Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 45

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ ସ୍ୱରରେ କୋରହ ପରିବାରର ଏହା ଏକ ପ୍ରେମର ଗୀତ।

45 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ,
    ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ।
ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ,
    ନିପୁଣ ଲେଖକର କଲମରୁ ଆସିଲା ପରି।

ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ,
    ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ,
    ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
ହେ ବୀର, ତୁମ୍ଭର ଖ‌ଡ଼୍‌ଗ ଧାରଣ କର,
    ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶୋଭା ପାଉ।
ତୁମ୍ଭେ ଆଶ୍ଚର୍ଯ୍ୟ ଦିଶୁଛ।
    ଯାଅ ନ୍ୟାୟ ଓ ଧର୍ମପାଇଁ ଯୁଦ୍ଧରେ ବିଜୟୀ ହୁଅ।
    ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅ‌ଦ୍‌ଭୂତ କାର୍ଯ୍ୟ କରିବାକୁ ପ୍ରଶିକ୍ଷିତ।
ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭେଦ କରିବାକୁ
    ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
ପରମେଶ୍ୱର,[a] ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବ।
    ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର।
    ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ
    ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡା‌ଲ୍‌ଚିନି ମସଲାର ବାସନା ଭାସି ଆସୁଛି।
    ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି।
    ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ
    ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।

10 ହେ ରାଜକୁମାରୀ, ଶୁଣ।
    ଯଦି ତୁମ୍ଭେ ମନଦେଇ ଶୁଣ, ତେବେ ସବୁ ବୁଝିପାରିବ,
ଓ ତୁମ୍ଭର ପରିବାରକୁ ଭୁଲିଯାଅ।
11     ତୁମ୍ଭର ସୌନ୍ଦର୍ଯ୍ୟରେ ରାଜା ମୁ‌‌ଗ୍‌‌ଧ ହେବେ।
ସେ ତୁମ୍ଭର ନୂତନ ପତି ହେବେ,
    ତେଣୁ ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବା ଉଚିତ୍।
12 ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ।
    ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ।

13 ତା'ର ସମସ୍ତ ମହିମାରେ,
    ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।
14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ,
    ତା'ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।
15 ସେମାନେ ଆନନ୍ଦ ଉଲ୍ଲାସରେ ଆସିବେ।
    ସେମାନେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।

16 ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ।
    ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ।
    ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।

ଗୀତସଂହିତା 47-48

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

47 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ।
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି।
    ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି।
    ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି।
    ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। ସେଲା

ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି,
    ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର।
    ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ।
ଆମ୍ଭର ରାଜାଙ୍କୁ ପ୍ରଶଂସା କର।
    ତାଙ୍କର ମହିମା ଗାନ କର।
ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା।
    ତେଣୁ ତାଙ୍କର ମହିମା ଗାନ କର।
ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି।
    ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି
    ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି।
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ।
    ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।

କୋରହ ପରିବାରର ପ୍ରଶଂସାଯୁକ୍ତ ଗୀତ।

48 ସଦାପ୍ରଭୁ ମହାନ ଅଟନ୍ତି।
    ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ।
    ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ।
ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ।
    ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ,
    ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।
ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ
    ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ।
ସେମାନେ ସେହି ନଗର ଆଡ଼କୁ ଗମନ କଲେ।
    କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ।
    ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।
ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା
    ଓ ସେମାନେ ଭୟରେ ଥରି ଉଠିଲେ।
ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି
    ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।
ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ।
    କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ।
ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି। ସେଲା

ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।
10 ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ।
    ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି।
    ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।
11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ।
    ଯିହୁଦାର ସହର ସବୁ ଉଲ୍ଲସିତ।
    କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।

12 ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର।
    ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।
13 ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ।
    ସିୟୋନ ପ୍ରାସାଦକୁ ନୀରିକ୍ଷଣ କର,
    ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।
14 ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି।
    ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

ଏଜ୍ରା 5

ଏହି ସମୟରେ ଭବିଷ୍ୟ‌ଦ୍‌ବକ୍ତା ହାଗୟ ଓ ଇଦ୍ଦୋର ପୁତ୍ର ଜିଖରିୟ, ଏହି ଭବିଷ୍ୟ‌ଦ୍‌ବକ୍ତାମାନେ ଯିହୁଦା ଓ ଯିରୁଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ। ସେମାନେ ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ। ତେଣୁ ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତାମାନେ ସେମାନଙ୍କ ସଙ୍ଗେ ରହି ସାହାଯ୍ୟ କଲେ। ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଗ୍ଭରିଲେ, “ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା।” ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ, “ସେମାନେ ପଗ୍ଭରିଲେ, ଏହି ଗାନ୍ଥକମାନଙ୍କ ନାମ କ’ଣ?”

ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରିୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ଓ ପତ୍ରଦ୍ୱାରା ସେହି ବିଷୟରେ ଉତ୍ତର ନଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ ନାହିଁ।

ତତ୍ତନୟ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରିୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି। ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲେଖାଥିଲା।

ମହାରାଜ ଦାରିୟାବସଙ୍କର ସର୍ବମଙ୍ଗଳ

ଆମ୍ଭେମାନେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, “ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ମନ୍ଦିରକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି। ଆଉ ଏହି କାର୍ଯ୍ୟ ଯତ୍ନ ସହକାରେ ଗ୍ଭଲୁଅଛି ଓ ସେମାନଙ୍କ ହସ୍ତରେ ଏହା ସଫଳ ହେଉ ଅଛି। ଏହା ମଧ୍ୟ ଶୀଘ୍ର ସରିବ।

ଆମ୍ଭେମାନେ ସେହି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ଯ୍ୟ ବିଷୟରେ କିଛି ପଗ୍ଭରିଲୁ, ତାହା ହେଲା, “ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?” 10 ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ପଗ୍ଭରିଲୁ। ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ଲେଖିବାକୁ ଗ୍ଭହିଁଲୁ।

11 ସେମାନେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,

“ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ଆମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା। ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ। 12 ମାତ୍ର ଆମ୍ଭର ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କ୍ରୋଧିତ କରିଥିଲେ। ତେଣୁ ସେ ସେମାନଙ୍କୁ ବାବିଲର ରାଜା କ‌‌‌‌ଲ୍‌‌‌‌‌‌‌ଦୀୟ ନବୂଖ‌ଦ୍‌ନିତ୍ସର ହସ୍ତରେ ସମର୍ପଣ କଲେ। ତେଣୁ ସେ ଏହି ମନ୍ଦିର ବିନାଶକରି, ଲୋକମାନଙ୍କୁ ବାବିଲକୁ ନେଇଗଲେ। 13 ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ। 14 ଆହୁରି ନବୂଖ‌ଦ୍‌ନିତ୍ସର ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସ୍ୱର୍ଣ୍ଣ ଓ ରୌପ୍ୟ ପାତ୍ର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହା ସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ୱାରା ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ କଲେ।

15 ସେ ତାହାକୁ କହିଲେ, “ଏହିସବୁ ପାତ୍ର ନେଇ ଯିରୁଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ମନ୍ଦିର ସ୍ୱସ୍ଥାନରେ ନିର୍ମିତ ହେଉ।”

16 ତେଣୁ ଶେଶବସର ଆସି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ କଲା। ଆଉ ସେହି ସମୟାବଧି ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି। ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।

17 ଏଣୁ ଯେବେ ମହାରାଜାଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୁଶାଲମରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4

ଯୋହନଙ୍କର ସ୍ୱର୍ଗ ଦେଖିବା

ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।” ତ‌‌‌‌‌ତ୍‌‌‌‌‌କ୍ଷଣାତ‌୍ ‌ଆତ୍ମା ମୋତେ ତାହାଙ୍କ ଅଧୀନକୁ ନେଇଗଲେ। ସ୍ୱର୍ଗରେ ମୋ’ ସମ୍ମୁଖରେ ଗୋଟିଏ ସିଂହାସନ ଥିଲା। ସେହି ସିଂହାସନରେ ଜଣେ ବସିଥିଲେ। ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା।

ସେହି ସିଂହାସନର ଗ୍ଭରିପାଖରେ ଆଉ ଚବି‌ଶ୍‌ଟି ସିଂହାସନ ଥିଲା। ସେହି ଚବି‌ଶ୍‌ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି। ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା।

ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା। ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା। ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ:

“ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର।
    ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”

ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି। 10 ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି:

11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର!
    ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ
ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ।
    ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”

ମାଥିଉ ଲିଖିତ ସୁସମାଗ୍ଭର 13:1-9

ଯୀଶୁଙ୍କ ବୀଜ ବୁଣିବାର ଦୃଷ୍ଟାନ୍ତ

(ମାର୍କ 4:1-9; ଲୂକ 8:4-8)

13 ସେହି ଦିନ ଯୀଶୁ ସେହି ଘରୁ ବାହାରି ଗ୍ଭଲିଗଲେ ଓ ହ୍ରଦ କୂଳରେ ଯାଇ ବସିଲେ। ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ। ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ,

“ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା। ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ଼ରେ ପଡ଼ିଗଲା। ଚଢ଼େଇମାନେ ଆସି ସେ ସବୁତକ ଖାଇ ଦେଲେ। ଆଉ କିଛି ବୀଜ ପଥୁରିଆ ଜାଗାରେ ପଡ଼ିଗଲା, ସେଠାରେ ଯଥେଷ୍ଟ ମାଟି ନ ଥିଲା, ମାଟି ଗଭୀରିଆ ନ ଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡ଼ିଲା। କିନ୍ତୁ ଯେତେବେଳେ ସୂର୍ଯ୍ୟ ଉପରକୁ ଉଠିଲା, ସେତେବେଳେ ଗଛ ଝାଉଁଳି ପଡ଼ିଲା। ତା'ର ଚେର ଗଭୀରକୁ ଯାଇ ପାରି ନ ଥିବାରୁ ଗଛଟି ଶୁଖି ମରିଗଲା। ଆଉ କିଛି ବୀଜ କଣ୍ଟା ବୁଦାରେ ପଡ଼ିଗଲା। କଣ୍ଟାବୁଦା ବଢ଼ି ଯିବାରୁ ଗ୍ଭରା ଗଛକୁ ଗ୍ଭପି ଦେଲା। ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା। ତୁମ୍ଭର ଯଦି କାନ ଅଛି, ତେବେ ଶୁଣ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center