Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।” ସେଲା
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ। ସେଲା
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16 ହେ ସମସ୍ତ ଲୋକ, ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା
2 ତା'ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ। ସେଲା
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା'ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା
20 ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।
21 ସାତ ବର୍ଷ ପରେ ଯାକୁବ ଲାବନକୁ କହିଲେ, “ମୋତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମୋର କାମ କରିବା ସମୟ ସରି ଯାଇଛି।”
22 ତେଣୁ ଲାବନ ସେଠାକାର ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ। 23 ସେହି ଦିନ, ରାତିରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲେୟାକୁ ଆଣିଲେ। ଯାକୁବ ଏବଂ ଲେୟା ଉଭୟ ସହବାସ କଲେ। 24 ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲେ। 25 ତା’ ପରଦିନ ପ୍ରଭାତରେ ଯାକୁବ ଦେଖିଲେ ସେ ଯାହା ସହିତ ରାତି ବିତାଇଛନ୍ତି ସେ ଲେୟା ଥିଲା। ଯାକୁବ ଲାବନକୁ କହିଲେ, “ତୁମ୍ଭେ ମୋତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ଯଦ୍ଦ୍ୱାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମୋତେ ଠକିଲ?”
26 ଲାବନ କହିଲେ, “ଆମ୍ଭ ଦେଶରେ ଅଛି ଯେ, ବଡ଼ ବିବାହ କରିବା ପୂର୍ବରୁ ସାନ ବିବାହ କରି ପାରିବ ନାହିଁ। 27 କିନ୍ତୁ ତୁମ୍ଭେ ଏଠାରେ ବିବାହ ଉତ୍ସବ ସାତ ଦିନ ଧରି ପାଳନ କର ତା'ପରେ ମୁଁ ତୁମ୍ଭକୁ ରାହେଲ ସହିତ ବିବାହ ଦେବି। କିନ୍ତୁ ତୁମ୍ଭକୁ ମୋ’ ପାଇଁ ଆଉ ସାତ ବର୍ଷ ପରିଶ୍ରମ କରିବାକୁ ପଡ଼ିବ।”
28 ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହା ପରେ ଲାବନ ରାହେଲକୁ ତା'ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ। 29 ଲାବନ ରାହେଲର ଦାସୀ ନିମନ୍ତେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲେ। 30 ତେଣୁ ଯାକୁବ ରାହେଲ ସହିତ ସହବାସ କଲେ, ଏବଂ ଯାକୁବ ଲେୟା ଅପେକ୍ଷା ରାହେଲକୁ ଅଧିକ ଭଲ ପାଇଲେ। ଯାକୁବ ଲାବନ ପାଇଁ ଆଉ ସାତ ବର୍ଷ କାମ କଲେ।
ଯାକୁବର ପରିବାର ବଢ଼ିଲେ
31 ସଦାପ୍ରଭୁ ଦେଖିଲେ ଲେୟା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲେୟାକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।
32 ଲେୟା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବେନ୍ ଦେଲେ। ଲେୟା ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, “ସଦାପ୍ରଭୁ ମୋର ଦୁଃଖ ଦେଖି ଅଛନ୍ତି। ମୋର ସ୍ୱାମୀ ମୋତେ ଭଲ ପାଇବେ।”
33 ଲେୟା ପୁନରାୟ ଗର୍ଭବତୀ ହୋଇ ଅନ୍ୟ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାଙ୍କର ନାମ ଦେଲେ ଶିମିୟୋନ, ସେ ଶୁଣି ପାରିଲା। ଲେୟା କହିଲେ, “ସଦାପ୍ରଭୁ ଶୁଣିଲେ ଯେ ମୋ’ ସ୍ୱାମୀ ମୋତେ ଘୃଣା କରନ୍ତି। ତେଣୁ ସେ ମୋ’ କୋଳରେ ଏହି ସନ୍ତାନ ଦେଇଛନ୍ତି।”
34 ଲେୟା ପୁଣି ଗର୍ଭବତୀ ହେଲେ, ଏବଂ ଅନ୍ୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେ ସେହି ପିଲାର ନାମ ଦେଲା ଲେବୀ। ଲେୟା କହିଲେ, “ଏବେ ମୋ’ ସ୍ୱାମୀ ମୋ'ଠାରେ ଆସକ୍ତ ହେବେ। ଯେହେତୁ ମୁଁ ତାଙ୍କୁ ତିନୋଟି ପୁତ୍ର ଦେଇଅଛି।”
35 ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।
ଆମ୍ଭ ଜୀବନର ରହସ୍ୟ
14 ମୁଁ ତୁମ୍ଭ ପାଖକୁ ଶୀଘ୍ର ଯିବି ବୋଲି ଆଶା କରେ। 15 କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ। 16 ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ,
ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ;
ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ
ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ;
ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା;
ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ;
ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କ ବାଣୀ
4 ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ। 2 ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ। 3 ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ। 4 ପରମେଶ୍ୱର ଯାହାସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲା ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ୍ ନୁହେଁ। 5 ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।
ଯୀଶୁ ଖ୍ରୀଷ୍ଟଙ୍କର ଭଲ ସେବକ ହୁଅ
6 ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ। 7 ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର। 8 ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ। 9 ମୁଁ ଯାହା କହୁଛି ତାହା ସତ୍ୟ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍। 10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା।
23 ଯୀଶୁ ଗ୍ଭରିଆଡ଼େ ଗ୍ଭହିଁ ଶିଷ୍ୟମାନଙ୍କୁ କହିଲେ, “ଧନୀ ଲୋକମାନଙ୍କ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ବଡ଼ କଠିନ ବିଷୟ।”
24 ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ। 25 ଜଣେ ଧନୀ ଲୋକର ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ, ଗୋଟିଏ ଛୁଞ୍ଚି କଣାରେ ଗଳି ଯାଇ ପାରିବା ସହଜ।”
26 ସେମାନେ ଆହୁରି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ତେବେ କିଏ ଉଦ୍ଧାର ପାଇ ପାରିବ?”
27 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ମନୁଷ୍ୟମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ନୁହେଁ। ପରମେଶ୍ୱର ସବୁକିଛି କରି ପାରିବୋ”
28 ପିତର ଯୀଶୁଙ୍କୁ କହିଲେ, “ଆପଣଙ୍କୁ ଅନୁସରଣ କରିବା ପାଇଁ ଆମ୍ଭେମାନେ ସବୁକିଛି ତ୍ୟାଗ କରିଛୁ।”
29 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ଘରଦ୍ୱାର, ଭାଇ ଭଉଣୀ, ବାପା-ମା, ପିଲାଛୁଆ ଓ ଜମିବାଡ଼ି ଛାଡ଼ି ଦେଇ ପାରିଛି, 30 ସେ ନିଶ୍ଚୟ ଆପଣାର ସେହି ଛାଡ଼ିଥିବା ବସ୍ତୁଠାରୁ ଶହେ ଗୁଣ ଅଧିକ ଇହକାଳରେ ପାଇ ପାରିବ। ସେ ଅଧିକ ଘରଦ୍ୱାର, ଭାଇ ଭଉଣୀ, ମା, ପିଲା ପିଲି, ଓ ଜମି ବାଡ଼ି ପାଇବ ଏବଂ ନିର୍ଯ୍ୟାତନା ସହିତ ସେ ଏହିସବୁ ଜିନିଷ ପାଇବ କିନ୍ତୁ ପରକାଳରେ ସେ ଅନନ୍ତ ଜୀବନ ଲାଭ କରିବ। 31 ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନକୁ ଗ୍ଭଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶେଷ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ପ୍ରଥମ ସ୍ଥାନକୁ ଗ୍ଭଲିଯିବେ।”
2010 by World Bible Translation Center