Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।
70 ହେ ପରମେଶ୍ୱର, ମୋତେ ରକ୍ଷା କର!
ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
2 ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
3 ଲୋକମାନେ ମୋତେ ପରିହାସ କରନ୍ତି।
ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”
5 ମୁଁ ଏକ ନିଃସହାୟ ଲୋକ।
ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
ସଦାପ୍ରଭୁ ବିଳମ୍ବ କର ନାହିଁ।
71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
ମୋତେ ନିରାଶ ହେବାକୁ ଦିଅ ନାହିଁ।
2 କାରଣ ତୁମ୍ଭେ ଯଥାର୍ଥ ଅଟ।
ମୋତେ ଉଦ୍ଧାର କର ଓ ବଞ୍ଚାଅ।
ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
3 ମୋର ଦୁର୍ଗ ହୁଅ।
ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
4 ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
5 ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
6 ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
7 ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
8 ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
9 ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
ପରମେଶ୍ୱର ତାଙ୍କୁ କରିତ୍ୟାଗ କରିଛନ୍ତି।
ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
ମୋ’ ଜୀବନକୁ ପୁନଃସ୍ଥାପନ କର।
ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
ପରାସ୍ତ ଓ ଅପମାନିତ ହେବେ।
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ସାରାର ମୃତ୍ୟୁ
23 ସାରା 127 ବର୍ଷ ବଞ୍ଚିଲେ। 2 ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ। 3 ଏହା ପରେ ଅବ୍ରହାମ ସେହି ମୃତ ଦେହକୁ ଛାଡ଼ି ହେତରମାନଙ୍କୁ କହିଲେ। ସେ ସେମାନଙ୍କୁ କହିଲେ, 4 “ମୁଁ ତୁମ୍ଭମାନଙ୍କ ଦେଶରେ ଏକା ବିଦେଶୀ ଅଟେ। ମୋର ସ୍ତ୍ରୀକୁ କବର ଦେବା ପାଇଁ ସ୍ଥାନ ମୋର ନାହିଁ। ଦୟାକରି ମୋର ସ୍ତ୍ରୀ ପାଇଁ କବର ସ୍ଥାନରେ ମୋତେ ଅଧିକାର ଦିଅ।”
5 ହେତର ଲୋକମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, 6 “ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।”
7 ଅବ୍ରହାମ ଉଠି ସେହି ଲୋକମାନଙ୍କୁ ପ୍ରଣାମ କଲେ। 8 ଅବ୍ରହାମ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋର ସ୍ତ୍ରୀକୁ କବର ଦେବା ପାଇଁ ସାହାଯ୍ୟ କରିବାକୁ ଗ୍ଭହୁଁଥାଅ। ତେବେ ତୁମ୍ଭେମାନେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କର। 9 ସେ ହୁଏତ ମକ୍ପେଲାର ଗୁମ୍ଫା ଉଚିତ୍ ମୂଲ୍ୟରେ ମୋତେ ବିକି ଦେବେ, ଯାହା ତାଙ୍କର ଅଛି, ତାଙ୍କର କ୍ଷେତର ଶେଷ ଭାଗରେ ଯାହା ଅଛି। ମୁଁ ଗ୍ଭହେଁ ତୁମ୍ଭେମାନେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହୁଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କରିବା ପାଇଁ କ୍ରୟ କରୁଛି।”
10 ସେହି ସମୟରେ ଇଫ୍ରୋଣ ସେହି ଲୋକମାନଙ୍କ ମଧ୍ୟରେ ବସିଥିଲା। ତେଣୁ ହେତର ଇଫ୍ରୋଣ ଆପଣା ନଗର ବହିଃଦ୍ୱାର ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା। 11 “ନା ମୁନିବ, ସେପରି ହେବ ନାହିଁ। ମୋ’ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି। ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି। ଆପଣ ନିଜ ସ୍ତ୍ରୀର ମୃତ ଦେହକୁ କବର ଦିଅନ୍ତୁ।”
12 ଅବ୍ରହାମ ହେତର ଲୋକମାନଙ୍କୁ ପ୍ରଣାମ କଲେ। 13 ଅବ୍ରହାମ ଇଫ୍ରୋଣକୁ ସମସ୍ତଙ୍କ ଆଗରେ କହିଲେ, “କିନ୍ତୁ ମୁଁ ତୁମ୍ଭକୁ ସେହି ସ୍ଥାନର ସମସ୍ତ ପଇସା ଦେବାକୁ ଗ୍ଭହୁଁଅଛି। ମୋର ଅର୍ଥକୁ ଗ୍ରହଣ କର। ଏବଂ ମୁଁ ମୋର ସ୍ତ୍ରୀର ମୃତ ଦେହକୁ କବର ଦେବି।”
14 ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲେ, 15 “ମହାଶୟ, ମୋର କଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ୟ ତ ଗ୍ଭରିଶହ ଶେକଲ ରୂପା ଆପଣଙ୍କ ପାଇଁ ଓ ମୋ’ ପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।”
16 ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ୟ ବିଷୟରେ କଥା କହୁଛି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ୟ ଦେଲେ। ଯାହା ହେତୀୟମାନଙ୍କର ଥିଲା। ଅବ୍ରହାମ ଅଢ଼େଇ ପାଉଣ୍ଡ ରୂପା ସମସ୍ତଙ୍କ ସମ୍ମୁଖରେ ଇଫ୍ରୋଣକୁ ଦେଲେ।
17-18 ଏଣୁ ଇଫ୍ରୋଣ ସେହି ଭୂମିର ମାଲିକାନା ବଦଳାଇଲେ। ମମ୍ରି ପାଖରେ ଯେଉଁ ଜମି ମକ୍ପେଲାରେ ଥିବା ଗୁହା ପାର୍ଶ୍ୱ ଏବଂ ଚତୁର୍ପାର୍ଶ୍ୱରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା। ଏହି ଚୁକ୍ତି ନଗର ଫାଟକରେ ହେତର ଲୋକମାନଙ୍କ ଆଗରେ କରାଗଲା। 19 ଏହା ପରେ ଅବ୍ରହାମ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ମମ୍ରିର ପାର୍ଶ୍ୱରେ ହେବ୍ରୋଣ ମଧ୍ୟରେ କିଣାନ ଦେଶରେ ନିଜର ସ୍ତ୍ରୀ ସାରାଙ୍କୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ଥିଲା। 20 ଏହି ପ୍ରକାରେ ଅବ୍ରହାମ ହେତରମାନଙ୍କଠାରୁ କ୍ଷେତ ଏବଂ ସେଥିରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କଲେ।
32 ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶାମ୍ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ, 33 ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ। 34 ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ଼୍ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ। 35 ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ। 36 କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ। 37 ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖଡ଼୍ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ। 38 ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ।
39 ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ। 40 ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।
ଆମ୍ଭେ ଯୀଶୁଙ୍କ ଉଦାହରଣ ଅନୁସରଣ କରିବା ଉଚିତ୍
12 ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍। 2 ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
ଯୀଶୁଙ୍କୁ ଅନୁଗମନ କରୁଥିବା ଅନେକ ଲୋକ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ
60 ଯୀଶୁଙ୍କର ଶିଷ୍ୟମାନେ ଏହିସବୁ କଥା ଶୁଣିଲେ। ସେମାନଙ୍କ ଭିତରୁ ଅନେକ କହିଲେ, “ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରି ପାରିବ?”
61 ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ୟମାନେ ଏ ବିଷୟରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, “ଏ ଉପଦେଶ କ’ଣ ତୁମ୍ଭକୁ ଅସୁବିଧାରେ ପକାଉଛି? 62 ତେବେ ମନୁଷ୍ୟପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେହି ସ୍ଥାନକୁ ଫେରିଯିବେ, ଏହା ମଧ୍ୟ କ’ଣ ତୁମ୍ଭକୁ ବ୍ୟତିବ୍ୟସ୍ତ କରୁଛି? 63 ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ। 64 କିନ୍ତୁ ତୁମ୍ଭ ଭିତରୁ କେତେକ ବିଶ୍ୱାସ କରୁ ନାହଁ। ଯୀଶୁ ବିଶ୍ୱାସ ନ କରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ଯିଏ ବିଶ୍ୱାସଘାତକତା କରିବ ସେହି ଲୋକକୁ ମଧ୍ୟ ସେ ଜାଣିଥିଲେ। 65 ଯୀଶୁ କହିଲେ, “ସେଥିପାଇଁ ମୁଁ କହିଥିଲି, ‘ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତେବେ ସେ ଲୋକ ମୋ’ ନିକଟକୁ ଆସିପାରିବ ନାହିଁ।’”
66 ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନେକ ଶିଷ୍ୟ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେମାନେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
67 ଯୀଶୁ ବାରଜଣ ପ୍ରେରିତଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମଧ୍ୟ କ’ଣ ମୋତେ ଛାଡ଼ିଯିବା ପାଇଁ ଗ୍ଭହଁ କି?”
68 ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ଆମ୍ଭେ କାହା ପାଖକୁ ଯିବୁ? ତୁମ୍ଭ ପାଖରେ ଅନନ୍ତ ଜୀବନ ଅଛି। 69 ଆମ୍ଭେ ତୁମ୍ଭଠାରେ ବିଶ୍ୱାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ୱରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ୟକ୍ତି।”
70 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।” 71 ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା।
2010 by World Bible Translation Center