Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 148

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

ଗୀତସଂହିତା 150

150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
    ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
    ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱରଙ୍କର ପ୍ରଶଂସା କର।
    ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।

ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଗୀତସଂହିତା 91-92

91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱରଙ୍କ ପାଖକୁ ଯାଏ,
    ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
    ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
    ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
    ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
    କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
ଅନ୍ଧକାରଗାମୀ ମହାମାରୀ,
    କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ।
    ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ,
    କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି।
    ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
    ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
    କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
    ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
    ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
    ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
    ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
    ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
    ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
    ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”

ବିଶ୍ରାମବାର ନିମିତ୍ତକ ଗୀତ।

92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
    ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
    ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
    ସୂ-ଗୀତ ଗାନ କରିବା ଭଲ।
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
    ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
    ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
    କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
    ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
    ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।

ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
    ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
    ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
    ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
    ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।

12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
    ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
    ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
    ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
    ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 65:13-16

13 ସେହି ସକାଶେ ମୋର ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି,
“ଆମ୍ଭର ଦାସମାନେ ଭୋଜନ କରିବେ,
    ମାତ୍ର ତୁମ୍ଭେ ମନ୍ଦାଗ୍ଭରୀମାନେ କ୍ଷୁଧାର୍ତ୍ତ ରହିବ।
ଆମ୍ଭର ଦାସମାନେ ପାନ କରିବେ,
    ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ରହିବ।
ଆମ୍ଭର ଦାସମାନେ ଆନନ୍ଦ କଲାବେଳେ
    ତୁମ୍ଭେମାନେ ଲଜ୍ଜିତ ହେବ।
14 ଆମ୍ଭର ଦାସମାନେ ଆନନ୍ଦରେ ଗାନ କରିବେ
    କାରଣ ସେମାନଙ୍କ ହୃଦୟ ସୁଖରେ ପରିପୂର୍ଣ୍ଣ।
ମାତ୍ର ତୁମ୍ଭେ ମନ୍ଦାଗ୍ଭରୀଗଣ ହୃଦୟର ଦୁଃଖ ନିମିତ୍ତ ବିଳାପ କରିବ।
    ଆଉ ମଧ୍ୟ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।
15 ପୁନଶ୍ଚ ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖିଯିବ।”
    ତେଣୁ ମୋର ପ୍ରଭୁ ସଦାପ୍ରଭୁ ତୁମ୍ଭକୁ ବଧ କରିବେ।
    ସେ ନିଜର ଦାସମାନଙ୍କୁ ଅନ୍ୟ ନାମରେ ନାମିତ କରିବେ।
16 “ଯେଉଁ ଲୋକ ପୃଥିବୀରେ ଆଶୀର୍ବାଦର ପାତ୍ର ହୁଏ,
    ସେ ପରମେଶ୍ୱରଙ୍କ ଦ୍ୱାରା ଆଶୀର୍ବାଦିତ ହେବ
ଓ ଯେଉଁ ଲୋକ ପୃଥିବୀରେ ଶପଥ କରିବ
    ସେ ପରମେଶ୍ୱରଙ୍କ ନାମରେ ଶପଥ କରିବ।
କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହୋଇଅଛି
    ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:7-13

ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର

“ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ:

“ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।

“ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ। ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି। 10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।

11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ। 12 ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି। 13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନ ଲିଖିତ ସୁସମାଗ୍ଭର 6:15-27

15 ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।

ଯୀଶୁ ପାଣିରେ ଗ୍ଭଲିଲେ

(ମାଥିଉ 14:22-27; ମାର୍କ 6:45-52)

16 ତାହାଙ୍କ ଶିଷ୍ୟମାନେ ସେହି ସନ୍ଧ୍ୟାରେ ଗାଲିଲୀ ହ୍ରଦକୁ ଗଲେ। 17 ଅନ୍ଧାର ହୋଇଯାଇଥିଲା, ତଥାପି ଯୀଶୁ ସେମାନଙ୍କ ପାଖକୁ ଫେରିଲେ ନାହିଁ। ତେଣୁ ସେମାନେ ଡଙ୍ଗାରେ ବସି ହ୍ରଦର ଆରପାରିରେ ଥିବା କଫର୍ନାହୂମ ଆଡ଼େ ଗଲେ। 18 ଖୁ‌ବ୍‌ ଜୋ‌ର୍‌ରେ ପବନ ବହୁଥିଲା। ହ୍ରଦରେ ବଡ଼ ବଡ଼ ଢେଉ ଉଠିଲା। 19 ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା'ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ। 20 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ଏହିତ ମୁଁ ନିଜେ।” 21 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସୀ ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ୟସ୍ଥଳରେ ଆସି ପହଞ୍ଚିଲା।

ଲୋକମାନେ ଯୀଶୁଙ୍କୁ ଖୋଜିଲେ

22 ତହିଁ ଆର ଦିନ ହ୍ରଦର ଆର ପଟେ କେତେକ ଲୋକ ରହିଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଯାଇ ନାହାନ୍ତି, ଏହି ବିଷୟ ସେହି ଲୋକମାନେ ଜାଣି ନ ଥିଲେ। ସେମାନେ ଜାଣିଥିଲେ ଯେ, ଶିଷ୍ୟମାନେ ଯୀଶୁଙ୍କୁ ଏକାକୀ ଛାଡ଼ି ଦେଇ ଡଙ୍ଗାରେ ଗ୍ଭଲିଗଲେ। ସେମାନେ ଜାଣିଥିଲେ ଯେ, ସେଠାରେ କେବଳ ସେହି ଗୋଟିଏ ମାତ୍ର ଡଙ୍ଗା ଥିଲା। 23 କିନ୍ତୁ ସେତେବେଳେ ତିବିରିଆରୁ କେତେକ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନରେ ପୂର୍ବଦିନ ଖାଇଥିଲେ ସେଠାରେ ଡଙ୍ଗା ଗୁଡ଼ିକ ଆସି ରହିଲା। ସେହି ସ୍ଥାନରେ ପ୍ରଭୁ ଯୀଶୁ ଧନ୍ୟବାଦ ଦେବା ପରେ ସେମାନେ ରୋଟୀ ଖାଇଥିଲେ। 24 ଲୋକମାନେ ସେଠାରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ନ ଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗା ଗୁଡ଼ିକରେ ଯାତ୍ରା କରି ଯୀଶୁଙ୍କୁ ଖୋଜିବା ପାଇଁ କଫର୍ନାହୂମକୁ ଗଲେ।

ଯୀଶୁ, ଜୀବନ ସ୍ୱରୂପ ଖାଦ୍ୟ

25 ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଆପଣ ଏଠାକୁ କେତେବେଳେ ଆସିଲେ?”

26 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ। 27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center