Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 75-76

ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ।

75 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ।
    ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ;
    ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।

ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ,
    ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।
ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି,
    କିନ୍ତୁ ମୁଁ ତାକୁ ସ୍ଥିର କରିବି।

4-5 “କିଛି ଲୋକ ବହୁତ ଗର୍ବୀ,
    ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ।
ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି।
    କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।‌”’

କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ
    ପୃଥିବୀର କୌଣସି ଶକ୍ତି ନାହିଁ।
ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି
    ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ।
    ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।
ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି,
    ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ।
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ
    ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।
ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି।
    ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।
10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି
    ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”

ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।

76 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି।
    ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ।
    ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖ‌ଡ଼୍‌ଗ
    ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ।

ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି
    ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।
ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି।
    କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି।
ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି।
    ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ,
    ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର।
    ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
8-9 ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ,
    ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି।
    ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି।
10 ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି।
    ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ [a] ଶକ୍ତିଶାଳୀ ହୁଅନ୍ତୁ।

11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି,
    ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି।
ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍,
    ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
12 ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି।
    ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଆଦିପୁସ୍ତକ 43:16-34

ଭାଇମାନେ ଯୋଷେଫଙ୍କ ଗୃହକୁ ନିମନ୍ତ୍ରିତ ହେଲେ

16 ଯୋଷେଫ ସେମାନଙ୍କ ସହିତ ବିନ୍ୟାମୀନକୁ ଦେଖିଲେ। ଯୋଷେଫ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, “ସେହି ଲୋକମାନଙ୍କୁ ମୋର ଗୃହକୁ ପାଛୋଟି ଆଣ। ଏବଂ ଏକ ପଶୁମାରି ତାହାକୁ ରାନ୍ଧ। ସେହି ଲୋକମାନେ ଆଜି ମୋ’ ସହିତ ମଧ୍ୟାହ୍ନ ଭୋଜନ କରିବେ।” 17 ଦାସକୁ ଯେପରି କୁହା ଯାଇଥିଲା ସେ ଠିକ୍ ସେହିପରି କଲା। ସେ ସେହି ଲୋକମାନଙ୍କୁ ଯୋଷେଫଙ୍କ ଗୃହକୁ ପାଛୋଟି ନେଲା।

18 ସେହି ଲୋକମାନେ ଭୟଭୀତ ହୋଇ ଗଲେ, ଯେତେବେଳେ ସେମାନେ ଯୋଷେଫଙ୍କ ଗୃହକୁ ଗଲେ। ସେମାନେ କହିଲେ, “ଆମ୍ଭମାନଙ୍କୁ ଏଥର ଏଠାକୁ ଅଣାଯିବାର କାରଣ ହେଉଛି ଗତ ଥର ଆମ୍ଭେମାନେ ଶସ୍ୟ ଅଖା ସହିତ ସେହି ଟଙ୍କା ନେଇ ଯାଇଥିଲୁ। ଆମ୍ଭ ବିରୁଦ୍ଧରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନେଇଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।”

19 ଯେତେବେଳେ ଯୋଷେଫଙ୍କ ଭାଇମାନେ ଯୋଷେଫଙ୍କ ଦାସଙ୍କୁ ଭେଟିଲେ, ସେମାନେ ତାଙ୍କ ସହିତ ଯୋଷେଫଙ୍କ ଘରର ଦ୍ୱାର ସମ୍ମୁଖରେ କଥା ହେଲେ। 20 ସେମାନେ କହିଲେ, “ମହାଶୟ, ଆମ୍ଭେ ପ୍ରତିଜ୍ଞା କରୁଛୁ ଯେ, ଆମ୍ଭେ ଆପଣଙ୍କୁ ଯାହା କହୁଛୁ ଏହା ସତ୍ୟ ଅଟେ। ଗତଥର ଆମ୍ଭେମାନେ ଏଠାକୁ ଖାଦ୍ୟ କ୍ରୟ କରିବାକୁ ଆସିଥିଲୁ। 21-22 ଯିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବେଳକୁ ଆମ୍ଭମାନଙ୍କର ଟଙ୍କା ପ୍ରତ୍ୟେକଙ୍କ ପଟ ମଧ୍ୟରେ ଥିଲା। ଆମ୍ଭେ ଜାଣି ନାହୁଁ ତାହା ସେଠାକୁ କିପରି ଗଲା। କିନ୍ତୁ ଆମ୍ଭେମାନେ ସେହି ଅର୍ଥ ଆପଣଙ୍କୁ ଦେବା ପାଇଁ ଫେରାଇ ଆଣିଛୁ। କିଛି ଖାଦ୍ୟ ନେଇଯିବା ପାଇଁ ଆଉ କିଛି ଅର୍ଥ ଆଣିଛୁ।”

23 କିନ୍ତୁ ଦାସ ଉତ୍ତର ଦେଲେ, “ଭୟ କର ନାହିଁ। ମୋତେ ବିଶ୍ୱାସ କର। ତୁମ୍ଭର ପରମେଶ୍ୱର ତୁମ୍ଭ ପିତାଙ୍କର ପରମେଶ୍ୱର, ଉପହାର ସ୍ୱରୂପ ତୁମ୍ଭ ପଟରେ ପୁରା ଯାଇଥିଲା। ମୋର ମନେ ଅଛି ତୁମ୍ଭେ ସେହି ଟଙ୍କା ଗତ ଥର ମୋତେ ଶସ୍ୟ କିଣିବା ସମୟରେ ଦେଇଥିଲ।”

ଏହା ପରେ ସେହି ଦାସଜଣକ ଶିମିୟୋନକୁ କାରାଗାରରୁ ବାହାର କଲେ। 24 ସେହି ଦାସ ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲେ। ସେ ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହା ପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।

25 ଭାଇମାନେ ଶୁଣିବାକୁ ପାଇଲେ ଯେ ସେମାନେ ଯୋଷେଫଙ୍କ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସେମାନେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।

26 ଯୋଷେଫ ଗୃହକୁ ପ୍ରବେଶ କରନ୍ତେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହା ପରେ ସେମାନେ ଯୋଷେଫଙ୍କୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ।

27 ଯୋଷେଫ ସେମାନଙ୍କୁ ସେମାନଙ୍କର ଭଲମନ୍ଦ ବିଷୟରେ ପଗ୍ଭରିଲେ। ତା’ପରେ ଯୋଷେଫ କହିଲେ, “ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲରେ ବଞ୍ଚିଛନ୍ତି ତ?”

28 ଭାଇମାନେ ଉତ୍ତର ଦେଲେ, “ହଁ ମହାଶୟ, ଆମ୍ଭର ପିତା ଏବେ ଜୀବିତ।” ଏବଂ ସେମାନେ ପୁନର୍ବାର ଯୋଷେଫଙ୍କୁ ପ୍ରଣାମ କଲେ।

29 ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”

30 ଯୋଷେଫ ଆଉ ଅଧିକ ସମୟ ନିଜର କୋହ ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶୀଘ୍ର ସେମାନଙ୍କ ପାଖରୁ ଆଉ ଗୋଟିଏ କୋଠରୀକୁ ଗଲେ ଏବଂ କାନ୍ଦିଲେ। 31 ତା’ପରେ ସେ ନିଜକୁ ନିୟନ୍ତ୍ରଣରେ ରଖିଲେ ଓ ମୁହଁ ଧୋଇ ବାହାରକୁ ଆସି କହିଲେ, “ବର୍ତ୍ତମାନ ଖାଇବାର ସମୟ।”

32 ଯୋଷେଫଙ୍କର ଦାସମାନେ ଯୋଷେଫଙ୍କ ପାଇଁ ଏକ ଟେବୁଲ, ଏକ ଟେବୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟେବୁଲ ମିସ୍ରୀୟମାନଙ୍କ ପାଇଁ ଯେଉଁମାନେ ସେମାନଙ୍କ ସହିତ ବସି ଖାଇବେ। କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବା ମିସ୍ରୀୟମାନଙ୍କର ପ୍ରଥା ନ ଥିଲା। ମିସ୍ରୀୟମାନେ ଏବ୍ରୀୟମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବେଚିତ ହୁଏ। 33 ଯୋଷେଫଙ୍କର ଭାଇମାନେ ଯୋଷେଫଙ୍କ ଆଗ ଟେବୁଲରେ ଖାଇ ବସିଲେ। ତାଙ୍କର ଭାଇମାନେ ବଡ଼ରୁ ସାନ କ୍ରମରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଗ୍ଭହୁଁଥା’ନ୍ତି। କ’ଣ ସବୁ ଘଟୁଛି ସେମାନେ ଆଶ୍ଚର୍ଯ୍ୟ ହେଉଥା’ନ୍ତି। 34 ଦାସମାନେ ଯୋଷେଫଙ୍କ ଟେବୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥା’ନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ୟାମୀନକୁ ଅଧିକ ପାଞ୍ଚ ଥର ପରଷୁଥା’ନ୍ତି। ସେମାନେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:10-24

10 ଯେଉଁମାନେ ବିବାହିତ ସେମାନଙ୍କୁ ମୁଁ ଏହି ଆଦେଶ ଦେଉଛି-ଏହି ଆଦେଶ ମୋ’ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି। 11 ଯେ, ପତ୍ନୀ ନିଜ ପତିକୁ କେବେ ହେଲେ ଛାଡ଼ିବା ଉଚିତ୍ ନୁହେଁ, କିନ୍ତୁ ଯଦି ପତ୍ନୀ ନିଜ ପତିକୁ ଛାଡ଼େ, ତା’ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶିଯିବା ଉଚିତ୍। ଠିକ୍ ସେହିଭଳି ପତି ମଧ୍ୟ ନିଜ ପତ୍ନୀକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।

12 ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କହେ (ଏହା ମୋର କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟିୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ୱାସିନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା’ହେଲେ ପତି ତାକୁ ତ୍ୟାଗ କରିବା ଉଚିତ୍ ନୁହେଁ। 13 ଯଦି କୌଣସି ପତ୍ନୀର ପତି ଅଛି, ଓ ସେ ଖ୍ରୀଷ୍ଟ ବିଶ୍ୱାସୀ ନୁହେଁ, କିନ୍ତୁ ସେ ପତ୍ନୀ ସହିତ ରହିବା ପାଇଁ ଇଚ୍ଛୁକ, ତା’ହେଲେ ପତ୍ନୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। 14 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ନ କରୁଥିବା ପତି, ତା’ର ବିଶ୍ୱାସ କରୁଥିବା ପତ୍ନୀ ମାଧ୍ୟମରେ ପବିତ୍ର କରାଯାଇଅଛି। ସେହିଭଳି ବିଶ୍ୱାସ ନ କରୁଥିବା ପତ୍ନୀ, ତା’ ବିଶ୍ୱାସ କରୁଥିବା ପତି ମାଧ୍ୟମରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ୟ ହୋଇ ନ ଥା’ନ୍ତା, ତା’ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହୋଇ ନ ଥା’ନ୍ତେ। କିନ୍ତୁ ସେମାନେ ଏବେ ପବିତ୍ର ଅଟନ୍ତି।

15 ତଥାପି ଯଦି ଜଣେ ଅବିଶ୍ୱାସୀ, ଜଣେ ବିଶ୍ୱାସୀଠାରୁ ଅଲଗା ହେବାକୁ ଇଚ୍ଛା କରେ, ତା’ହେଲେ ସେ ଅଲଗା ହୋଇପାରେ। ଯେତେବେଳେ ଏପରି ଘଟିବ, ଖ୍ରୀଷ୍ଟିୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହେବେ। ପରମେଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ରହିବାକୁ ଆହ୍ୱାନ ଦେଇଛନ୍ତି। 16 ପତ୍ନୀଗଣ ହୁଏତ ତୁମ୍ଭେମାନେ ନିଜର ରକ୍ଷା କରି ପାରିବ; ପତିଗଣ! ହୁଏତ ତୁମ୍ଭେମାନେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ୟତରେ କ’ଣ ଘଟିବ, ଏହା ତୁମ୍ଭେମାନେ ଏବେ ଜାଣି ନାହଁ।

ପରମେଶ୍ୱରଙ୍କ ଆହ୍ୱାନ ଅନୁସାରେ ଜୀବନଯାପନ କର

17 ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ। 18 ପରମେଶ୍ୱରଙ୍କ ଆହ୍ୱାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହୋଇ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ୍ ନୁହେଁ। ଯଦି ଜଣେ ଆହ୍ୱାନ ପାଇବା ବେଳେ ସୁନ୍ନତ ହୋଇ ନାହିଁ, ତା’ର ମଧ୍ୟ ସୁନ୍ନତ ହେବା ଉଚିତ୍ ନୁହେଁ। 19 ଜଣେ ସୁନ୍ନତ ହୋଇଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ୱରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ। 20 ପରମେଶ୍ୱର ଆହ୍ୱାନ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲ, ସେ ସେଭଳି ଥାଉ। 21 ଯଦି ପରମେଶ୍ୱର ତୁମ୍ଭମାନଙ୍କୁ କ୍ରୀତଦାସ ଥିବା ଅବସ୍ଥାରେ ଡାକିଛନ୍ତି, ସେଥିପାଇଁ ଦୁଃଖ କର ନାହିଁ। କିନ୍ତୁ ଯଦି ତୁମ୍ଭେମାନେ ସ୍ୱାଧୀନ ହୋଇପାର, ତାହାହେଲେ ସେହି ସୁଯୋଗର ବ୍ୟବହାର କର। 22 କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ୱାନ କଲାବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠାରେ ସ୍ୱାଧୀନ ଲୋକ। ସେହି ପ୍ରକାର ସ୍ୱାଧୀନ ଲୋକ ଥିଲାବେଳେ ପ୍ରଭୁ ଯାହାକୁ ଆହ୍ୱାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ। 23 ପରମେଶ୍ୱର ମୂଲ୍ୟ ଦେଇ ତୁମ୍ଭମାନଙ୍କୁ କିଣିଛନ୍ତି। ତେଣୁ ମନୁଷ୍ୟମାନଙ୍କ କ୍ରୀତଦାସ ହୁଅ ନାହିଁ। 24 ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ।

ମାର୍କ ଲିଖିତ ସୁସମାଗ୍ଭର 5:1-20

ଯୀଶୁ ଜଣେ ଲୋକକୁ ଦୁଷ୍ଟାତ୍ମା କବଳରୁ ମୁକ୍ତକଲେ(A)

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ। ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ସେ ଲୋକଟି କବର ମଧ୍ୟରେ ରହୁଥିଲା। ତାହାକୁ କେହି ହେଲେ ବାନ୍ଧି ପାରୁ ନ ଥିଲେ। ଏପରିକି ଶିକୁଳିରେ ମଧ୍ୟ ତାକୁ ବାନ୍ଧି ପାରୁ ନ ଥିଲେ। କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ। ସେ ଦିନରାତି ସଦାବେଳେ କବର ଓ ପାହାଡ଼ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥରରେ କ୍ଷତ ବିକ୍ଷତ କରି ପକାଉଥିଲା।

ଲୋକଟି ଯୀଶୁଙ୍କୁ ଦୂରରୁ ଦେଖି ତାହାଙ୍କ ପାଖକୁ ଧାଇଁ ଆସିଲା ଓ ପ୍ରଣାମ କରି ତାହାଙ୍କ ଆଗରେ ପଡ଼ିଗଲା। 7-8 ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”

ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭ ନାମ କ’ଣ?”

ଲୋକଟି କହିଲା, “ମୋ’ ନାମ ଲିଜନ [a] ବା ବାହିନୀଭୂତ। କାରଣ ଆମ୍ଭେ ଅନେକ।” 10 ସେହି ଦୁଷ୍ଟାତ୍ମାମାନେ ବାରମ୍ବାର କାକୁତି ମିନତି ହୋଇ ଭିକ୍ଷା ମାଗିଲେ ଯେ ସେ ସେମାନଙ୍କୁ ସେହି ଅଞ୍ଚଳର ବାହାରକୁ ପଠେଇ ନ ଦିଅନ୍ତୁ।

11 ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା। 12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।” 13 ଯୀଶୁ ସେମାନଙ୍କୁ ଏପରି କରିବାକୁ ଅନୁମତି ଦେଇଦେଲେ। ତା’ପରେ ଦୁଷ୍ଟାତ୍ମାମାନେ ସେହି ଲୋକଟି ଦେହରୁ ବାହାରି ଘୁଷୁରିମାନଙ୍କ ଦେହରେ ପଶିଗଲେ। ସେହି ଘୁଷୁରି ପଲରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ଼ କଡ଼କୁ ଖୁବ୍ ବେଗରେ ଧାଇଁଲେ ଓ ହ୍ରଦ ଭିତରେ ପଡ଼ି ଗଲେ। ସବୁତକ ଘୁଷୁରି ପାଣିରେ ବୁଡ଼ିଗଲେ।

14 ଘୁଷୁରି ପଲର ଜଗୁଆଳମାନେ ପଳେଇ ଯାଇ ସହରରେ ଏହି ଘଟଣା ବିଷୟରେ କହିଲେ। ଲୋକେ କ’ଣ ଘଟିଛି ବୋଲି ଦେଖିବାକୁ ଆସିଲେ। 15 ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ [b] ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ। 16 ସେଠାରେ କେତେକ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ଯ୍ୟ ଦେଖିଥିଲେ। ସେମାନେ ଅନ୍ୟ ଲୋକମାନଙ୍କ ଆଗରେ ଦୁଷ୍ଟାତ୍ମା [c] ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ’ଣ ହେଲା, ସେ ସବୁ ବର୍ଣ୍ଣନା କଲେ। 17 ତା’ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।

18 ଯୀଶୁ ଡଙ୍ଗାରେ ବସି ଗ୍ଭଲି ଯିବାକୁ ପ୍ରସ୍ତୁତ ହେଲେ। ଯିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ୱାରା ଆକ୍ରାନ୍ତ ହୋଇଥିଲା, ସେ ଯୀଶୁଙ୍କ ସହିତ ଯିବାକୁ ତାହାଙ୍କୁ ଅନୁରୋଧ କଲା। 19 କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।”

20 ତେଣୁ ସେ ଗ୍ଭଲିଗଲା ଓ ଦେକାପଲି [d] ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center