Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 114-115

114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
    ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
    ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
    ଯର୍ଦ୍ଦନ ନଦୀ ଉଜାଣି ବହିଲା।
ପର୍ବତଗଣ ମେଷପରି ଡେଇଁଲେ।
    ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।

ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
    ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
    ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
    ସମ୍ମୁଖରେ କମ୍ପିତ ହୁଅ।
ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
    ଓ ପରମେଶ୍ୱର ଚ‌କ୍‌ମକି ପଥରରୁ ନିର୍ଝର ବୁହାଇଲେ।

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ବିବରଣ 8:1-3

ସଦାପ୍ରଭୁଙ୍କୁ ସ୍ମରଣ କର

“ଯାହା ମୁଁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭେମାନେ ମୋର ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭେମାନେ ବଞ୍ଚିବା ପାଇଁ ଓ ବୃଦ୍ଧି ହେବା ପାଇଁ ଓ ସେହି ସ୍ଥାନରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି। ଆଉ ତୁମ୍ଭେମାନେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଗ୍ଭଳିଶ୍ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନେବା ପାଇଁ ତୁମ୍ଭେମାନେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି। ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।

କଲସୀୟଙ୍କ ପ୍ରତି ପତ୍ର 1:1-14

ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ

କଲସୀରେ ରହୁଥିବା ଖ୍ରୀଷ୍ଟଙ୍କଠାରେ ପବିତ୍ର ଓ ବିଶ୍ୱସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି:

ଆମର ପିତା ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।

ଆମ୍ଭ ପ୍ରାର୍ଥନାରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ପରମେଶ୍ୱର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠାରେ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠାରେ ଥିବା ପ୍ରେମ ବିଷୟରେ ଶୁଣି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସ‌ତ୍‌‌ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ। ବିଶ୍ୱରେ ସର୍ବତ୍ର ସୁସମାଗ୍ଭର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭେମାନେ ସୁସମାଗ୍ଭର ଶୁଣିଲ ଓ ପରମେଶ୍ୱରଙ୍କ ଅନୁଗ୍ରହର ସତ୍ୟ ବୁଝିଲ, ସେହି ଦିନଠାରୁ ତୁମ୍ଭେମାନେ ମଧ୍ୟ ଆଶୀର୍ବାଦ ଲାଭ କରୁଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହ ବିଷୟରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭେମାନେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱାସୀ ସେବକ। ଏପାଫ୍ରା, ପବିତ୍ରଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଆମ୍ଭକୁ କହିଛନ୍ତି।

ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ:

ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ; 10 ଯେପରି ତୁମ୍ଭେମାନେ ପ୍ରଭୁଙ୍କୁ ଗୌରବ ଆଣିଲା ଭଳି ଓ ପ୍ରତ୍ୟେକ ଢଙ୍ଗରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟ ଗୁଡ଼ିକ ବ୍ୟବହାର କରି ଜୀବନ-ଯାପନ କରିବ; ଯେପରି ତୁମ୍ଭେମାନେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ୱର ବିଷୟକ ଜ୍ଞାନରେ ବିକାଶ ଲାଭ କରିବ; 11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।

ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ 12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି 13 ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି। 14 ସେହି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ୟ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ୱାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।

ଯୋହନ ଲିଖିତ ସୁସମାଗ୍ଭର 6:30-33

30 ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ'ଣ କରିବ? 31 ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା[a] ଖାଇଥିଲେ, ତାହା ପରମେଶ୍ୱର ସେମାନଙ୍କୁ ଦେଇଥିଲେ। ଧର୍ମଶାସ୍ତ୍ରରେ ଲେଖା ଅଛି: ‘ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଖାଇବାକୁ ଦେଇଥିଲେ।’”(A)

32 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ସ୍ୱର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦେଇଥିବା ଲୋକ ମୋଶା ନୁହନ୍ତି। ମୋର ପରମପିତା ତୁମ୍ଭମାନଙ୍କୁ ସ୍ୱର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି। 33 ପରମେଶ୍ୱରଙ୍କର ଖାଦ୍ୟ କ'ଣ? ପରମେଶ୍ୱରଙ୍କର ଖାଦ୍ୟ ହେଉଛି ଜଣେ ବ୍ୟକ୍ତି ଯିଏ ଜଗତକୁ ଜୀବନ ଦେବା ପାଇଁ ସ୍ୱର୍ଗରୁ ଓହ୍ଲାଇଛନ୍ତି।”

ଯୋହନ ଲିଖିତ ସୁସମାଗ୍ଭର 6:48-51

48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center