Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 63

ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।

63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
    ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
    ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
    ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
    ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
    ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
    ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
    ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
ମୁଁ ତୁମ୍ଭଠାରେ ଲାଗିରହେ।
    ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।

କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
    କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
    ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖ‌ଡ଼୍‌ଗରେ ହତ୍ୟା କରାଯିବ।
    ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
    ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।

ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ରାଜାବଳୀର ପ୍ରଥମ ପୁସ୍ତକ 12:21-33

21 ରିହବିୟାମ ଯିରୁଶାଲମରେ ପହଞ୍ଚିଲେ ଓ ଯିହୁଦୀୟ ବିନ୍ୟାମୀନ ବଂଶକୁ ଏକତ୍ରିତ କଲେ। ସେ 180,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା। 22 ସଦାପ୍ରଭୁ ପରମେଶ୍ୱରଙ୍କ ଲୋକ ଶମୟିୟକୁ ଏହା କହିଲେ। 23 “ଯିହୁଦାର ରାଜା ଶଲୋମନର ପୁତ୍ର ରିହବିୟାମକୁ ପୁଣି ଯିହୁଦାର ଓ ବିନ୍ୟାମୀନର ସମସ୍ତ ଲୋକମାନଙ୍କୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଏହା କୁହ। 24 ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେ ନିଶ୍ଚୟ ତୁମ୍ଭମାନଙ୍କ ଭ୍ରାତା ଇସ୍ରାଏଲ ଲୋକମାନଙ୍କ ବିପକ୍ଷରେ ଯୁଦ୍ଧ କରିବ ନାହିଁ। ତୁମ୍ଭେମାନେ ସମସ୍ତେ ନିଜ ନିଜ ଗୃହକୁ ଫେରିଯାଅ। କାରଣ ଏହିକାର୍ଯ୍ୟ ମୋ’ ଦ୍ୱାରା ହୋଇଅଛି।’” ତେଣୁ ରିହବିୟାମଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫେରିଗଲେ।

25 ଏହି ସମୟରେ ଯାରବିୟାମ ଇଫ୍ରୟିମର ପର୍ବତମୟ ଦେଶ ଶିଖିମକୁ ଦୃଢ଼ କରି ସେଠାରେ ବାସ କଲେ। ପରେ ସେ ପିନୂୟେଲ ନଗରକୁ ଯାଇ ଏହାକୁ ସୁଦୃଢ଼ କଲେ।

26-27 ଯାରବିୟାମ ନିଜକୁ ନିଜେ ଚିନ୍ତା କଲେ, “ଯଦି ଲୋକମାନେ ଯିରୁଶାଲମକୁ ସଦାପ୍ରଭୁଙ୍କ ମନ୍ଦିରରେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ବଳିଦାନ କରିବାକୁ ଯାଆନ୍ତି, ତେବେ ସେମାନେ ପୁନର୍ବାର ଦାଉଦଙ୍କ ପରିବାର ଦ୍ୱାରା ଶାସିତ ହେବାକୁ ଗ୍ଭହିଁବେ। ସେମାନେ ଯିହୁଦାର ରାଜା ରିହବିୟାମଙ୍କ ଅନୁଗାମୀ ହେବେ ଓ ମୋତେ ବଧ କରିବେ।” 28 ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସେମାନେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, “ତୁମ୍ଭର ଯିରୁଶାଲମକୁ ଉପାସନା କରିବା ପାଇଁ ଯିବା ଦରକାର ନାହିଁ। ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।” 29 ରାଜା ଯାରବିୟାମ ଗୋଟିକୁ ବୈଥେ‌ଲ୍‌ରେ ଓ ଅନ୍ୟଟିକୁ ଦା‌ନ୍‌ରେ ସ୍ଥାପନ କଲେ। 30 ଏହା ଏକ ଭୟଙ୍କର ପାପ, କାରଣ ଇସ୍ରାଏଲର ଲୋକମାନେ ବୈଥେଲ୍ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।

31 ଏହା ପରେ ଯାରବିୟାମ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଗୃହମାନ ନିର୍ମାଣ କଲେ। ସେ ଲେବୀକୁ ଛାଡ଼ି ଇସ୍ରାଏଲର ସମସ୍ତ ଗୋଷ୍ଠୀରୁ ଯାଜକ ମନୋନୀତ କଲେ। 32 ରାଜା ଯାରବିୟାମ, ଯିହୁଦାର ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥେ‌ଲ୍‌ସ୍ଥିତ ହୋମବେଦି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥେ‌ଲ୍‌ଠାରେ ଗୋବତ୍ସର ସମ୍ମାନାର୍ଥେ ନୈବେଦ୍ୟ ଉତ୍ସର୍ଗ କଲେ ଏବଂ ସେ ମଧ୍ୟ ଉଚ୍ଚସ୍ଥଳୀରେ ସେବା କରିବା ପାଇଁ ଯାଜକମାନଙ୍କୁ ବାଛିଲେ। 33 ତେଣୁ ରାଜା ଯାରବିୟାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନରେ ବୈଥେଲସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକି ଗଲେ। ଆଉ ମଧ୍ୟ ସେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥେ‌ଲ୍‌ର ଯଜ୍ଞବେଦିକି ଗଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 4:18-31

18 ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ। 19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”

20-21 ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ। 22 ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।

ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ

23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ। 24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ। 25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି,

‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି?
    ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।

26 ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଲାଇଲେ
    ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’(A)

27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ। 28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା। 29 ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର। 30 ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”

31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।

ଯୋହନ ଲିଖିତ ସୁସମାଗ୍ଭର 10:31-42

31 ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ। 32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”

33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”

34 ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’(A) 35 ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ। 36 ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି। 37 ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ। 38 କିନ୍ତୁ ଯଦି ମୋର ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତେବେ ତୁମ୍ଭେ ମୋ’ କାର୍ଯ୍ୟଗୁଡ଼ିକରେ ବିଶ୍ୱାସ ରଖିବା ଉଚିତ୍। ତୁମ୍ଭେ ମୋ'ଠାରେ ବିଶ୍ୱାସ ନ କଲେ ମଧ୍ୟ ମୋ’ କାର୍ଯ୍ୟରେ ବିଶ୍ୱାସ କରିବା ଉଚିତ୍। ତେବେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମୋ'ଠାରେ ଅଛନ୍ତି ଓ ମୁଁ ତାହାଙ୍କଠାରେ ଅଛି।”

39 ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ସେ ସେମାନଙ୍କ ହାତରୁ ଖସିଗଲେ।

40 ତା'ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ। 41 ତାହାଙ୍କ ପାଖକୁ ଅନେକ ଲୋକ ଆସିଲେ। ଲୋକମାନେ କହିଲେ, “ଯୋହନ ଯଦ୍ୟପି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ନ ଥିଲେ, କିନ୍ତୁ ସେ ଏହି ଲୋକ ବିଷୟରେ ଯାହା କହିଥିଲେ, ତାହା ସବୁ ସତ୍ୟ।” 42 ସେଠାରେ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center