Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 18:1-20

ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କ ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କରିଥିଲେ।

18 ସେ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଶକ୍ତିସ୍ୱରୂପ,
    ମୁଁ ତୁମ୍ଭକୁ ଭଲ ପାଏ।”

ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ।
    ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼।
    ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ।
ପରମେଶ୍ୱର ମୋର ଢାଲ ସଦୃଶ।
ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ।
    ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।

ସେମାନେ ମୋତେ ପରିହାସ କଲେ,
    କିନ୍ତୁ ଯେତେବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,
    ସେ ମୋତେ ମୋର ଶତ୍ରୁମାନଙ୍କଠାରୁ ରକ୍ଷା କଲେ।
ମୋର ଶତ୍ରୁମାନେ ଯେତେବେଳେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ମୃତ୍ୟୁର ରଶି ମୋତେ ସେତେବେଳେ ବାନ୍ଧିବାକୁ ଯାଉଥିଲା ମୋର ଗ୍ଭରିଆଡ଼ୁ।
    ମୁଁ ବନ୍ୟାରେ କବଳିତ ହୋଇ ମୃତ୍ୟୁ ଆଡ଼କୁ ଭାସି ଗ୍ଭଲିଥିଲି,
କବରର ରଶି ମୋର ଗ୍ଭରିଆଡ଼େ ଥିଲା,
    ମୃତ୍ୟୁର ଯନ୍ତା ମୋ’ ସମ୍ମୁଖରେ ଥିଲା।
ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି।
    ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି,
ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ।
    ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।
ସେତିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା।
    ସ୍ୱର୍ଗରାଜ୍ୟର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କ୍ରୋଧିତ ହେଲେ।
ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା।
    ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା।
    ଜ୍ୱଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା।
ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ।
    ସେ ଘନ ଅନ୍ଧକାର ବାଦଲ ଖଣ୍ଡ ଉପରେ ଦଣ୍ଡାୟମାନ ହେଲେ।
10 ସଦାପ୍ରଭୁ ସେହି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ।
    ସେ ବାୟୁର ଗତିରେ ଉଡ଼ିବାକୁ ଲାଗିଲେ।
11 ପରମେଶ୍ୱର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ।
    ସତେ ଯେମିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ।
    ସେ ଘନ ବିଜୁଳିଯୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।
12 ତା'ପରେ ସଦାପ୍ରଭୁଙ୍କ ଜ୍ୟୋତିରୁ ଉଜ୍ଜ୍ୱଳ ଆଲୋକ ମେଘଖଣ୍ଡ ଦେଇ ନିର୍ଗତ ହେଲା।
    ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆଲୋକିତ ହୋଇ ଉଠିଲା।
13 ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ।
    ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
14 ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ।
    ସେ ବିଜୁଳି ମାରି ସେମାନଙ୍କୁ ଉଚ୍ଛିନ୍ନ କଲେ।
    ଲୋକେ ବୁଝି ପାରିଲେ ନାହିଁ କ’ଣ ସବୁ ଘଟୁଛି।

15 ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ
    ଓ ପ୍ରବଳ ବେଗରେ ପବନ ବହିବାକୁ ଲାଗିଲା।
ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହୋଇ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା।
    ଆମ୍ଭେ ପୃଥିବୀର ଆଭ୍ୟନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।

16 ସଦାପ୍ରଭୁ ଊର୍ଦ୍ଧ୍ୱରୁ ହସ୍ତ ବଢ଼ାଇ ମୋତେ ଉଦ୍ଧାର କଲେ।
    ସେ ମୋତେ ସେହି ଗଭୀର ଜଳରୁ ହାତ ବଢ଼ାଇ ଟେକି ଆଣିଲେ।
17 ମୋର ଶତ୍ରୁମାନେ ମୋ'ଠାରୁ ଶକ୍ତିଶାଳୀ ଥିଲେ।
ସେମାନେ ମୋତେ ଘୃଣା କରୁଥିଲେ।
    ମୋର ଶତ୍ରୁମାନେ ମୋ’ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ।
    ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।
18 ମୁଁ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ,
    କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ହେଲେ।
19 ସଦାପ୍ରଭୁ ମୋତେ ଭଲ ପାଆନ୍ତି।
    ତେଣୁ ସେ ମୋତେ ଉଦ୍ଧାର କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।
20 ମୁଁ ନିରପରାଧ ତେଣୁ ସଦାପ୍ରଭୁ ମୋତେ ନିଶ୍ଚୟ ମୋର ପୁରସ୍କାର ଦେବେ।
    ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।

ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ, ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 12

ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ

12 ସେହି ସମୟରେ ତୁମ୍ଭେ କହିବ,
ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି।
    ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ,
ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି,
    ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।
ପରମେଶ୍ୱର ମୋର ତ୍ରାଣକର୍ତ୍ତା।
    ମୁଁ ତାଙ୍କୁ ବିଶ୍ୱାସ କରେ।
କିନ୍ତୁ ତାଙ୍କୁ ଭୟ କରେ ନାହିଁ।
    କାରଣ ସେ ମୋତେ ରକ୍ଷା କରନ୍ତି।
ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା।
    ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”

ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ।
    ତାହାହେଲେ ତୁମ୍ଭେମାନେ ସୁଖୀ ହେବ।
ତା'ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର।
    ତାହାଙ୍କ ନାମରେ ପ୍ରାର୍ଥନା କର।
ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି,
    ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
    କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି।
ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ।
    ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର।
    ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି,
    ତେଣୁ ଆନନ୍ଦ କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:1-8

ଯୋହନଙ୍କର ଏହି ପୁସ୍ତକ ବିଷୟରେ କହନ୍ତି

ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ। ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା। ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।

ଯୋହନ ଯୀଶୁଙ୍କର ବାର୍ତ୍ତା ମଣ୍ଡଳୀମାନଙ୍କୁ ଲେଖନ୍ତି

ଏସିଆ ପ୍ରଦେଶର ସାତୋଟି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି:

ଯେଉଁ ଈଶ୍ୱର ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ୟତରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।

ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”

ଯୋହନ ଲିଖିତ ସୁସମାଗ୍ଭର 7:37-52

ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ

37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ'ଠାରେ ବିଶ୍ୱାସ କରେ ତେବେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।

ଯୀଶୁଙ୍କ ସମ୍ବନ୍ଧରେ ଲୋକମାନଙ୍କର ତର୍କ

40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା।”

41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।”

ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। 42 ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।” 43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ। 44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।

ଯିହୂଦୀ ନେତାମାନେ ବିଶ୍ୱାସ କରିବାକୁ ମନା କଲେ

45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”

46 ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”

47 ଫାରୂଶୀମାନେ କହିଲେ, “ତାହାହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ୟ ବୋକା ବନେଇଛନ୍ତି। 48 କୌଣସି ନେତା କ'ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ'ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା। 49 ଏହି ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।”

50 କିନ୍ତୁ ସେହି ଦଳରେ ନୀକଦୀମ ଥିଲେ। ସେ ଏହା ପୂର୍ବରୁ ଯୀଶୁଙ୍କୁ ଦେଖିବା ପାଇଁ ଯାଇଥିଲେ।[a] 51 ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”

52 ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ'ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟ‌‌‌ଦ୍‌‌‌ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center