Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:49-72

ସୟିନ୍

49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
    ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
    ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
    କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
    ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
    ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
    ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
    ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।

ହେତ୍

57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
58 ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
59 ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି।
    ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ,
    ବିଳମ୍ବ କରି ନାହିଁ।
61 ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି,
    କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
62 ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ
    ମଧ୍ୟରାତ୍ରିରେ ଉଠିଥାଏ।
63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି,
    ମୁଁ ସେମାନଙ୍କର ବନ୍ଧୁ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ।
    ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।

ଟେଟ୍

65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
    ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
    ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
    ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
    ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
    ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
    ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

ଗୀତସଂହିତା 49

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

49 ହେ ଜାତିଗଣ ସମୂହ ଶୁଣ,
    ହେ ପୃଥିବୀବାସୀ ଲୋକମାନେ ଶୁଣ,
    ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
    ଓ ବୁଦ୍ଧିମାନର କଥା କହିବି।
ମୁଁ ସେ ସବୁ ଯେ ଶୁଣି ଅଛି
    ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।

ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
    ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
    କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
    କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
    ତା'ର ଜୀବନକୁ ପ୍ରାୟଶ୍ଚିତ କରି ପାରିବ।
କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
    ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରି ପାରିବ,
    ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
    ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
    ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
    କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
    ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।

13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
    ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। ସେଲା

14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
    ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା'ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
    ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
    ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।
15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
    ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ। ସେଲା

16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
    ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
    ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
    ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
    ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
    ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।

ଗୀତସଂହିତା 53

ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।

53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
    ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
    ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
    ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
    ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
    ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
    ନାଁ, ଜଣେ କେହି ନାହିଁ!

ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
    ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
    ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”

କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
    ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
    ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
    ସେତେବେଳେ ଯାକୁବ ଆନନ୍ଦିତ ହେବେ
    ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।

ଏଜ୍ରା 6

ଦାରିୟାବସଙ୍କର ଆଦେଶ

ସେତେବେଳେ ଦାରିୟାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା। ଏବଂ ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ଦୁର୍ଗରେ ଏକ ପୁସ୍ତକ ମିଳିଲା। ଏକ ଇତିହାସ ଏଥିରେ ଲେଖା ଯାଇଥିଲା।

କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୁଶାଲମସ୍ଥିତ ପରମେଶ୍ୱରଙ୍କ ମନ୍ଦିର ବିଷୟରେ ଆଜ୍ଞା କଲେ।

ଲୋକମାନଙ୍କ ବଳିଦାନର ସ୍ଥାନ, ସେହି ମନ୍ଦିର ନିର୍ମିତ ହେଉ। ତାହାର ମୂଳଭିତ୍ତି ମ‌‍‌ଜ୍‌‍ବୁତ୍ ହେଉ। ତାହାର ଉଚ୍ଚତା ଷାଠିଏ ହାତ ଓ ତାର ପ୍ରସ୍ଥ ଷାଠିଏ ହାତ ହେଉ। ତହିଁରେ ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ୟୟଭାର ଭରଣ କରାଯାଉ। ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସୁନା ଓ ରୂପାପାତ୍ର ନବୂଖ‌ଦ୍‌ନିତ୍ସର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହା ସବୁ ଫେରାଇ ଦିଆଯାଉ। ଏବଂ ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରରେ ତାହା ସବୁ ରଖ।

ଏଣୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଏବଂ ଶଥର ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସାଥୀ ଅଧିକାରୀଗଣ ନଦୀ ସେପାରିସ୍ଥ ତା'ଠାରୁ ଦୂରରେ ରୁହ। ପରମେଶ୍ୱରଙ୍କ ଏହି ମନ୍ଦିରର କାର୍ଯ୍ୟରେ ହସ୍ତ ଦିଅ ନାହିଁ। ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ମନ୍ଦିର ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।

ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ। ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ। 10 ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।

11 ମୁଁ ଆହୁରି ଆଜ୍ଞା କରୁଅଛି କି ଯେକେହି ସେହି ବାକ୍ୟ ଅନ୍ୟଥା କରିବ ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଠରେ ସେ ବନ୍ଧା ହୋଇ ଟଙ୍ଗାଯିବ। ପୁଣି ତା’ ଲାଗି ତା'ର ଗୃହ ଖତରାଶି କରାଯାଉ। ‌

12 ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟକୁ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେ ସମସ୍ତଙ୍କୁ ଯିରୁଶାଲମରେ ସୁନାମ ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରିବେ।

ମୁଁ ଦାରିୟାବସ୍ ଏହି ଆଜ୍ଞା ଦେଇଅଛି, ଏହା ଅତି ଯତ୍ନପୂର୍ବକ କରାଯାଉ।

ମନ୍ଦିରର ସମାପନ ଓ ସମର୍ପଣ

13 ତହିଁରେ ଦାରିୟାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ। 14 ଏଥିରେ ହାଗୟ ଭବିଷ୍ୟ‌ଦ୍‌ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିୟର ଭବିଷ୍ୟ‌ଦ୍‌ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ। 15 ଦାରିୟାବସ ରାଜାର ଅଧିକାରର ଷଷ୍ଠବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ମନ୍ଦିର ସମାପ୍ତ ହେଲା।

16 ଏହା ପରେ ଇସ୍ରାଏଲର ଲୋକମାନେ, ଯାଜକମାନେ, ଲେବୀୟମାନେ ଓ ନିର୍ବାସିତର ଅବଶିଷ୍ଟ ଲୋକମାନେ ଆନନ୍ଦରେ ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ।

17 ପୁଣି ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସେମାନେ 100 ବୃଷ, 200 ଅଣ୍ତିରା ମେଷ, 400 ମେଷଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ। 18 ସେମାନେ ମୋଶାଙ୍କ ପୁସ୍ତକର ଲିଖନ ପ୍ରମାଣେ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ସେବା ପାଇଁ ଯାଜକମାନଙ୍କୁ ସେମାନଙ୍କର ଦଳ ଅନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ଦଳ ଅନୁସାରେ ନିଯୁକ୍ତ କଲେ।

ନିସ୍ତାରପର୍ବ

19 ଏହା ପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ। 20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ। ସେ ସମସ୍ତେ ଶୁଚି ହୋଇଥିଲେ। ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ ଆପଣା ଯାଜକ ଭାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାରପର୍ବରେ ମେଷ ବଳି ବଧ କଲେ। 21 ବଳିତ୍ୱରୁ ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଦେଶନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ। ସେମାନେ ସମସ୍ତେ ନିସ୍ତାରପର୍ବରେ ଭୋଜନ କଲେ। 22 ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:1-10

ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର[a] ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା। ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?” କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା। ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସେହି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସେଠାରେ କେହି ସକ୍ଷମ ନ ଥିଲେ। କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।”

ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।

ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ। ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା। ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ:

“ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ
    ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ,
କାରଣ ତୁମ୍ଭେ ହତ ହୋଇଥିଲ;
    ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ
10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ।
    ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”

ମାଥିଉ ଲିଖିତ ସୁସମାଗ୍ଭର 13:10-17

ଦୃଷ୍ଟାନ୍ତ ମାଧ୍ୟମରେ ଯୀଶୁଙ୍କର ଶିକ୍ଷା

(ମାର୍କ 4:10-12; ଲୂକ 8:9-10)

10 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଗ୍ଭରିଲେ, “ତୁମ୍ଭେ ସେମାନଙ୍କୁ ଦୃଷ୍ଟାନ୍ତ ମାଧ୍ୟମରେ କାହିଁକି ଶିକ୍ଷା ଦେଉଛ?”

11 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ। 12 ଯାହା ପାଖରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆଯିବ ଏବଂ ସେ ଆବଶ୍ୟକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖରେ ବିଶେଷ ବୁଝିବା-ଶକ୍ତି ନାହିଁ, ସେ ତା'ପାଖରେ ଥିବା ସେହି ଟିକେ ବୁଝିବାଶକ୍ତି ମଧ୍ୟ ହରେଇ ବସିବ। 13 ସେଇଥିପାଇଁ ମୁଁ ସେମାନଙ୍କୁ କାହାଣୀ ମାଧ୍ୟମରେ ଉପଦେଶ ଦେଉଛି। କାରଣ ସେମାନେ ଚେଷ୍ଟା କଲେ ମଧ୍ୟ ପ୍ରକୃତରେ କିଛି ବୁଝିପାରନ୍ତି ନାହିଁ। 14 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ ସେମାନଙ୍କ ବିଷୟରେ ଯାହା କହିଥିଲେ, ତାହା ସତ୍ୟ ବୋଲି ସେହିମାନେ ପ୍ରମାଣିତ କରି ଦେଉଛନ୍ତି। ଯିଶାଇୟ କହିଥିଲେ,

‘ତୁମ୍ଭେମାନେ ଶୁଣୁଥିବ,
    କିନ୍ତୁ ବୁଝି ପାରିବ ନାହିଁ।
ତୁମ୍ଭେମାନେ ଦେଖୁଥିବ
    କିନ୍ତୁ କିଛି ଜାଣି ପାରିବ ନାହିଁ।
15 କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି।
    ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ
    ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି।
ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ।
    କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ,
କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ।
    ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’(A)

16 କିନ୍ତୁ ତୁମ୍ଭେ ଧନ୍ୟ, କାରଣ ତୁମ୍ଭେ ଯାହା ଆଖିରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନରେ ଶୁଣୁଛ, ତାହା ବୁଝୁଛ। 17 ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସେମାନେ ତାହା ଦେଖି ପାରି ନ ଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ସେମାନେ ଗ୍ଭହିଁଥିଲେ, କିନ୍ତୁ ସେମାନେ ତାହା ଶୁଣି ପାରି ନ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center