Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 87

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି। ସେଲା

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ। ସେଲା

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

ଗୀତସଂହିତା 90

ଚତୁର୍ଥ ପୁସ୍ତକ

(ଗୀତସଂହିତା 90–106)

ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

90 ହେ ପ୍ରଭୁ, ତୁମ୍ଭେ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହୋଇଅଛ।
ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ
    ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ।
    ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।

ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ
    ଏବଂ ପରିଶେଷରେ ତୁମ୍ଭେ ସେମାନଙ୍କୁ ଧୂଳିରେ ପରିଣତ କରିଛ।
ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ
    ଓ ରାତ୍ରିର ଅଳ୍ପ ସମୟପରି।
ତୁମ୍ଭେ ସେମାନଙ୍କର ଜୀବନକୁ ଉଚ୍ଛେଦ କରିଛ, ଯାହା ମୃତ୍ୟୁରେ ଶୋଇ ଥିବା ପରି।
ପ୍ରଭାତରେ ସେମାନେ ଗୁଜୁରିବା ତୃଣପରି।
    ପ୍ରାତଃକାଳରେ ତୃଣ ସତେଜ ହୋଇ ବଢ଼େ।
    ସନ୍ଧ୍ୟାକାଳରେ ତାହା ଶୁଖି ମରିଯାଏ।
ହେ ପରମେଶ୍ୱର, ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ହେଉ।
    ପୁଣି ତୁମ୍ଭ କ୍ରୋଧ ଆମ୍ଭଙ୍କୁ ଭୟଭୀତ କରେ।
ତୁମ୍ଭେ ଆମ୍ଭମାନଙ୍କର ପାପ ବିଷୟରେ ଜାଣ।
    ତୁମ୍ଭେ ମଧ୍ୟ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।
ତୁମ୍ଭର କ୍ରୋଧ ଆମ୍ଭମାନଙ୍କ ଜୀବନକୁ ଶେଷ ଦିନ କରିଦେଇ ଥାଏ।
    ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।
10 ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ,
    ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ।
ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ।
    ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।
11 କୌଣସି ଲୋକ ବାସ୍ତବରେ ତୁମ୍ଭର କ୍ରୋଧ ଦୂରତା ଜାଣନ୍ତି ନାହିଁ।
    କିନ୍ତୁ ତୁମ୍ଭର କ୍ରୋଧ ତୁମ୍ଭେ ଆଶା କରୁଥିବା ସମ୍ମାନଠାରୁ ଅଧିକ।
12 ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ
    ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।
13 ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ?
    ଆପଣା ଦାସ ପ୍ରତି ଦୟା କର।
14 ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର।
    ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।
15 ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ଯନ୍ତ୍ରଣା ଦେଲ।
    ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ଯେପରି ଯଥାର୍ଥ।
16 ତୁମ୍ଭେ କରିପାରୁଥିବା ଆଶ୍ଚର୍ଯ୍ୟ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ
    ଏବଂ ସେମାନଙ୍କ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦେଖାଅ।
17 ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର।
    ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ,
    ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।

ଗୀତସଂହିତା 136

136 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଦେବତାମାନଙ୍କର ଦେବତାର ପ୍ରଶଂସା କର।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହାଙ୍କର ପ୍ରଶଂସା କର।
    ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ,
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ ସୃଷ୍ଟି କଲେ,
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
10 ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
11 ପରମେଶ୍ୱର ମିଶର ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
12 ପରମେଶ୍ୱର ତାହାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦେଖାଇଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
13 ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ।
    ତାହାଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।
14 ପରମେଶ୍ୱର ଇସ୍ରାଏଲକୁ ଏଥି ମଧ୍ୟରେ ଗମନ କରାଇଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
15 ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
16 ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
17 ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
18 ପରମେଶ୍ୱର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
19 ପରମେଶ୍ୱର ଇମୋରୀୟମାନଙ୍କର ରାଜା ସୀହୋନକୁ ପରାସ୍ତ କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
20 ପରମେଶ୍ୱର ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
21 ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ତାଙ୍କ ଭୂମି ଦେଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
22 ପରମେଶ୍ୱର ସେହି ଭୂମିକୁ ଇସ୍ରାଏଲଙ୍କୁ ଦାନ କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
23 ପରମେଶ୍ୱର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେତେବେଳେ ଆମ୍ଭେ ପରାସ୍ତ ଥିଲୁ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
24 ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
25 ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି।
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
26 ସ୍ୱର୍ଗର ପରମେଶ୍ୱରଙ୍କ ପ୍ରଶଂସା କର!
    ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

ଆଦିପୁସ୍ତକ 29:1-20

ଯାକୁବ ରାହେଲଙ୍କୁ ସାକ୍ଷାତ କଲେ

29 ଏହା ପରେ ଯାକୁବ ତାଙ୍କର ଯାତ୍ରା ଗ୍ଭଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ। ଯାକୁବ ଦେଖିଲେ, ସେହି ଭୂମିରେ ଏକ କୂପ। ମେଷମାନେ, ସେହି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସେହି ସ୍ଥାନ, ମେଷମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘୋଡ଼ାଇ ରଖିଥିଲା। ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି।

ଯାକୁବ ସେଠାରେ ସେହି ମେଷପାଳକମାନକୁ କହିଲେ, “ହେ ଭାଇମାନେ ତୁମ୍ଭର ଘର କେଉଁଠି?”

ସେମାନେ ଉତ୍ତର ଦେଇ କହିଲେ, “ଆମ୍ଭ ଘର ହାରଣରେ।”

ଏହା ପରେ ଯାକୁବ କହିଲେ, “ତୁମ୍ଭେମାନେ ଲାବନଙ୍କୁ ଜାଣିଛ କି, ଯେ କି ନାହୋରର ପୁତ୍ର?”

ମେଷପାଳକମାନେ କହିଲେ, “ହଁ, ଆମ୍ଭେମାନେ ତାଙ୍କୁ ଜାଣିଛୁ।”

ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ସେ କିପରି ଅଛନ୍ତି?”

ସେମାନେ ଉତ୍ତର ଦେଲେ, “ସେ ଭଲ ଅଛନ୍ତି, ତାଙ୍କର ସମସ୍ତ କୁଶଳ। ଦେଖ ତାଙ୍କର କନ୍ୟା ରାହେଲ ତାଙ୍କ ମେଷପଲ ସହିତ ଆସୁଛନ୍ତି।”

ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।”

କିନ୍ତୁ ମେଷପାଳକ କହିଲେ, “ଯେପର୍ଯ୍ୟନ୍ତ ସମସ୍ତ ମେଷ ଏକତ୍ର ନ ହୋଇଛନ୍ତି ସେ ପର୍ଯ୍ୟନ୍ତ ଆମ୍ଭେ ଏହା କରି ପାରିବୁ ନାହିଁ। ସମସ୍ତ ଏକତ୍ର ହେବାପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢ଼ିବୁ ଏବଂ ସମସ୍ତ ମେଷମାନେ ପାଣି ପିଇ ପାରିବେ।”

ଯେତେବେଳେ ଯାକୁବ ମେଷପାଳକମାନଙ୍କ ସହିତ କଥା ହେଉଥିଲେ ସେହି ସମୟରେ ରାହେଲ ତାଙ୍କ ପିତାଙ୍କର ମେଷପଲ ସହିତ ଉପସ୍ଥିତ ହେଲେ। ନିଜ ପିତାଙ୍କ ମେଷମାନଙ୍କର ଯତ୍ନ ନେବା ରାହେଲଙ୍କର କାର୍ଯ୍ୟ ଥିଲା। 10 ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ। 11 ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ। 12 ଯାକୁବ ରାହେଲକୁ କହିଲେ ଯେ, ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିଯାଇ ତାଙ୍କ ପିତାଙ୍କୁ କହିଲେ।

13 ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷୟରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚୁମ୍ବନ ଦେଲେ। ଏବଂ ତାଙ୍କୁ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲେ।

14 ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।

ଲାବନ ଯାକୁବଙ୍କୁ ଫାନ୍ଦରେ ପକାଇଲେ

15 ଦିନେ ଲାବନ ଯାକୁବଙ୍କୁ କହିଲେ, “ତୁମ୍ଭେ ମୋର କୁଟୁମ୍ବ ବୋଲି କ’ଣ ବିନା ବର୍ତ୍ତନରେ ମୋର ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ।”

16 ଲାବନର ଦୁଇଟି ଝିଅ ଥିଲେ। ବଡ଼ ଝିଅର ନାମ ଲେୟା ଓ ସାନ ଝିଅର ନାମ ରାହେଲ।

17 ରାହେଲ ବହୁତ ସୁନ୍ଦରୀ, ରୂପବତୀ ଥିଲେ ଏବଂ ଲେୟାର ନୟନ କୋମଳ ଓ ଦୁର୍ବଳ ଥିଲା[a] 18 ଯାକୁବ ରାହେଲକୁ ପ୍ରେମ କଲେ। ଯାକୁବ ଲାବନକୁ କହିଲେ, “ମୁଁ ତୁମ୍ଭ ପାଇଁ ସାତ ବର୍ଷ କାମ କରିବି ଯଦି ତୁମ୍ଭେ ମୋତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।”

19 ଲାବନ କହିଲା, “ଅନ୍ୟକୁ ବିବାହ କରିବା ଅପେକ୍ଷା ସେ ତୁମ୍ଭକୁ ବିବାହ କଲେ ନିଶ୍ଚିତ ଭଲ ହେବ। ତେଣୁ ତୁମ୍ଭେ ମୋ’ ସହିତ ରୁହ।”

20 ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।

ରୋମୀୟଙ୍କ ପ୍ରତି ପତ୍ର 14

ଅନ୍ୟ ଲୋକଙ୍କୁ ସମାଲୋଚନା କର ନାହିଁ

14 ଯେଉଁ ଲୋକର ବିଶ୍ୱାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସେହି ଲୋକର ଭିନ୍ନ ମତ ପାଇଁ, ତା’ ସହିତ ଯୁକ୍ତିତର୍କ କର ନାହିଁ। ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି। ତୁମ୍ଭେ ଅନ୍ୟ ଲୋକର ଗ୍ଭକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କେବଳ ଜାଣିପାରେ ଯେ ଗ୍ଭକରଟି ଭଲ କି ମନ୍ଦ। ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି।

ଜଣେ ଲୋକ ବିଶ୍ୱାସ କରିପାରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶିଷ୍ଟ ଅଟେ। ସେହିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡ଼ିକ ସମାନ ମହତ୍ତ୍ୱ ପ୍ରଦାନ କରିପାରେ। ପ୍ରତ୍ୟେକ ଲୋକ ନିଜର ବିଶ୍ୱାସ ନେଇ ମନରେ ନିଶ୍ଚିତ ହେବା ଉଚିତ୍। ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।

ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ। ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା'ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ। ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ।

10 ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଗ୍ଭର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଗ୍ଭର କରିବେ। 11 ଶାସ୍ତ୍ରରେ ଲେଖା ଅଛି:

“ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ
    ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ।
    ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ।
    ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।”(A)

12 ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।

କୌଣସି ଲୋକର ପାପର କାରଣ ହୁଅ ନାହିଁ

13 ତା'ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ। 14 ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।

15 ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା'ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ। 16 ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ। 17 ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା। 18 ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।

19 ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା। 20 ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ। 21 ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା'ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।

22 ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ। 23 କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା'ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା'ହେଲେ ସେ ପାପ କରୁଛି।

ଯୋହନ ଲିଖିତ ସୁସମାଗ୍ଭର 8:47-59

47 ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”

ଯୀଶୁ ନିଜ ବିଷୟରେ ଓ ଅବ୍ରହାମଙ୍କ ବିଷୟରେ କହିଲେ

48 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ କହୁଛୁ, ତୁମ୍ଭେ ଜଣେ ଶମିରୋଣୀୟ। ତୁମ୍ଭ ଭିତରେ ଗୋଟିଏ ଭୂତ ରହିଛି ଓ ସେ ତୁମ୍ଭକୁ ପାଗଳ କରି ଦେଇଛି। ଆମ୍ଭର ଏହି କଥା କ'ଣ ଠିକ୍ ନୁହେଁ କି?”

49 ଯୀଶୁ ଉତ୍ତର ଦେଲେ, “ମୋ’ ଭିତରେ ଭୂତ ନାହିଁ। ମୁଁ ମୋ’ ପରମପିତାଙ୍କୁ ସମ୍ମାନ ଦିଏ। କିନ୍ତୁ ତୁମ୍ଭେ ମୋତେ ସମ୍ମାନ ଦେଉ ନାହଁ। 50 ମୁଁ ନିଜେ ସମ୍ମାନ ପାଇବା ପାଇଁ ଚେଷ୍ଟା କରୁ ନାହିଁ। ମାତ୍ର ଜଣେ ଅଛନ୍ତି, ଯିଏ ମୋ’ ନିମନ୍ତେ ସମ୍ମାନ ଇଚ୍ଛା କରନ୍ତି। ସେ ହେଉଛନ୍ତି ବିଗ୍ଭରକର୍ତ୍ତା। 51 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କେହି ମୋ’ ଉପଦେଶ ମାନେ, ତେବେ ସେ ଲୋକ କେବେ ମରିବ ନାହିଁ।”

52 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରହାମ ମରିଥିଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, ‘ମୋ’ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।’ 53 ତୁମ୍ଭେ କ'ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?”

54 ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତେବେ ସେ ସମ୍ମାନର କିଛି ମୂଲ୍ୟ ନାହିଁ। ମୋତେ ଯିଏ ସମ୍ମାନ ଦିଅନ୍ତି, ସେ ମୋର ପରିମପିତା। ଏବଂ ତୁମ୍ଭେମାନେ କହୁଛ, ସେ ତୁମ୍ଭର ପରମେଶ୍ୱର। 55 କିନ୍ତୁ ତୁମ୍ଭେ ତାହାଙ୍କୁ ପ୍ରକୃତରେ ଜାଣି ନାହଁ। ମୁଁ ତାହାଙ୍କୁ ଜାଣେ। ଯଦି ମୁଁ କହେ ଯେ, ମୁଁ ତାହାଙ୍କୁ ଜାଣେ ନାହିଁ, ତେବେ ମୁଁ ତୁମ୍ଭମାନଙ୍କ ଭଳି ମିଥ୍ୟାବାଦୀ ହେବି। କିନ୍ତୁ ମୁଁ ତାହାଙ୍କୁ ଅବଶ୍ୟ ଜାଣେ, ସେ ଯାହା କହନ୍ତି ମୁଁ ସେଗୁଡ଼ିକ ପାଳନ କରେ। 56 ମୋର ଆଗମନ ଦେଖି ପାରିବେ ବୋଲି ଆଶାକରି ତୁମ୍ଭ ପିତା ଅବ୍ରହାମ ବହୁତ ଖୁସୀ ହୋଇଥିଲେ। ସେ ସେହି ଦିନଟି ଦେଖିଲେ ଓ ଖୁସୀ ହେଲେ।”

57 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “କ'ଣ ତୁମ୍ଭେ ଅବ୍ରହାମଙ୍କୁ କଦାପି ଦେଖି ନାହଁ! ତୁମ୍ଭର ବୟସ ତ ପଗ୍ଭଶ ବର୍ଷ ବି ନୁହେଁ।”

58 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।” 59 ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉଠେଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center