Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ;
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା'ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର, ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ[a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଗୀତସଂହିତା 77

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।

77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
    ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
    ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
    କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
    କିନ୍ତୁ ମୁଁ ପାରୁ ନାହିଁ। ସେଲା

ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
    ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
    ମୁଁ ଚିନ୍ତା କରେ।
ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
    ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
    ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
    ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
    ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
    ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?” ସେଲା

10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
    ‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”

11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
    ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
    ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
    ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
    ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
    ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ। ସେଲା

16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
    ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
    ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
    ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
    ବିଜୁଳି ଜଗତକୁ ଆଲୋକମୟ କଲା।
    ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
    କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
    ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।

ଗୀତସଂହିତା 79

ଆସଫର ଗୀତ।

79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
    ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
    ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
    ତୁମ୍ଭର ସ‌ଦ୍‌ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
    ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
    ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
    ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
    ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
    ଓ ସେମାନେ ତା'ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
    ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
    ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
    ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
    “ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
    ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
    ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
    ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
    ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା'ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
    ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
    ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।

ଆଦିପୁସ୍ତକ 25:19-34

ଇ‌ସ୍‌ହାକଙ୍କର ବଂଶ

19 ଅବ୍ରହାମଙ୍କର ପୁତ୍ର ଇ‌ସ୍‌ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇ‌ସ୍‌ହାକଙ୍କୁ ଜନ୍ମ କଲେ। 20 ଯେତେବେଳେ ଇ‌ସ୍‌ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ। 21 ଇ‌ସ୍‌ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।

22 ଯେତେବେଳେ ରିବିକା ଗର୍ଭବତୀ ହେଲେ, ନିଜ ନିଜ ଭିତରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୋ’ ପ୍ରତି ଏପରି କାହିଁକି ଘଟିଲା?” 23 ସଦାପ୍ରଭୁ ତାହାଙ୍କୁ କହିଲେ,

“ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି
    ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ।
ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ।
    ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”

24 ଉପଯୁକ୍ତ ସମୟରେ ରିବିକା ଯାଆଁଳା ପୁତ୍ର ଜନ୍ମ ଦେଲେ। 25 ଜ୍ୟେଷ୍ଠ ବାହାରି ଆସିଲା ରକ୍ତବର୍ଣ୍ଣ ଦେଖାଯାଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା। 26 ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇ‌ସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।

27 ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା। 28 ଇ‌ସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲେ।

29 ସେହି ସମୟରେ ଏଷୌ ବହୁତ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲେ। 30 ତହୁଁ ସେ ଯାକୁବକୁ କହିଲେ, “ମୁଁ ବହୁତ ଥକି ଯାଇଛି ମୋତେ ଦୟାକରି ସେହି ଲାଲ ପଦାର୍ଥରୁ କିଛି ଦିଅ। ଏହି ନିମନ୍ତେ ତା'ର ନାମ ଇଦୋମ ନାମରେ ଖ୍ୟାତ ହେଲା।”

31 କିନ୍ତୁ ଯାକୁବ କହିଲେ, “ଆଜି ତୁମ୍ଭେ ମୋତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରୟ କର।”

32 ଏଷୌ ଉତ୍ତର ଦେଲେ, “ଦେଖ ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? ତେଣୁ ମୁଁ ଏହା ତୁମ୍ଭକୁ ଦେବି।”

33 କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ। 34 ଏହା ପରେ ଯାକୁବ ଏଷୌକୁ ରୋଟୀ ଏବଂ ମସୁରଡାଲି ରାନ୍ଧି ଖାଇବାକୁ ଦେଲେ ଓ ସେ ସ୍ଥାନ ପରିତ୍ୟାଗ କଲେ। ଏହିପରି ଏଷୌ ନିଜର ଜ୍ୟେଷ୍ଠ ଭ୍ରାତାର ଅଧିକାର ବିଷୟରେ ପୁନର୍ବାର ଭାବିଲେ ନାହିଁ।

ଏବ୍ରୀ 13:1-16

ଉପାସନା ଈଶ୍ୱରଙ୍କୁ ସନ୍ତୁଷ୍ଟ କରେ

13 ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ। ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି। ବନ୍ଦୀଘରେ ଥିବା ସେହି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭେମାନେ ନିଜେ ମଧ୍ୟ ବନ୍ଦୀଘରେ ଥିବା ଭଳି ସେମାନଙ୍କୁ ମନେରଖ। ଯେଉଁମାନେ ଯାତନା ପାଉଛନ୍ତି, ସେମାନଙ୍କୁ ମଧ୍ୟ ଭୁଲ୍ ନାହିଁ। ମନେରଖ ଯେ, ତୁମ୍ଭେମାନେ ମଧ୍ୟ ସେମାନଙ୍କ ସ୍ଥାନରେ ଭବିଷ୍ୟତରେ ରହିପାର।

ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ। ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେଥିରେ ସନ୍ତୋଷ ଲାଭ କର। ପରମେଶ୍ୱର କହିଛନ୍ତି:

“ମୁଁ ତୁମ୍ଭକୁ କେବେ ହେଲେ ଛାଡ଼ିବି ନାହିଁ;
    ମୁଁ ତୁମ୍ଭଠାରୁ କେବେ ହେଲେ ଦୂରେଇ ଯିବି ନାହିଁ।”(A)

ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା:

“ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ,
    ମୁଁ ଭୟ କରିବି ନାହିଁ,
ମନୁଷ୍ୟ ମୋର କିଛି କରି ପାରିବ ନାହିଁ।”(B)

ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର। ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି। ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।

10 ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁ[a]ରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ। 11 ମହାଯାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନେଇ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହାରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ। 12 ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ। 13 ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍। 14 ଏହି ପୃଥିବୀରେ ଆମ୍ଭର କୌଣସି ଚିରସ୍ଥାୟୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ୟତରେ ଆସିବ। 15 ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ। 16 ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି।

ଯୋହନ ଲିଖିତ ସୁସମାଗ୍ଭର 7:37-52

ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ

37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ'ଠାରେ ବିଶ୍ୱାସ କରେ ତେବେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।

ଯୀଶୁଙ୍କ ସମ୍ବନ୍ଧରେ ଲୋକମାନଙ୍କର ତର୍କ

40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା।”

41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।”

ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। 42 ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।” 43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ। 44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।

ଯିହୂଦୀ ନେତାମାନେ ବିଶ୍ୱାସ କରିବାକୁ ମନା କଲେ

45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”

46 ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”

47 ଫାରୂଶୀମାନେ କହିଲେ, “ତାହାହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ୟ ବୋକା ବନେଇଛନ୍ତି। 48 କୌଣସି ନେତା କ'ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ'ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା। 49 ଏହି ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।”

50 କିନ୍ତୁ ସେହି ଦଳରେ ନୀକଦୀମ ଥିଲେ। ସେ ଏହା ପୂର୍ବରୁ ଯୀଶୁଙ୍କୁ ଦେଖିବା ପାଇଁ ଯାଇଥିଲେ।[a] 51 ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”

52 ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ'ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟ‌‌‌ଦ୍‌‌‌ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center