Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 95

95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
    ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
    ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
    ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
    ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
    ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା!
    ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
    ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
    ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

    ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
    ଜି‌ଦ୍‌ଖୋର ହୁଅ ନାହିଁ।
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
    ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
    ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
    ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
    ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

ଗୀତସଂହିତା 31

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।

31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
    ମୋତେ ତୁମ୍ଭେ ନିରାଶ କର ନାହିଁ।
    ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
    ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
    ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
    ମୋର ନିରାପତ୍ତା ବଳୟ ହୁଅ।
    ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
    ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
    ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
    ତୁମ୍ଭେ ମୋର ନିରାପଦ ସ୍ଥଳ।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
    ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
    ମୋତେ ରକ୍ଷା କର।
ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
    ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
    ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
    ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
    ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
    ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
    ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
    ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
    ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।

19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
    ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
    ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
    ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
    ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
    କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।

23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
    ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
    ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
    ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।

ଗୀତସଂହିତା 35

ଦାଉଦଙ୍କର ଗୀତ

35 ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
    ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
ସଦାପ୍ରଭୁ, ତୁମ୍ଭେ ଢାଲ ଓ ସାଞ୍ଜୁ[a] ଉଠାଅ।
    ଜାଗ୍ରତ ହୁଅ, ମୋର ସହାୟ ହୁଅ।
ଏକ ବର୍ଚ୍ଛା ଓ କୁନ୍ତ ଧର
    ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”

କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
    ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
    ସେମାନଙ୍କୁ ଘଉଡ଼ାଇ ଦିଅ।
    ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
    ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
    ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
    ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
    ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
    ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
    ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
    ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
    ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା'ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
    ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
    ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
    ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
    ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
    ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
    ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
    ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ।
    ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
    ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
    ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
    ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।

17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
    ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
    ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
    ସେମାନେ ସିଂହ ତୁଲ୍ୟ ଅଟନ୍ତି।

18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
    ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
    ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
    ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
    ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
    ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ, ଜାଗ୍ରତ ହୁଅ, ଉଠ।
    ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
    ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
    ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
    ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ।
    ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
    ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
    ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”

28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
    ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 18:1-4

18 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, “ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ ଯେତେବେଳେ ଏହି ପ୍ରବାଦଟି ବ୍ୟବହାର କର ଏହାର ଅର୍ଥ କ’ଣ?

‘ପିତାଗଣ ଅଙ୍ଗୁର ଖାଇଲେ
    ଏବଂ ସେମାନଙ୍କର ପୁତ୍ରମାନଙ୍କର ଦାନ୍ତ ଯନ୍ତ୍ରଣା କରେ।’”

କିନ୍ତୁ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ଯାଏ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦକୁ ଆଉ ବ୍ୟବହାର କରିବ ନାହିଁ। ଆଉ ସମସ୍ତଙ୍କର ଜୀବନ ମୋର ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ୟ ସେପରି। ଏବଂ ଯେଉଁ ବ୍ୟକ୍ତି ପାପ କରେ ସେ ମରିବ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 18:25-32

25 “କିନ୍ତୁ ତୁମ୍ଭେ କୁହ, ‘ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।’ ହେ ଇସ୍ରାଏଲର ପୁତ୍ରଗଣ, ଶୁଣ, ମୁଁ ନ୍ୟାୟ ଅଟେ। କିନ୍ତୁ ତୁମ୍ଭେମାନେ ଯିଏ ନ୍ୟାୟ ନୁହଁ। 26 ଯଦି ଜଣେ ଧାର୍ମିକ ଲୋକ ତା'ର ଧର୍ମାଚରଣରୁ ବିରତ ହୁଏ ଏବଂ ଯାହା ମନ୍ଦ ତାହା କରେ, ସେ ଏହି କାରଣରୁ ମରିବ। 27 ଦୁଷ୍ଟଲୋକ ଯେତେବେଳେ ନିଜ ଦୁଷ୍ଟତାରୁ ବିରତ ହୋଇ ନ୍ୟାୟ ଓ ଧର୍ମାଚରଣ କରେ ସେତେବେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ। 28 ସେ ତା'ର ମନ୍ଦ ଆଚରଣକୁ ବିବେଚନା କରେ ଏବଂ ଦୋଷ କରିବା ବନ୍ଦ କରେ, ଯାହା କରିବାରେ ସେ ଅଭ୍ୟସ୍ତ ଥାଏ। ତେବେ ସେ ବଞ୍ଚିବ, ସେ ମୃତ୍ୟୁବରଣ କରିବ ନାହିଁ।”

29 କିନ୍ତୁ ଇସ୍ରାଏଲର ଲୋକମାନେ କହନ୍ତି, “ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।”

ପରମେଶ୍ୱର କହନ୍ତି, “ମୁଁ ନ୍ୟାୟପୂର୍ଣ୍ଣ ଅଟେ! ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଯଥାର୍ଥ ନୁହଁ। 30 ତେଣୁ ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକର ଆଗ୍ଭର ବ୍ୟବହାରାନୁସାରେ ବିଗ୍ଭର କରିବି।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। ଆଉ “ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ ଓ ନିଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହାହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହେବ ନାହିଁ। 31 ତୁମ୍ଭେମାନେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ନିଜେ ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୁଅ ନାହିଁ। 32 ଆମ୍ଭେ ତୁମ୍ଭର ମୃତ୍ୟୁ ଗ୍ଭହୁଁ ନାହୁଁ, ଏଣୁ ଆମ୍ଭ ନିକଟକୁ ଫେରି ଆସ ଓ ବଞ୍ଚି ରୁହ।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:1-9

କେତେକ ବ୍ୟବହାରିକ କଥା

ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।

ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ। ହେ ବନ୍ଧୁ, ତୁମ୍ଭେ ଯେହେତୁ ମୋ’ ସହିତ ବିଶ୍ୱସ୍ତ ଭାବରେ ସେବା କରୁଛ, ଯେଉଁ ସ୍ତ୍ରୀଲୋକମାନେ ମୁଁ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୋ’ ସହିତ ପରିଶ୍ରମ କରିଅଛନ୍ତି, ସେମାନଙ୍କୁ ସାହାଯ୍ୟ କର ବୋଲି ତୁମ୍ଭକୁ ମୁଁ ନିବେଦନ କରେ। ସେମାନେ କ୍ଳେମେ‌ନ୍‌ସ ଏବଂ ମୋର ଅନ୍ୟ ସହକାରୀମାନଙ୍କ ସହିତ ସେବାକାର୍ଯ୍ୟ କରିଛନ୍ତି। ସେମାନଙ୍କ ନାମ “ଜୀବନ-ପୁସ୍ତକ”[a]ରେ ଲେଖାଅଛି।

ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।

ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ। ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।

ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍‌‌ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର। ମୋ'ଠାରୁ ଯାହାସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମୋତେ ଯାହାସବୁ କରିଥିବା ଦେଖିଛ, ସେଗୁଡ଼ିକୁ କର। ଶାନ୍ତିଦାତା ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।

ଯୋହନ ଲିଖିତ ସୁସମାଗ୍ଭର 17:9-19

ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି। 10 ମୋର ଯାହାସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମୋର। ଏହି ଲୋକମାନେ ମୋତେ ଗୌରବାନ୍ୱିତ କରନ୍ତି।

11 “ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସେମାନଙ୍କୁ ନିରାପଦରେ ରଖ। ତୁମ୍ଭ ନାମର ଶକ୍ତି ଦ୍ୱାରା ସେମାନଙ୍କୁ ନିରାପଦରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସେମାନେ ସେହିପରି ଏକ ହୋଇ ପାରିବେ। 12 ମୁଁ ଯେତେବେଳେ ସେମାନଙ୍କ ସହିତ ଥିଲି, ମୁଁ ସେମାନଙ୍କୁ ନିରାପଦରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳରେ ସେମାନଙ୍କୁ ନିରାପଦରେ ରଖିଥିଲି। ସେହି ନାମ ତୁମ୍ଭେ ମୋତେ ଦେଇଥିଲ। ମୁଁ ସେମାନଙ୍କୁ ସୁରକ୍ଷିତ କଲି। ସେମାନଙ୍କ ଭିତରୁ କେବଳ ଜଣେ ବିନାଶ ପାଇଁ ଉଦ୍ଧିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।

13 “ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କହେ, ଯେପରି ଏହି ଲୋକମାନେ ମୋ'ଠାରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଗ୍ଭହେଁ, ସେମାନେ ସେମାନଙ୍କ ଭିତରେ ମୋର ପୂର୍ଣ୍ଣ ଆନନ୍ଦ ପାଆନ୍ତୁ। 14 ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ।

15 “ମୁଁ ତୁମ୍ଭକୁ ସେମାନଙ୍କୁ ଜଗତରୁ ନେଇଯିବା ପାଇଁ କହୁ ନାହିଁ। ମୁଁ ତୁମକୁ ସେମାନଙ୍କୁ ପାପାତ୍ମା ଶୟତାନଠାରୁ ନିରାପଦରେ ରଖିବା ପାଇଁ କହୁଛି। 16 ମୁଁ ଯେପରି ଜଗତର ନୁହେଁ, ସେମାନେ ସେହିପରି ଏହି ଜଗତର ନୁହନ୍ତି। 17 ତେଣୁ ତୁମ୍ଭେ ତୁମ୍ଭର ସତ୍ୟ ଦ୍ୱାରା ସେମାନଙ୍କୁ ତୁମ୍ଭର ସେବା ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ୟ। 18 ମୁଁ ସେମାନଙ୍କୁ ଜଗତ ମଧ୍ୟକୁ ପଠାଇ ଦେଇଛି ଯେପରି ତୁମ୍ଭେ ମୋତେ ଏହି ଜଗତକୁ ପଠାଇଲ। 19 ମୁଁ ନିଜକୁ ସେବା ପାଇଁ ପ୍ରସ୍ତୁତ କରୁଛି। ମୁଁ ସେମାନଙ୍କ ପାଇଁ ଏହା କରୁଛି ଯେହେତୁ ସେମାନେ ତୁମ୍ଭର ସେବା ପାଇଁ ପ୍ରକୃତରେ ପ୍ରସ୍ତୁତ ହୋଇପାରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center