Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 146-147

146 ସଦାପ୍ରଭୁଙ୍କର ପ୍ରଶଂସା କର!
    ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
    ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
    ଲୋକମାନଙ୍କ ପ୍ରତି ଭରସା କର ନାହିଁ।
    କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
ଲୋକମାନେ ମରନ୍ତି ଓ କବର ନିଅନ୍ତି।
    ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
    ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
    ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
    ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
    ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
    ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
    ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
    ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
    ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।

ସଦାପ୍ରଭୁଙ୍କର ପ୍ରଶଂସା କର।

147 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
    କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ!
    ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି।
    ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି
    ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
ସେ ତାରାଗଣଙ୍କୁ ଗଣନା କରନ୍ତି।
    ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ।
    ତାଙ୍କର ବୁଝାମଣା ଅସୀମ।
ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି।
    ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ।
    ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି।
    ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି।
    ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି।
    ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ
    ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି,
    ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।
12 ହେ ଯିରୁଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର!
13 ହେ ଯିରୁଶାଲମ, ପରମେଶ୍ୱର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି,
    ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।
14 ସେ ତୁମ୍ଭ ଦେଶକୁ ଧନଧାନ୍ୟରେ ପୂର୍ଣ୍ଣ କରନ୍ତି,
    ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ଯଥେଷ୍ଟ ଖାଦ୍ୟ ଅଛି।
15 ପରମେଶ୍ୱର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି।
    ତାଙ୍କର ବାକ୍ୟସବୁ ଅତିଶୀଘ୍ର ପାଳନ କରାଯାଏ।
16 ପରମେଶ୍ୱର ପୃଥିବୀ ଧଳା ପଶମ ତୁଲ୍ୟ ହେବାଯାଏ ହିମପାତ କରନ୍ତି।
    ସେ ଧୂଳିପରି ପୃଥିବୀରେ ତାହା ବିକ୍ଷିପ୍ତ କରନ୍ତି।
17 ପରମେଶ୍ୱର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି,
    ତାଙ୍କ ପଠାଯାଇଥିବା ଶୀତ ଆଗରେ କେହି ଠିଆ ହୋଇ ପାରିବେ ନାହିଁ।
18 ଏହା ପରେ ସେ ଗୋଟିଏ ଆଦେଶରେ ବରଫଗୁଡ଼ିକ ତରଳାଇ ପକାନ୍ତି,
    ଏବଂ ତାଙ୍କ ଆଜ୍ଞାରେ ପବନ ବହିଲେ ଜଳସ୍ରୋତ ବହେ।

19 ପରମେଶ୍ୱର ଯାକୁବକୁ ଆପଣା ଆଦେଶ ଦେଲେ,
    ପରମେଶ୍ୱର ଇସ୍ରାଏଲ ପ୍ରତି ଆପଣା ବ୍ୟବସ୍ଥା ଓ ବିଧି ପ୍ରକାଶ କଲେ!
20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି।
    ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 111-113

111 ସଦାପ୍ରଭୁଙ୍କର ପ୍ରଶଂସା କର।

ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
    ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
    ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
    ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
    ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
    ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
    ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
    ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
    ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
    ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
    ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
    ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
    ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।

112 ସଦାପ୍ରଭୁଙ୍କର ପ୍ରଶଂସା କର।

ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
    ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
    ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
ସେହି ଲୋକର ପରିବାର ଧନଶାଳୀ ହେବେ
    ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
    ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
    କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ସେହି ଲୋକ କଦାପି ବିଚଳିତ ହେବ ନାହିଁ।
    ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
    ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
ସେହି ଲୋକ ସୁସ୍ଥିର ଥାଏ।
    ସେ କେବେ ଭୟ କରେ ନାହିଁ।
    ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
    ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
    ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
    ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
    ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।

113 ସଦାପ୍ରଭୁଙ୍କର ପ୍ରଶଂସା କର!

ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
    ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ଅଦ୍ୟାବଧି ଚିରକାଳ
    ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
    ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
    ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
    ଦେଖିବାକୁ ତଳକୁ ଗ୍ଭହିଁଲେ।
ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
    ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ।
    କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର!

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1:1-5

ଉପକ୍ରମ

ଆମୋଷଙ୍କ ବାର୍ତ୍ତା: ତକୋୟ ନଗରର ମେଷପାଳକମାନଙ୍କ ମଧ୍ୟରୁ ଆମୋଷ ଥିଲେ ଅନ୍ୟତମ। ଯେତେବେଳେ ଯିହୁଦାର ରାଜା ଉଷିୟ ଥିଲେ, ଯୋୟାଶଙ୍କ ପୁତ୍ର ଯାରବିୟାମ୍ ଇସ୍ରାଏଲର ରାଜା ଥିଲେ। ସେହି ସମୟରେ ଆମୋଷଙ୍କର ଇସ୍ରାଏଲ ବିଷୟରେ ଏକ ଦର୍ଶନ ଥିଲା। ଏହା ଥିଲା ଭୂମିକମ୍ପ ଦୁଇ ବର୍ଷର ପୂର୍ବ ଘଟଣା।

ଅରାମ ପାଇଁ ଦଣ୍ତ

ଆମୋଷ କହିଲେ:
“ସିୟୋନରେ ସଦାପ୍ରଭୁ ସିଂହ ପରି ଗର୍ଜନ କରିବେ।
    ତାଙ୍କର ଉଚ୍ଚସ୍ୱର ଯିରୁଶାଲମରୁ ଗର୍ଜି ଉଠିବ।
ଫଳରେ, ସବୁଜ ଗ୍ଭରଣଭୂମି ମଳିନ ଦେଖାଯିବ ଏବଂ ଶୁଖିଯିବ।
    ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହେବ।”

ସଦାପ୍ରଭୁ ଏହି କଥା କହନ୍ତି: “ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ଯ୍ୟ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଦଣ୍ତ ଦେବା। କାରଣ ସେମାନେ ଶସ୍ୟ ଦଳନ ଲୌହ ଯନ୍ତ୍ରରେ ଗିଲିୟଦର ଲୋକମାନଙ୍କୁ ଦଳନ କରିଥିଲେ। ତେଣୁ ଆମ୍ଭେ ହସାୟେଲଙ୍କ ଗୃହ ନିକଟକୁ ଅଗ୍ନି ପ୍ରେରଣ କରିବା। ଏବଂ ସେହି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ୱଂସ କରିବ।

“ଆମ୍ଭେ ମଧ୍ୟ ଦମ୍ମେଶକର ସମସ୍ତ ଫାଟକକୁ ଭାଙ୍ଗି ଦେବା। ଆବନର ଉପତ୍ୟକାର ସିଂହାସନ ଉପରେ ବସିଥିବା ବ୍ୟକ୍ତିକୁ ବିତାଡ଼ିତ କରିବା। ଏଦନ ବଂଶରୁ ସମସ୍ତ କ୍ଷମତାର ସଙ୍କେତକୁ ମଧ୍ୟ ନିଶ୍ଚିହ୍ନ କରି ଦେବା। ଆଉ ମଧ୍ୟ ଅରାମର ଲୋକମାନେ ପରାଜିତ ହେବେ ଓ କୀରକୁ ଯିବେ।” ସଦାପ୍ରଭୁ ଏହା ହିଁ କହନ୍ତି।

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1:13-2:8

ଅମୋନର ଅଧିବାସୀଙ୍କ ପାଇଁ ଦଣ୍ତ

13 ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଅମ୍ମୋନର ଲୋକମାନଙ୍କୁ ଦଣ୍ତ ଦେବା, ଯେଉଁମାନେ ଅନେକ ଅପରାଧ କରିଛନ୍ତି, କାରଣ ସେମାନେ ଗିଲିୟଦରେ ଗର୍ଭବତୀ ନାରୀମାନଙ୍କୁ ହତ୍ୟା କରିଅଛନ୍ତି। ଅମ୍ମୋନର ଲୋକମାନେ ଏହିପରି କାର୍ଯ୍ୟ କଲେ, ଯେଟରୁ ସେମାନଙ୍କର ସୀମା ଅଧିକ ଜାଗା ବଢ଼ାଇବାକୁ। 14 କିନ୍ତୁ ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ପକାଇବା ଏବଂ ଏହା ସେଠାକାର ସମସ୍ତ ପ୍ରାସାଦ ଓ ସେହି ଅଗ୍ନି ଦେଶକୁ ଧ୍ୱଂସ କରିଦେବ ଏବଂ ସେଠାରେ ଯୁଦ୍ଧ ବିଭୀଷିକା ଘୂର୍ଣ୍ଣିବାୟୁ ଆସିବ। 15 ତା'ପରେ ସେମାନଙ୍କର ରାଜା ଓ ପ୍ରାଚୀନମାନେ ଏବଂ ସେମାନେ ସମସ୍ତେ ନିର୍ବାସିତ ହେବେ।” ସଦାପ୍ରଭୁ ଏହି ବାକ୍ୟ କହିଥିଲେ।

ମୋୟାବ ପାଇଁ ଶାସ୍ତି

ସଦାପ୍ରଭୁ ଏହା ହିଁ କହନ୍ତି: “ବହୁ ଅପରାଧ କରିଥିବା ମୋୟାବର ଲୋକମାନଙ୍କୁ ଆମ୍ଭେ ନିଶ୍ଚୟ ଦଣ୍ତ ଦେବା। କାରଣ ମୋୟାବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡ଼ି ଚୂର୍ଣ୍ଣରେ ପରିଣତ କରିଥିଲେ। ତେଣୁ ଆମ୍ଭେ ମୋୟାବରେ ଅଗ୍ନି ସଂଯୋଗ କରିବା। ସେହି ଅଗ୍ନିଶିଖା କିରିୟୋଥର ପ୍ରାସାଦଗୁଡ଼ିକ ଧ୍ୱଂସ କରିଦେବ। ସେଠାରେ କୋଳାହଳ ଓ ତୂରୀର ଶବ୍ଦ ହେବ ଏବଂ ମୋୟାବ ଧ୍ୱଂସ ହେବ। ମାତ୍ର ଆମ୍ଭେ ମୋୟାବର ରାଜାମାନଙ୍କୁ ହତ୍ୟା କରିବା ଏବଂ ମୋୟାବର ସମସ୍ତ ନେତାମାନଙ୍କର ଧ୍ୱଂସ କରି ପତନ ଘଟାଇବା।” ସଦାପ୍ରଭୁ ଏହା ହିଁ କହନ୍ତି।

ଯିହୁଦା ପାଇଁ ଶାସ୍ତି

ସଦାପ୍ରଭୁ ଏହା କହନ୍ତି: “ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦେବା। କାରଣ ସେମାନେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସେମାନେ ତାଙ୍କର ଆଦେଶ ରଖିଲେ ନାହିଁ। ସେମାନଙ୍କର ପୂର୍ବପୁରୁଷଗଣ ଯେଉଁ ମିଥ୍ୟାକୁ ବିଶ୍ୱାସ କରୁଥିଲେ, ସେମାନେ ମଧ୍ୟ ତାହା ବିଶ୍ୱାସ କଲେ। ତେଣୁ ଆମ୍ଭେ ଯିହୁଦାରେ ଅଗ୍ନି ସଂଯୋଗ କରିବା ଏବଂ ସେହି ଅଗ୍ନି ଯିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ୱଂସ କରିଦେବ।”

ଇସ୍ରାଏଲ ପାଇଁ ଦଣ୍ତବିଧାନ

ସଦାପ୍ରଭୁ ଏହା କହନ୍ତି: “ଆମ୍ଭେ ବହୁ ଅପରାଧ କରିଥିବା ଇସ୍ରାଏଲ ଲୋକଙ୍କୁ ଦଣ୍ତ ଦେବା। କାରଣ ସେମାନେ ରୌପ୍ୟ ବଦଳରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସେମାନେ ଏକହଳ ଜୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ। ସେମାନେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡ଼ି ଦଣ୍ତ ଦେଉଥିଲେ ଓ ସେମାନଙ୍କୁ ପଦାଘାତ କରୁଥିଲେ। ସେମାନେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନ ଥିଲେ। ମୋର ପବିତ୍ର ନାମକୁ କଳୁଷିତ କରିବାକୁ ଯାଇ ଜଣେ ବ୍ୟକ୍ତି ଓ ତା'ର ପିତା, ଜଣେ ରମଣୀ ସହ ଯୌନ ସମ୍ପର୍କ ରଖିଥିଲେ। ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:1-11

ପ୍ରଭୁଙ୍କ ଆଗମନ ପାଇଁ ପ୍ରସ୍ତୁତ ରୁହ

ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ। କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ। ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।

କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ। ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ। ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି। କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।

ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ। 11 ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।

ଲୂକ ଲିଖିତ ସୁସମାଗ୍ଭର 21:5-19

ମନ୍ଦିରର ଧ୍ୱଂସ

(ମାଥିଉ 24:1-14; ମାର୍କ 13:1-13)

କେତେକ ଶିଷ୍ୟ ମନ୍ଦିର ବିଷୟରେ କଥାବାର୍ତ୍ତା ହେଉଥିଲେ। ସେମାନେ କହିଲେ, “ଏହା ଗୋଟିଏ ସୁନ୍ଦର ମନ୍ଦିର। ଏହା ସବୁଠାରୁ ଭଲ ପଥରରେ ତିଆରି ହୋଇଛି। ଦେଖ ପରମେଶ୍ୱରଙ୍କୁ କିପରି ଭଲଭଲ ଦାନ ଅର୍ପଣ କରାଯାଇଛି!”

କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।”

କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”

ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ। ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କେବେ ଡରିଯିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହେବ।”

10 ଯୀଶୁ ସେମାନଙ୍କୁ କହିଲେ, “ଦେଶ ଦେଶ ବିରୁଦ୍ଧରେ ଲଢ଼େଇ କରିବେ। ରାଜ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବେ। 11 ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନେକ ସ୍ଥାନରେ ଘଟିବ। କେତେକ ସ୍ଥାନରେ ମରୁଡ଼ି ପଡ଼ିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚେତାବନୀ ଦେବା ପାଇଁ ଆକାଶରେ ଅନେକ ଆଶ୍ଚର୍ଯ୍ୟ ଜନକ ବିଷୟ ଦେଖାଯିବ।

12 “କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ। 13 କିନ୍ତୁ ଏହା ତୁମ୍ଭମାନଙ୍କୁ ମୋ’ ବିଷୟରେ କହିବାକୁ ସୁଯୋଗ ଦେବ। 14 ତୁମ୍ଭେମାନେ ନିଜକୁ ରକ୍ଷା କରିବା ପାଇଁ କ’ଣ କହିବ, ସେଥିପାଇଁ ଆଦୌ ବ୍ୟସ୍ତ ହୁଅ ନାହିଁ। 15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ। 16 ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ। 17 ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ। 18 କିନ୍ତୁ ପ୍ରକୃତରେ ଏଥି ମଧ୍ୟରୁ କାହାରି ଦ୍ୱାରା ମଧ୍ୟ ତୁମ୍ଭମାନଙ୍କ କ୍ଷତି ହେବ ନାହିଁ। 19 ଏହିସବୁ ଘଟଣା ଭିତରେ ତୁମ୍ଭେମାନେ ତୁମ୍ଭ ବିଶ୍ୱାସରେ ଦୃଢ଼ ରହିଲେ ନିଜକୁ ରକ୍ଷା କରି ପାରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center