Book of Common Prayer
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
3 ହାରୋଣର ପରିବାରବର୍ଗ[a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
“ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
5 ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
6 ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ, ମୋତେ କ’ଣ କରି ପାରିବେ।
7 ସଦାପ୍ରଭୁ ମୋର ସାହାଯ୍ୟକାରୀ।
ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
9 ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।
13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ[b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
17 ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥାପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା। 2 ତେଣୁ ଲୋକମାନେ ମୋଶାଙ୍କ ନିକଟକୁ ଗଲେ ଓ ଅଭିଯୋଗ କଲେ। “ଆମ୍ଭକୁ ପିଇବାକୁ ପାଣି ଦିଅ।”
ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ କାହିଁକି କଳି କରୁଛ? ତୁମ୍ଭେମାନେ ସଦାପ୍ରଭୁଙ୍କୁ କାହିଁକି ପରୀକ୍ଷା କରୁଛ?”
3 କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୃଷାର୍ତ୍ତ ଥିଲେ। ତେଣୁ ସେମାନେ ମୋଶାଙ୍କୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ’ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠାରେ ମରିବା ପାଇଁ?”
4 ତେଣୁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଓ କହିଲେ, “ମୁଁ ଏହି ଲୋକମାନଙ୍କ ପାଇଁ କ’ଣ କରିବି? ସେମାନେ ମୋତେ ପଥର ମାରି ହତ୍ୟା କରିବାକୁ ପ୍ରସ୍ତୁତ।”
5 ସଦାପ୍ରଭୁ, ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯାଅ। କେତେକ ଇସ୍ରାଏଲୀୟ ପ୍ରାଚୀନବର୍ଗଙ୍କୁ ତୁମ୍ଭ ସହିତ ନିଅ। ତୁମ୍ଭର ଆଶାବାଡ଼ି ମଧ୍ୟ ତୁମ୍ଭ ସହିତ ନିଅ। ସେହି ଆଶାବାଡ଼ି ନିଅ ଯେଉଁଥିରେ ତୁମ୍ଭେ ନୀଳନଦୀକୁ ଆଘାତ କରିଥିଲ। 6 ମୁଁ ତୁମ୍ଭ ସମ୍ମୁଖରେ ହୋରେବରେ ସେହି ଶୈଳ ଉପରେ ଠିଆ ହେବି। ସେହି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରି ପାରିବେ।”
ଇସ୍ରାଏଲର ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋଶା ସେହିପରି କଲେ। 7 ମୋଶା ସେହି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସେହି ସ୍ଥାନରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ଯୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?
ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ
15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।
19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20 ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।
21 ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ୱରଙ୍କ ବିରୋଧୀ ଥିଲ। ତୁମ୍ଭେମାନେ ମନରେ ପରମେଶ୍ୱରଙ୍କ ଶତ୍ରୁ ଥିଲ। ସେଥିପାଇଁ ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଥିଲ। 22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ। 23 ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ
37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ'ଠାରେ ବିଶ୍ୱାସ କରେ ତେବେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।
ଯୀଶୁଙ୍କ ସମ୍ବନ୍ଧରେ ଲୋକମାନଙ୍କର ତର୍କ
40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟଦ୍ବକ୍ତା।”
41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।”
ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। 42 ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।” 43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ। 44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
ଯିହୂଦୀ ନେତାମାନେ ବିଶ୍ୱାସ କରିବାକୁ ମନା କଲେ
45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”
46 ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”
47 ଫାରୂଶୀମାନେ କହିଲେ, “ତାହାହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ୟ ବୋକା ବନେଇଛନ୍ତି। 48 କୌଣସି ନେତା କ'ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ'ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା। 49 ଏହି ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।”
50 କିନ୍ତୁ ସେହି ଦଳରେ ନୀକଦୀମ ଥିଲେ। ସେ ଏହା ପୂର୍ବରୁ ଯୀଶୁଙ୍କୁ ଦେଖିବା ପାଇଁ ଯାଇଥିଲେ।[a] 51 ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”
52 ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ'ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।”
2010 by World Bible Translation Center