Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 114-115

114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
    ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
    ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
    ଯର୍ଦ୍ଦନ ନଦୀ ଉଜାଣି ବହିଲା।
ପର୍ବତଗଣ ମେଷପରି ଡେଇଁଲେ।
    ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।

ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
    ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
    ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
    ସମ୍ମୁଖରେ କମ୍ପିତ ହୁଅ।
ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
    ଓ ପରମେଶ୍ୱର ଚ‌କ୍‌ମକି ପଥରରୁ ନିର୍ଝର ବୁହାଇଲେ।

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 52:3-6

ସଦାପ୍ରଭୁ ଏହି କଥା କୁହନ୍ତି,
    “ତୁମ୍ଭେମାନେ ବିନା ମୂଲ୍ୟରେ ବିବ୍ରତ ହୋଇଥିଲ,
    ଆଉ ବିନା ମୂଲ୍ୟରେ ମୁକ୍ତ ହେବ।”

ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି, “ଆମ୍ଭର ଲୋକମାନେ ପ୍ରବାସ କରିବାକୁ ମିଶର ଯାଇଥିଲେ। ମାତ୍ର ଅଶୂରୀୟମାନେ ବିନା କାରଣରେ ସେମାନଙ୍କ ଉପରେ ଅତ୍ୟାଗ୍ଭର କଲେ।” ସଦାପ୍ରଭୁ କୁହନ୍ତି, “ବର୍ତ୍ତମାନ ଦେଖ, କ’ଣ ସବୁ ଘଟୁଅଛି। ବିନା କାରଣରେ ମୋର ଲୋକମାନଙ୍କୁ ନିଆ ଯାଉଅଛି। ସେମାନଙ୍କ ଉପରେ ସେହି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।”

ତେଣୁ ସଦାପ୍ରଭୁ କୁହନ୍ତି, “ଏହି କାରଣରୁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ। ଏଥିପାଇଁ ଯେ କଥା କୁହନ୍ତି, ସେହି ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ। ହଁ ଦେଖ, ଆମ୍ଭେ ସେହି।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:1-7

ଏଫିସ ମଣ୍ଡଳୀକୁ ଯୀଶୁଙ୍କର ପତ୍ର

“ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ:

“ଯିଏ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଛନ୍ତି ଓ ସାତୋଟି ସୁନାର ଦୀପରୂଖା ମଧ୍ୟରେ ଗ୍ଭଲନ୍ତି, ସେ ତୁମ୍ଭକୁ ଏହି କଥାମାନ କହୁଛନ୍ତି।

“ମୁଁ ତୁମ୍ଭର କାର୍ଯ୍ୟ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ଧୈର୍ଯ୍ୟଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ୟ ମୁଁ ଜାଣେ। ଯେଉଁମାନେ ପ୍ରକୃତରେ ପ୍ରେରିତ ନ ହେଲେ ହେଁ ନିଜକୁ ପ୍ରେରିତ ବୋଲି କହନ୍ତି; ସେମାନଙ୍କୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସେମାନେ ଯେ ମିଥ୍ୟାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ। ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।

“କିନ୍ତୁ ତୁମ୍ଭ ବିରୁଦ୍ଧରେ ମୋର ଏହି କଥା ଅଛି: ତୁମ୍ଭର ଆରମ୍ଭରେ ଯେଉଁ ପ୍ରେମ ଥିଲା, ତୁମ୍ଭେ ସେହି ପ୍ରେମ ହରାଇଛ। ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହୋଇଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ଯ୍ୟଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତେବେ ମୁଁ ଆସି ତୁମ୍ଭର ଦୀପରୂଖାକୁ ତା'ର ସ୍ଥାନରୁ ଅଲଗା କରିଦେବି। ତୁମ୍ଭେ କେତେକ ଉତ୍ତମ କାର୍ଯ୍ୟ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ଯ୍ୟ କଳାପକୁ ଘୃଣା କର। ମୁଁ ମଧ୍ୟ ସେମାନଙ୍କର କାର୍ଯ୍ୟକୁ ଘୃଣା କରେ।

“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”

ଯୋହନ ଲିଖିତ ସୁସମାଗ୍ଭର 2:1-11

କାନ୍ନାରେ ବିବାହ

ତିନି ଦିନ ପରେ ଗାଲିଲୀର କାନ୍ନା ସହରରେ ଗୋଟିଏ ବିବାହ ହେଲା ଆଉ ଯୀଶୁଙ୍କ ମା ସେଠାରେ ଥିଲେ। ସେହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ମଧ୍ୟ ନିମନ୍ତ୍ରିତ ହୋଇଥିଲେ। ସେହି ବିବାହ ଉତ୍ସବରେ ସମସ୍ତଙ୍କ ପାଇଁ ଯଥେଷ୍ଟ ପରିମାଣରେ ଦ୍ରାକ୍ଷାରସ ନ ଥିଲା। ତେଣୁ ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କର ମା ଆସି ତାହାଙ୍କୁ କହିଲେ, “ସେମାନଙ୍କର ଆଉ ଦ୍ରାକ୍ଷାରସ ନାହିଁ।”

ଯୀଶୁ ଉତ୍ତର ଦେଲେ, “ହେ ମା[a], କ'ଣ କରିବାକୁ ହେବ, ଏହା ତୁମ୍ଭେ ମୋତେ କହିବା ଉଚିତ୍ ନୁହେଁ। ମୋର ସମୟ ଏପର୍ଯ୍ୟନ୍ତ ଆସି ନାହିଁ।”

ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ତୁମ୍ଭମାନଙ୍କୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”

ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଅଶୀରୁ ଶହେ କୋଡିଏ ଲିଟର ପାଣି ଧରୁଥିଲା।

ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।

ତା'ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।”

ସେଥିରେ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ। ଭୋଜିକର୍ତ୍ତା ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିଲେ, କିନ୍ତୁ ସେହି ପାଣି କାଢ଼ିଥିବା ସେବକମାନେ ଜାଣିଥିଲେ। ତେଣୁ ସେହି ଭୋଜିକର୍ତ୍ତା ବରକୁ ଡାକିଲେ। 10 ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ମାତାଲ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଅଛ।”

11 ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ଭାବେ ସେ ଆପଣା ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center