Book of Common Prayer
ସୟିନ୍
49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।
ହେତ୍
57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
58 ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
59 ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି।
ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ,
ବିଳମ୍ବ କରି ନାହିଁ।
61 ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି,
କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
62 ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ
ମଧ୍ୟରାତ୍ରିରେ ଉଠିଥାଏ।
63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି,
ମୁଁ ସେମାନଙ୍କର ବନ୍ଧୁ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ।
ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।
ଟେଟ୍
65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।
49 ହେ ଜାତିଗଣ ସମୂହ ଶୁଣ,
ହେ ପୃଥିବୀବାସୀ ଲୋକମାନେ ଶୁଣ,
2 ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
3 ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
ଓ ବୁଦ୍ଧିମାନର କଥା କହିବି।
4 ମୁଁ ସେ ସବୁ ଯେ ଶୁଣି ଅଛି
ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।
5 ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
6 ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
7 ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
8 ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
ତା'ର ଜୀବନକୁ ପ୍ରାୟଶ୍ଚିତ କରି ପାରିବ।
9 କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରି ପାରିବ,
ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। ସେଲା
14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା'ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।
15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ। ସେଲା
16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।
53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
3 ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
ନାଁ, ଜଣେ କେହି ନାହିଁ!
4 ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”
5 କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।
6 ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
ସେତେବେଳେ ଯାକୁବ ଆନନ୍ଦିତ ହେବେ
ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।
ଏଲିୟ ଓ ଅନାବୃଷ୍ଟି ସମୟ
17 ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
2 ତତ୍ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, 3 “ତୁମ୍ଭେ ଏ ସ୍ଥାନ ଛାଡ଼ି ପୂର୍ବ ଦିଗକୁ ଯାଅ ଓ ଯର୍ଦ୍ଦନ ପୂର୍ବ ପାରିସ୍ଥ କରୀତ୍ ନଦୀ ନିକଟରେ ନିଜକୁ ଲୁଗ୍ଭଅ। 4 ସେହି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।” 5 ଏଲିୟ ସଦାପ୍ରଭୁଙ୍କ ଆଜ୍ଞାନୁସାରେ କାର୍ଯ୍ୟ କଲେ। ସେ ଯର୍ଦ୍ଦନ ପୂର୍ବପାରିସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ। 6 ପୁଣି କାଉମାନେ ପ୍ରାତଃକାଳରେ ରୋଟୀ ଓ ମାଂସ ଓ ସନ୍ଧ୍ୟାବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।
7 ଅନାବୃଷ୍ଟି ହେତୁ କିଛି କାଳପରେ ଝରଣାଗୁଡ଼ିକ ଶୁଷ୍କ ହୋଇଗଲା। 8 ତତ୍ପରେ ସଦାପ୍ରଭୁ ଏଲିୟକୁ କହିଲେ, 9 “ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ସେଠାରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।”
10 ତେଣୁ ଏଲିୟ ସାରିଫତ୍କୁ ଗଲେ। ସେ ନଗର ଦ୍ୱାର ନିକଟରେ ଏକ ବିଧବା ସ୍ତ୍ରୀକୁ କାଠ ସଂଗ୍ରହ କରୁଥିବାର ଦେଖିଲେ। ଏଲିୟ ତାକୁ କହିଲେ, “ତୁମ୍ଭ ପାତ୍ରରେ କିଛି ଜଳ ପିଇବାକୁ ଆଣ।” 11 ସେ ପାଣି ଆଣିବାକୁ ଯାଉଥିବା ବେଳେ ଏଲିୟ ପୁନର୍ବାର ଡାକି କହିଲେ, “ମୋର ଅନୁରୋଧ ମୋ’ ପାଇଁ ଖଣ୍ଡେ ରୋଟୀ ମଧ୍ୟ ଆଣ।”
12 ବିଧବାଟି ଉତ୍ତର ଦେଲା, “ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୋ’ ପାଖରେ ଖଣ୍ଡେ ହେଲେ ରୋଟୀ ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧାରେ ମରିବୁ।”
13 ଏଲିୟ ସେହି ବିଧବାକୁ କହିଲେ, “ଦୁଃଖ କର ନାହିଁ। ଘରକୁ ଯାଇ ତୁମ୍ଭ କହିବାନୁସାରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ ଛୋଟ ପିଠା କରି ମୋ’ ନିକଟକୁ ଆଣ। ତା'ପରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର। 14 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯେପର୍ଯ୍ୟନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ଯ୍ୟନ୍ତ କଳସରେ ମଇଦା ଶୂନ୍ୟ ହେବ ନାହିଁ କି ପାତ୍ରରେ ତୈଳର ଅଭାବ ରହିବ ନାହିଁ।’”
15 ତେଣୁ ସେ ସ୍ତ୍ରୀଲୋକଟି ଘରକୁ ଗଲା ଓ ଏଲିୟଙ୍କ ବାକ୍ୟାନୁସାରେ କାର୍ଯ୍ୟ କଲା। ଏଲିୟ, ସେହି ସ୍ତ୍ରୀଲୋକ ଓ ତା'ର ପୁତ୍ର ପାଇଁ ଅନେକ ଦିନ ପର୍ଯ୍ୟନ୍ତ ଯଥେଷ୍ଟ ଭୋଜନ କରିବାକୁ ଥିଲା। 16 ସେହି ମଇଦା କଳସ ଓ ତୈଳପାତ୍ର କେବେ ଶୂନ୍ୟ ହେଲା ନାହିଁ। ସଦାପ୍ରଭୁ ଏଲିୟ ମାଧ୍ୟମରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।
17 କିଛିଦିନ ଉତ୍ତାରେ ସେହି ସ୍ତ୍ରୀଲୋକର ପୁତ୍ରଟି ଅସୁସ୍ଥ ହେଲା। ତା'ର ପୀଡ଼ା ଏତେ ବଢ଼ିଗଲା ଯେ ତା'ର ପ୍ରଶ୍ୱାସ ମଧ୍ୟ ବନ୍ଦ ହୋଇଗଲା। 18 ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”
19 ତହୁଁ ଏଲିୟ ତାକୁ କହିଲେ, “ତୁମ୍ଭ ପୁତ୍ରକୁ ମୋତେ ଦିଅ।” ଏଲିୟ ତା'ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କୋଠରୀକୁ ନେଇଯାଇ ଆପଣା ଶଯ୍ୟାରେ ତାକୁ ଶୁଆଇ ଦେଲେ। 20 ତା'ପରେ ଏଲିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ସ୍ତ୍ରୀଲୋକଟି ମୋତେ ତା'ର ଗୃହରେ ଆଶ୍ରୟ ଦେଇଛି। ତୁମ୍ଭେ ତା'ର ପୁତ୍ରକୁ ବଧ କରି ତା’ ପ୍ରତି କାହିଁକି ଅମଙ୍ଗଳ ଘଟାଇଲ?” 21 ତା'ପରେ ଏଲିୟ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।”
22 ସଦାପ୍ରଭୁ ଏଲିୟର ପ୍ରାର୍ଥନାର ଉତ୍ତର ଦେଲେ ଏବଂ ବାଳକଟି ପ୍ରଶ୍ୱାସ ନେବାକୁ ଆରମ୍ଭ କଲା ଓ ପୁଣି ଜୀବନ ଫେରି ପାଇଲା। 23 ତା'ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”
24 ତହୁଁ ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ ମୁଁ ଏହା ଏବେ ଜାଣିଲି।”
ଏକତାବଦ୍ଧ ହୋଇ ପରସ୍ପରର ଯତ୍ନ ନିଅ
2 ଖ୍ରୀଷ୍ଟ ଯୀଶୁଙ୍କଠାରେ ଥାଇ କୌଣସି କାର୍ଯ୍ୟ କରିବାକୁ ମୁଁ ତୁମ୍ଭକୁ କହିପାରେ କି? ତୁମ୍ଭେ ମୋତେ ପ୍ରେମପୂର୍ଣ୍ଣ ସାନ୍ତ୍ୱନା ଦେଇପାର କି? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତାରେ ଅଛୁ କି? ତୁମ୍ଭଠାରେ କରୁଣା ଓ ଦୟା ଅଛି କି? 2 ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା'ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର। 3 ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ। 4 କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।
ଯୀଶୁ ଖ୍ରୀଷ୍ଟଙ୍କଠାରୁ ନିସ୍ୱାର୍ଥପର ହେବା ଶିଖ
5 ନିଜ ଜୀବନରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।
6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ।
ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
7 ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ।
ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ।
ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,
8 ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ।
ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ।
9 ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ।
ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
10 ଏପରି କରିବାର ଉଦ୍ଦେଶ୍ୟ ଥିଲା ଯେ ସ୍ୱର୍ଗର, ପୃଥିବୀର ଓ ପାତାଳର ପ୍ରତ୍ୟେକ ଲୋକ
ଯେପରି ଯୀଶୁଙ୍କ ନାମ ଆଗରେ ମୁଣ୍ଡ ନୁଆଇଁବେ।
11 ଅତଏବ ପ୍ରତ୍ୟେକ ଲୋକ, “ଯୀଶୁ ଖ୍ରୀଷ୍ଟ ଯେ ପ୍ରଭୁ” ଏହା ସ୍ୱୀକାର କରିବେ।
ଏହା ସେମାନେ କହିବା ଦ୍ୱାରା ପିତା ପରମେଶ୍ୱରଙ୍କର ଗୌରବ ହେବ।
ଯୀଶୁଙ୍କୁ ଦେଖିବା ପାଇଁ ପଣ୍ଡିତମାନଙ୍କ ଆଗମନ
2 ହେରୋଦଙ୍କ[a] ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେଥ୍ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ। 2 ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”
3 ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ଉଦ୍ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ। 4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ? 5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେଥ୍ଲେହିମ ନଗରରେ। ଭବିଷ୍ୟଦ୍ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି:
6 ‘ହେ ଯିହୂଦା ପ୍ରଦେଶର ବେଥ୍ଲେହିମ!
ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ।
ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ,
ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’”(A)
7 ତା'ପରେ ହେରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସେମାନେ କେତେବେଳେ ପ୍ରଥମେ ସେହି ତାରା ଦେଖିଥିଲେ, ତାହାର ସଠିକ୍ ସମୟ ହେରୋଦ ପଣ୍ଡିତମାନଙ୍କଠାରୁ ବୁଝିନେଲେ। 8 ହେରୋଦ ସେମାନଙ୍କୁ ବେଥ୍ଲେହିମ ପଠାଇଲେ ଓ କହିଲେ, “ତୁମ୍ଭେମାନେ ବେଥ୍ଲେହିମ ଯାଇ ଶିଶୁଟି ବିଷୟରେ ଯତ୍ନ ଭାବରେ ଖୋଜ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତେବେ ମୋତେ ଜଣାଅ, ତା'ପରେ ମୁଁ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବି।”
9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସେମାନେ ଆଗରୁ ପୂର୍ବ ଦେଶରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସେହି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠାରେ ପିଲାଟି ଥିଲା, ସେହି ସ୍ଥାନ ଉପରେ ସ୍ଥିର ହୋଇ ରହିଗଲା। 10 ତାରା ଦେଖି ପଣ୍ଡିତମାନେ ବହୁତ ଖୁସୀ ହେଲେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ହେଲେ।
11 ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ[b] ଓ ଗନ୍ଧରସ[c] ଉପହାର ଦେଲେ। 12 କିନ୍ତୁ ପରମେଶ୍ୱର ସେମାନଙ୍କୁ ହେରୋଦଙ୍କ ପାଖକୁ ଫେରି ନ ଯିବାକୁ ସ୍ୱପ୍ନରେ ସାବଧାନ କରାଇ ଦେଲେ। ତେଣୁ ସେମାନେ ଅନ୍ୟ ଏକ ପଥ ଦେଇ ନିଜ ଦେଶକୁ ଫେରିଗଲେ।
2010 by World Bible Translation Center