Book of Common Prayer
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
ଶାନ୍ତି ପାଇଁ କାର୍ଯ୍ୟ କର।
ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।
17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।
50 ଏହା ପରେ ଲାବନ୍ ଏବଂ ବଥୂୟେଲ ଉତ୍ତର କଲେ, “ଆମ୍ଭେ ଦେଖୁଛୁ ଏହା ସଦାପ୍ରଭୁଙ୍କ ଆଡ଼ୁ, ଆମ୍ଭେ ଏହାକୁ ପରିବର୍ତ୍ତନ କରିପାରିବୁ ନାହିଁ। 51 ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାକୁ ନେଇ ପ୍ରସ୍ଥାନ କର। ସଦାପ୍ରଭୁଙ୍କ ଇଚ୍ଛାନୁସାରେ ତାକୁ ତୁମ୍ଭ କର୍ତ୍ତାଙ୍କର ପୁତ୍ରଙ୍କୁ ବିବାହ ଦିଅ।”
52 ଯେତେବେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠାରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ। 53 ଏହା ପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ୟ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ୟ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ। 54 ଏହା ପରେ ସେ ଏବଂ ତାଙ୍କର ଲୋକମାନେ ଖାଇପିଇ ବିଶ୍ରାମ ନେଲେ। ତା’ ପରଦିନ ପ୍ରଭାତରୁ ସେମାନେ ଉଠି କହିଲେ, “ବର୍ତ୍ତମାନ ଆମ୍ଭେ ଆମ୍ଭ କର୍ତ୍ତାଙ୍କ ପାଖକୁ ଫେରିଯିବୁ।”
55 ରିବିକାର ମା ଓ ଭାଇ କହିଲେ, “ରିବିକାକୁ ଆମ ସହିତ କିଛି ଦିନ ରହିବାକୁ ଦିଅ। ତାକୁ ଆମ ସହିତ ଆଉ ଦଶ ଦିନ ରହିବାକୁ ଦିଅ। ଏହା ପରେ ସେ ଯାଇପାରିବ।”
56 କିନ୍ତୁ ସେହି ଦାସ କହିଲେ, “ମୋତେ ଅପେକ୍ଷା କରିବାକୁ କୁହ ନାହିଁ। ସଦାପ୍ରଭୁ ମୋର ଯାତ୍ରା ସଫଳ କରିଅଛନ୍ତି। ବର୍ତ୍ତମାନ ମୋତେ ମୋର କର୍ତ୍ତାଙ୍କ ଗୃହକୁ ଫେରିବାକୁ ଦିଅ।”
57 ରିବିକାର ଭାଇ ଓ ମା କହିଲେ, “ଆମ୍ଭେ ରିବିକାକୁ ପଗ୍ଭରିବା।” 58 ସେମାନେ ରିବିକାକୁ ଡାକି ପଗ୍ଭରିଲେ, “ତୁମ୍ଭେ ଏହି ଲୋକ ସହିତ ବର୍ତ୍ତମାନ ଯିବାକୁ ଗ୍ଭହଁ କି?”
ରିବିକା ଉତ୍ତର ଦେଲେ, “ହଁ, ମୁଁ ଯିବି”
59 ତେଣୁ ସେମାନେ ଅବ୍ରହାମଙ୍କର ଭୃତ୍ୟ ଏବଂ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କ ସହିତ ରିବିକାକୁ ପଠାଇ ଦେଲେ। ରିବିକାର ସେବିକା ମଧ୍ୟ ତାଙ୍କ ସହିତ ଗଲା। 60 ଯେତେବେଳେ ରିବିକା ସେହି ସ୍ଥାନ ଛାଡ଼ିଲେ ସେମାନେ ତାଙ୍କୁ ଆଶୀର୍ବାଦ କରି କହିଲେ,
“ଆମ୍ଭର ଭଉଣୀ,
ତୁମ୍ଭେ ସହସ୍ର ସହସ୍ର ଲୋକଙ୍କର ମାତା ହୁଅ।
ଏବଂ ତୁମ୍ଭର ବଂଶଧରମାନେ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରି
ତାଙ୍କର ନଗର ଅଧିକାର କରନ୍ତୁ।”
61 ଏହା ପରେ ରିବିକା ଓ ତାଙ୍କର ସେବୀକା ଓଟଗୁଡ଼ିକ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ଯାତ୍ରା କଲେ। ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲେ।
62 ଇସ୍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଲେ। 63 ପୁଣି ସନ୍ଧ୍ୟା ସମୟରେ ଧ୍ୟାନ କରିବାକୁ କ୍ଷେତ୍ରକୁ ଯାଇଥିଲେ। ଇସ୍ହାକ ଉପରକୁ ଗ୍ଭହିଁ ଦେଖିଲେ ଦୂରରୁ ଓଟମାନେ ଆସୁଛନ୍ତି।
64 ରିବିକା ଅନାଇ ଇସ୍ହାକଙ୍କୁ ଦେଖିଲେ, ତା’ପରେ ସେ ଓଟରୁ ଓହ୍ଲାଇ ପଡ଼ିଲେ। 65 ରିବିକା ଦାସକୁ କହିଲେ, “ଆମ୍ଭମାନଙ୍କୁ ଦେଖି ସାକ୍ଷାତ କରିବାକୁ ଆସୁଥିବା ଯୁବକ କିଏ?”
ଦାସଟି ଉତ୍ତର ଦେଲେ, “ସେ ହେଉଛନ୍ତି ମୋର କର୍ତ୍ତା।” ତେଣୁ ରିବିକା ମୁହଁକୁ ନିଜର ଓଢ଼ଣାରେ ଆଚ୍ଛାଦନ କଲେ।
66 ଦାସଟି ଯାହାସବୁ ଘଟିଥିଲା ତାହା ଇସ୍ହାକଙ୍କୁ କହିଲେ। 67 ଏହା ପରେ ଇସ୍ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇସ୍ହାକର ସ୍ତ୍ରୀ ହେଲେ। ଇସ୍ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇସ୍ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।
ଜଣେ ଅନୁମୋଦିତ କାର୍ଯ୍ୟକାରୀ
14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ। 15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।
16 ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ। 17 ଶରୀର ଭିତରେ ରୋଗ ବ୍ୟାପିଲା ଭଳି ସେମାନଙ୍କର ମନ୍ଦ ଶିକ୍ଷା ବ୍ୟାପି ଯିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସେହିଭଳି ଲୋକ। 18 ସେମାନେ ସତ୍ଶିକ୍ଷା ତ୍ୟାଗ କରିଛନ୍ତି। ସେମାନେ କୁହନ୍ତି ଯେ ମୃତ୍ୟୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସେହି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ୱାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ୱରଙ୍କ ଦୃଢ଼ ମୂଳଦୁଆ ସେହିଭଳି ରହିଛି।
19 ସେହି ବାକ୍ୟଗୁଡ଼ିକ ସେହି ମୂଳଦୁଆ ଉପରେ ଲେଖା ହୋଇଛି: “ଯେଉଁମାନେ ପ୍ରଭୁଙ୍କର ଲୋକ, ସେମାନଙ୍କୁ ପ୍ରଭୁ ଜାଣନ୍ତି।” ନିୟମ ଲିଖିତ ଶବ୍ଦଗୁଡ଼ିକ ମଧ୍ୟ ମୂଳଦୁଆ ଉପରେ ଲେଖାଯାଇଛି: “ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ୱାସ କରେ, ସେ ମନ୍ଦ କାମ ନ କରୁ।”
20 ଗୋଟିଏ ବଡ଼ ଘରେ ସୁନା ଓ ରୂପାର ଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ୟ ଥାଏ। କେତେକ ଜିନିଷ ବିଶେଷ ଉଦ୍ଦେଶ୍ୟ ପାଇଁ ବ୍ୟବହାର ହୁଏ। କେତେକ ଜିନିଷ ନୀଚ କାର୍ଯ୍ୟ ପାଇଁ ବ୍ୟବହାର ହୁଏ। 21 ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା’ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
ପିଲାମାନଙ୍କୁ ଯୀଶୁ ଗ୍ରହଣ କଲେ(A)
13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ। 14 ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଛୋଟ ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ପରମେଶ୍ୱରଙ୍କ ରାଜ୍ୟ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ। 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।” 16 ତା’ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ।
ଯୀଶୁଙ୍କୁ ଅନୁସରଣ କରିବାକୁ ଜଣେ ଧନୀ ଲୋକର ଅସ୍ୱୀକାର(B)
17 ଯୀଶୁ ଯାଉଥିବା ବେଳେ ଜଣେ ଲୋକ ଦୌଡ଼ି ଦୌଡ଼ି ତାହାଙ୍କ ପାଖକୁ ଆସିଲା ଓ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲା। ସେ ପଗ୍ଭରିଲା, “ହେ ଉତ୍ତମ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ପାଇଁ ମୁଁ କ’ଣ କରିବି?”
18 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହୁଛ? କେବଳ ପରମେଶ୍ୱରଙ୍କ ଛଡ଼ା ଆଉ କେହିହେଲେ ଉତ୍ତମ ନୁହନ୍ତି। 19 କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡ଼ିକ ଜାଣିଛ: ହତ୍ୟା କର ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଠକ ନାହିଁ, ଆପଣା ବାପା-ମାଙ୍କୁ ଆଦର କର।”
20 ସେହି ଲୋକ ଯୀଶୁଙ୍କୁ କହିଲା, “ଗୁରୁ, ମୁଁ ମୋ’ ପିଲାଦିନୁ ଏହିସବୁ କଥା ମାନି ଚଳୁଛି।”
21 ଯୀଶୁ ତାହାଙ୍କୁ ଗ୍ଭହିଁଲେ ଓ ସ୍ନେହ କଲେ। ସେ ତାହାଙ୍କୁ କହିଲେ, “ତୁମ୍ଭର ଏବେ ବି ଗୋଟିଏ କଥାର ଅଭାବ ଅଛି। ତୁମ୍ଭେ ଯାଅ, ଯାହାକିଛି ତୁମ୍ଭ ପାଖରେ ଅଛି ସେତକ ବିକି ଦେଇ ଗରିବଙ୍କୁ ସେ ଧନ ବାଣ୍ଟି ଦିଅ। ସ୍ୱର୍ଗରେ ତୁମ୍ଭକୁ ଧନ ମିଳିବ। ତା’ପରେ ଆସ ଓ ମୋର ଅନୁସରଣ କର।”
22 ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହୋଇଗଲା। ସେ ମନ ଦୁଃଖରେ ଫେରିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତା’ର ଧନ ନିଜ ପାଖରେ ରଖିବାକୁ ଗ୍ଭହୁଁଥିଲା।
2010 by World Bible Translation Center