Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1-4

ପ୍ରଥମ ପୁସ୍ତକ

(ଗୀତସଂହିତା 1–41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
    କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
    ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
ସେହି ନେତାମାନେ କୁହନ୍ତି,
    “ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
    ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”

କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
    ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
    ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
    ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
    ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।

ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
    ଓ ତୁମ୍ଭେ ମୋର ପୁତ୍ର ହେଲ।
ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
    ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
    ଧ୍ୱଂସ କରିଦେଇ ପାରିବ।”

10 ଏଣୁ ହେ ରାଜାଗଣ, ତୁମ୍ଭେ ବୁଦ୍ଧିମାନ ହୁଅ।
    ହେ ଶାସକଗଣ, ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ[a] ଅଟ
    ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
    କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।

ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

“ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
    ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା

କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
    ତୁମ୍ଭେ ମୋର ମହିମା।
    ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
    ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା

ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
    କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
    ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।

ହେ ସଦାପ୍ରଭୁ, ତୁମ୍ଭେ ଉଠ!
    ହେ ପରମେଶ୍ୱର, ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
    ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।

ହେ ସଦାପ୍ରଭୁ, ଶେଷରେ ତୁମ୍ଭର ହିଁ ବିଜୟ ହେବ।
    ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର। ସେଲା

ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

ହେ ମୋର ଧର୍ମସ୍ୱରୂପ ପରମେଶ୍ୱର,
    ମୋତେ ଉତ୍ତର ଦିଅ।
ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ।
ମୋ’ ପ୍ରତି ସଦୟ ହୁଅ।
    ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।

ହେ ଲୋକମାନେ, ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ?
    ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ?
    କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ? ସେଲା

ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି।
    ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।

ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି,
    ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର। ସେଲା
ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।

ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ?
    ହେ ସଦାପ୍ରଭୁ, ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”
ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ।
ମୁଁ ବର୍ତ୍ତମାନ ବହୁତ ଖୁସୀ।
ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ,
ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।
ମୁଁ ବିଛଣାରେ ଶାନ୍ତିରେ ଶୟନ କରେ,
    କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।

ଗୀତସଂହିତା 7

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
    ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
    ମୋତେ ସେମାନେ ବୋହି ନେଇଯିବେ।
    ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
    ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
    ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
    ମୋର ଜୀବନକୁ ଭୂମିରେ ଦଳି ପକାଉ।
    ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ। ସେଲା

ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
    ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
    ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
    ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
    ମୋର ମଧ୍ୟ ବିଗ୍ଭର କର।
    ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
    ପ୍ରମାଣ କର ଯେ ମୁଁ ନିରପରାଧ।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
    ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର, ତୁମ୍ଭେ ଅତ୍ୟନ୍ତ ମହାନ
    ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।

10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
    ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
    ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13     ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।

14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
    ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
    ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
    କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।

17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
    ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 40:12-23

ପରମେଶ୍ୱର ଜଗତ ସୃଷ୍ଟି କଲେ; ସେ ଏହାକୁ ଶାସନ କରନ୍ତି

12 କିଏ ନିଜର ହସ୍ତ ପାପୁଲିରେ ସମୁଦ୍ର ଜଳରାଶି ମାପିଅଛି?
    କିଏ ନିଜର ହସ୍ତ ଗ୍ଭଖଣ୍ଡରେ ଅନନ୍ତ ଆକାଶକୁ କଳନା କରିଅଛି?
ପୁଣି କିଏ ଗୌଣୀରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି?
    କିଏ ପର୍ବତଗୁଡ଼ିକୁ ନିକିତିରେ ଓ ଉପପର୍ବତକୁ ତରାଜୁରେ ତଉଲି ଅଛି?
13 କେହି ସଦାପ୍ରଭୁଙ୍କ ଆତ୍ମାକୁ ଆଦେଶ ଦେଇଅଛି କି?
    ପୁଣି ମନ୍ତ୍ରୀ ହୋଇ କେହି ତାଙ୍କୁ ନିର୍ଦ୍ଦେଶ ଦେଇଅଛି କି?
14 ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି?
    କେହି ତାଙ୍କୁ ଶିକ୍ଷା ଦେଇଥିଲା କି?
କିଏ ତାଙ୍କୁ ବିଗ୍ଭରର ପଥ ଶିଖାଇଲା?
    କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦେଲା?
    ନା, ସଦାପ୍ରଭୁ ବିବେଚନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ।
15 ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ।
    ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନେଇ ତାଙ୍କ ତରାଜୁରେ ରଖନ୍ତି, ତେବେ ସେ ସବୁ ନିକିତିରେ ଧୂଳିକଣା ତୁଲ୍ୟ ହେବ।
    ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
16 ପୁଣି ଲିବାନୋ‌ନ୍‌ର ସମସ୍ତ ବୃକ୍ଷ
    ସଦାପ୍ରଭୁଙ୍କ ଜାଳ ପାଇଁ ଯଥେଷ୍ଟ ନୁହେଁ
ଓ ତାହାର ସମସ୍ତ ପଶୁ
    ହୋମବଳି ପାଇଁ ଯଥେଷ୍ଟ ନୁହେଁ।
17 ସମସ୍ତ ଗୋଷ୍ଠୀ ପରମେଶ୍ୱରଙ୍କ ତୁଳନାରେ ଅତି ନଗଣ୍ୟ ତୁଚ୍ଛ।
    ସେମାନେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ୟ ଗଣ୍ୟ ଅଟନ୍ତି।
18 ତେବେ ପରମେଶ୍ୱରଙ୍କୁ ତୁମ୍ଭେ କାହା ସହିତ ତୁଳନା କରି ପାରିବ?
    ତାଙ୍କର ଏକ ମୂର୍ତ୍ତି ତୁମ୍ଭେ ଗଢ଼ି ପାରିବ? ନା।
19 କେତେକ ବ୍ୟକ୍ତି କାଠ ଓ ପଥରରେ ମୂର୍ତ୍ତି ଗଢ଼ନ୍ତି
    ଓ ସେଗୁଡ଼ିକ ଦେବତା ବୋଲି କୁହନ୍ତି।
କେତେଜଣ ଏହାକୁ ଉର୍ବର ମୂର୍ତ୍ତିକାରେ
    ଏବଂ ବଣିଆ ତାହା ସୂତାରେ ଛାଉଣି କରେ ଆଉ ତା’ ପାଇଁ ରୂପା ଜଞ୍ଜିର ପ୍ରସ୍ତୁତ କରେ।
20 ସେ ଖଣ୍ଡିଏ କାଠ ସଂଗ୍ରହ କରେ
    ତାହା ଯେପରି ଯିବ ନାହିଁ।
ସେ ଜଣେ ନିଖୁଣ କାରିଗର କରିବାର ବାଛେ।
    ଗୋଟିଏ “ପ୍ରତିମା” ନିର୍ମାଣ କରିବାରେ ଯାହାକି ପଡ଼ିଯିବ ନାହିଁ।
21 ତୁମ୍ଭେମାନେ କ’ଣ ଜାଣି ନାହଁ।
    ତୁମ୍ଭେମାନେ କ’ଣ ଶୁଣି ନାହଁ?
    ଆଦ୍ୟକାଳରୁ ତୁମ୍ଭମାନଙ୍କୁ କ’ଣ ଜଣାଇ ଦିଆଯାଇ ନାହିଁ?
    ଏ ଜଗତରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚୟ ଜାଣିଛ।
22 ସଦାପ୍ରଭୁ ପ୍ରକୃତ ପରମେଶ୍ୱର।
    ସେ ଭୂମଣ୍ଡଳ ଉପରେ ଉପବିଷ୍ଟ।
ତାଙ୍କ ତୁଳନାରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ।
    ସେ ଗ୍ଭନ୍ଦୁଆ ତୁଲ୍ୟ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ୟ ତାକୁ ନିସ୍ତାର କରନ୍ତି।
23 ତାଙ୍କ ସୃଷ୍ଟ ରାଜାମାନଙ୍କୁ ସେ ଗୁରୁତ୍ୱ ଦିଅନ୍ତି ନାହିଁ।
    ପୃଥିବୀରେ ତାଙ୍କ ସୂକ୍ଷ୍ମ ବିଗ୍ଭରକର୍ତ୍ତାମାନଙ୍କୁ ସେ ମୂଲ୍ୟହୀନ କରନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:1-14

ଖ୍ରୀଷ୍ଟ ଯୀଶୁଙ୍କର ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଏଫିସୀୟଠାରେ ରହୁଥିବା ପରମେଶ୍ୱରଙ୍କ ପବିତ୍ର ଲୋକ

ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସୀ ଲୋକଙ୍କ ପ୍ରତି ମୁଁ ପ୍ରେରିତ ହୋଇଛି।

ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।

ଯୀଶୁଙ୍କଠାରେ ଥିବା ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆଶୀର୍ବାଦ

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି। ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ। ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା। ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।

ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ। ପରମେଶ୍ୱର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦେଇଛନ୍ତି। ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ। 10 ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।

11 ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ। 12 ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା। 13 ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଗ୍ଭରର ସ‌ତ୍‌‌ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଗ୍ଭର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କଲ। ପରମେଶ୍ୱର ପବିତ୍ରଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶେଷ ଚିହ୍ନ ଦେଇ ଚିହ୍ନିତ କଲେ। ଏହା କରିବା ଦ୍ୱାରା ସେ ଆଗରୁ ଦେଇଥିବା ପ୍ରତିଶୃତି ରକ୍ଷା କରିଥିଲେ। 14 ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ।

ମାର୍କ ଲିଖିତ ସୁସମାଗ୍ଭର 1:1-13

ଯୀଶୁଙ୍କ ଆଗମନର ପ୍ରସ୍ତୁତି

(ମାଥିଉ 3:1-12; ଲୂକ 3:1-9,15-17; ଯୋହନ 1:19-28)

ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ। ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି:

“ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ
    ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”(A)

“ମରୁଭୂମିରେ ଜଣେ ପାଟିକରି କହୁଛି;
‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର,
    ତାହାଙ୍କ ପାଇଁ ରାସ୍ତା ସମତଳ କର।’”(B)

ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା'ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ। ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।

ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।

ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ। ମୁଁ ତୁମ୍ଭମାନଙ୍କୁ ଜଳ ଦ୍ୱାରା ବାପ୍ତିସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିସ୍ମ ଦେବେ।”

ଯୀଶୁଙ୍କ ବାପ୍ତିସ୍ମ ଗ୍ରହଣ

(ମାଥିଉ 3:13-17; ଲୂକ 3:21-22)

ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ। 10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି। 11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”

ଯୀଶୁଙ୍କୁ ଶୟତାନର ପରୀକ୍ଷା

(ମାଥିଉ 4:1-11; ଲୂକ 4:1-13)

12 ତା'ପରେ, ସଙ୍ଗେ ସଙ୍ଗେ ଆତ୍ମା ଯୀଶୁଙ୍କୁ ମରୁଭୂମିକୁ ଏକୁଟିଆ ପଠାଇଦେଲେ। 13 ଯୀଶୁ ସେଠାରେ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ଉପବାସ ପ୍ରାର୍ଥନା ସହିତ ରହିଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। ତା'ପରେ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ସେବା କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center