Book of Common Prayer
ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।
30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
2 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
3 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।
4 ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
5 ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।
6 ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
7 ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
8 ତେଣୁ ହେ ପରମେଶ୍ୱର,
ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
9 ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ମୋର ସହାୟ ହୁଅ।”
11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।
ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ
32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।
3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
4 ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା
5 କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା
6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
7 ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା
8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”
10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।
ଦ୍ୱିତୀୟ ଖଣ୍ଡ
(ଗୀତସଂହିତା 42–72)
ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।
42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
2 ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
3 ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।
4 ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
5 ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ?
“ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
ସେ ମୋତେ ରକ୍ଷା କରିବେ।
6 ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ।
ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।
8 ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
9 ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”
11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
ଓ ସେ ମୋତେ ଉଦ୍ଧାର କରିବେ।
43 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା।
ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ।
ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ।
ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
2 ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ।
କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ?
ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ
କାହିଁକି ମୁଁ ଏତେ ଦୁଃଖ ପାଇବି।
3 ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ।
ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ।
ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ।
ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
4 ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି।
ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି।
ସଦାପ୍ରଭୁ ମୋର ପରମେଶ୍ୱର,
ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।
5 ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ?
ମୁଁ କାହିଁକି ଏତେ ଅଧୀର ହେଉଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି।
ସେ ମୋତେ ରକ୍ଷା କରିବେ।
ଦାଉଦ ଭିନ୍ନ ଭିନ୍ନ ସ୍ଥାନମାନଙ୍କୁ ଗଲେ
22 ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ। 2 ଦାଉଦଙ୍କ ସହିତ ବହୁତ ଲୋକ ଥିଲେ ଯେଉଁମାନେ ବିପଦରେ ଥିଲେ, ଯେଉଁମାନେ ଋଣଗ୍ରସ୍ତ ଥିଲେ, ଆଉ ଯେଉଁମାନେ ଜୀବନରେ ଶାନ୍ତି ପାଇ ନାହାନ୍ତି, ଏହିପରି ଲୋକମାନେ ଦାଉଦଙ୍କ ସାଥୀ ହେଲେ। ଏହିପରି ଭାବରେ ଦାଉଦ 400 ଲୋକଙ୍କର ନେତା ହେଲେ।
3 ଦାଉଦ ଅଦୁଲ୍ଲମ ଛାଡ଼ି ମୋୟାବ ଦେଶର ମିସ୍ପୀକୁ ଗଲେ। ଦାଉଦ ମୋୟାବର ରାଜାଙ୍କୁ କହିଲେ, “ମୁଁ ଆପଣଙ୍କୁ ଅନୁରୋଧ କରି କହୁଅଛି, ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ରହିବାକୁ ଦିଅ। ପରମେଶ୍ୱର ମୋ’ ଉପରେ କ’ଣ କରିବେ ମୋର ଜାଣିବା ପର୍ଯ୍ୟନ୍ତ ସେମାନଙ୍କୁ ଏଠାରେ ରହିବାକୁ ଦିଅ।” 4 ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମୋୟାବର ରାଜାଙ୍କ ନିକଟରେ ଛାଡ଼ି ଗଲେ। ଯେତେଦିନ ଯାଏ ଦାଉଦ ସେହି ଦୁର୍ଗରେ ବାସ କଲେ, ସେ ପର୍ଯ୍ୟନ୍ତ ସେମାନେ ମୋୟାବର ରାଜାଙ୍କ ସହିତ ରହିଲେ।
5 କିନ୍ତୁ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ଦୁର୍ଗରେ ରୁହ ନାହିଁ। ତୁମ୍ଭେ ଯିହୁଦାକୁ ଯାଅ।” ତେଣୁ ଦାଉଦ ସେସ୍ଥାନ ପରିତ୍ୟାଗ କରି ହେରତ୍ ବଣକୁ ଗଲେ।
ଶାଉଲ ଅହୀମେଲକ ପରିବାରକୁ ହତ୍ୟା କଲେ
6 ଶାଉଲ ଜାଣିବାକୁ ପାଇଲେ ଯେ, ତାଙ୍କର ଲୋକମାନେ ଦାଉଦ ଓ ତାଙ୍କର ସାଥୀ ଲୋକମାନଙ୍କ ବିଷୟରେ ଜାଣିବାକୁ ପାଇଲେ ଯେ ସେମାନେ କେଉଁଠାରେ ଅଛନ୍ତି। ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବିୟାସ୍ଥିତ ରାମାର ଏକ ଗଛ ମୂଳରେ ବସି ରହିଲେ। ଏବଂ ତାଙ୍କର ଦାସମାନେ ତାଙ୍କୁ ଘେରି ରହିଥିଲେ। 7 ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ? 8 ଏଥିପାଇଁ ତୁମ୍ଭେ କ’ଣ ସମସ୍ତେ ମୋର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି କହିଲ ନାହିଁ ଯେତେବେଳେ ମୋର ପୁତ୍ର ଯିଶୀର ପୁତ୍ର ସହିତ ନିୟମ କଲା, ତୁମ୍ଭମାନଙ୍କ ମଧ୍ୟରୁ କେହି ମୋ’ କଥା ଚିନ୍ତା କଲ ନାହିଁ। ଯେତେବେଳେ ମୋର ପୁତ୍ର ଦାଉଦକୁ ଓ ସେବକମାନଙ୍କୁ ମୋ’ ବିରୁଦ୍ଧରେ ଉତ୍ତେଜିତ କଲା ମୋ’ ବିରୁଦ୍ଧରେ କାର୍ଯ୍ୟ କରିବା ପାଇଁ ଏବଂ ଲୁଚି କରି ମୋତେ ଆକ୍ରମଣ କରିବା ପାଇଁ।”
9 ଶାଉଲଙ୍କର ଦାସ ନିକଟରେ ଛିଡ଼ା ହୋଇଥିବା ଇଦୋମୀୟ ଦୋୟେଗ ଉତ୍ତର ଦେଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। 10 ଅହୀମେଲକ ଦାଉଦଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାହାକୁ ଖାଦ୍ୟ ଦ୍ରବ୍ୟ ଓ ପଲେଷ୍ଟୀୟର ଖଣ୍ତା ଦେଲେ।”
11 ତେଣୁ ରାଜା ଅହୀଟୂବର ପୁତ୍ର ଅହୀମେଲକ ଯାଜକକୁ ଓ ନୋବ ନିବାସୀ ତା'ର ପିତୃବଂଶିୟ ସମସ୍ତ ଯାଜକକୁ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ। 12 ଏଥିରେ ଶାଉଲ କହିଲେ, “ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ,”
ସେ ଉତ୍ତର ଦେଲେ, “ହେ ମୋର ପ୍ରଭୁ ମୁଁ ଏଠାରେ ଅଛି।”
13 ପୁଣି ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଣ୍ତା ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତା’ ପାଇଁ ପ୍ରାର୍ଥନା କରିଅଛ।”
14 ଅହୀମେଲକ ରାଜାଙ୍କୁ ଉତ୍ତର ଦେଲେ, “ଆପଣଙ୍କ ସମସ୍ତ ଦାସମାନଙ୍କ ମଧ୍ୟରେ, ଦାଉଦ ପରି କିଏ ବିଶ୍ୱାସୀ, ସେତ ମହାରାଜାଙ୍କ ଜ୍ୱାଇଁ ଏବଂ ଦାଉଦ ହେଉଛନ୍ତି ଆପଣଙ୍କର ଦେହରକ୍ଷୀମାନଙ୍କର ମୁଖ୍ୟ, ଆପଣଙ୍କ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ସମ୍ମାନ କରନ୍ତି। 15 ଏହା ପ୍ରଥମ ଦିନ ନ ଥିଲା, ମୁଁ ଦାଉଦ ନିମନ୍ତେ ପ୍ରାର୍ଥନା କଲି, ମୋତେ କିମ୍ବା ମୋର ପରିବାରକୁ କାହାକୁ ଦୋଷାରୋପ କରନ୍ତୁ ନାହିଁ। ଆମ୍ଭେ ଆପଣଙ୍କର ଦାସଗଣ। କ’ଣ ହେଉଛି ଏହା ମୁଁ କିଛି ଜାଣେ ନାହିଁ।”
16 କିନ୍ତୁ ରାଜା କହିଲେ, ଅହୀମେଲକ, “ତୁମ୍ଭେ ଏବଂ ତୁମ୍ଭର ସମସ୍ତ ସମ୍ପର୍କୀୟ ମରିବ।” 17 ରାଜା ତାଙ୍କ ନିକଟରେ ଥିବା ଦେହ ରକ୍ଷୀକୁ ଆଦେଶ ଦେଲେ, “ଯାଅ, ପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କର।” ଏହିପରି କର କାରଣ ସେମାନେ ସମସ୍ତେ ଦାଉଦଙ୍କର ସପକ୍ଷରେ ଅଛନ୍ତି। ସେମାନେ ଜାଣିଲେ ଦାଉଦ ଏଠାରୁ ପଳାୟନ କରିଛି, କିନ୍ତୁ ସେମାନେ ମୋତେ ଜଣାଇଲେ ନାହିଁ।
କିନ୍ତୁ ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କର ଯାଜକଙ୍କୁ ହତ୍ୟା କରିବା ପାଇଁ ମନା କଲେ। 18 ତେଣୁ ରାଜା ଦୋୟେଗକୁ ଆଦେଶ ଦେଲେ, “ତୁମ୍ଭେ ଯାଅ ଏବଂ ଯାଜକଗଣଙ୍କୁ ବଧକର।” ତେଣୁ ଇଦୋମୀୟ ଦୋୟେଗ ଗଲା ଏବଂ ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ ପରିଧାନ କରିଥିବା ପଞ୍ଚାଅଶୀ ଜଣଙ୍କୁ ହତ୍ୟା କଲା। 19 ସେ ଯାଜକମାନଙ୍କର ନୋବ୍ ନଗରକୁ ଖଣ୍ଡାରେ ଆଘାତ କଲା, ଦୋୟେଗ ନୋବ୍ର ସମସ୍ତ ଲୋକମାନଙ୍କୁ ହତ୍ୟା କଲା। ଏପରିକି ପିଲା, ସ୍ତ୍ରୀ, ପୁରୁଷ ସ୍ତନ୍ୟପାୟୀ ଶିଶୁ ଏବଂ ସେମାନଙ୍କର ଗାଈ, ଗଧ ଓ ମେଷମାନଙ୍କୁ ହତ୍ୟା କଲା।
20 କିନ୍ତୁ ଅହୀଟୂବର ପୁତ୍ର ଅହୀମେଲକର ପୁତ୍ରମାନଙ୍କ ମଧ୍ୟରୁ ଅବିୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା। 21 ଅବିୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କଲେ। 22 ଦାଉଦ ଅବିୟାଥରକୁ କହିଲେ, “ଇଦୋମୀୟ ଦୋୟେଗ ସେଠାରେ ଉପସ୍ଥିତ ଥିବା ବେଳେ ମୁଁ ସେହି ଦିନ ଜାଣିଥିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ, ତୁମ୍ଭ ପିତୃଗୃହସ୍ଥ ସମସ୍ତଙ୍କୁ ହତ୍ୟା କରାଯାଇଛି ଏବଂ ମୁଁ ସେମାନଙ୍କର ମୃତ୍ୟୁର ଦାୟୀଅଟେ। 23 ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ କର ନାହିଁ କାରଣ ଯେ ମୋତେ ମାରିବାକୁ ଗ୍ଭହେଁ, ସେ ତୁମ୍ଭକୁ ମଧ୍ୟ ମାରିବାକୁ ଗ୍ଭହୁଁଛି। କିନ୍ତୁ ତୁମ୍ଭେ ମୋ’ ପାଖରେ ସୁରକ୍ଷିତ ରହିବ।”
26 “ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ୱରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଗ୍ଭର ପଠାଯାଇଛି। 27 ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟଦ୍ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟଦ୍ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ। 28 ସେମାନେ ତାହାଙ୍କର ମୃତ୍ୟୁଦଣ୍ଡ ଦେବାର କିଛି କାରଣ ନ ପାଇ ତାହାଙ୍କୁ ମାରିଦେବା ପାଇଁ ପୀଲାତଙ୍କୁ କହିଲେ।
29 “ତାହାଙ୍କ ବିଷୟରେ ସବୁ ଲେଖା ହୋଇଥିବା ଘଟଣାମାନ ପୂର୍ଣ୍ଣ ହେଲା ପରେ ସେମାନେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି କବର ମଧ୍ୟରେ ରଖିଦେଲେ। 30 କିନ୍ତୁ ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କଲେ। 31 “ସେ ତାହାଙ୍କ ସହିତ ଗାଲିଲୀରୁ ଯିରୁଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ଯ୍ୟନ୍ତ ଦର୍ଶନ ଦେଲେ। ସେମାନେ ଲୋକମାନଙ୍କ ଆଗରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି।
32 “ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର ଶୁଣାଉଛୁ। 33 ପରମେଶ୍ୱର ସେହି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୂର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତରେ ଲେଖାଅଛି:
‘ତୁମ୍ଭେ ମୋ’ ପୁତ୍ର,
ଆଜି ମୁଁ ତୁମ୍ଭର ପିତା ହେଲି।’(A)
34 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣି ଥରେ କବରପ୍ରାପ୍ତ ହୋଇ କ୍ଷୟ ନ ହୁଏ। ଏ ବିଷୟରେ ସେ କହିଲେ,
‘ମୁଁ ଦାଉଦଙ୍କ ନିକଟରେ ପ୍ରତିଜ୍ଞା କରିଥିବା
ପବିତ୍ର ଓ ପ୍ରକୃତ ଆର୍ଶୀବାଦ ତୁମ୍ଭମାନଙ୍କୁ ଦେବି।’(B)
35 ପବିତ୍ର ବାକ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଲେଖାଅଛି,
‘ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିଙ୍କୁ କବରରେ କ୍ଷୟ ହେବାକୁ ଦେବ ନାହିଁ।’(C)
36 ଦାଉଦ ତାହାଙ୍କ ଯୁଗରେ ପରମେଶ୍ୱରଙ୍କର ଇଚ୍ଛା ଅନୁସାରେ ସେବାକାର୍ଯ୍ୟ କରି ସାରିଲାପରେ ଦେହତ୍ୟାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ। 37 କିନ୍ତୁ ପରମେଶ୍ୱର ଯାହାଙ୍କୁ ମୃତ୍ୟୁରୁ ଉଠେଇଲେ ସେ କ୍ଷୟପ୍ରାପ୍ତ ହୋଇ ନ ଥିଲେ। 38-39 ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ୍ ଯେ, କେବଳ ଏହି ଜଣଙ୍କ ଦ୍ୱାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହୋଇପାରେ। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ତୁମ୍ଭେମାନେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠାରେ ବିଶ୍ୱାସ କରି ତୁମ୍ଭେମାନେ ସେହିସବୁ ପାପରୁ ମୁକ୍ତି ପାଇ ପାରିବ। 40 ତେଣୁ ସାବଧାନ ରୁହ ଯେ, ଭବିଷ୍ୟଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। ଭବିଷ୍ୟଦ୍ବକ୍ତାମାନେ କହିଲେ,
41 ‘ଦେଖ, ଅବଜ୍ଞାକାରୀ ଲୋକମାନେ,
ତୁମ୍ଭେମାନେ ଆଶ୍ଚର୍ଯ୍ୟ ହୋଇପାର ଓ ତା'ପରେ ମରିବାକୁ ଯାଇଥାଅ,
କାରଣ ମୁଁ ତୁମ୍ଭମାନଙ୍କ ସମୟରେ,
ଏପରି ଗୋଟିଏ କାର୍ଯ୍ୟ କରିବି
ଯାହା ତୁମ୍ଭମାନଙ୍କୁ କେହି କହିଲେ ସୁଦ୍ଧା,
ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ।’”(D)
42 ପାଉଲ ଓ ବର୍ଣ୍ଣବ୍ବା ସେଠାରୁ ଗଲାବେଳେ ଲୋକମାନେ ସେମାନଙ୍କୁ ଆଗାମୀ ବିଶ୍ରାମ ଦିବସରେ ଏହିସବୁ କଥା ଆହୁରି କହିବା ପାଇଁ ଅନୁରୋଧ କଲେ। 43 ସଭା ସମାପ୍ତ ହେବାପରେ ଅନେକ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଅନୁସରଣ କଲେ। ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା ହୋଇ ସେମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବା ପାଇଁ କହିଲେ।
19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।
ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ
(ମାଥିଉ 12:22-32; ଲୂକ 11:14-23; 12:10)
20 ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”
23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।
27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।
28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। 29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”
30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର
(ମାଥିଉ 12:46-50; ଲୂକ 8:19-21)
31 ତା'ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ। 32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”
33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?” 34 ତା'ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ। 35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”
2010 by World Bible Translation Center