Book of Common Prayer
ଏକ ଆରୋହଣ ଗୀତ।
121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
କି କେବେ ଶୋଇବେ ନାହିଁ।
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ଦାଉଦ ମନ୍ଦିରକୁ ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ! ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
ଏକ ଆରୋହଣ ଗୀତ।
123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
3 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
4 ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।
ଏକ ଆରୋହଣ ସଙ୍ଗୀତ।
131 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ।
ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ।
ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ
ଆଗ୍ରହୀ ହୋଇ ନାହିଁ।
2 ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ।
ଏକ ଶିଶୁ ତା'ର ମା କୋଳରେ ଥିବାପରି
ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
3 ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ
ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।
ଆରୋହଣ ଗୀତ।
132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
2 ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
3 “ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
4 ମୁଁ ଶୟନ କରିବି ନାହିଁ।
ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
5 ମୁଁ ମୋର ଗୃହକୁ ଯିବି ନାହିଁ
ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”
6 ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
7 ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
8 ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
9 ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
“ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”
13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”
ସଦାପ୍ରଭୁ ତାଙ୍କର ସନ୍ତାନଙ୍କୁ ବିବେଚନା କରନ୍ତି
63 ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ
ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ?
ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ
ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ?
ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ
ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
2 “ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ
ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି?”
3 ସେ ଉତ୍ତର କରନ୍ତି, “ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ
ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲେ।
ଆମ୍ଭେ ନିଜର କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ନିଜର କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ।
ଏଣୁ ସେମାନଙ୍କର ପ୍ରାଣ ରକ୍ତର ଛିଟାରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସେହି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।
4 କାରଣ ପ୍ରତିଶୋଧର ଦିନ ଆମ୍ଭ ହୃଦୟରେ ଥିଲା
ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
5 ଆମ୍ଭେ ଅନାଇଲୁ, ମାତ୍ର ସାହାଯ୍ୟକାରୀ କେହି ନ ଥିଲେ।
ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ଯ୍ୟ ହେଲୁ।
ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା
ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
ଥୁୟତୀରା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
18 “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:
19 “ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ। 20 କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା'ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟଦ୍ବକ୍ତ୍ରୀ ବୋଲି କହେ। ସେ ତା'ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି। 21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।
22 “ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା'ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା'ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି। 23 ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।
24 “କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ। 25 ମୁଁ ଆସିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।
26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି। 27 “ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।”(A)
28 ମୁଁ ମୋର ପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସେହି ଲୋକଙ୍କୁ ପ୍ରଭାତୀତାରା ମଧ୍ୟ ଦେବି। 29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ
5 ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ। 2 ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। 3 ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ। 4 [a] ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। 5 ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା। 6 ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ'ଣ ସୁସ୍ଥ ହେବାକୁ ଗ୍ଭହଁ?”
7 ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”
8 ତା'ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” 9 ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା।
ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। 10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”
11 କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”
12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”
13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।
14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”
15 ତା'ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।
2010 by World Bible Translation Center