Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 37

ଦାଉଦଙ୍କର ଗୀତ।

37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
    ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
    ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ
    ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
    ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
    ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
    ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
    ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
    ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
    ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
    ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
    ଓ ସେମାନେ ଶାନ୍ତି ଉପଭୋଗ କରିବେ।

12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
    ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
    ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ଓ ତୀର ଧରି ବାହାରି ପଡ଼ନ୍ତି।
    ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
    ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
    ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
    ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
    କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
    ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
    ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
    ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
    ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
    ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
    କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା'ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
    କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସ‌‌‌ତ୍‌‌‌ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
    ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
    କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
    ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
    ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
    ତେଣୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
    ତା'ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
    ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
    କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
    ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
    ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
    ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।

32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
    ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
    ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।

35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
    ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
    ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
    ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
    ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
    ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
    ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।

ଆଦିପୁସ୍ତକ 11:1-9

ପୃଥିବୀ ଭାଗ ଭାଗ ହେଲା

11 ବନ୍ୟା ପରେ ପୃଥିବୀରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ୟବହାର କରୁଥିଲେ। ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ସେମାନେ ଶିନିୟର ଦେଶରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସେଠାରେ ବସତି ଆରମ୍ଭ କଲେ। ଲୋକମାନେ କହିଲେ, “ଆସ ଆମ୍ଭେ ଇଟା ପୋଡ଼ି ଟାଣ କରିବା।” ତେଣୁ ଲୋକମାନେ ପଥର ବ୍ୟବହାର ନ କରି ଇଟାକୁ ଘର କରିବା ପାଇଁ ବ୍ୟବହାର କଲେ। ଏବଂ ସେମାନେ ମାଟିଆ ତେଲକୁ ଚୂନ ସ୍ୱରୂପ ବ୍ୟବହାର କଲେ।

ଏହା ପରେ ଲୋକମାନେ କହିଲେ, “ଆସ, ଆମ୍ଭ ପାଇଁ ଏକ ନଗର ଓ ଏକ ଗଗନସ୍ପର୍ଶୀ ଅଟ୍ଟାଳିକା ନିର୍ମାଣ କରିବା, ଆମ୍ଭେମାନେ ଅତି ଜଣାଶୁଣା ହେବା। ତା'ହେଲେ ଆମ୍ଭେମାନେ ପୃଥିବୀର ଗ୍ଭରିଆଡ଼େ ବିକ୍ଷିପ୍ତ ହେବା ନାହିଁ।”

ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ। ସଦାପ୍ରଭୁ କହିଲେ, “ଏହି ସମସ୍ତ ଲୋକ ଏକ ଓ ସେମାନଙ୍କର ଭାଷା ଏକ, ସେମାନେ ଏହି କାମ କରିବାକୁ ଏକତ୍ରିତ ହୋଇଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସେମାନେ ଯେତେବେଳେ ଯାହା ଗ୍ଭହିଁବେ ତାହା କରିବେ। ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା[a] ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”

ଏହିପରି ଭାବରେ ସଦାପ୍ରଭୁ ପୃଥିବୀର ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରି ପକାଇଲେ। ତେଣୁ ସେହି ଲୋକମାନେ ନଗର ନିର୍ମାଣ ଶେଷ କରି ପାରିଲେ ନାହିଁ। ସେହି ସ୍ଥାନର ନାମ ବାବିଲ୍ ହେଲା। ଯେହେତୁ ସଦାପ୍ରଭୁ ସେସ୍ଥାନରେ ସମସ୍ତ ପୃଥିବୀର ଭାଷାର ଭେଦ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।

ଏବ୍ରୀ 6:13-20

13 ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି। 14 ପରମେଶ୍ୱର କହିଲେ: “ମୁଁ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।”(A) 15 ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ।

16 ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ। 17 ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି। 18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ।

ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ। 19 ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ। 20 ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମ‌ଲ୍‌କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।

ଯୋହନ ଲିଖିତ ସୁସମାଗ୍ଭର 4:1-15

ଜଣେ ଶମିରୋଣୀୟା ସ୍ତ୍ରୀ ସହିତ ଯୀଶୁଙ୍କର କଥାବାର୍ତ୍ତା

ଯୋହନଙ୍କ ଅପେକ୍ଷା ଯୀଶୁ ଅଧିକ ଶିଷ୍ୟ କରୁଥିବାର ଓ ବାପ୍ତିଜିତ ଦେଉଥିବାର ଖବର ଫାରୂଶୀମାନେ ଶୁଣିଲେ। କିନ୍ତୁ ଯୀଶୁ ପ୍ରକୃତରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନ ଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧରେ ଶୁଣିଛନ୍ତି। ତେଣୁ ସେ ସେତେବେଳେ ଯିହୂଦା ପ୍ରଦେଶ ଛାଡ଼ି ପୁଣି ଥରେ ଗାଲିଲୀକୁ ଗ୍ଭଲିଗଲେ। ଯୀଶୁ ଗାଲିଲୀ ଗଲାବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦେଇ ଯିବାକୁ ହେଲା।

ଯୀଶୁ ଶମିରୋଣର ସୁଖାରରେ ଆସି ପହଞ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ଯୋଷେଫଙ୍କୁ ଦେଇଥିବା ଜମି ପାଖରେ ଥିଲା। ଯାକୁବଙ୍କ କୂଅ ସେଠାରେ ଥିଲା। ଯୀଶୁ ଗ୍ଭଲି ଗ୍ଭଲି କ୍ଳାନ୍ତ ହୋଇ ପଡ଼ିଥିଲେ। ତେଣୁ ସେ କୂଅ ପାଖରେ ବସି ପଡ଼ିଲେ। ଏହା ମଧ୍ୟାହ୍ନ ସମୟ ଥିଲା। ସେତିକିବେଳେ ଜଣେ ଶମିରୋଣୀୟା ସ୍ତ୍ରୀ ସେହି କୂଅରୁ ପାଣି ନେବା ପାଇଁ ଆସିଲା। ଯୀଶୁ ତାକୁ କହିଲେ, “ମୋତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।” ସେ ସମୟରେ ତାହାଙ୍କ ଶିଷ୍ୟମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।

ସେହି ଶମିରୋଣୀୟା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି ଯେ, ଆପଣ ମୋତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀୟା ସ୍ତ୍ରୀ।” ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।

10 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା'ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”

11 ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ। 12 ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।”

13 ଯୀଶୁ ଉତ୍ତର ଦେଲେ, “ପ୍ରତ୍ୟେକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହେବ। 14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”

15 ସେ ସ୍ତ୍ରୀଲୋକଟି ଯୀଶୁଙ୍କୁ କହିଲା, “ମହାଶୟ, ମୋତେ ସେହି ଜଳ ଦିଅନ୍ତୁ। ମୁଁ ଆଉ ଯେପରି ଆଉ କେବେ ତୃଷାର୍ତ୍ତ ହେବି ନାହିଁ। ମୋତେ ଏଠାକୁ ଆଉ କେବେ ଜଳ ନେବା ପାଇଁ ଆସିବାକୁ ପଡ଼ିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center