Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 95

95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
    ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
    ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
    ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
    ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
    ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
    ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
    ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
    ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

    ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
    ଜି‌ଦ୍‌ଖୋର ହୁଅ ନାହିଁ।
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
    ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
    ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
    ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
    ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

ଗୀତସଂହିତା 40

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
    ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
    ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
    ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
    ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
    ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
    ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
    ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
    ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
    ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
    ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
    ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
    ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
    ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
    ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
    ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ’ଠାରେ ଲୁଗ୍ଭଅ ନାହିଁ।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”

12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
    ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
    ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
    ହେ ସଦାପ୍ରଭୁ ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
    ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
    ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
    ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
    ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
    ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
    ହେ ମୋର ପରମେଶ୍ୱର ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
    ଓ ମୋତେ ଉଦ୍ଧାର କର।

ଗୀତସଂହିତା 54

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।

54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
    ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
    ମୋହର ଗୁହାରି ଶୁଣ।
ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
    ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।

ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
    ମୋର ପ୍ରଭୁ ମୋର ସମର୍ଥନ କରିବେ।
ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
    ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।

ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
    ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
    ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।

ଗୀତସଂହିତା 51

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ।

51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
    ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
    ମୋର ସମସ୍ତ ପାପ କ୍ଷମା କର।
ମୋ’ ସବୁ ପାପ ଧୋଇ ଦିଅ,
    ଏବଂ ପୁଣି ମୋତେ ପବିତ୍ର କର।
ମୁଁ ଜାଣେ ମୁଁ ପାପ କରିଛି।
    ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
    ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
    ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
    ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
    ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
    ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
    ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
    ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
    ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
    ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
    ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
    ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
    ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
    ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15     ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
    ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
    ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।

18 ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
    ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
    ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।

ଆଦିପୁସ୍ତକ 40

ଯୋଷେଫ ଦୁଇଟି ସ୍ୱପ୍ନକୁ ବ୍ୟାଖ୍ୟା କଲେ

40 କିଛିଦିନ ପରେ ମିସ୍ରୀୟ ରାଜାଙ୍କର ପାନପତ୍ରବାହକ ଓ ସୂପକାର ଆପଣାମାନଙ୍କର ମୁନିବ ମିସ୍ରୀୟ ରାଜାଙ୍କୁ ଅସନ୍ତୁଷ୍ଟ କଲେ। ତହିଁରେ ଫାରୋ ଏଇ ଦୁଇଟି ସେବକଙ୍କ ପ୍ରତି କ୍ରୋଧିତ ଥିଲେ, ରାଜାଙ୍କର ମୂଖ୍ୟ ପାନପାତ୍ର ବାହାକ ଓ ମୁଖ୍ୟ ସୂପକାର। ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେହିଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ। ଯେତେବେଳେ ପ୍ରହରୀମାନଙ୍କର ଅଧିନାୟକ ଯୋଷେଫଙ୍କୁ ତତ୍ତ୍ୱାବଧାନରେ ରଖିଲେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକାରେ ସେମାନେ ବହୁ ଦିନ କାରାଗାରରେ ରହିଲେ। ଏକ ରାତିରେ ଦୁଇ ଜଣ ବନ୍ଦୀ ସ୍ୱପ୍ନ ଦେଖିଲେ। ସେହି ଦୁଇଜଣ ବନ୍ଦୀ ମିଶରର ରାଜାଙ୍କର ପାନପାତ୍ରବାହକ ଓ ସୂପକାର। ଉଭୟେ ଏକ ସ୍ୱପ୍ନ ଦେଖିଲେ ଓ ଉଭୟଙ୍କ ସ୍ୱପ୍ନର ଅର୍ଥ ଭିନ୍ନଥିଲା। ଯୋଷେଫ ପ୍ରଭାତରେ ଦାଙ୍କ ନିକଟକୁ ଯା’ନ୍ତେ, ଯୋଷେଫ ଦେଖିଲେ ସେହି ଦୁଇ ବନ୍ଦୀ ଭାରି ବ୍ୟସ୍ତ ଅଛନ୍ତି। ଯେଉଁମାନେ କାରାଗାରରେ ଥିଲେ, ଯୋଷେଫ ଫାରୋଙ୍କର ସେବକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଆଜି ଭାରି ଚିନ୍ତିତ ଦେଖାଯାଉଛ?”

ସେହି ଦୁଇ ବନ୍ଦୀ ଉତ୍ତର ଦେଲେ, “ଆମ୍ଭେ କାଲି ରାତିରେ ସ୍ୱପ୍ନ ଦେଖିଲୁ, କିନ୍ତୁ ତାହା ବୁଝି ପାରୁ ନାହୁଁ। ସେହି ସ୍ୱପ୍ନର ବ୍ୟାଖ୍ୟା କରିବାକୁ କେହି ନାହିଁ।”

ତେବେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱର ଜଣେ ଯେ କି ସ୍ୱପ୍ନ ବୁଝିପାରନ୍ତି ଏବଂ ବ୍ୟାଖ୍ୟା ବି କରି ପାରନ୍ତି। ତେଣୁ ମୁଁ ତୁମ୍ଭକୁ ଅନୁରୋଧ କରୁଛି ସେହି ସ୍ୱପ୍ନ ବିଷୟରେ ଆମ୍ଭକୁ କୁହ।”

ଦ୍ରାକ୍ଷାରସ ଦେଉଥିବା ଲୋକର ସ୍ୱପ୍ନ

ତେଣୁ ରାଜାଙ୍କର ମୁଖ୍ୟ ପାନପାତ୍ରବାହକ ଯୋଷେଫଙ୍କୁ ତା’ର ସ୍ୱପ୍ନ ବିଷୟରେ କହିଲା, “ଦେଖ ଗୋଟିଏ ଦ୍ରାକ୍ଷାଲତା ମୋ’ ସମ୍ମୁଖରେ ଥିଲା। 10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା। ତାହା ପଲ୍ଲବିତ ହେଲା ଓ ତହିଁରେ ଫୁଲ ଫୁଟିଲା। ଆଉ ତା’ର ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା। 11 ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”

12 ତହିଁରେ ଯୋଷେଫ ତାକୁ କହିଲେ, “ଏହାର ଅର୍ଥ ଏହି, ସେହି ତିନି ଶାଖା ତିନି ଦିନ ବୁଝାଏ। 13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତି ଦେବେ। ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କ ହସ୍ତରେ ପାନପାତ୍ର ଦେବ। 14 କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମୋତେ ସ୍ମରଣ କରିବ। ପୁଣି ମୋ’ ପ୍ରତି ଦୟାକରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ। 15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି ଭୁଲ୍ କରି ନାହିଁ। ତଥାପି ସେମାନେ ମୋତେ ଏହି ଗହ୍ୱରରେ ପକାଇଲେ।”

ସୂପକାରର ସ୍ୱପ୍ନ

16 ପ୍ରଧାନ ସୂପକାର ଦେଖିଲା ଅନ୍ୟ ଭୃତ୍ୟର ସ୍ୱପ୍ନର ଉତ୍ତରଟି ଉତ୍ତମ ଅର୍ଥ ଥିଲା। ତେଣୁ ସୂପକାର ଯୋଷେଫକୁ କହିଲା, “ମୁଁ ମଧ୍ୟ ଏକ ସ୍ୱପ୍ନ ଦେଖିଲି। ମୋର ସ୍ୱପ୍ନରେ ମୋ’ ମସ୍ତକ ଉପରେ ତିନୋଟି ଶୀଷା ଡାଲା ଥିଲା। 17 ସବା ଉପରେ ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସେକା ହେବା ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମୋ’ ମସ୍ତକର ଡାଲାରୁ ତାହା ଖାଇଲେ।”

18 ଯୋଷେଫ ଉତ୍ତର କଲେ, “ଏହି ତିନି ଡାଲାର ଅର୍ଥ ତିନି ଦିନ। 19 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ। ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”

ଯୋଷେଫଙ୍କୁ ଭୂଲିଗଲେ

20 ଏହା ପରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ। 21 ଯେପରି ଯୋଷେଫ ତା’ର ସ୍ୱପ୍ନର ଅର୍ଥ ବିଷୟରେ କହିଥିଲେ, ସେହିପରି ଫାରୋ, ମୂଖ୍ୟ ପାନପାତ୍ରବାହକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା। 22 ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ। 23 ତଥାପି ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ। ସେ ଯୋଷେଫଙ୍କ କଥା ଭୁଲି ଯାଇଥିଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:16-23

16 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କଠାରେ ବାସ କରନ୍ତି। 17 ଯଦି କୌଣସି ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ୱର ତାକୁ ନଷ୍ଟ କରିଦେବେ। କାରଣ ପରମେଶ୍ୱରଙ୍କ ମନ୍ଦିର ହେଉଛି ପବିତ୍ର। ସେହି ପବିତ୍ର ମନ୍ଦିର ତୁମ୍ଭେମାନେ।

18 ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ଯୁଗ ଅନୁସାରେ ଜ୍ଞାନୀ ଅଟେ, ତା’ହେଲେ ତାକୁ ମୂର୍ଖ ହେବାକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହୋଇପାରିବା 19 କାହିଁକି କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ଜାଗତିକ ଜ୍ଞାନ ପ୍ରକୃତରେ ମୂର୍ଖତା ଅଟେ। ଶାସ୍ତ୍ର କୁହେ; “ଯେତେବେଳେ ଜ୍ଞାନୀମାନେ ନିଜ ଚତୁରତାରେ ବ୍ୟବହାର କରନ୍ତି, ପରମେଶ୍ୱର ସେତେବେଳେ ସେମାନଙ୍କୁ ଧରନ୍ତି।” [a] 20 ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି: “ପ୍ରଭୁ ଜ୍ଞାନୀମାନଙ୍କର ମନକଥା ଜାଣନ୍ତି। ସେମାନଙ୍କ ସମସ୍ତ ଚିନ୍ତାଧାରା ଯେ ମୂଲ୍ୟହୀନ ଏହା ମଧ୍ୟ ସେ ଜାଣନ୍ତି।” [b] 21 ସେଥିପାଇଁ ମନୁଷ୍ୟମାନଙ୍କ ପାଇଁ ତୁମ୍ଭେମାନେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର। 22 ପାଉଲ, କେଫା ବା ପିତର; ଜଗତ ଜୀବନ ବା ମୃତ୍ୟୁ; ବର୍ତ୍ତମାନ ବା ଭବିଷ୍ୟତ ସମସ୍ତ ହିଁ ତୁମ୍ଭମାନଙ୍କର। 23 ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଓ ଖ୍ରୀଷ୍ଟ ପରମେଶ୍ୱରଙ୍କର ଅଟନ୍ତି।

ମାର୍କ ଲିଖିତ ସୁସମାଗ୍ଭର 2:13-22

ମାଥିଉ ଯୀଶୁଙ୍କୁ ଅନୁସରଣ କଲେ(A)

13 ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା’ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ। 14 ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା’ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

15 ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ। 16 ଯୀଶୁଙ୍କୁ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ, ଯୀଶୁଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯୀଶୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

17 ଯୀଶୁ ଏହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କେବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସି ନାହିଁ। ମୁଁ କେବଳ ପାପୀମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସିଛି।”

ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ(B)

18 ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି। 20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। 22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center