Book of Common Prayer
ଦାଉଦଙ୍କର ଗୀତ।
41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି।
ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।
4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।”
5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
ଓ ସେଥିପାଇଁ ବେମାର ଅଛି।
ସେ ଆଉ ଭଲ ହେବ ନାହିଁ।”
9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
ତୁମ୍ଭେ ମୋତେ ସାହାଯ୍ୟ କରିଲ।
ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।
13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।
ଆମେନ୍, ଆମେନ୍।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ।
ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
7 “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।
44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
2 ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
3 ଆମ୍ଭର ପିତୃପୁରୁଷଙ୍କ ଖଡ଼୍ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
4 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
6 ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
7 ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
8 ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
କାହିଁକି ତୁମ୍ଭେ ଶୋଇ ରହିଛ?
ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
ଆମ୍ଭକୁ ସାହାଯ୍ୟ କର।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।
ସ୍ୱପ୍ନ ବିଳାଷୀ ଯୋଷେଫ
37 ଯାକୁବ କିଣାନ ଦେଶରେ ବାସ କଲେ, ଯେଉଁ ସ୍ଥାନରେ ତାଙ୍କର ପିତା ବାସ କରିଥିଲେ। 2 ଏହା ହେଉଛି ଯାକୁବଙ୍କ ପରିବାରର ଇତିହାସ।
ଯୋଷେଫଙ୍କୁ ଯେତେବେଳେ ସତରବର୍ଷ ହୋଇଥିଲା, ସେ ମେଣ୍ଢା ଓ ଛେଳି ଚରାଉଥିଲେ। ଯୋଷେଫ ଏହି କାର୍ଯ୍ୟ ତାଙ୍କ ଭାଇମାନଙ୍କ ସହିତ କରୁଥିଲେ। ସେ ତାଙ୍କ ପିତାଙ୍କ ସ୍ତ୍ରୀ ବିଲହା ଓ ସିଳ୍ପାର ପୁତ୍ରମାନଙ୍କର ସାହାଯ୍ୟକାରୀ ଥିଲେ। ଯୋଷେଫ ତାଙ୍କର ପିତାଙ୍କୁ ଭାଇମାନଙ୍କର କୁକର୍ମ ବିଷୟରେ ସବୁ ଜଣାଉଥିଲେ। 3 ଯୋଷେଫ ତାଙ୍କ ପିତା, ଯାକୁବଙ୍କର ବାର୍ଦ୍ଧକ୍ୟ ସମୟରେ ଜନ୍ମ ହୋଇଥିଲେ। ତେଣୁ ଯାକୁବ ଯୋଷେଫଙ୍କୁ ଅନ୍ୟ ପୁତ୍ରମାନଙ୍କଠାରୁ ଅଧିକ ଭଲ ପାଉଥିଲେ। ଯାକୁବ ଯୋଷେଫଙ୍କୁ ଏକ ବିଶେଷ ବସ୍ତ୍ର ବା ଅଙ୍ଗରଖା ଦେଇଥିଲେ। ଯାହା ନାନା ରଙ୍ଗରେ ବର୍ଣ୍ଣିତ ଥିଲା। 4 ଯୋଷେଫଙ୍କର ଭାଇମାନେ ଦେଖିଲେ ତାଙ୍କର ପିତା ସେମାନଙ୍କଠାରୁ ଯୋଷେଫକୁ ଅଧିକ ଭଲ ପାଉଛନ୍ତି। ତେଣୁ ସେମାନେ ଯୋଷେଫକୁ ଘୃଣା କଲେ ଓ ତା’ ସହିତ ସେମାନେ ଭଲଭାବରେ କଥାବାର୍ତ୍ତା କଲେ ନାହିଁ।
5 ଥରେ ଯୋଷେଫ ଏକ ସ୍ୱପ୍ନ ଦେଖି ତାଙ୍କ ଭାଇମାନଙ୍କୁ କହିଲେ। ଏଥିରେ ସେମାନେ ଯୋଷେଫକୁ ଅଧିକ ଘୃଣା କଲେ।
6 ଯୋଷେଫ କହିଲେ, “ମୁଁ ଦେଖିଥିବା ସ୍ୱପ୍ନଟି ଏହା ଏ ବିଷୟରେ ଶୁଣ। 7 ଆମ୍ଭେ ସମସ୍ତେ କ୍ଷେତରେ କାର୍ଯ୍ୟ କରୁଥିଲୁ। ଆମ୍ଭେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମୋର ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମୋ’ ବିଡ଼ାକୁ ଗ୍ଭରିଆଡ଼େ ଘେରି ପ୍ରଣାମ କଲେ।”
8 ତାଙ୍କର ଭାଇମାନେ ତାଙ୍କୁ କହିଲେ, “ତୁ କ’ଣ ଭାବୁଛୁ, ରାଜା ହୋଇ ଆମ୍ଭମାନଙ୍କୁ ଶାସନ କରିବୁ?” ତା’ର ଭାଇମାନେ ଏହି ସ୍ୱପ୍ନର କଥା ଶୁଣି ତାଙ୍କୁ ଅଧିକ ଘୃଣା କଲେ।
9 ଏହା ପରେ ଯୋଷେଫ ଅନ୍ୟ ଏକ ସ୍ୱପ୍ନ ଦେଖିଲେ ଏବଂ ସେ ତାଙ୍କର ଭାଇମାନଙ୍କୁ ଏହି ସ୍ୱପ୍ନ ବିଷୟରେ କହିଲେ। ଯୋଷେଫ କହିଲେ, “ସୂର୍ଯ୍ୟ, ଚନ୍ଦ୍ର ଏବଂ ଏଗାରଟି ତାରା ମୋ’ ସମ୍ମୁଖରେ ନତ ହେଲେ।”
10 ଯୋଷେଫ ତାଙ୍କର ସେହି ସ୍ୱପ୍ନର କଥା ତାଙ୍କ ପିତାଙ୍କୁ ମଧ୍ୟ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, “ଏ କି ପ୍ରକାର ସ୍ୱପ୍ନ? ତୁ କ’ଣ ଭାବୁଛୁ ମୁଁ, ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?” 11 ଯୋଷେଫଙ୍କର ଭାଇମାନେ ତାଙ୍କ ପ୍ରତି ବହୁତ ଈର୍ଷାପରାୟଣ ହେଲେ। କିନ୍ତୁ ଯୋଷେଫଙ୍କର ପିତା ଏ କଥାକୁ ଗଭୀର ଭାବରେ ଚିନ୍ତା କଲେ, ଏହାର ଅର୍ଥ କ’ଣ ହୋଇପାରେ।
1 ପାଉଲ ଏହି ପତ୍ର ଲେଖିଛନ୍ତି। ମୁଁ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ରୂପେ ଆହୂତ ହେଲି। ଏହା ପରମେଶ୍ୱରଙ୍କ ଇଚ୍ଛାରେ ସାଧିତ ହେଲା। ଆମ୍ଭର ଜଣେ ଭାଇ ସୋସ୍ଥିନା ମଧ୍ୟ ନମସ୍କାର ଜଣାନ୍ତି।
2 କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।
3 ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବର୍ତ୍ତୁ। ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ।
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତି
4 ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। 5 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ସମସ୍ତ ବିଷୟରେ ଆଶୀର୍ବାଦ ପାଇଅଛ। ତୁମ୍ଭେମାନେ ସମସ୍ତ କଥା ଓ ସମସ୍ତ ଜ୍ଞାନରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦରେ ପୂର୍ଣ୍ଣତା ଲାଭ କରିଛ। 6 ଖ୍ରୀଷ୍ଟଙ୍କ ବିଷୟକ ସତ୍ୟ ତୁମ୍ଭଠାରେ ପ୍ରମାଣିତ ହୋଇଛି। 7 ଅତଏବ ଯେତେବେଳେ ତୁମ୍ଭେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତେବେଳେ ତୁମ୍ଭେମାନେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ। 8 ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ। 9 ପରମେଶ୍ୱର ବିଶ୍ୱସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନରେ ସହଭାଗୀ ହେବା ପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।
କରିନ୍ଥୀ ମଣ୍ଡଳୀରେ ସମସ୍ୟା
10 ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।
11 ହେ ଭାଇ ଓ ଭଉଣୀମାନେ ଖ୍ଳୟୀଙ୍କ ପରିବାରର କେତେକ ଲୋକ ତୁମ୍ଭମାନଙ୍କ ବିଷୟରେ ମୋତେ କହିଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ପରସ୍ପର ବାଦବିବାଦ ଅଛି। 12 ମୁଁ ଏହା କହିବା ଅର୍ଥ: ତୁମ୍ଭମାନଙ୍କ ଭିତରୁ ଜଣେ କୁହେ, “ମୁଁ ପାଉଲଙ୍କର ଅନୁଗାମୀ,” ଆଉଜଣେ କୁହେ “ମୁଁ ଆପଲ୍ଲଙ୍କର ଅନୁଗାମୀ,” ଅନ୍ୟ ଜଣେ କୁହେ, “ମୁଁ କେଫାଙ୍କର ଅନୁଗାମୀ,” ଓ ଅନ୍ୟଜଣେ କୁହେ: “ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ!” 13 ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପାରେ। ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶ ଉପରେ ପ୍ରାଣତ୍ୟାଗ କରିଥିଲେ କି? ନା! ତୁମ୍ଭେମାନେ କ’ଣ ପାଉଲଙ୍କ ନାମରେ ବାପ୍ତିଜିତ ହୋଇଛି? ନା! 14 ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ୟରୁ ଆଉ କାହାରିକୁ ବାପ୍ତିଜିତ ନ ଦେଇ ଥିବାରୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। 15 ଏଥିଲାଗି ଧନ୍ୟବାଦ ଦେଉଛି ଯେ, କେହିହେଲେ ମୋ’ ନାମରେ ତୁମ୍ଭେମାନେ ବାପ୍ତିଜିତ ପାଇଅଛି ବୋଲି କହି ପାରିବ ନାହିଁ। 16 ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ୟ ବାପ୍ତିଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ। 17 ଖ୍ରୀଷ୍ଟ ମୋତେ ଲୋକମାନଙ୍କୁ ଡୁବନ କରିବା ଦାୟିତ୍ୱ ଦେଇ ନ ଥିଲେ। ସେ ମୋତେ ସୁସମାଗ୍ଭର ପ୍ରଗ୍ଭର କରିବା ଦାୟିତ୍ୱ ଦେଇ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତାରେ ପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କରିବାକୁ ଖ୍ରୀଷ୍ଟ ମୋତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶରେ ଥିବା ମହାଶକ୍ତି ବ୍ୟର୍ଥ ହୋଇଯିବ।
ଖ୍ରୀଷ୍ଟଙ୍କଠାରେ ଥିବା ପରମେଶ୍ୱରଙ୍କ ଶକ୍ତି ଓ ଜ୍ଞାନ
18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ। 19 ଶାସ୍ତ୍ରରେ ଲେଖା ଅଛି:
“ମୁଁ ଜ୍ଞାନୀମାନଙ୍କର ଜ୍ଞାନକୁ ନଷ୍ଟ କରିଦେବି।
ବୁଦ୍ଧିମାନ ଲୋକମାନଙ୍କର ବୁଦ୍ଧିକୁ ମୂଲ୍ୟହୀନ କରିବି।” (A)
ଯୀଶୁଙ୍କ ଆଗମନର ପ୍ରସ୍ତୁତି(A)
1 ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ। 2 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି:
“ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ
ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”(B)
3 “ମରୁଭୂମିରେ ଜଣେ ପାଟିକରି କହୁଛି;
‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର,
ତାହାଙ୍କ ପାଇଁ ରାସ୍ତା ସମତଳ କର।’”(C)
4 ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା’ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ। 5 ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
6 ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।
7 ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ। 8 ମୁଁ ତୁମ୍ଭମାନଙ୍କୁ ଜଳ ଦ୍ୱାରା ବାପ୍ତିସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିସ୍ମ ଦେବେ।”
ଯୀଶୁଙ୍କ ବାପ୍ତିସ୍ମ ଗ୍ରହଣ(D)
9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ। 10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି। 11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”
ଯୀଶୁଙ୍କୁ ଶୟତାନର ପରୀକ୍ଷା(E)
12 ତା’ପରେ, ସଙ୍ଗେ ସଙ୍ଗେ ଆତ୍ମା ଯୀଶୁଙ୍କୁ ମରୁଭୂମିକୁ ଏକୁଟିଆ ପଠାଇଦେଲେ। 13 ଯୀଶୁ ସେଠାରେ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ଉପବାସ ପ୍ରାର୍ଥନା ସହିତ ରହିଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। ତା’ପରେ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ସେବା କଲେ।
2010 by World Bible Translation Center