Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 105

105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ତାଙ୍କର ନାମକୁ ଡାକ।
    ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
    ତାଙ୍କର ପ୍ରଗ୍ଭରିତ କର।
    ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
    ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
    ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
    ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
ତୁମ୍ଭେ ହେଉଛ ତାଙ୍କର ସେବକ,
    ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
    ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
    ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
    ପରମେଶ୍ୱର ଇସ୍‌ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
    ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
    ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
    ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
    ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
    ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
    ଏବଂ ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
    ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ[a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
    ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
    ସେମାନେ ଏକ ଲୁହାର କଡ଼ା ତା'ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା'ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
    ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
    ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
    ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
    ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
    କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
    ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
    ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
    ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
    ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
    କିନ୍ତୁ ମିଶରବାସୀମାନେ ତା’ କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
    ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
    ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
    ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
    ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
    ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
    ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
    ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
    ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
    ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
    ଓ ତା'ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
    କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
    ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
    ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
    ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।

42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
    ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
    ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
    ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
    ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।

ପରମେଶ୍ୱରଙ୍କର ପ୍ରଶଂସା କର!

Error: Book name not found: 1Macc for the version: Odia Holy Bible: Easy-to-Read Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:22-22:5

22 ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର। 23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।

24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। 25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ। 26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ। 27 କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।

22 ତା'ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି। ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ। ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ। ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ।

ମାଥିଉ ଲିଖିତ ସୁସମାଗ୍ଭର 18:1-9

ସବୁଠାରୁ ଶ୍ରେଷ୍ଠ କିଏ

(ମାର୍କ 9:33-37; ଲୂକ 9:46-48)

18 ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?”

ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ। ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ। ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।

“ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।

ପାପର କାରଣ ବିଷୟରେ ସତର୍କ କଲେ

(ମାର୍କ 9:42-48; ଲୂକ 17:1-2)

“କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ। ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।

“ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center