Book of Common Prayer
97 ସଦାପ୍ରଭୁ ଶାସନ କରନ୍ତି।
ସକଳ ପୃଥିବୀ ଆନନ୍ଦ କରୁ।
ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
ତାଙ୍କର ଶତ୍ରୁଗଣକୁ ବିନାଶ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
ଏହା ଦେଖି ଲୋକେ ଭୟ କଲେ।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
ଧନ୍ୟବାଦାର୍ଥକ ଗୀତ।
100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି।
ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
ତୁମ୍ଭର ମହାନତା ଦେଖାଅ।
2 ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
ସଦାପ୍ରଭୁ ଆଉ କେତେ କାଳ?
4 ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
5 ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
6 ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
7 ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।
8 ହେ ପଶୁବତ୍ ଲୋକମାନେ,
ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
ଚେଷ୍ଟା କର ଏବଂ ବୁଝ।
9 ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।
12 ହେ ସଦାପ୍ରଭୁ, ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।
16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।
20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।
95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା!
ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
ଜିଦ୍ଖୋର ହୁଅ ନାହିଁ।
9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
ଯୋୟାବ ଏକ ଜ୍ଞାନୀ ସ୍ତ୍ରୀକୁ ଦାଉଦଙ୍କ ନିକଟକୁ ପଠାଇଲେ
14 ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େ ଅଛି। 2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର। 3 ରାଜାଙ୍କ ନିକଟକୁ ଯାଇ ମୁଁ ତୁମ୍ଭକୁ ଯାହା କୁହେ ସେହି ବାକ୍ୟ ତାଙ୍କୁ କୁହ, ତା'ପରେ ଯୋୟାବ ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ ଯାହା କହିବା ପାଇଁ ହେବ କହିଲେ।”
4 ତହୁଁ ତକୋୟର ସେହି ସ୍ତ୍ରୀ ଜଣକ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁଣ୍ଡମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
5 ତହିଁରେ ରାଜା ପଗ୍ଭରିଲେ, “କ’ଣ ତୁମ୍ଭର ଅସୁବିଧା କରୁଛି?”
ସେ ଉତ୍ତର ଦେଲା, “ମୁଁ ସତ୍ୟ କହୁଅଛି ମୁଁ ବିଧବା ସ୍ତ୍ରୀ, ମୋର ସ୍ୱାମୀ ମରିଯାଇଛି। 6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ। ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ। ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା। 7 ବର୍ତ୍ତମାନ ମୋର ପୁରା ପରିବାର ମୋର ବିରୁଦ୍ଧାଚରଣ କରୁଛନ୍ତି। ସେମାନେ ମୋତେ କହିଲେ, ‘ତୁମ୍ଭେ ସେ ପୁତ୍ରକୁ ଆଣି ଦିଅ ଯେ ତା'ର ଭାଇକୁ ମାରିଅଛି। ଆମ୍ଭେମାନେ ତାକୁ ହତ୍ୟା କରିବୁ। କାରଣ ସେ ତା'ର ଭାଇକୁ ହତ୍ୟା କଲା।’ ମୋ’ ପୁଅ ହେଉଛି ମୋର ଶେଷ ଅଗ୍ନିଶିଖା। ଯଦି ସେମାନେ ତାକୁ ହତ୍ୟା କରନ୍ତି, ତେବେ ସେହି ଅଗ୍ନିଶିଖା ଜଳି ଲିଭିଯିବ। ସେ ତା'ର ବାପାର ସମ୍ପତ୍ତି ପାଇବାର ଏକମାତ୍ର ଜୀବିତ ଉତ୍ତରାଧିକାରୀ ପୁତ୍ର। ଯଦି ସେମାନେ ତାକୁ ହତ୍ୟା କରନ୍ତି, ତେବେ ସେହି ସମ୍ପତ୍ତି ଅନ୍ୟ ଜଣକୁ ଦିଆଯିବ ଏବଂ ତା'ପରେ ମୋର ସ୍ୱାମୀର ନାମ ଏହି ଦେଶରୁ ଲିଭିଯିବ।”
8 ତା'ପରେ ରାଜା ଦାଉଦ ସେ ସ୍ତ୍ରୀକୁ କହିଲେ, “ଗୃହକୁ ଫେରିଯାଅ। ମୁଁ ଏ ବିଷୟରେ ତୁମର ଯତ୍ନ ନେବି।”
9 ତକୋୟର ସେହି ସ୍ତ୍ରୀଲୋକଟି ରାଜାଙ୍କୁ କହିଲା, “ହେ ମୋର ସଦାପ୍ରଭୁ, ଏ ଅପରାଧଟି ମୋ’ ଉପରେ ଓ ମୋ’ ପରିବାର ଉପରେ ଥାଉ। ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷ ରହିତ ହେଉ।”
10 ତା'ପରେ ରାଜା କହିଲେ, “କେହି ଯଦି ତୁମ୍ଭକୁ କିଛି କହେ, ତାକୁ ମୋ’ ସମ୍ମୁଖକୁ ଆଣ ଏବଂ ସେ ତୁମ୍ଭର ଆଉ ବିବ୍ରତ କରିବ ନାହିଁ।”
11 ସ୍ତ୍ରୀଲୋକଟି କହିଲେ, “ଆପଣ ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ଶପଥ ନେଇ କହନ୍ତୁ, ଆପଣ ସେମାନଙ୍କୁ ଅଟକାଇବେ, ଯେଉଁମାନେ ତା'ର ଭାଇର ହତ୍ୟା ଯୋଗୁଁ ମୋର ପୁତ୍ରକୁ ହତ୍ୟା କରିବାକୁ ଗ୍ଭହାନ୍ତି। ଶପଥ କରନ୍ତୁ ଯେ, ଆପଣ ସେମାନଙ୍କୁ ମୋର ପୁତ୍ରକୁ ଧ୍ୱଂସ କରିବା ପାଇଁ ଦେବେ ନାହିଁ।”
ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ କେହି ତୁମ୍ଭର ପୁତ୍ରର କ୍ଷତି କରି ପାରିବେ ନାହିଁ, ଏପରିକି ତା'ର ମୁଣ୍ଡର ଗୋଟିଏ ବାଳ ମଧ୍ୟ ତଳେ ପଡ଼ିବ ନାହିଁ। ରାଜା କହିଲେ, ପରମେଶ୍ୱରଙ୍କର ନାମ ଅକ୍ଷୁର୍ଣ୍ଣ ଥିବାଯାଏ କେହି ତା'ର ଚର୍ମକୁ ସ୍ପର୍ଶ କରି ପାରିବେ ନାହିଁ।”
12 ସେ କହିଲା, “ମୋର ରାଜା ସଦାପ୍ରଭୁ ଦୟାକରି ମୋତେ କିଛି କହିବା ପାଇଁ ଦିଅନ୍ତୁ।”
ତା'ପରେ ରାଜା ଉତ୍ତର ଦେଲେ, “ତୁମ୍ଭେ କୁହ।”
13 ସ୍ତ୍ରୀଲୋକଟି କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏପରି ଯୋଜନା କରିଛନ୍ତି? ରାଜା ଯାହା କହିଲେ, ତାହା ତାଙ୍କର ଦୋଷକୁ ପ୍ରତିବିମ୍ବିତ କଲା। କାରଣ ରାଜା ଆପଣା ନିର୍ବାସିତ ପୁତ୍ରକୁ ଫେରାଇ ଆଣୁ ନାହାନ୍ତି। 14 ଆମ୍ଭେମାନେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭେମାନେ ଭୂମିରେ ଢଳା ହୋଇଥିବା ପାଣି ପରି, ଯାହାକି ପୁନର୍ବାର ସଂଗ୍ରହ ହୋଇ ପାରିବ ନାହିଁ। ପରମେଶ୍ୱର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସେମାନଙ୍କ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ୟରେ ଦୌଡ଼ି ପଳାନ୍ତି। 15 ମୋର ପ୍ରଭୁ ଓ ମହାରାଜ ମୁଁ ଏହି କଥାଗୁଡ଼ିକ କହିବାକୁ ଆପଣଙ୍କ ନିକଟକୁ ଆସିଲି କାରଣ ଲୋକମାନେ ମୋତେ ଭୟ ଦେଖାଇଲେ। ତେଣୁ ନିଜକୁ ଭାବିଲି, ‘ମୁଁ ମହାରାଜାଙ୍କୁ କହିବି, ହୋଇପାରେ, ମହାରାଜ ମୋତେ ସାହାଯ୍ୟ କରି ପାରନ୍ତି। 16 ରାଜା ମୋର କଥା ଶୁଣିବେ ଏବଂ ଯେଉଁମାନେ ମୋତେ ଏବଂ ମୋର ପୁତ୍ରକୁ ମାରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କ କବଳରୁ ମୋତେ ରକ୍ଷା କରିବେ।’ ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦେଇଥିବା ଅଧିକାରରୁ ବଞ୍ଚିତ କରିବେ ନାହିଁ। 17 ମୁଁ ଜାଣେ ମୋର ମୁନିବଙ୍କର କଥା, ନିଶ୍ଚିତ ଭାବରେ ମୋତେ ବିଶ୍ରାମ ଦେବ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ୱରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭୁଲ୍ ଏବଂ ସଦାପ୍ରଭୁ ଆପଣଙ୍କର ପରମେଶ୍ୱର ସର୍ବଦା ଆପଣଙ୍କ ପାଖରେ ଅଛନ୍ତି।”
18 ରାଜା ଦାଉଦ ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭକୁ କେତେକ ପ୍ରଶ୍ନ ପଗ୍ଭରିବି। ତୁମ୍ଭେ ତା'ର ଉତ୍ତର ଦେବ।”
ସ୍ତ୍ରୀଲୋକଟି କହିଲା, “ହେ ମୋର ପ୍ରଭୁ, ଆପଣଙ୍କର ପ୍ରଶ୍ନ ପଗ୍ଭରନ୍ତୁ।”
19 ରାଜା କହିଲେ, “ଯୋୟାବ କ’ଣ ତୁମ୍ଭକୁ ଏପରି କହିବାକୁ କହିଥିଲେ?”
ସେହି ସ୍ତ୍ରୀଲୋକଟି ଉତ୍ତର ଦେଲା, “ହେ ମୋର ପ୍ରଭୁ ରାଜା, ଆପଣଙ୍କ ଜୀବିତ ଥିବା ଯାଏ, ଆପଣ ଯାହା କହନ୍ତି ସବୁ ଠିକ୍। ଆପଣଙ୍କର ଅଧିକାରୀ ଯୋୟାବ ମୋତେ ଏପରି କହିବାକୁ କହିଥିଲେ। 20 ଯୋୟାବ ଏପରି କରିଥିଲେ, ତେଣୁ ଆପଣା ପ୍ରତ୍ୟେକ କଥାକୁ ଅଲଗା ଭାବରେ ଦେଖି ପାରିଥା’ନ୍ତେ। ମୋର ପ୍ରଭୁ, ଆପଣ ପରମେଶ୍ୱରଙ୍କ ଦୂତ ପରି ଜ୍ଞାନୀ, ପୃଥିବୀରେ କେଉଁଠି କ’ଣ ହେଉଛି, ଆପଣ ସବୁ ଜାଣି ପାରୁଛନ୍ତି।”
ପାଉଲଙ୍କ ଯିରୁଶାଲମ ଯାତ୍ରା
21 ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ। 2 ପାତାରାରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥିରେ ଚଢ଼ିଲୁ ଓ ଯାତ୍ରା କଲୁ।
3 ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା'ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା। 4 ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ। 5 ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ। 6 ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।
7 ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ। 8 ଆମ୍ଭେ ତହିଁ ଆରଦିନ କାଇସରୀଆ ନଗରରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭରକ ଫିଲିପ୍ପଙ୍କ ଘରେ ପ୍ରବେଶ କଲୁ। ସେ ସାତ ଜଣ ବିଶେଷ ସେବକମାନଙ୍କ ମଧ୍ୟରୁ ଜଣେ ଥିଲେ। ଆମ୍ଭେମାନେ ତାହାଙ୍କ ସହିତ ରହିଲୁ। 9 ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।
10 ସେଠାରେ ଆମ୍ଭେ ବହୁତ ଦିନ ରହିଲା ପରେ ଯିହୂଦା ଦେଶରୁ ଆଗାବ ନାମରେ ଜଣେ ଭବିଷ୍ୟଦ୍ବକ୍ତା ଆସି ପହଞ୍ଚିଲେ। 11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”
12 ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ। 13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”
14 ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”
ବିବାହ ବିଚ୍ଛେଦ ସମ୍ପର୍କରେ ଯୀଶୁଙ୍କ ଶିକ୍ଷା
(ମାଥିଉ 19:1-12)
10 ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।
2 କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରିବା ପାଇଁ ଚେଷ୍ଟା କଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଜଣେ ପୁରୁଷ ତା'ର ସ୍ତ୍ରୀକୁ ଛାଡ଼ପତ୍ର ଦେବା କ’ଣ ଆଇନ ସଙ୍ଗତ କାର୍ଯ୍ୟ?”
3 ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”
4 ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”
5 ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ। 6 କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’(A) 7 “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ 8 ଏବଂ ସେମାନେ ଏକ ହୋଇଯିବେ।’(B) ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ। 9 ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”
10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ। 11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। 12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”
ପିଲାମାନଙ୍କୁ ଯୀଶୁ ଗ୍ରହଣ କଲେ
(ମାଥିଉ 19:13-15; ଲୂକ 18:15-17)
13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ। 14 ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଛୋଟ ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ପରମେଶ୍ୱରଙ୍କ ରାଜ୍ୟ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ। 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।” 16 ତା'ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ।
2010 by World Bible Translation Center