତ୍ର କୁହେ: “ଯେତେବେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତେବେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ୟ ଖାଇବା ପାଇଁ ଅଟକାଅ ନାହିଁ।”(A) ଶାସ୍ତ୍ର ଏପରି ମଧ୍ୟ କୁହେ: “ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ୍।”(B)

19 ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧରେ ନିନ୍ଦା କରେ, ଓ ତା’ ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ୟ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା'ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ। 20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସେମାନଙ୍କର ଭୁଲ୍ ଦେଖାଇଦିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖରେ ଏହା କର। ସେହିପରି କଲେ, ଅନ୍ୟମାନେ ସତର୍କ ହେବେ।

21 ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।

22 ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।

23 ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ।

24 କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହୋଇ ଦେଖାଯାଏ କାରଣ ସେମାନଙ୍କର ବିଗ୍ଭର ହେବ ବୋଲି ସେମାନଙ୍କର ପାପଗୁଡ଼ିକ ଆଗତୁରା ଦେଖାଯାଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ। 25 ଲୋକମାନଙ୍କ କ୍ଷେତ୍ରରେ ମଧ୍ୟ ଏହା ସତ। ଲୋକଙ୍କ ଭଲ କାମ ସହଜରେ ଦେଖାଯାଏ। କିନ୍ତୁ ଯେତେବେଳେ ସେହି ଭଲ କାମଗୁଡ଼ିକ ଦେଖାଯାଏ ନାହିଁ, ସେଗୁଡ଼ିକ ଲୁଚି ରହେ ନାହିଁ।

ମାଥିଉ ଲିଖିତ ସୁସମାଗ୍ଭର 13:31-35

ଯୀଶୁ ଅନେକ ଦୃଷ୍ଟାନ୍ତ ଦ୍ୱାରା ଶିକ୍ଷା ଦେଲେ

(ମାର୍କ 4:30-34; ଲୂକ 13:18-21)

31 ତା'ପରେ ଯୀଶୁ ସେହି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ସ୍ୱର୍ଗରାଜ୍ୟ ଗୋଟିଏ ସୋରିଷ ଦାନା ଭଳି। ଜଣେ ତାକୁ ନେଇ ତା’ କ୍ଷେତରେ ଲଗାଏ। 32 ସେ ବୀଜ ଅନ୍ୟ ବୀଜ ତୁଳନାରେ ସବୁଠାରୁ ଛୋଟ ଥାଏ, କିନ୍ତୁ ତାହା ଯେତେବେଳେ ବଡ଼ ହୁଏ, ସେତେବେଳେ ବଗିଗ୍ଭରେ ସମସ୍ତ ଗ୍ଭରା ଅପେକ୍ଷା ବଡ଼ ହୋଇଯାଏ। ତାହା ଗଛରେ ପରିଣତ ହୁଏ। ଆକାଶର ପକ୍ଷୀମାନେ ଆସି ଏହି ଗଛର ଶାଖାରେ ବସା ବାନ୍ଧି ଆଶ୍ରୟ ନିଅନ୍ତି।”

33 ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”

34 ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ। 35 ପରମେଶ୍ୱର ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ:

“ମୁଁ କାହାଣୀ ଦ୍ୱାରା କଥା କହିବି।
    ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center