Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 102

ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।

102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
    ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
    ମୋ’ ପ୍ରତି କର୍ଣ୍ଣପାତ କର।
    ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
    ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
ମୋର ଶକ୍ତିସବୁ ଶେଷ ହୋଇଯାଇଛି।
    ମୁଁ ଯେପରି ଶୁଖିଲା ତୃଣପରି।
    ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
ମୋର ଦୁଃଖ ସକାଶୁ ବର୍ତ୍ତମାନ
    ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
    ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
    ମୁଁ ଶୋଇପାରେ ନାହିଁ।
ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
    ମୋତେ ସେମାନେ ପରିହାସ କରନ୍ତି।
ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
    ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
    ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।

11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
    ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
    ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
    ସେହି ଯଥାର୍ଥ ସମୟ ଆସିଅଛି।
    ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
    ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
    ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
    ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
    ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
18 ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି,
    ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ।
19 ସଦାପ୍ରଭୁ ତାଙ୍କର ପବିତ୍ର ସ୍ଥାନ ଉପରୁ ତଳକୁ ଗ୍ଭହିଁବେ।
    ସଦାପ୍ରଭୁ ସ୍ୱର୍ଗରୁ ପୃଥିବୀକୁ ଗ୍ଭହିଁବେ।
20 ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ।
    ମୃତ୍ୟୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
21 ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ।
    ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ।
22 ସମସ୍ତ ଜାତି ଏକତ୍ରିତ ହେବେ
    ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।

23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି,
    ସେ ମୋର ଆୟୁ ଊଣା କରିଛନ୍ତି।
24 ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ।
    ତୁମ୍ଭେ ଚିରଦିନ ଆମର।
25 ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ।
    ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
26 ପୃଥିବୀ ଓ ଆକାଶ ଦିନେ ଶେଷ ହେବ,
    କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ।
ତାହା ସବୁ ବସ୍ତ୍ରପରି
    ସେସବୁ ବଦଳାଇ ଦେବ।
27 କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ।
    ତୁମ୍ଭେ ଚିରକାଳ ରହିବ।
28 ଆମ୍ଭେମାନେ ତୁମ୍ଭର ଦାସ ଅଟୁ
    ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ।
    ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”

ଗୀତସଂହିତା 107:1-32

ପଞ୍ଚମ ପୁସ୍ତକ

(ଗୀତସଂହିତା 107-150)

107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
    ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
    ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
    ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।

ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ।
    ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ,
    କିନ୍ତୁ ସେମାନେ ପାଇଲେ ନାହିଁ।
ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ
    ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।
ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
    ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍
    କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି।
    କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।

10 ପରମେଶ୍ୱରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହୋଇ
    ଅନ୍ଧକାରରେ ଥିଲେ।
11 କାରଣ ସେମାନେ ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
    ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଉପଦେଶକୁ ମାନିବାକୁ ମନା କଲେ।
12 ପରମେଶ୍ୱର ସେମାନଙ୍କୁ ନମ୍ର କରେଇବା ପାଇଁ
    ଅସୁବିଧାର ସମ୍ମୁଖୀନ କଲେ।
ସେମାନେ ପତିତ ହେଲେ
    ଓ ସାହାଯ୍ୟ କରିବାକୁ କେହି ନ ଥିଲେ।
13 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
    ଏବଂ ସେ ସେମାନଙ୍କୁ ବିପଦରୁ ରକ୍ଷା କଲେ।
14 ପରମେଶ୍ୱର ସେମାନଙ୍କୁ ଅନ୍ଧକାର ଓ ମୃତ୍ୟୁ ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ
    ଓ ସେମାନଙ୍କ ବନ୍ଧନ ଛେଦନ କଲେ।
15 ସେମାନେ ସଦାପ୍ରଭୁଙ୍କର କରୁଣା ପ୍ରେମ ପାଇଁ ତାଙ୍କୁ ଧନ୍ୟବାଦ କରନ୍ତୁ।
    ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
16 ପରମେଶ୍ୱର ପିତ୍ତଳ ଫାଟକକୁ ଭାଙ୍ଗି ଦେଇ ପାରିବେ।
    ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରି ପାରିବେ।

17 କେତେକ ମୂର୍ଖ ହୋଇଗଲେ କାରଣ ସେମାନଙ୍କର ନିଜର ପାପ ଯୋଗୁଁ
    ଏବଂ ସେମାନେ ଅଧର୍ମାଚରଣ କଲେ।
18 ସେହି ଲୋକମାନେ ବହୁତ ରୁ‌‌ଗ୍‌‌ଣ ଥିଲେ।
    ଖାଦ୍ୟ ପରିତ୍ୟାଗ କରିଥିଲେ।
    ସେମାନେ ପ୍ରାୟ ମୃତବତ୍ ରହିଥିଲେ।
19 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ
    ଏବଂ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ମୁକ୍ତ କଲେ।
20 ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ।
    ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।
21 ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର
    କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
22 ସେମାନେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ
    ଓ ଗାନ କରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

23 କେତେକ ଲୋକ ସେମାନଙ୍କର କାର୍ଯ୍ୟ ପାଇଁ
    ନୌକାରେ ସମୁଦ୍ର ପାର ହୁଅନ୍ତି।
24 ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ
    ଓ ସମୁଦ୍ର ଜଳରେ ତାଙ୍କର ଅ‌ଦ୍‌ଭୂତ କାର୍ଯ୍ୟ ଦେଖନ୍ତି।
25 ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା।
    ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
26 ସେମାନେ ସେହି ଢେଉରେ ଆକାଶକୁ ଉଠିଲେ
    ଓ ଏହା ପରେ ଜଳଗର୍ଭକୁ ଖସିଲେ।
    ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ଯେ, ସେମାନେ ସେମାନଙ୍କର ସାହସ ହରାଇଲେ।
27 ସେମାନେ ମତ୍ତଲୋକ ପରି ଏକଡ଼ ସେକଡ଼ ଦୋହଲନ୍ତି।
    ଏବଂ ସେମାନଙ୍କର ବୁଦ୍ଧି ହଜିଯାଏ।
28 ତେବେ ସେମାନେ ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ
    ଏବଂ ତହିଁରେ ପରମେଶ୍ୱର ସେମାନଙ୍କୁ ସଙ୍କଟରୁ ଉଦ୍ଧାର କଲେ।
29 ପରମେଶ୍ୱର ବତାସକୁ ସ୍ଥିର କଲେ
    ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
30 ସମୁଦ୍ର ଶାନ୍ତ ହୋଇଗଲା ବୋଲି ନାବିକମାନେ ଖୁସୀ ହେଲେ,
    କାରଣ ସେମାନେ ଯେଉଁଠାକୁ ଯିବାକୁ ଗ୍ଭହିଁଥିଲେ ପରମେଶ୍ୱର ତାଙ୍କୁ ପୋତାଶ୍ରୟକୁ ନିରାପଦରେ ଆଗେଇ ନେଲେ।
31 ସେମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ୟବାଦ କର,
    ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
32 ଲୋକମାନଙ୍କ ମହାସଭାରେ ପରମେଶ୍ୱରଙ୍କର ପ୍ରଶଂସା କରିବା ଉଚିତ୍
    ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।

ଆଦିପୁସ୍ତକ 32:22-33:17

22 ସେହି ରାତ୍ରିରେ ଯାକୁବ ଉଠି ସେହି ସ୍ଥାନ ଛାଡ଼ିଲେ। ଯାକୁବ ତାଙ୍କର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତାଙ୍କର ଦାସୀକୁ ନେଇ ଗଲେ। ଯାକୁବ ଯ‌ବ୍‌ବୋକ ପାର କରାଇବା ପାଇଁ ସଙ୍ଗରେ ନେଲେ। 23 ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ୟକୁ ନଦୀ ପାର କରାଇଲେ।

ଜଣକ ସହିତ ଅନ୍ୟ ଜଣଙ୍କ ଯୁଦ୍ଧ

24 ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ୟ ତାଙ୍କ ସହିତ ସକାଳ ପର୍ଯ୍ୟନ୍ତ ମଲ୍ଲଯୁଦ୍ଧ କଲେ। 25 ସେହି ଲୋକଟି ଦେଖିଲେ ସେ ଯାକୁବଙ୍କୁ ପରାସ୍ତ କରି ପାରିବେ ନାହିଁ। ତେଣୁ ସେ ଯାକୁବଙ୍କର ଗୋଡ଼କୁ ଟାଣି ଦେବାରୁ ତାଙ୍କର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।

26 ଆଉ ସେହି ଲୋକଟି ଯାକୁବଙ୍କୁ କହିଲେ, “ମୋତେ ଯିବାକୁ ଦିଅ କାରଣ ପ୍ରଭାତ ହୋଇଗଲା।”

କିନ୍ତୁ ଯାକୁବ କହିଲେ, “ମୁଁ ତୁମ୍ଭକୁ ଯିବାକୁ ଦେବି ନାହିଁ, ଯେପର୍ଯ୍ୟନ୍ତ ମୋତେ ଆଶୀର୍ବାଦ ନ କରିଛ।”

27 ଏବଂ ସେହି ଲୋକଟି ତାଙ୍କୁ କହିଲେ, “ତୁମ୍ଭର ନାମ କ’ଣ?”

ଏବଂ ଯାକୁବ ଉତ୍ତର ଦେଲେ, “ମୋର ନାମ ଯାକୁବ ଅଟେ।”

28 ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।”

29 ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ଦୟାକରି ତୁମ୍ଭର ନାମ କୁହ।”

କିନ୍ତୁ ସେହି ଲୋକଟି କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଗ୍ଭରୁ ଅଛ?” ଏହି ସମୟରେ ସେହି ଲୋକଟି ଯାକୁବଙ୍କୁ ଆଶୀର୍ବାଦ କଲେ।

30 ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା’ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।” 31 ଏହା ପରେ ସୂର୍ଯ୍ୟୋଦୟ ବେଳକୁ ସେ ପନୂୟେଲ ପାର ହେଲାମାତ୍ରେ ତାଙ୍କର ଗୋଡ଼ ଯୋଗୁଁ ଛୋଟାଇ ଗ୍ଭଲିଲେ। 32 ତେଣୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରାରେ ଯାକୁବଙ୍କୁ ଆଘାତ ଲାଗିଥିଲା।

ଯାକୁବ ତାଙ୍କର ସାହସିକତା ଦେଖାଇଲେ

33 ଅନନ୍ତର ଯାକୁବ ଏଷୌ ଆସୁଥିବାର ଦେଖିଲେ। ଏଷୌ ତାଙ୍କ ସହିତ ଗ୍ଭରିଶହ ଲୋକଙ୍କୁ ଧରି ଆସୁଥିଲେ। ଯାକୁବ ତାଙ୍କର ପରିବାରକୁ ଗ୍ଭରି ଭାଗରେ ବିଭକ୍ତ କଲେ। ଲେୟା ଏବଂ ତା’ର ପିଲାମାନେ ଗୋଟିଏ ଦଳରେ ରହିଲେ। ରାହେଲ ଓ ଯୋଷେଫ ଗୋଟିଏ ଦଳରେ ରହିଲେ। ଦୁଇଦାସୀ ଏବଂ ତାଙ୍କର ପିଲାମାନେ ଦୁଇ ଗୋଟି ଦଳରେ ରହିଲେ। ଯାକୁବ, ଆଗେ ଦୁଇ ଦାସୀ ଓ ସେମାନଙ୍କର ସନ୍ତାନଗଣଙ୍କୁ ତା’ ପଛେ ଲେୟା ଓ ତା’ର ସନ୍ତାନଗଣ, ସବା ଶେଷରେ ରାହେଲ ଓ ଯୋଷେଫକୁ ରଖିଲେ।

ସେମାନଙ୍କ ଆଗରେ ଯାକୁବ ଗଲେ, ସେ ଯେତେବେଳେ ଭାଇର ନିକଟବର୍ତ୍ତୀ ହେଲେ। ଭକ୍ତି ଦେଖାଇବା ପାଇଁ ଯାକୁବ ସାତଥର ଭୂମିଷ୍ଠ ପ୍ରଣାମ କଲେ।

ଯେତେବେଳେ ଏଷୌ ଯାକୁବଙ୍କୁ ଦେଖିଲେ ସେ ତାଙ୍କୁ ଭେଟିବା ପାଇଁ ଦୌଡ଼ିଗଲେ। ଏହା ପରେ ସେ ତାଙ୍କର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲେ, ପୁଣି ଦୁହେଁ କାନ୍ଦିବାକୁ ଲାଗିଲେ। ଏଷୌ, ସ୍ତ୍ରୀ ଓ ପିଲାମାନଙ୍କୁ ଦେଖିଲେ, ସେ ପଗ୍ଭରିଲେ, “ତୁମ୍ଭ ସହିତ ଏହି ଲୋକମାନେ କିଏ?”

ଯାକୁବ ଉତ୍ତର ଦେଲେ, “ପରମେଶ୍ୱର ମୋତେ ଦୟା କରି ଏ ସମସ୍ତ ସନ୍ତାନ ଦେଇଛନ୍ତି।”

ଏହା ପରେ ଦୁଇଦାସୀ ଓ ତାହାର ପିଲାମାନେ ଏଷୌ ନିକଟକୁ ଗଲେ। ସେମାନେ ଏଷୌକୁ ଭୂମିଷ୍ଠ ପ୍ରଣାମ କଲେ। ଏହା ପରେ ଲେୟା ଏବଂ ତାଙ୍କର ସନ୍ତାନଗଣ ଏଷୌକୁ ପ୍ରଣାମ କଲେ। ଏବଂ ଏହା ପରେ ରାହେଲ ଓ ଯୋଷେଫ ଏଷୌ ନିକଟକୁ ଯାଇ ପ୍ରଣାମ କଲେ।

ଏଷୌ କହିଲେ, “ମୁଁ ଆସିବା ସମୟରେ ଯେଉଁମାନଙ୍କୁ ଦେଖିଲି ସେମାନେ କିଏ? ସେ ପଶୁଗୁଡ଼ିକ କାହା ନିମନ୍ତେ ନେଉଛନ୍ତି।”

ଯାକୁବ ଉତ୍ତର ଦେଲେ, “ସେଗୁଡ଼ିକୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଉପହାର ଦେଇଛି। ତେଣୁ ମୋତେ ଗ୍ରହଣ କର।”

କିନ୍ତୁ ଏଷୌ କହିଲେ, “ତୁମ୍ଭର ମୋତେ କିଛି ଉପହାର ଦେବା ଦରକାର ନାହିଁ, ଭାଇ ମୋ’ ପାଇଁ ବହୁତ ଅଛି।”

10 ଯାକୁବ କହିଲେ, “ନା ଭାଇ ମୁଁ ତୁମ୍ଭକୁ ଅନୁରୋଧ କରୁଛି। ଯଦି ତୁମ୍ଭେ ମୋତେ ବାସ୍ତବରେ ଗ୍ରହଣ କରୁଛ ତେବେ ମୋର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁ ଦେଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସୀ। ମୋତେ ପରମେଶ୍ୱରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାରେ ତୁମ୍ଭେ ମୋତେ ଗ୍ରହଣ କରିଥିବାରୁ, ମୁଁ ଖୁସୀ। 11 ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର [a] ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।

12 ଏହା ପରେ ଏଷୌ କହିଲେ, “ତୁମ୍ଭେ ତୁମ୍ଭର ଯାତ୍ରା ଗ୍ଭଲୁ ରଖ। ମୁଁ ମଧ୍ୟ ତୁମ୍ଭ ସହିତ ଯିବି।”

13 କିନ୍ତୁ ଯାକୁବ ତାଙ୍କୁ କହିଲେ, “ତୁମ୍ଭେ ଜାଣ ମୋର ସନ୍ତାନଗଣ ଛୋଟ ଏବଂ ମୁଁ ମୋର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକ ଗୋଟିଏ ଦିନରେ ବହୁତ ବାଟ ନେଇଯାଏ ତେବେ ସମସ୍ତ ପଶୁ ମରିଯିବେ। 14 ତେଣୁ ମୋର ପ୍ରଭୁ ତୁମ୍ଭେ ଆମ୍ଭ ଆଗରେ ଗ୍ଭଲ, ମୁଁ ତୁମ୍ଭକୁ ଧୀରେ ଧୀରେ ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧୀରେ ଯିବି କାରଣ ମୋର ପିଲାମାନେ କ୍ଳାନ୍ତ ହୋଇ ପଡ଼ିବେ। ମୁଁ ତୁମ୍ଭକୁ ସେୟୀରରେ ସାକ୍ଷାତ କରିବି।”

15 ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।”

କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ। 16 ତେଣୁ ସେହି ଦିନ ଏଷୌ ସେୟୀରକୁ ଫେରିବା ପାଇଁ ଯାତ୍ରା ଆରମ୍ଭ କଲେ। 17 କିନ୍ତୁ ଯାକୁବ ସୁ‌କ୍‌କୋତକୁ ଗଲେ। ସେହି ସ୍ଥାନରେ ସେ ଆପଣା ପାଇଁ ଏକ ଗୃହ ତିଆରି କଲେ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲେ। ତେଣୁ ସେହି ସ୍ଥାନର ନାମ ସୁ‌କ୍‌କୋତ ହେଲା।

ଯୋହନଙ୍କ ପ୍ରଥମ ପତ୍ର 3:1-10

ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ

ପରମପିତା ଆମ୍ଭମାନଙ୍କୁ ଅତ୍ୟଧିକ ପ୍ରେମ କଲେ। ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ରୂପେ ନାମିତ ହେବା ଦ୍ୱାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ରେମ ପ୍ରକାଶ ପାଏ। ଆମ୍ଭେ ପ୍ରକୃତରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ (ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ) ପରମେଶ୍ୱରଙ୍କୁ ଚିହ୍ନି ପାରି ନ ଥିବାରୁ ଆମ୍ଭକୁ ମଧ୍ୟ ପରମେଶ୍ୱରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ। ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା। ଖ୍ରୀଷ୍ଟ ପବିତ୍ର। ଯେ କେହି ଖ୍ରୀଷ୍ଟଙ୍କଠାରେ ଆଶା ରଖେ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରଖେ।

ଯେଉଁ ଲୋକ ପାପ କରେ, ସେ ପରମେଶ୍ୱରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ। ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତରେ କୌଣସି ପାପ ନାହିଁ। ତାହାଙ୍କଠାରେ ରହୁଥିବା ଲୋକ ପାପ କରେ ନାହିଁ। ପାପ କରୁଥିବା ଲୋକ ଖ୍ରୀଷ୍ଟଙ୍କୁ କଦାପି ଜାଣି ନାହିଁ କି ବୁଝି ପାରି ନାହିଁ।

ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ। ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।

ପରମେଶ୍ୱରଙ୍କର ସନ୍ତାନ ହେବା ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ୱର ସେହି ଲୋକକୁ ଦିଅନ୍ତି, ତାହା ତା’ଠାରେ ଥାଏ। ତେଣୁ ସେ ଆଉ ପାପ କରିପାରେ ନାହିଁ ଯେହେତୁ ସେ ପରମେଶ୍ୱରଙ୍କର ସନ୍ତାନ ହୋଇସାରିଥାଏ। 10 ତେଣୁ କେଉଁମାନେ ପରମେଶ୍ୱର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭେମାନେ ଜାଣି ପାରିବ। ଯେଉଁମାନେ ସ‌‌‌‌‌ତ୍‌‌‌‌‌କର୍ମ କରନ୍ତି ନାହିଁ, ସେମାନେ ପରମେଶ୍ୱରଙ୍କର ସନ୍ତାନ ନୁହନ୍ତି, ଯେ କେହି ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ମଧ୍ୟ ଈଶ୍ୱରଙ୍କର ସନ୍ତାନ ନୁହେଁ।

ଯୋହନ ଲିଖିତ ସୁସମାଗ୍ଭର 10:31-42

31 ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ। 32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”

33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”

34 ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’ [a] 35 ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ। 36 ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।’ 37 ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ। 38 କିନ୍ତୁ ଯଦି ମୋର ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତେବେ ତୁମ୍ଭେ ମୋ’ କାର୍ଯ୍ୟଗୁଡ଼ିକରେ ବିଶ୍ୱାସ ରଖିବା ଉଚିତ୍। ତୁମ୍ଭେ ମୋ’ଠାରେ ବିଶ୍ୱାସ ନ କଲେ ମଧ୍ୟ ମୋ’ କାର୍ଯ୍ୟରେ ବିଶ୍ୱାସ କରିବା ଉଚିତ୍। ତେବେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମୋ’ଠାରେ ଅଛନ୍ତି ଓ ମୁଁ ତାହାଙ୍କଠାରେ ଅଛି।”

39 ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ସେ ସେମାନଙ୍କ ହାତରୁ ଖସିଗଲେ।

40 ତା’ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ। 41 ତାହାଙ୍କ ପାଖକୁ ଅନେକ ଲୋକ ଆସିଲେ। ଲୋକମାନେ କହିଲେ, “ଯୋହନ ଯଦ୍ୟପି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ନ ଥିଲେ, କିନ୍ତୁ ସେ ଏହି ଲୋକ ବିଷୟରେ ଯାହା କହିଥିଲେ, ତାହା ସବୁ ସତ୍ୟ।” 42 ସେଠାରେ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center