Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।
70 ହେ ପରମେଶ୍ୱର, ମୋତେ ରକ୍ଷା କର!
ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
2 ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
3 ଲୋକମାନେ ମୋତେ ପରିହାସ କରନ୍ତି।
ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”
5 ମୁଁ ଏକ ନିଃସହାୟ ଲୋକ।
ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
ସଦାପ୍ରଭୁ ବିଳମ୍ବ କର ନାହିଁ।
71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
ମୋତେ ନିରାଶ ହେବାକୁ ଦିଅ ନାହିଁ।
2 କାରଣ ତୁମ୍ଭେ ଯଥାର୍ଥ ଅଟ।
ମୋତେ ଉଦ୍ଧାର କର ଓ ବଞ୍ଚାଅ।
ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
3 ମୋର ଦୁର୍ଗ ହୁଅ।
ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
4 ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
5 ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
6 ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
7 ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
8 ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
9 ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
ପରମେଶ୍ୱର ତାଙ୍କୁ କରିତ୍ୟାଗ କରିଛନ୍ତି।
ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
ମୋ’ ଜୀବନକୁ ପୁନଃସ୍ଥାପନ କର।
ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
ପରାସ୍ତ ଓ ଅପମାନିତ ହେବେ।
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ଭାଇମାନେ ଏହିସବୁ କଥା ଯାକୁବଙ୍କୁ ଜଣାଇଲେ
29 ଭାଇମାନେ ସେମାନଙ୍କର ପିତା ଯାକୁବଙ୍କ ନିକଟକୁ କିଣାନ ଦେଶକୁ ଫେରିଗଲେ। ସେମାନେ ଯାକୁବଙ୍କୁ, ଯେ କି ତାଙ୍କର ପିତା, ତାଙ୍କୁ ସମସ୍ତ ବିଷୟ ଅବଗତ କରାଇଲେ। 30 ସେମାନେ କହିଲେ, “ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ୟବହାର କଲେ। ସେ ଭାବିଲେ ଆମ୍ଭେମାନେ ଚର। 31 କିନ୍ତୁ ଆମ୍ଭେ କହିଲୁ, ‘ଆମ୍ଭେ ଗୁପ୍ତଚର ନୋହୁଁ। ଆମ୍ଭେ ସାଧୁ ଲୋକ ଅଟୁ। 32 ଆମ୍ଭେ ତାଙ୍କୁ କହିଲୁ ଯେ, ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ଏକ ପିତା, ଆମ୍ଭର ଜଣେ ଭାଇ ଯିଏ କି ମରିଯାଇଛି ଏବଂ ଆମ୍ଭର ସାନଭାଇ ଯେଏ କି ବର୍ତ୍ତମାନ କିଣାନ ଦେଶରେ ଅଛି।’
33 “ଏହା ପରେ ସେ ଦେଶର କର୍ତ୍ତା ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭର ସାଧୁତାର ପ୍ରମାଣ ଦେବା ପାଇଁ ଏହା ଏକ ବାଟ। ତୁମ୍ଭର ଜଣେ ଭାଇକୁ ଏହିଠାରେ ମୋ’ ପାଖରେ ଛାଡ଼ି ଦେଇ ଯାଅ। ଏହି ଶସ୍ୟ ତୁମ୍ଭର ପରିବାର ପାଇଁ ନେଇଯାଅ। 34 ଏହା ପରେ ତୁମ୍ଭର ସାନଭାଇକୁ ମୋ’ ପାଖକୁ ଆଣ, ତେବେ ମୁଁ ଜାଣିବି ଯେ ତୁମ୍ଭେମାନେ ସାଧୁଲୋକ। ଯଦି ତୁମ୍ଭେମାନେ ସତ୍ୟ କହୁଥାଅ, ତେବେ ମୁଁ ତୁମ୍ଭର ଭାଇକୁ ତୁମ୍ଭମାନଙ୍କୁ ଫେରାଇ ଦେବି। ମୁଁ ତୁମ୍ଭକୁ ତୁମ୍ଭର ଭାଇ ଦେବି ଓ ତୁମ୍ଭମାନଙ୍କୁ ମୋ’ ଦେଶରୁ ଶସ୍ୟ କ୍ରୟ ପାଇଁ ମୁକ୍ତ କରି ଦେବି।’”
35 ଏହା ପରେ ଭାଇମାନେ ଶସ୍ୟ ବୋହିବାକୁ ଲାଗିଲେ। ଏବଂ ସମସ୍ତ ଭାଇମାନେ ସେମାନଙ୍କର ବ୍ୟାଗ୍ରୁ ସମସ୍ତ ଅର୍ଥମୁଣା ପାଇଲେ। ସମସ୍ତ ଭାଇ ଓ ସେମାନଙ୍କର ପିତା ଏହି ଟଙ୍କା ଦେଖି ଭୟରେ ଥରିବାକୁ ଲାଗିଲେ।
36 ଯାକୁବ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ମୁଁ ମୋର ସମସ୍ତ ପିଲାମାନଙ୍କୁ ହରାଇବି? ଯୋଷେଫ ଗଲା, ଶିମିୟୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ୟାମୀନକୁ ନେବା ପାଇଁ ଗ୍ଭହୁଁଛ।”
37 କିନ୍ତୁ ରୁବେନ୍ ତା’ର ପିତାଙ୍କୁ କହିଲା, “ପିତା, ମୁଁ ଯେବେ ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅକୁ ବଧ କରିବ। ମୋ’ ହସ୍ତରେ ତାକୁ ସମର୍ପଣ କର। ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
38 କିନ୍ତୁ ଯାକୁବ ତାକୁ କହିଲେ, “ମୁଁ ବିନ୍ୟାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା’ର ଭାଇ ମରିଯାଇଛି। ସେ ଜଣେ କେବଳ ରହିଯାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ଯାଏ ଏବଂ ରାସ୍ତାରେ କିଛି ଗୋଟିଏ ହୋଇଯାଏ, ତେବେ ତୁମ୍ଭେ ମୋତେ ଶୋକରେ ମୋର ଏହି ପକ୍ୱ କେଶରେ କବରକୁ ପଠେଇ ଦେବ।”
ନିଜ ଶରୀରକୁ ପରମେଶ୍ୱରଙ୍କ ମହିମାରେ ଲଗାଅ
12 “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି।” କିନ୍ତୁ ପ୍ରତ୍ୟେକ ବିଷୟ ଭଲ ନୁହେଁ। “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି” କିନ୍ତୁ ମୋ’ ଉପରେ କର୍ତ୍ତୃତ୍ୱ କରିବାକୁ ମୁଁ କାହାକୁ ଦେବି ନାହିଁ। 13 “ଖାଦ୍ୟ ପେଟ ପାଇଁ ଓ ପେଟ ଖାଦ୍ୟ ପାଇଁ ଅଟେ।” ଏ କଥା ଠିକ୍, କିନ୍ତୁ ପରମେଶ୍ୱର ଏ ଦୁହିଁକୁ ନାଶ କରିବେ। ଶରୀର ଯୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଧିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି। 14 ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁତ୍ଥିତ କରିବେ। 15 ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା’ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ। 16 ଶାସ୍ତ୍ରରେ ଲେଖାଅଛି “ଉଭୟ ଏକ ହେବେ।” [a] ଅତଏବ ତୁମ୍ଭେମାନେ ଜାଣିବା ଉଚିତ୍ ଯେ ବେଶ୍ୟାଗମନ କରୁଥିବା ଜଣେ ଲୋକ ଶାରୀରିକ ଭାବରେ ତା’ ସହିତ ଏକ ହୁଏ। 17 କିନ୍ତୁ ଯେଉଁ ଲୋକ ପ୍ରଭୁଙ୍କ ସଙ୍ଗରେ ରହେ ସେ ଆତ୍ମାରେ ତାହାଙ୍କ ସହିତ ଏକ ହୁଏ।
18 ଅତଏବ ଯୌନଗତ ପାପଠାରୁ ଦୂରରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହାରେ କରେ। କିନ୍ତୁ ଯୌନଗତ ପାପ ଦ୍ୱାରା ସେ ନିଜ ଶରୀର ବିରୁଦ୍ଧରେ ପାପ କରେ। 19 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ରଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ରଆତ୍ମା ଅନ୍ତରରେ ଅଛନ୍ତି। ପବିତ୍ରଆତ୍ମାଙ୍କୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ପାଇଛ। ତୁମ୍ଭେମାନେ ନିଜେ ନିଜର ନୁହଁ। 20 କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।
ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର(A)
21 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ। 22 ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ। 23 ମୋତେ ଶୁଣିଥିବା ଲୋକମାନେ ଶୁଣନ୍ତୁ। 24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ। 25 ଯାହା ପାଖରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆଯିବ। କିନ୍ତୁ ଯାହା ପାଖରେ ଖୁବ୍ କମ୍ ଅଛି, ତାହା ମଧ୍ୟ ସେ ହରେଇ ବସିବ।”
ବୀଜର ଦୃଷ୍ଟାନ୍ତ ବିଷୟରେ ଯୀଶୁ ବ୍ୟାଖ୍ୟା କଲେ
26 ଯୀଶୁ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ, ବୀଜ ବୁଣୁଥିବା ଲୋକଟିଏ ଭଳି। 27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି। 28 କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା’ପରେ କେଣ୍ଡା ହୁଏ। ତା’ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ, 29 ଯେତେବେଳେ ଶସ୍ୟ ପାଚିଯାଏ, ସେତେବେଳେ ସେହି ଲୋକ ଦାଆ ନେଇ ତାକୁ କାଟେ। କାରଣ ଏହା ହିଁ ଅମଳ କରିବାର ଉପଯୁକ୍ତ ସମୟ।”
ପରମେଶ୍ୱରଙ୍କ ରାଜ୍ୟ ଏକ ସୋରିଷଦାନା ଭଳି(B)
30 ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି? 31 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଏହି ସୋରିଷଦାନା, ତୁମ୍ଭେ ବୁଣୁଥିବା ବୀଜଗୁଡ଼ିକ ଭିତରେ ସବୁଠାରୁ ଛୋଟ। 32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା’ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”
33 ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ। 34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।
2010 by World Bible Translation Center