Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 131-135

ଏକ ଆରୋହଣ ସଙ୍ଗୀତ।

131 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ।
    ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ।
ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ
    ଆଗ୍ରହୀ ହୋଇ ନାହିଁ।
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ।
    ଏକ ଶିଶୁ ତା'ର ମା କୋଳରେ ଥିବାପରି
    ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ
    ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।

ଆରୋହଣ ଗୀତ।

132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
    ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
“ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
    ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
ମୁଁ ଶୟନ କରିବି ନାହିଁ।
    ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
ମୁଁ ମୋର ଗୃହକୁ ଯିବି ନାହିଁ
    ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”

ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
    ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
    ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
    ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
    ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
    ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
    “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
    ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”

13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
    ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
    ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
    ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
    ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
    ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
    କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

133 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା
    ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ
    ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ।
    ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।

ଆରୋହଣ ଗୀତ।

134 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି,
    ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ
    ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
ସ୍ୱର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା,
    ସିୟୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।

135 ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
    ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ।
    ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।
ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
    ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।

ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ।
    ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି।
    ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।
ସ୍ୱର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ
    ସଦାପ୍ରଭୁ ଯାହା ଇଚ୍ଛା କରନ୍ତି, ତାହା କରନ୍ତି।
ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି।
    ସେ ବର୍ଷା ସହିତ ବିଜୁଳି କରାନ୍ତି।
    ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।
ପରମେଶ୍ୱର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ୟ ଓ ପଶୁଗଣଙ୍କୁ ହତ୍ୟା କଲେ।
ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ କଲେ।
    ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।
10 ପରମେଶ୍ୱର ଅନେକ ଗୋଷ୍ଠୀକୁ ପରାସ୍ତ କଲେ।
    ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ୟା କଲେ।
11 ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ
    ଓ ବାଶନର ରାଜା ଓ‌ଗ୍‌କୁ
    ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।
12 ଆଉ ସଦାପ୍ରଭୁ ସେମାନଙ୍କର ଦେଶ ଇସ୍ରାଏଲକୁ ଦେଲେ।
    ସଦାପ୍ରଭୁ ସେହି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।

13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ।
    ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
14 ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି।
    ସେ ତାଙ୍କର ସେବକମାନଙ୍କ ପ୍ରତି ଦୟା ଦେଖାନ୍ତି।
15 ଅନ୍ୟ ଦେଶୀୟମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା।
    ସେଗୁଡ଼ିକ ମନୁଷ୍ୟର ହସ୍ତ ଦ୍ୱାରା ନିର୍ମିତ ହେଉଥିଲା।
16 ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ।
    ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।
17 ସେମାନଙ୍କର କାନ ଅଛି ମାତ୍ର ସେମାନେ ଶୁଣି ପାରିବେ ନାହିଁ।
    ସେମାନଙ୍କର ନାକ ଅଛି, କିନ୍ତୁ ନିଶ୍ୱାସପ୍ରଶ୍ୱାସ ନାହିଁ।
18 ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି,
    ସେମାନେ ସେମାନଙ୍କ ତୁଲ୍ୟ ହେବେ।

19 ହେ ଇସ୍ରାଏଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
20 ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।
21 ଯିରୁଶାଲମବାସୀ,
    ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଋତର ବିବରଣ ପୁସ୍ତକ 2:14-23

14 ମଧ୍ୟାହ୍ନ ଭୋଜନ ସମୟରେ, ବୋୟାଜ ଋତଙ୍କୁ କହିଲେ, “ଏଠାକୁ ଆସ! ଆମ୍ଭର ରୋଟୀରୁ କିଛି ଖାଅ। ଆଉ ତୁମ୍ଭେ ରୋଟୀରୁ କିଛି ଖଣ୍ତ ନେଇ ତାହାକୁ ଅମ୍ଳରସରେ ବୁଡ଼ାଅ।”

ତେଣୁ ଋତ ବୋୟାଜଙ୍କର ଶ୍ରମିକମାନଙ୍କ ସହିତ ବସିଲେ। ବୋୟାଜ ତାଙ୍କୁ କିଛି ଭଜା ଶସ୍ୟ ଆଣି ଖାଇବାକୁ ଦେଲେ। ତହିଁରେ ସେ ତୃପ୍ତ ହେବା ପର୍ଯ୍ୟନ୍ତ ଭୋଜନ କଲା ଓ କିଛି ବଳକା ରଖିଲା। 15 ଏହା ପରେ ଋତ ଉଠି କାର୍ଯ୍ୟକୁ ଗଲା।

ଏହା ପରେ ବୋୟାଜ ତାଙ୍କର ଦାସମାନଙ୍କୁ କହିଲେ, “ବିଡ଼ା ମଧ୍ୟରୁ ମଧ୍ୟ ତାକୁ ଶସ୍ୟ ସାଉଁଟିବାକୁ ଦିଅ। ତାକୁ କେବେ ଲଜ୍ଜା ଦିଅ ନାହିଁ। 16 ତା'ର କାମକୁ ସରଳ କରିବା ପାଇଁ କିଛି ଶସ୍ୟ ପକାଇ ଯାଅ ଏବଂ ତାକୁ ଗୋଟାଇବାକୁ ଦିଅ। ତାଙ୍କୁ ବାରଣ କର ନାହିଁ।”

ନୟମୀ ବୋୟାଜଙ୍କ ବିଷୟରେ ଶୁଣିଲେ

17 ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା। 18 ଋତକୁ ଏହା ପରେ ଶସ୍ୟଗୁଡ଼ିକ ନେଇ ନଗରକୁ ଯାଇ ତା'ର ଶାଶୁକୁ ଦେଲା ଏବଂ ସାଙ୍ଗରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦେଲା।

19 ତା'ର ଶାଶୁ ତାକୁ ପଗ୍ଭରିଲେ, “ଆଜି ତୁମ୍ଭେ କେଉଁଠାରୁ ଏହି ଶସ୍ୟ ସଂଗ୍ରହ କଲ? କେଉଁଠାକୁ ତୁମ୍ଭେ ଗଲ ଓ କାମ କଲ? ଯିଏ ତୁମ୍ଭକୁ ଶସ୍ୟ ଦେଲା, ସେ ଧନ୍ୟ ହେଉ।”

ଏହା ପରେ ଋତ ଯାହାଙ୍କ ସହିତ କାର୍ଯ୍ୟ କରିଥିଲା ତା’ ବିଷୟରେ ତାକୁ କହିଲେ। “ମୁଁ ଆଜି ଯେଉଁ ଲୋକର କାର୍ଯ୍ୟ କରୁଥିଲି, ତାଙ୍କର ନାମ ଥିଲା ବୋୟାଜ।”

20 ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା[a] ମଧ୍ୟରୁ ଜଣେ ଅଟନ୍ତି।”

21 ଏହା ପରେ ମୋୟାବ ଦେଶୀୟ ଋତ କହିଲା, “ବୋୟାଜ ଫେରି ଆସିବାକୁ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ଯ୍ୟ କରିବାକୁ ପଗ୍ଭରିଲେ, ଯେପର୍ଯ୍ୟନ୍ତ ଅମଳ ଶେଷ ହୋଇ ନାହିଁ।”

22 ଏହା ପରେ ନୟମୀ ତା'ର ପୁତ୍ରବଧୂ ଋତକୁ କହିଲେ, “ଏହା ତୁମ୍ଭ ପାଇଁ ଅତି ଉତ୍ତମ ଯେ ତୁମ୍ଭେ ସେହି ସ୍ତ୍ରୀଲୋକମାନଙ୍କ ସଙ୍ଗେ କାର୍ଯ୍ୟ କରିବ। ଯଦି ତୁମ୍ଭେ ଅନ୍ୟର କ୍ଷେତରେ କାର୍ଯ୍ୟ କର ତେବେ କେତେକ ଲୋକ ତୁମ୍ଭର ଅସୁବିଧା କରି ପାରନ୍ତି।” 23 ତେଣୁ ଋତ ବୋୟାଜଙ୍କର ସେହି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଟ ଭାବରେ କାର୍ଯ୍ୟ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପର୍ଯ୍ୟନ୍ତ ସଂଗ୍ରହ କରି ଗ୍ଭଲିଲେ। ତା'ପରେ ସେ ଗହମ ଅମଳ ଶେଷ ପର୍ଯ୍ୟନ୍ତ ସେଠାରେ କାର୍ଯ୍ୟ କଲେ, ଏବଂ ତାଙ୍କର ଶାଶୁଙ୍କ ସହିତ ରହିବାକୁ ଲାଗିଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3

ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ

ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି। ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ। ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ[a] ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।

ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି। ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

ନୂତନ ଚୁକ୍ତି ଅଧିକ ମହିମା ଆଣେ

ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା। ତା'ହେଲେ ଆତ୍ମାଙ୍କର ଜୀବନଦାୟକ ସେବା କେତେ ଅଧିକ ମହିମାଯୁକ୍ତ ନ ହେବ? ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା'ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ। 10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ। 11 ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା'ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।

12 ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ। 13 ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ। 14 କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି। 15 କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ। 16 କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ। 17 ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠାରେ ପ୍ରଭୁଙ୍କର ଆତ୍ମା ବିଦ୍ୟମାନ, ସେହିଠାରେ ସ୍ୱାଧୀନତା ଅଛି। 18 ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

ମାଥିଉ ଲିଖିତ ସୁସମାଗ୍ଭର 5:27-37

ଯୀଶୁ ଯୌନଗତ ପାପ ସମ୍ବନ୍ଧରେ ଶିକ୍ଷା ଦିଅନ୍ତି

27 “ତୁମ୍ଭେମାନେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, ‘ବ୍ୟଭିଗ୍ଭର କର ନାହିଁ।’(A) 28 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି। 29 ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ। 30 ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।

ଯୀଶୁ ଛାଡ଼ପତ୍ର ସମ୍ବନ୍ଧରେ ଶିକ୍ଷା ଦିଅନ୍ତି

(ମାଥିଉ 19:9; ମାର୍କ 10:11-12; ଲୂକ 16:18)

31 “ଏ କଥା ମଧ୍ୟ କୁହାଯାଇଛି ଯେ, ‘ଯେଉଁ ଲୋକ ତା'ର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତା’ ପତ୍ନୀକୁ ଛାଡ଼ପତ୍ର ପାଇଁ ଲିଖିତ ରୂପରେ ଗୋଟିଏ ସୂଚନା ଦେବ।’(B) 32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।

ପ୍ରତିଜ୍ଞା ସମ୍ବନ୍ଧରେ ଯୀଶୁଙ୍କର ଶିକ୍ଷା

33 “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’[a] 34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ। 35 ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ। 36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ। 37 ଯଦି ତୁମ୍ଭେ ଠିକ୍ ମନେ କରୁଛ ତେବେ ‘ହଁ’ କୁହ ଏବଂ ତୁମ୍ଭେ ଯଦି ଭୁଲ୍ ବୋଲି ମନେ କରୁଛ ତେବେ ‘ନାଁ’ କୁହ। ‘ହଁ’ ବା ‘ନାଁ’ ଠାରୁ ଅଧିକା ବିଷୟ ପାପାତ୍ମାଠାରୁ ଆସିଥାଏ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center