Book of Common Prayer
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
ଶାନ୍ତି ପାଇଁ କାର୍ଯ୍ୟ କର।
ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।
17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।
ଇଲ୍କାନା ଓ ତାଙ୍କ ପରିବାର ଶୀଲୋଠାରେ ଉପାସନା କଲେ
1 ଇଫ୍ରୟିମର ପର୍ବତମୟ ଦେଶର ରାମାଠାରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ଯିରୋହମର ପୁତ୍ର ଥିଲା, ଯିଏ ଇଲୀହର ପୁତ୍ର ଥିଲା, ଯିଏ ତୋହର ପୁତ୍ର ଥିଲା, ଯିଏ ସୂଫର ପୁତ୍ର ଥିଲା ଓ ଏମାନେ ଇଫ୍ରୟିମ ପରିବାରବର୍ଗର ଥିଲେ।
2 ଇଲ୍କାନାର ଦୁଇଟି ସ୍ତ୍ରୀ ଥିଲେ, ଜଣକର ନାମ ଥିଲା ହାନ୍ନା ଓ ଅନ୍ୟ ଜଣକର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।
7 ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ। 8 ତା'ର ସ୍ୱାମୀ ଇଲ୍କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।”
ହାନ୍ନାର ପ୍ରାର୍ଥନା
9 ଖାଇପିଇ ସାରିବା ପରେ ହାନ୍ନା ଚୁପ୍ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା। 10 ହାନ୍ନା ଭାରି ଦୁଃଖିନୀ ଥିଲା। ସେ ଯେତେବେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା, ସେ ବହୁତ କାନ୍ଦୁଥିଲା। 11 ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”
12 ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକୁ ଦେଖୁଥିଲେ। 13 ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା'ର ଓଷ୍ଠ ହଲୁଥିଲା। ମାତ୍ର ତା'ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ। 14 ଏଲି ହାନ୍ନାଙ୍କୁ କହିଲେ, “ତୁମ୍ଭେ ଆଉ କେତେକାଳ ମାତାଲ ହେଉଥିବ? ଦ୍ରକ୍ଷାରସରୁ ଦୂରେଇ ରୁହ।”
15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି। 16 ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”
17 ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”
18 ତା'ପରେ ସେ ଉତ୍ତର ଦେଲା, “ମୁଁ ତୁମ୍ଭ ଦାସୀ ତୁମ୍ଭ ଆଖିରେ ଅନୁଗ୍ରହ ପ୍ରାପ୍ତ ହେଉ।” ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲା ଓ ଭୋଜନ କଲା ଏବଂ ତା'ର ମୁହଁ ଆଉ ବିଷର୍ଣ୍ଣ ହେଲା ନାହିଁ।
19 ତା’ ପରଦିନ ପ୍ରଭାତରେ ଇଲ୍କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ।
ଶାମୁୟେଲର ଜନ୍ମ
ତା'ପରେ ଇଲ୍କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ। 20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”
21 ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। 22 କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
23 ତା'ପରେ ତା'ର ସ୍ୱାମୀ ଇଲ୍କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ[a]।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।
ହାନ୍ନା ଶାମୁୟେଲଙ୍କୁ ଶୀଲୋଠାରେ ଏଲିଙ୍କ ନିକଟକୁ ନେଲା
24 ଏହା ପରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା’ ସହିତ ପିଲାଟିକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା। ସେତେବେଳେ ବାଳକଟି ଛୋଟ ଥିଲା।
25 ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ଗୋବତ୍ସ ବଧ କଲେ ଓ ବାଳକକୁ ଏଲି ନିକଟକୁ ଆଣିଲେ। 26 ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା। 27 ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି। 28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।”
ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ।
9 ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ:
ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ; 10 ଯେପରି ତୁମ୍ଭେମାନେ ପ୍ରଭୁଙ୍କୁ ଗୌରବ ଆଣିଲା ଭଳି ଓ ପ୍ରତ୍ୟେକ ଢଙ୍ଗରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟ ଗୁଡ଼ିକ ବ୍ୟବହାର କରି ଜୀବନ-ଯାପନ କରିବ; ଯେପରି ତୁମ୍ଭେମାନେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ୱର ବିଷୟକ ଜ୍ଞାନରେ ବିକାଶ ଲାଭ କରିବ; 11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ 12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି 13 ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି। 14 ସେହି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ୟ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ୱାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।
ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ
15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।
19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20 ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।
ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା
22 ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି[a] ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ। 23 ପ୍ରଭୁଙ୍କ ‘ନିୟମ’[b]ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।”[c] 24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।”(A) ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।
ଶିମିୟୋନ ଯୀଶୁଙ୍କୁ ଦେଖାକଲେ
25 ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ। 26 ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ। 27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ। 28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:
29 “ପ୍ରଭୁ, ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତିରେ ମରିବାକୁ ଦିଅ।
30 ମୁଁ ମୋ’ ଆଖିରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
31 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗରେ ପ୍ରସ୍ତୁତ କରିଛ।
32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି
ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”
33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। 34 ତା'ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉତ୍ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ। 35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”
ହାନ୍ନା ଯୀଶୁଙ୍କୁ ଦେଖାକଲେ
36 ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟଦ୍ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ। 37 ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।
38 ସେ ସେହି ସମୟରେ ଶିଶୁ ଓ ତା'ର ବାପାମାଙ୍କ ପାଖକୁ ଆସିଲେ। ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଯେଉଁମାନେ ଯିରୁଶାଲମର ମୁକ୍ତିର ଅପେକ୍ଷାରେ ଥିଲେ, ସେହି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟରେ କହିଲେ।
ଯୋଷେଫ ଓ ମରିୟମ ଘରକୁ ଫେରିଗଲେ
39 ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା'ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ। 40 ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।
2010 by World Bible Translation Center